bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Philippians 4
Philippians 4
Odia Bible ERV 2004 (ପବିତ୍ର ବାଇବଲ)
← Chapter 3
Jump to:
Chapter 1
Chapter 2
Chapter 3
Chapter 4
1
କେତେକ ବ୍ୟବହାରିକ କଥା ମୋ’ ପ୍ରିୟ ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭକୁ ଭଲ ପାଏ ଓ ଦେଖିବାକୁ ଇଚ୍ଛା କରେ। ତୁମ୍ଭେ ମୋର ଆନନ୍ଦ ଓ ମୋର ଗର୍ବ। ମୁଁ କହିଥିଲା ଭଳି ପ୍ରଭୁଙ୍କୁ ଅନୁସରଣ କରି ଗ୍ଭଲିଥାଅ।
2
ଇୟଦିଆ, ଓ ସୁନ୍ତୁଖୀ ଉଭୟଙ୍କୁ ପ୍ରଭୁଙ୍କଠାରେ ଏକମତ ହେବାକୁ ମୁଁ ନିବେଦନ କରେ।
3
ହେ ବନ୍ଧୁ, ତୁମ୍ଭେ ଯେହେତୁ ମୋ’ ସହିତ ବିଶ୍ୱସ୍ତ ଭାବରେ ସେବା କରୁଛ, ଯେଉଁ ସ୍ତ୍ରୀଲୋକମାନେ ମୁଁ ସୁସମାଗ୍ଭର ପ୍ରଗ୍ଭର କଲାବେଳେ ମୋ’ ସହିତ ପରିଶ୍ରମ କରିଅଛନ୍ତି, ସେମାନଙ୍କୁ ସାହାଯ୍ୟ କର ବୋଲି ତୁମ୍ଭକୁ ମୁଁ ନିବେଦନ କରେ। ସେମାନେ କ୍ଳେମେନ୍ସ ଏବଂ ମୋର ଅନ୍ୟ ସହକାରୀମାନଙ୍କ ସହିତ ସେବାକାର୍ଯ୍ୟ କରିଛନ୍ତି। ସେମାନଙ୍କ ନାମ “ଜୀବନ-ପୁସ୍ତକ” ରେ ଲେଖାଅଛି।
4
ପ୍ରଭୁଙ୍କଠାରେ ସର୍ବଦା ଆନନ୍ଦ କର। ମୁଁ ଆଉ ଥରେ କହେ, ଆନନ୍ଦ କର।
5
ସମସ୍ତେ ଦେଖନ୍ତୁ ଯେ ତୁମ୍ଭେ ଶାନ୍ତ ଓ ଦୟାଳୁ ଅଟ। ପ୍ରଭୁ ଯୀଶୁ ଶୀଘ୍ର ଆସୁଛନ୍ତି।
6
କୌଣସି କଥା ପାଇଁ ଚିନ୍ତିତ ହୁଅ ନାହିଁ। ତୁମ୍ଭର ଯାହା ଦରକାର, ପରମେଶ୍ୱରଙ୍କୁ ପ୍ରାର୍ଥନା କରି ମାଗ। ପ୍ରାର୍ଥନା କଲାବେଳେ ସଦା ଧନ୍ୟବାଦ ଦିଅ।
7
ପରମେଶ୍ୱରଙ୍କର ଶାନ୍ତି ତୁମ୍ଭମାନଙ୍କ ହୃଦୟ ଓ ମନଗୁଡ଼ିକୁ ଖ୍ରୀଷ୍ଟଙ୍କଠାରେ ସୁରକ୍ଷା କରି ରଖିବ। ପରମେଶ୍ୱରଙ୍କ ପ୍ରଦତ୍ତ ଏହି ଶାନ୍ତି କେତେ ଯେ ମହାନ, ତାହା ଆମ୍ଭେ ବୁଝି ପାରୁ।
8
