bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Revelation 14
Revelation 14
Odia Bible ERV 2004 (ପବିତ୍ର ବାଇବଲ)
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 15 →
1
ମୁକ୍ତପ୍ରାପ୍ତ ଲୋକଙ୍କର ଗୀତ ତା’ପରେ ମୁଁ ମୋ’ ସମ୍ମୁଖରେ ମେଷଶାବକଙ୍କୁ ଦେଖିଲି। ସେ ସିୟୋନ ପର୍ବତ ଉପରେ ଠିଆ ହୋଇଥିଲେ। ତାହାଙ୍କ ସହିତ 144,000 ଲୋକ ଥିଲେ। ସେମାନଙ୍କ କପାଳରେ ମେଷଶାବକ ଓ ତାହାଙ୍କ ପରମପିତାଙ୍କ ନାମ ଲେଖାଥିଲା।
2
ମୁଁ ସ୍ୱର୍ଗରୁ ମହାଜଳପ୍ରପାତ ଓ ମହାବଜ୍ରନାଦ ଭଳି ଏକ ଏକ ସ୍ୱର ଶୁଣିଲି। ଏହା ବୀଣାବାଦକମାନେ ସେମାନଙ୍କର ବୀଣାବାଦନ କରିବାପରି ମନେ ହେଲା।
3
ଏହି ଲୋକମାନେ ସିଂହାସନ ସମ୍ମୁଖରେ ଗ୍ଭରି ଜଣ ଜୀବନ୍ତ ପଶୁଙ୍କ ସମ୍ମୁଖରେ ଓ ପ୍ରାଚୀନମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାଇଲେ। ପୃଥିବୀରୁ କ୍ରୟ କରାଯାଇଥିବା କେବଳ 144,000 ଜଣ ଲୋକମାନଙ୍କ ଛଡ଼ା କେହିହେଲେ ଏହି ଗୀତ ଶିଖି ପାରିଲେ ନାହିଁ।
4
ଏହି 144,000 ଜଣ ଲୋକମାନେ ସ୍ତ୍ରୀମାନଙ୍କ ସହିତ କୌଣସି ବ୍ୟଭିଗ୍ଭରପାପ କରି ନାହାନ୍ତି। ସେମାନେ ନିଜକୁ କୁମାରୀକନ୍ୟା ତୁଲ୍ୟ ପବିତ୍ର କରି ରଖିଛନ୍ତି। ମେଷଶାବକ ଯେଉଁ ଯେଉଁ ସ୍ଥାନକୁ ଯାଆନ୍ତି, ସେମାନେ ତାହାଙ୍କର ଅନୁସରଣ କରନ୍ତି। ଏହି 144,000 ଜଣ ମନୁଷ୍ୟଜାତି ମଧ୍ୟରୁ ମୁକ୍ତି ପାଇଛନ୍ତି। ସେମାନେ ପରମେଶ୍ୱର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଫଳ ସ୍ୱରୂପେ ଉତ୍ସର୍ଗୀକୃତ ହୋଇଛନ୍ତି।
5
ସେମାନେ କେବେ ମିଥ୍ୟା କହନ୍ତି ନାହିଁ। ସେମାନେ ସର୍ବଦା ନିର୍ଦ୍ଦୋଷ।
6
ତିନି ଜଣ ସ୍ୱର୍ଗଦୂତ ତା’ପରେ ମୁଁ ଆଉ ଏକ ଦୂତଙ୍କୁ ଉଚ୍ଚ ଆକାଶରେ ଉଡ଼ୁଥିବାର ଦେଖିଲି। ପୃଥିବୀର ସକଳ ବାସିନ୍ଦାମାନଙ୍କୁ ସମସ୍ତ ଦେଶ, ଜାତି, ଭାଷା ଓ ପ୍ରଜାତିର ଲୋକମାନଙ୍କୁ ଉପଦେଶ ଦେବା ପାଇଁ ସେହି ସ୍ୱର୍ଗଦୂତଙ୍କ ପାଖରେ ଏକ ଅନନ୍ତକାଳୀନ ସୁସମାଗ୍ଭର ଥିଲା।
7
ସେହି ସ୍ୱର୍ଗଦୂତ ଉଚ୍ଚ ସ୍ୱରରେ କହିଲେ, “ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କୁ ମହିମା ପ୍ରଦାନ କର। ପରମେଶ୍ୱରଙ୍କ ଦ୍ୱାରା ଲୋକମାନଙ୍କୁ ବିଗ୍ଭର କରିବା ସମୟ ଉପସ୍ଥିତ। ପରମେଶ୍ୱରଙ୍କର ଉପାସନା କର। ସେ ସ୍ୱର୍ଗ, ପୃଥିବୀ, ସମୁଦ୍ର ଓ ଜଳଉତ୍ସଗୁଡ଼ିକର ସୃଷ୍ଟିକର୍ତ୍ତା।”
8
ତା’ପରେ ଦ୍ୱିତୀୟ ଦୂତ ଜଣକ, ପ୍ରଥମ ସ୍ୱର୍ଗଦୂତଙ୍କୁ ଅନୁସରଣ କରି କହିଲେ, “ଯେଉଁ ମହାନଗରୀ ବାବିଲ ସମସ୍ତ ଜାତିର ଲୋକଙ୍କୁ ଲୋଭ ଦେଖାଇ ଭ୍ରଷ୍ଟାଗ୍ଭର କାମ ଓ ପରମେଶ୍ୱରଙ୍କ କ୍ରୋଧ ରୂପକ ସୁରା ପାନ କରାଇଛି, ସେ ନଷ୍ଟ ହୋଇଯାଇଛି।”
9
ତା’ପରେ ତୃତୀୟଦୂତ ଜଣକ, ଅନ୍ୟ ଦୁଇଜଣ ଦୂତଙ୍କୁ ଉଚ୍ଚ ସ୍ୱରରେ ଅନୁସରଣ କରି କହିଲେ, “ଯଦି କେହି ଲୋକ ସେହି ପଶୁକୁ ଓ ତାହାର ପ୍ରତିମାକୁ ପୂଜା କରେ ଓ ତା’ ନିଜ କପାଳରେ ଓ ହାତରେ ତା’ର ଚିହ୍ନ ଧାରଣ କରେ,
10
ସେହି ଲୋକ ପରମେଶ୍ୱରଙ୍କ କ୍ରୋଧର ସୁରା ପାନ କରିବ। ଏହି ସୁରା ପରମେଶ୍ୱରଙ୍କ କ୍ରୋଧର ପାତ୍ରରେ ଅମିଶ୍ରିତ ଭାବେ ଢଳା ହୋଇଛି। ସେ ପବିତ୍ର ଦୂତଗଣ ଓ ମେଷଶାବକଙ୍କ ସମ୍ମୁଖରେ ଜ୍ୱଳନ୍ତ ଗନ୍ଧକରେ ଯନ୍ତ୍ରଣା ପାଇବ।
11
ସେମାନଙ୍କ ଯନ୍ତ୍ରଣାର ଧୂଆଁ ସବୁବେଳ ପାଇଁ ଉଠୁଥିବ। ସେମାନଙ୍କୁ ଯନ୍ତ୍ରଣାରୁ ଦିନରାତି କେବେ ହେଲେ ଆରାମ ମିଳିବ ନାହିଁ, କାରଣ ସେମାନେ ସେହି ପଶୁକୁ ଓ ତାହାର ପ୍ରତିମାକୁ ପୂଜା କରିଛନ୍ତି ଓ ତାହାର ନାମର ଚିହ୍ନ ଧାରଣ କରିଛନ୍ତି।
12
ଏହାର ଅର୍ଥ ହେଉଛି ଯେ, ପରମେଶ୍ୱରଙ୍କର ପବିତ୍ର ଲୋକମାନେ ଧୈର୍ଯ୍ୟବାନ୍ ହୁଅନ୍ତୁ। ସେମାନେ ପରମେଶ୍ୱରଙ୍କର ଆଜ୍ଞା ମାନିବା ଓ ଯୀଶୁଙ୍କ ପାଖରେ ବିଶ୍ୱାସ ରଖୁଥିବା ଉଚିତ୍।
13
ତା’ପରେ ମୁଁ ଗୋଟିଏ ସ୍ୱର ସ୍ୱର୍ଗରୁ ଶୁଣିଲି। ସେହି ସ୍ୱର କହିଲା, “ଏହା ଲେଖିରଖ: ବର୍ତ୍ତମାନଠାରୁ ପ୍ରଭୁଙ୍କଠାରେ ବିଶ୍ୱାସ ରଖି ଯେଉଁମାନେ ମୃତ୍ୟୁବରଣ କରନ୍ତି, ସେମାନେ ଧନ୍ୟ।” ଆତ୍ମା କହନ୍ତି, “ହଁ, ତାହା ସତ୍ୟ। ସେହି ଲୋକମାନେ ସେମାନଙ୍କର କଠିନ ପରିଶ୍ରମରୁ ବିଶ୍ରାମ ନେବେ କାରଣ ସେମାନେ କରିଥିବା କାମ ସେମାନଙ୍କ ସାଙ୍ଗରେ ଯିବ।”
14
ପୃଥିବୀରୁ ଶସ୍ୟ କଟା ହେବ ତା’ପରେ ମୁଁ ଦେଖିଲି, ମୋ’ ସମ୍ମୁଖରେ ଗୋଟିଏ ଧଳା ମେଘ ଥିଲା। ସେହି ମେଘ ଉପରେ ମନୁଷ୍ୟପୁତ୍ରଙ୍କ ପରି ଜଣେ ବ୍ୟକ୍ତି ବସିଥିଲେ। ତାହାଙ୍କ ମୁଣ୍ଡରେ ଗୋଟିଏ ସୁନାର ମୁକୁଟ ଓ ହାତରେ ଗୋଟିଏ ମୁନିଆ ଦାଆ ଥିଲା।
15
ତା’ପରେ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ଆସିଲେ। ସେ ମେଘ ଉପରେ ବସିଥିବା ବ୍ୟକ୍ତିଙ୍କୁ ଡାକି କହିଲେ, “ଦାଆ ଲଗାଇ ଶସ୍ୟ ଅମଳ କର, କାରଣ ଶସ୍ୟ ଅମଳର ସମୟ ହୋଇ ଗଲାଣି। ପୃଥିବୀର ଫଳ ପାଚିଗଲାଣି।”
16
ତେଣୁ ମେଘ ଉପରେ ଯିଏ ବସିଥିଲେ, ସେ ପୃଥିବୀର ଶସ୍ୟରେ ଦାଆ ଲଗାଇଲେ। ଏହିପରି ପୃଥିବୀର ଶସ୍ୟ କଟାଗଲା।
17
ତା’ପରେ ଆଉ ଜଣେ ସ୍ୱର୍ଗ ଦୂତ ସ୍ୱର୍ଗର ମନ୍ଦିର ଭିତରୁ ଆସିଲେ। ତାହାଙ୍କର ମଧ୍ୟ ଗୋଟିଏ ଧାରୁଆ ଦାଆ ଥିଲା।
18
ତା’ପରେ ଆଉ ଜଣେ ସ୍ୱର୍ଗଦୂତ ବେଦୀରୁ ଆସିଲେ। ସେହି ଦୂତଙ୍କର ଅଗ୍ନି ଉପରେ କ୍ଷମତା ଥିଲା। ସେ ଧାରୁଆ ଦାଆ ଧରିଥିବା ଦୂତଙ୍କୁ ଉଚ୍ଚସ୍ୱରରେ ଡାକି କହିଲେ, “ପୃଥିବୀର ଅଙ୍ଗୁର ପେନ୍ଥାଗୁଡ଼ିକ ଦାଆ ବ୍ୟବହାର କରି କାଟି ପକାଅ, କାରଣ ଦ୍ରାକ୍ଷା ପାଚିଗଲାଣି।”
19
ତା’ପରେ ସ୍ୱର୍ଗଦୂତ ପୃଥିବୀ ଉପରେ ନିଜର ଦାଆ ବୁଲାଇଲେ ଓ ପୃଥିବୀରୁ ଦ୍ରାକ୍ଷାଗୁଡ଼ିକୁ ଏକାଠି କଲେ। ସେ ପରମେଶ୍ୱରଙ୍କର କ୍ରୋଧ ରୂପ ଦ୍ରାକ୍ଷାପେଷା କୁଣ୍ଡରେ ସେଗୁଡ଼ିକୁ ପକାଇ ଦେଲେ।
20
ନଗର ବାହାରେ ଦ୍ରାକ୍ଷା ଫଳ ସବୁ ସେହି ଦ୍ରାକ୍ଷାପେଷା କୁଣ୍ଡରେ ଚିପୁଡ଼ା ହେଲା। ସେହି ଦ୍ରାକ୍ଷାକୁଣ୍ଡରୁ ରକ୍ତ ବୋହିଲା। ଏହା ଘୋଡ଼ାମାନଙ୍କ ଲଗାମ ପର୍ଯ୍ୟନ୍ତ ଉପରକୁ ଉଠି 300 କିଲୋମିଟର ପର୍ଯ୍ୟନ୍ତ ରକ୍ତ ସ୍ରୋତ ହୋଇ ବହିବାରେ ଲାଗିଲା।
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 15 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22