bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Revelation 12
Revelation 12
Odia Bible ERV 2004 (ପବିତ୍ର ବାଇବଲ)
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 13 →
1
ନାରୀ ଓ ମହାସର୍ପ ତା’ପରେ ସ୍ୱର୍ଗରେ ଏକ ବିଚିତ୍ର ଚିହ୍ନ ଦେଖାଗଲା। ମୁଁ ଜଣେ ନାରୀଙ୍କୁ ସୂର୍ଯ୍ୟଙ୍କୁ ବସ୍ତ୍ରରୂପେ ଧାରଣ କରିବାର ଦେଖିଲି। ଚନ୍ଦ୍ର ତାହାଙ୍କ ପାଦତଳେ ଥିଲେ। ତାହାଙ୍କ ମସ୍ତକରେ ବାରଟି ନକ୍ଷତ୍ରର ମୁକୁଟ ଥିଲା।
2
ସେହି ନାରୀ ଜଣକ ଗର୍ଭବତୀ ଥିଲେ। ପ୍ରସବ ବେଦନାରେ ସେ ଚିତ୍କାର କଲେ। ତାହାଙ୍କର ପ୍ରସବ କରିବା ସମୟ ହୋଇଯାଇଥିଲା।
3
ସ୍ୱର୍ଗରେ ଅନ୍ୟ ଏକ ଚିହ୍ନ ଦେଖାଗଲା। ସେଠାରେ ଗୋଟିଏ ବିରାଟ ଲାଲ ରଙ୍ଗର ସାପ ମୁଁ ଦେଖିଲି। ତା’ର ସାତୋଟି ମୁଣ୍ଡ ଥିଲା ଓ ପ୍ରତି ମୁଣ୍ଡରେ ସାତୋଟି ମୁକୁଟ ଥିଲା। ତା’ର ଦଶଟି ଶିଙ୍ଗ ମଧ୍ୟ ଥିଲା।
4
ତାହାର ଲାଙ୍ଗୁଳ ଆକାଶର ତାରାଗଣ ମଧ୍ୟରୁ ଏକତୃତୀୟାଂଶ ତାରାକୁ ଟାଣିଆଣି ପୃଥିବୀରେ ନିକ୍ଷେପ କଲା। ସେହି ସାପ, ପ୍ରସବ କରିବାକୁ ଯାଇଥିବା ସେହି ନାରୀଙ୍କ ସାମନାରେ ଠିଆ ହୋଇ ରହିଲା। ତାହାଙ୍କର ସନ୍ତାନ ଜନ୍ମ ହେବା ମାତ୍ରେ ତାହାକୁ ଖାଇବା ଉଦ୍ଦେଶ୍ୟରେ ସେ ପ୍ରସ୍ତୁତ ହୋଇଗଲା।
5
ସେହି ନାରୀ ଗୋଟିଏ ପୁତ୍ର ଶିଶୁକୁ ଜନ୍ମ ଦେଲେ। ସେ ସମଗ୍ର ରାଷ୍ଟ୍ରଗୁଡ଼ିକୁ ଗୋଟିଏ ଲୌହଦଣ୍ଡରେ ଶାସନ କରିବେ। ତା’ର ଶିଶୁଙ୍କୁ ପରମେଶ୍ୱରଙ୍କ ସିଂହାସନ ପାଖକୁ ଉଠାଇ ନିଆଗଲା।
6
ସେହି ସ୍ତ୍ରୀଲୋକଟି, ପରମେଶ୍ୱର ତା’ ପାଇଁ ପ୍ରସ୍ତୁତ କରି ରଖିଥିବା ମରୁଭୂମିର ଗୋଟିଏ ସ୍ଥାନକୁ ଗ୍ଭଲିଗଲା। ସେଠାରେ ତା’ର ଯତ୍ନ 1260 ଦିନ ପର୍ଯ୍ୟନ୍ତ ନିଆଯିବ।
7
ଏହିପରି ସମୟରେ ସ୍ୱର୍ଗରେ ଯୁଦ୍ଧ ହେଲା। ମୀଖାୟେଲ ଓ ତାହାଙ୍କର ଦୂତଗଣ ସେହି ସାପ ଓ ତାହାର ଦୂତମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ସାପ ତା’ର ଦୂତମାନଙ୍କ ସହତ ପ୍ରତିଯୁଦ୍ଧ କଲା।
8
କିନ୍ତୁ ବିଶାଳ ସାପ ଅଧିକ ବଳଶାଳୀ ନ ଥିବାରୁ ସେ ଓ ତାହାର ଦୂତମାନେ ପରାସ୍ତ ହେଲେ ଓ ସ୍ୱର୍ଗରେ ସ୍ଥାନ ହରାଇଲେ।
9
ବିଶାଳ ସାପକୁ ସ୍ୱର୍ଗରୁ ପୃଥିବୀରେ ନିକ୍ଷେପ କରାଗଲା। (ସେହି ବିଶାଳ ସାପ ହେଉଛି ସେହି ଅତୀତର ପୁରୁଣା ସାପ, ଯାହାକୁ ଶୟତାନ କୁହାଯାଏ। ସେ ପୃଥିବୀ ବାସୀଙ୍କୁ ଭୁଲ୍ ରାସ୍ତାରେ ନିଏ। ସାପକୁ ତା’ର ଦୂତମାନଙ୍କ ସହିତ ସଦଳବଳରେ ପୃଥିବୀରେ ନିକ୍ଷେପ କରାଗଲା।
10
ତା’ପରେ ମୁଁ ସ୍ୱର୍ଗରେ ଗୋଟିଏ ଉଚ୍ଚ ଧ୍ୱନି ଏହା କହିବାର ଶୁଣିଲି, “ବର୍ତ୍ତମାନ ଆମ୍ଭ ପରମେଶ୍ୱରଙ୍କ ବିଜୟ, କ୍ଷମତା, ଓ ରାଜତ୍ୱର ସମୟ ଉପସ୍ଥିତ। ତାହାଙ୍କର ଖ୍ରୀଷ୍ଟଙ୍କ ଶାସନ କରିବା ଅଧିକାର ସମୟ ମଧ୍ୟ ଉପସ୍ଥିତ ହୋଇଛି। କାରଣ ଆମ୍ଭମାନଙ୍କର ଭାଇମାନଙ୍କ ଅଭିଯୋଗକାରୀକୁ ବାହାରେ ନିକ୍ଷେପ କରାଯାଇଛି। ସେ ଦିନରାତି ଆମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭ ଭାଇମାନଙ୍କ ବିଷୟରେ ଅଭିଯୋଗ କରୁଥିଲା।
11
ଆମ୍ଭ ଭାଇମାନେ ମେଷଶାବକଙ୍କ ରକ୍ତ ଦ୍ୱାରା ଓ ସେମାନଙ୍କର ପ୍ରଗ୍ଭର ଦ୍ୱାରା ତାହାକୁ ପରାସ୍ତ କରିଛନ୍ତି, କାରଣ ସେମାନେ ନିଜ ନିଜର ଜୀବନକୁ ତୁଚ୍ଛଜ୍ଞାନ କରି ତାହାଙ୍କ ନିମନ୍ତେ ମୃତ୍ୟୁ ଭୋଗ କରିଥିଲେ।
12
ତେଣୁ ହେ ସ୍ୱର୍ଗ ଓ ସ୍ୱର୍ଗବାସୀଗଣ, ଆନନ୍ଦ ଉଲ୍ଲାସ କର। କିନ୍ତୁ ହାୟ! ଏହା ପୃଥିବୀ ଓ ସମୁଦ୍ର ପାଇଁ ଅତ୍ୟନ୍ତ ଖରାପ ସମୟ, ଯେହେତୁ ସମୟ ଅତି ଅଳ୍ପ, ବୋଲି ଜାଣି ଶୟତାନ ଭୀଷଣ କ୍ରୋଧରେ ପୂର୍ଣ୍ଣ ହୋଇ ତୁମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଯାଇଅଛି।’’
13
ବିଶାଳ ସାପ ନିଜକୁ ପୃଥିବୀରେ ନିକ୍ଷେପ ହେବାର ଦେଖିଲା। ତେଣୁ ସେ ପୁତ୍ର ସନ୍ତାନ ଜାତ କରିଥିବା ନାରୀ ପଛେ ପଛେ ଦୌଡ଼ିଲା।
14
କିନ୍ତୁ ସେହି ନାରୀକୁ ବୃହତ୍ ଉତ୍କ୍ରୋଶ ପକ୍ଷୀର ଦୁଇଟି ପକ୍ଷ ଦିଆଗଲା। ତେଣୁ ସେ ମରୁଭୂମିରେ ତା’ ପାଇଁ ପ୍ରସ୍ତୁତ ହୋଇଥିବା ସ୍ଥାନକୁ ଉଡ଼ିଯାଇ ପାରିଲା। ସେଠାରେ ସାପଠାରୁ ସୁରକ୍ଷା ପାଇଁ ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ତାହାଙ୍କର ଯତ୍ନ ନିଆଯିବ।
15
ତା’ପରେ ସାପ ନିଜ ମୁଖରୁ ନଦୀ ପରି ପାଣି ବାହାର କଲା। ସେ ସେହି ନାରୀର ପଛପଟରୁ ଜଳ ଛାଡ଼ିଲା ଯଦ୍ଦ୍ୱାରା ସେ ଜଳ ସ୍ରୋତ ଦ୍ୱାରା ତାହାକୁ ଭସାଇ ନେଇ ପାରିବ।
16
କିନ୍ତୁ ପୃଥିବୀ ସେହି ସ୍ତ୍ରୀକୁ ସାହାଯ୍ୟ କଲା। ପୃଥିବୀ ତା’ର ମୁଖ ଖୋଲିଲା ଓ ବିଶାଳ ସାପ ମୁଖରୁ ବାହାରି ଆସୁଥିବା ନଦୀକୁ ଗିଳି ଦେଲା।
17
ତେଣୁ ସାପ ସେହି ନାରୀ ଉପରେ ଭୀଷଣ ରାଗିଗଲା। ସେ ତା’ର ଅନ୍ୟ ପିଲାମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରିଲା। ଯେଉଁମାନେ ପରମେଶ୍ୱରଙ୍କର ଆଜ୍ଞାଗୁଡ଼ିକ ପାଳନ କରନ୍ତି ଓ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି ସେହିମାନେ ତାହାଙ୍କର ସନ୍ତାନ।
18
ସେହି ବିଶାଳ ସାପ ଯାଇ ସମୁଦ୍ର କୂଳରେ ଠିଆ ହେଲା।
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 13 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22