ଭାଇ ଓ ଭଉଣୀମାନେ! ଯାହା ସତ୍ୟ, ସମ୍ମାନଜନକ, ଯଥାର୍ଥ, ଶୁଦ୍ଧ, ଆଦରଣୀୟ, ପ୍ରୀତିଭାଜନ ଓ କୌଣସି ସଦ୍ଗୁଣ ଓ ପ୍ରଶଂସାର ଥାଏ, ସେହି ବିଷୟ ଗୁଡ଼ିକରେ ମନୋଯୋଗ କର।
9
ମୋ’ଠାରୁ ଯାହାସବୁ ଶିଖିଛି ଓ ପାଇଛ, ତାହା କର। ମୁଁ ଯାହା କହିଛି ଓ ତୁମ୍ଭେ ମୋତେ ଯାହାସବୁ କରିଥିବା ଦେଖିଛ, ସେଗୁଡ଼ିକୁ କର। ଶାନ୍ତିଦାତା ପରମେଶ୍ୱର ତୁମ୍ଭମାନଙ୍କ ସହିତ ରହିବେ।
10
ଫିଲିପ୍ପୀୟ ଖ୍ରୀଷ୍ଟିୟାନମାନଙ୍କୁ ପାଉଲଙ୍କ ଧନ୍ୟବାଦ ତୁମ୍ଭେମାନେ ମୋ’ ବିଷୟରେ ଚିନ୍ତିତ ହୋଇଥିବାରୁ ମୁଁ ପ୍ରଭୁଙ୍କଠାରେ ଆନନ୍ଦିତ। ତୁମ୍ଭେମାନେ ମୋ’ ବିଷୟରେ ଚିନ୍ତା କରୁଥିଲ, କିନ୍ତୁ ତାହା ଦେଖାଇବା ପାଇଁ ସୁଯୋଗ ପାଇ ନ ଥିଲ।
11
ମୁଁ ଏପରି କହିବାର କାରଣ ନୁହେଁ ଯେ ମୁଁ କୌଣସି ବିଷୟ ଗ୍ଭହୁଁଛି। କାରଣ ମୋରବର୍ତ୍ତମାନ ଯାହା ଅଛି ଏବଂ ଯାହା ମୋ’ ପାଇଁ ଘଟୁଛି, ସେଥିରେ ସନ୍ତୁଷ୍ଟ ରହିବାକୁ ମୁଁ ଶିଖିଛି।
12
ଅଭାବରେ ମୁଁ ଚଳିବା ଜାଣିଛି। ପ୍ରଚୁରତାରେ କିପରି ରହିବାକୁ ହୁଏ, ତାହା ମଧ୍ୟ ମୁଁ ଜାଣେ। ପ୍ରତ୍ୟେକ ସମୟରେ ଓ ପ୍ରତ୍ୟେକ ଘଟଣାରେ ଆନନ୍ଦିତ ହେବାର ରହସ୍ୟ ମୁଁ ଜାଣେ। ଯେତେବେଳେ ମୋର ଖାଇବା ପାଇଁ ଯଥେଷ୍ଟ ଥାଏ କିଅବା ଯେତେବେଳେ ଯଥେଷ୍ଟ ନ ଥାଏ, ଯେତେବେଳେ ମୋର ପ୍ରଚୁର ଥାଏ ବା ଯେତେବେଳେ ମୋର ଅଭାବ ଥାଏ, ସେତେବେଳେ କିପରି ଆନନ୍ଦିତ ହୋଇପାରିବି, ତାହା ମୁଁ ଜାଣେ।
13
ଖ୍ରୀଷ୍ଟଙ୍କଠାରୁ ମୋତେ ଶକ୍ତି, ପ୍ରଦତ୍ତ ହୋଇଥିବାରୁ, ତାଙ୍କ ମାଧ୍ୟମରେ ମୁଁ ସବୁକିଛି କରିବାକୁ ସକ୍ଷମ।
14
କିନ୍ତୁ ମୋର ସାହାଯ୍ୟ ଦରକାର ଥିଲାବେଳେ, ତୁମ୍ଭେମାନେ ମୋତେ ସାହାଯ୍ୟ କରି ଭଲ କରିଛ।
15
ମୁଁ ଯେତେବେଳେ ସେଠାରେ ସୁସମାଗ୍ଭର ପ୍ରଗ୍ଭର ଆରମ୍ଭ କଲି, ସେତେବେଳେ ତୁମ୍ଭେ ଫିଲିପ୍ପୀବାସୀ, ତାହା ମନେ ରଖିଛ। ମୁଁ ଯେତେବେଳେ ମାକିଦନିଆ ଛାଡ଼ିଲି, ସେତେବେଳେ କେବଳ ତୁମ୍ଭର ମଣ୍ଡଳୀ ମୋତେ ସାହାଯ୍ୟ ଦେଇଥିଲା।
16
ଥେସଲନୀକୀ ନଗରରେ ଥିଲାବେଳେ ତୁମ୍ଭେମାନେ ଅନେକ ଥର ମୋର ଆବଶ୍ୟକତା ପୂରଣ କରିବାକୁ ଜିନିଷମାନ ପଠାଇଛ।
17
ମୁଁ ତୁମ୍ଭ ଉପହାର ପାଇଁ ଲାଳାୟିତ ନୁହେଁ କିନ୍ତୁ ମୁଁ ଗ୍ଭହେଁ ଯେ, ଦେବା ଦ୍ୱାରା ଯେଉଁ ଲାଭ ମିଳେ, ତାହା ତୁମ୍ଭେ ପାଅ।
18
ମୋରସମସ୍ତ ଆବଶ୍ୟକୀୟ ଜିନିଷ ମୋ’ ପାଖରେ ଅଛି। ଏପାଫ୍ରାଦିତଙ୍କ ଦ୍ୱାରା ତୁମ୍ଭେମାନେ ଉପହାରମାନ ପଠାଇଥିବାରୁ ମୋ’ ପାଖରେ ମୋର ଆବଶ୍ୟକତାଠାରୁ ଅଧିକ ରହିଛି। ତୁମ୍ଭର ଉପହାରଗୁଡ଼ିକ ସୁଗନ୍ଧି ବଳି ରୂପେ ପରମେଶ୍ୱରଙ୍କୁ ଅର୍ପଣ କରାଯାଇଛି।
19
ପରମେଶ୍ୱର ସେଗୁଡ଼ିକୁ ଗ୍ରହଣ କରନ୍ତି ଓ ତାହା ତାହାଙ୍କୁ ପ୍ରସନ୍ନ କରେ। ଯୀଶୁଙ୍କ ଧନରେ ମୋ’ ପରମେଶ୍ୱର ଅତି ଧନୀ। ତୁମ୍ଭର ସମସ୍ତ ଆବଶ୍ୟକତାଗୁଡ଼ିକୁ ପୂରଣ କରିବା ଲାଗି ପରମେଶ୍ୱର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାଙ୍କ ଧନର ବ୍ୟବହାର କରିବେ।
20
ଆମ୍ଭର ପରମେଶ୍ୱରଙ୍କ ମହିମା ଗୌରବ ସଦାସର୍ବଦା ହେଉ। ଆମେନ୍!
21
ଖ୍ରୀଷ୍ଟଙ୍କଠାରେ ପରମେଶ୍ୱରଙ୍କ ପ୍ରତ୍ୟେକ ପବିତ୍ର ଲୋକକୁ ନମସ୍କାର। ମୋ’ ସହିତ ଥିବା ପରମେଶ୍ୱରଙ୍କ ଲୋକମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି।
22
ପରମେଶ୍ୱରଙ୍କ ସମସ୍ତ ଲୋକ ଓ ବିଶେଷ ଭାବରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେହି ବିଶ୍ୱାସୀମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଇଛନ୍ତି।
23
ତୁମ୍ଭ ସମସ୍ତଙ୍କ ସହିତ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ରହିଥାଉ।
← Chapter 3
Jump to:
Chapter 1
Chapter 2
Chapter 3
Chapter 4
All chapters:
1
2
3
4