bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Revelation 2
Revelation 2
Odia Bible ERV 2004 (ପବିତ୍ର ବାଇବଲ)
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 3 →
1
ଏଫିସ ମଣ୍ଡଳୀକୁ ଯୀଶୁଙ୍କର ପତ୍ର “ଏଫିସ ନଗରର ମଣ୍ଡଳୀର ଦୂତଙ୍କୁ ଏହା ଲେଖ: “ଯିଏ ଡାହାଣ ହାତରେ ସାତୋଟି ନକ୍ଷତ୍ର ଧରିଛନ୍ତି ଓ ସାତୋଟି ସୁନାର ଦୀପରୂଖା ମଧ୍ୟରେ ଗ୍ଭଲନ୍ତି, ସେ ତୁମ୍ଭକୁ ଏହି କଥାମାନ କହୁଛନ୍ତି।
2
“ମୁଁ ତୁମ୍ଭର କାର୍ଯ୍ୟ ଜାଣେ, ତୁମ୍ଭେ ଯେ କଠିନ ପରିଶ୍ରମ କର ଓ ଅସୀମ ଧୈର୍ଯ୍ୟଧରି ରଖିଥାଅ। ତୁମ୍ଭେ ଯେ ମନ୍ଦ ଲୋକଙ୍କୁ ଗ୍ରହଣ କର ନାହିଁ, ଏହା ମଧ୍ୟ ମୁଁ ଜାଣେ। ଯେଉଁମାନେ ପ୍ରକୃତରେ ପ୍ରେରିତ ନ ହେଲେ ହେଁ ନିଜକୁ ପ୍ରେରିତ ବୋଲି କହନ୍ତି; ସେମାନଙ୍କୁ ତୁମ୍ଭେ ପରୀକ୍ଷା କରିଛ ଏବଂ ସେମାନେ ଯେ ମିଥ୍ୟାବାଦୀ ଅଟନ୍ତି, ଏହା ତୁମ୍ଭେ ଚିହ୍ନି ପାରିଛ।
3
ମୁଁ ଜାଣେ ତୁମ୍ଭର ବହୁତ ଧୈର୍ଯ୍ୟ ଅଛି କାରଣ ତୁମ୍ଭେ ମୋ’ ନାମ ନିମନ୍ତେ କଷ୍ଟ ସହିଛି ଓ ଏସବୁ କରିବାରେ ତୁମ୍ଭେ କ୍ଳାନ୍ତ ହୋଇ ପଡ଼ି ନାହଁ।
4
“କିନ୍ତୁ ତୁମ୍ଭ ବିରୁଦ୍ଧରେ ମୋର ଏହି କଥା ଅଛି: ତୁମ୍ଭର ଆରମ୍ଭରେ ଯେଉଁ ପ୍ରେମ ଥିଲା, ତୁମ୍ଭେ ସେହି ପ୍ରେମ ହରାଇଛ।
5
ତେଣୁ କେଉଁଠାରୁ ତୁମ୍ଭର ପତନର ଆରମ୍ଭ ହୋଇଅଛି, ତାହା ମନେ ପକାଅ। ହୃଦୟ ପରିବର୍ତ୍ତନ କରି ଅନୁତାପ କର ଓ ପୂର୍ବରୁ କରୁଥିବା କାର୍ଯ୍ୟଗୁଡ଼ିକ କର। ତୁମ୍ଭେ ଯଦି ବଦଳିବ ନାହିଁ ତେବେ ମୁଁ ଆସି ତୁମ୍ଭର ଦୀପରୂଖାକୁ ତା’ର ସ୍ଥାନରୁ ଅଲଗା କରିଦେବି।
6
ତୁମ୍ଭେ କେତେକ ଉତ୍ତମ କାର୍ଯ୍ୟ କରୁଛି। ତୁମ୍ଭେ ନିକଲାୟତୀୟମାନଙ୍କର କାର୍ଯ୍ୟ କଳାପକୁ ଘୃଣା କର। ମୁଁ ମଧ୍ୟ ସେମାନଙ୍କର କାର୍ଯ୍ୟକୁ ଘୃଣା କରେ।
7
“ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍।”
8
ସ୍ମୁର୍ଣ୍ଣା ମଣ୍ଡଳୀକୁ ଯୀଶୁଙ୍କର ପତ୍ର “ସ୍ମୁର୍ଣ୍ଣା ମଣ୍ଡଳୀର ଦୂତଙ୍କୁ ଏହା ଲେଖ: “ଯେ ପ୍ରଥମ ଓ ଶେଷ, ଯେ ମୃତ ହୋଇ ପୁଣି ଥରେ ଜୀବିତ ହୋଇଥିଲେ, ସେ ତୁମ୍ଭକୁ ଏହି କଥା କହୁଛନ୍ତି,
9
“ମୁଁ ତୁମ୍ଭର କଷ୍ଟ ଜାଣେ। ମୁଁ ଜାଣେ, ତୁମ୍ଭେ ଗରିବ। କିନ୍ତୁ ପ୍ରକୃତରେ ତୁମ୍ଭେ ଧନୀ। ତୁମ୍ଭ ବିରୁଦ୍ଧରେ ଅପବାଦ ମୁଁ ଶୁଣିଛି। ସେହି ମନ୍ଦକଥା କହିବା ଲୋକମାନେ ଯିହୂଦୀ ଅଟନ୍ତି। କିନ୍ତୁ ସେମାନେ ପ୍ରକୃତ ଯିହୂଦୀ ନୁହନ୍ତି। ସେମାନେ ଶୟତାନର ଦଳର ଲୋକ।
10
ତୁମ୍ଭ ପାଇଁ ଯେଉଁସବୁ ