bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Revelation 19
Revelation 19
Odia Bible ERV 2004 (ପବିତ୍ର ବାଇବଲ)
← Chapter 18
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 20 →
1
ସ୍ୱର୍ଗବାସୀମାନଙ୍କର ପରମେଶ୍ୱରଙ୍କୁ ପ୍ରଶଂସା ତା’ପରେ ମୁଁ ସ୍ୱର୍ଗରେ ଅନେକ ଲୋକମାନଙ୍କର ସ୍ୱର ଭଳି ଏକ ସ୍ୱର ଶୁଣିଲି। ସେମାନେ କହୁଥିଲେ: “ହାଲ୍ଲିଲୂୟା! ବିଜୟ, ମହିମା ଓ କ୍ଷମତା ଆମ୍ଭମାନଙ୍କ ପରମେଶ୍ୱରଙ୍କର ଅଟେ।
2
ତାହାଙ୍କର ବିଗ୍ଭରଗୁଡ଼ିକ ସତ୍ୟ ଓ ଯଥାର୍ଥ। ସେ ମହା ବେଶ୍ୟାକୁ ଦଣ୍ଡ ଦେଇଛନ୍ତି। ସେହି ବେଶ୍ୟା ତା’ର ଯୌନଗତ ପାପରେ ପୃଥିବୀକୁ ଭ୍ରଷ୍ଟ କରି ଦେଇଅଛି। ପରମେଶ୍ୱର ତାହାଙ୍କ ସେବକମାନଙ୍କର ରକ୍ତ ହେତୁ ତାହାକୁ ଦଣ୍ଡ ଦେଇଛନ୍ତି।”
3
ସେମାନେ ପୁଣି କହିଲେ: “ହାଲ୍ଲିଲୂୟା! ସେ ବେଶ୍ୟା ଜଳି ଯାଉଛି। ତାହାର ଧୂଆଁ ସର୍ବଦା ଉପରକୁ ଉଠୁଥିବ।”
4
ତା’ପରେ ଚବିଶ ଜଣ ପ୍ରାଚୀନ ଓ ଗ୍ଭରି ଜଣ ଜୀବିତ ପ୍ରାଣୀ ସିଂହାସନରେ ଉପବିଷ୍ଟ ପରମେଶ୍ୱରଙ୍କ ଆଗରେ ନଇଁଲେ ଓ ତାହାଙ୍କର ଉପାସନା କଲେ। ସେମାନେ କହିଲେ: “ଆମେନ୍! ହାଲ୍ଲିଲୂୟା!”
5
ତା’ପରେ ସିଂହାସନ ମଧ୍ୟରୁ ଗୋଟିଏ ଉଚ୍ଚ ଧ୍ୱନି ଆସିଲା। ସେହି ଧ୍ୱନି କହିଲା: “ହେ ପରମେଶ୍ୱରଙ୍କର ସେବକମାନେ! ତୁମ୍ଭେମାନେ ସମସ୍ତେ ଆମ୍ଭମାନଙ୍କର ପରମେଶ୍ୱରଙ୍କର ପ୍ରଶଂସା କର! ହେ କ୍ଷୁଦ୍ର ଓ ମହାନ୍ ଲୋକମାନେ! ତୁମ୍ଭେମାନେ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରଶଂସା କର ଓ ତାହାଙ୍କୁ ସମ୍ମାନ ଦିଅ।”
6
ତା’ପରେ ମୁଁ ଅନେକ ଲୋକମାନଙ୍କର ସ୍ୱର ଶୁଣିଲି। ଏହା ଜଳପ୍ରପାତର ଧ୍ୱନିପରି ଏବଂ ବିରାଟ ମେଘ ଗର୍ଜନର ଶବ୍ଦ ପରି ଥିଲା। ସେମାନେ କହୁଥିଲେ: “ହାଲ୍ଲିଲୂୟା! ଆମ୍ଭମାନଙ୍କର ପ୍ରଭୁ ପରମେଶ୍ୱର ରାଜତ୍ୱ କରୁଛନ୍ତି। ସେ ସର୍ବଶକ୍ତିମାନ।
7
ଆସ, ଆମ୍ଭେମାନେ ଆନନ୍ଦ ଉଲ୍ଲାସ କରିବା ଓ ପରମେଶ୍ୱରଙ୍କୁ ଗୌରବ ଦେବା! ଯେହେତୁ ମେଷଶାବକଙ୍କର ବିବାହ ଉତ୍ସବର ସମୟ ଆସି ଉପସ୍ଥିତ ଓ ତାହାଙ୍କର କନ୍ୟା ନିଜକୁ ପ୍ରସ୍ତୁତ କରି ସାରିଛି; ତେଣୁ ଆମ୍ଭେମାନେ ତାହାଙ୍କୁ ଗୌରବ ଦେବା।
8
କନ୍ୟାକୁ ପିନ୍ଧିବା ପାଇଁ ସୂକ୍ଷ୍ମ, ଶୁଭ୍ର ଓ ପରିଷ୍କାର ବସ୍ତ୍ର ଦିଆଯାଇଛି।” (ସୂକ୍ଷ୍ମ ବସ୍ତ୍ରର ଅର୍ଥ ହେଉଛି, ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କର ଉତ୍ତମ କାର୍ଯ୍ୟ, ଯାହାସବୁ ସେମାନେ କରିଥିଲେ।)
9
ତା’ପରେ ଦୂତ ମୋତେ କହିଲେ, “ଏହା ଲେଖ: ମେଷଶାବକଙ୍କ ବିବାହ ଭୋଜିକୁ ନିମନ୍ତ୍ରିତ ବ୍ୟକ୍ତିମାନେ ଧନ୍ୟ!” ସେ ଦୂତ ପୁଣି କହିଲେ, “ପରମେଶ୍ୱରଙ୍କର ବାକ୍ୟ ସତ୍ୟ ଅଟେ।”
10
ତା’ପରେ ମୁଁ ଦୂତଙ୍କୁ ପ୍ରଣାମ କରିବା ପାଇଁ ତାହାଙ୍କ ପାଦତଳେ ପଡ଼ିଗଲି। କିନ୍ତୁ ସେ ମୋତେ କହିଲେ, “ମୋତେ ପ୍ରଣାମ କର ନାହିଁ। ମୁଁ ତୁମ୍ଭର ଓ ତୁମ୍ଭ ଖ୍ରୀଷ୍ଟ ବିଶ୍ୱାସୀ ଓ ଯୀଶୁଙ୍କର ସାକ୍ଷୀ ଭାଇମାନଙ୍କ ପରି ପରମେଶ୍ୱରଙ୍କର ଜଣେ ସେବକ ମାତ୍ର। ତେଣୁ ପରମେଶ୍ୱରଙ୍କୁ ଉପାସନା କର! କାରଣ ଯୀଶୁଙ୍କ ପାଇଁ ସାକ୍ଷ୍ୟ ହେଉଛି ଭବିଷ୍ୟଦ୍ବାଣୀର ମୂଳ ଆତ୍ମା ସ୍ୱରୂପ।’’
11
ଶ୍ୱେତ ଅଶ୍ୱର ଆରୋହୀ ତା’ପରେ ମୁଁ ସ୍ୱର୍ଗ ଖୋଲିଯିବାର ଦେଖିଲି। ସେଠାରେ ଗୋଟିଏ ଶ୍ୱେତ ଅଶ୍ୱ, ଠିଆ ହୋଇଥିଲା। ଅଶ୍ୱାରୋହୀଙ୍କ ନାମ ‘ବିଶ୍ୱସ୍ତ’ ଓ ‘ସତ୍ୟବାନ’। ସେ ନ୍ୟାୟପୂର୍ଣ୍ଣ ଭାବରେ ବିଗ୍ଭର କରନ୍ତି ଓ ଲଢ଼ନ୍ତି।
12
ତାହାଙ୍କର ଚକ୍ଷୁ ଦୁଇଟି ଜ୍ୱଳନ୍ତ ଅଗ୍ନି ସଦୃଶ। ତାହାଙ୍କ ମସ୍ତକରେ ଅନେକ ଗୁଡ଼ିଏ ମୁକୁଟ ଅଛି। ତାହାଙ୍କ କପାଳରେ ଗୋଟିଏ ନାମ ଲେଖା ଯାଇଥିଲା, କିନ୍ତୁ ତାହାଙ୍କ ବ୍ୟତୀତ ଅନ୍ୟ କେହି ସେ ନାମ ଜାଣି ନ ଥିଲେ।
13
ସେ ରକ୍ତଭିଜା ଗୋଟିଏ ରାଜ ପୋଷାକ ପିନ୍ଧିଥିଲେ। ତାହାଙ୍କ ନାମ ‘ପରମେଶ୍ୱରଙ୍କ ବାକ୍ୟ’।
14
ସ୍ୱର୍ଗର ସେନାବାହିନୀଗଣ ତାହାଙ୍କର ଅନୁଗମନ କରୁଥିଲେ। ସେମାନେ ମଧ୍ୟ ଶ୍ୱେତଅଶ୍ୱ ଉପରେ ବସିଥିଲେ। ସେମାନେ ସୂକ୍ଷ୍ମ ପରିଷ୍କୃତ, ଶୁଭ୍ରବସ୍ତ୍ର ପିନ୍ଧିଥିଲେ।
15
ସେହି ଅଶ୍ୱାରୋହୀଙ୍କ ମୁଖରୁ ଗୋଟିଏ ତୀକ୍ଷ୍ଣ ଖଣ୍ଡା ବାହାରି ଥିଲା। ସେ ଜାତିଗଣଙ୍କୁ ଦମନ କରିବା ପାଇଁ ଏହି ଖଣ୍ତାର ପ୍ରୟୋଗ କରିବେ। ସେ ଲୌହଦଣ୍ଡରେ ସେମାନଙ୍କୁ ଶାସନ କରିବେ। ସେ ସର୍ବଶକ୍ତିମାନ୍ ପରମେଶ୍ୱରଙ୍କର କ୍ରୋଧରୂପ ଦ୍ରାକ୍ଷାପେଷା କୁଣ୍ଡକୁ ଦଳି ପକାଇବେ।
16
ତାହାଙ୍କ ପୋଷାକ ଓ ଜଘଂଦେଶରେ ଏହା ଲେଖାଥିଲା: ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ
17
ତା’ପରେ ମୁଁ ଜଣେ ଦୂତଙ୍କୁ ସୂର୍ଯ୍ୟ ମଧ୍ୟରେ ଠିଆ ହେବାର ଦେଖିଲି। ସେ ଆକାଶରେ ଉଡ଼ୁଥିବା ସବୁ ପକ୍ଷୀମାନଙ୍କୁ ଉଚ୍ଚସ୍ୱରରେ କହିଲେ, “ଆସ, ପରମେଶ୍ୱରଙ୍କର ମହା ଭୋଜି ପାଇଁ ଏକାଠି ହୁଅ।
18
ଆସ, ତୁମ୍ଭେମାନେ ଏକାଠି ହୋଇ ରାଜା, ସେନାପତି ଓ ପ୍ରସିଦ୍ଧ ଲୋକମାନଙ୍କ ଶରୀରର ମାଂସ ତଥା ଅଶ୍ୱ ଓ ସେମାନଙ୍କର ଆରୋହୀଙ୍କର ଓ ସ୍ୱାଧୀନ ଓ ପରାଧୀନ, ସାନ ଓ ବଡ଼, ସବୁ ଲୋକମାନଙ୍କର ମାଂସ ଖାଇବ।”
19
ତା’ପରେ ମୁଁ ସେହି ପଶୁ ଓ ପୃଥିବୀର ରାଜାମାନଙ୍କୁ ଦେଖିଲି। ସେମାନଙ୍କର ସେନାବାହିନୀଗଣ, ଅଶ୍ୱାରୋହୀ ଓ ସେମାନଙ୍କର ସେନାବାହିନୀ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଏକତ୍ର ହେଲେ।
20
କିନ୍ତୁ ସେହି ପଶୁ ବନ୍ଦୀ ହେଲା ଏବଂ ଭଣ୍ଡ ଭବିଷ୍ୟଦ୍ବକ୍ତା ମଧ୍ୟ ବନ୍ଦୀ ହେଲା। ଏହି ଭଣ୍ଡ ଭବିଷ୍ୟଦ୍ବକ୍ତା ସେହି ପଶୁ ପାଇଁ ବହୁତ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିଥିଲା। ଏହି ପଶୁ, ଯିଏ କି ପଶୁର ଚିହ୍ନ ଧାରଣ କରିଥିବା ଓ ତାହାର ପ୍ରତିମାକୁ ପୂଜା କରିଥିବା ଲୋକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ବନ୍ଦୀ ହେଲା। ସେହି ଭଣ୍ଡ ଭବିଷ୍ୟଦ୍ବକ୍ତା ଓ ପଶୁଙ୍କୁ ଗନ୍ଧକ ଜଳୁଥିବା ଅଗ୍ନିପୂର୍ଣ୍ଣ ହ୍ରଦରେ ଜୀବନ୍ତ ଫିଙ୍ଗି ଦିଆଗଲା।
21
ସେମାନଙ୍କର ସେନାବାହିନୀଗଣ ଅଶ୍ୱାରୋହୀଙ୍କ ମୁଖରୁ ବାହାରିଥିବା ଖଡ଼୍ଗରେ ନିହତ ହେଲେ। ସମସ୍ତ ପକ୍ଷୀଗଣ ସେମାନଙ୍କର ଏହି ଶରୀରଗୁଡ଼ିକୁ ପେଟ ପୁରିବା ପର୍ଯ୍ୟନ୍ତ ଖାଇଲେ।
← Chapter 18
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 20 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22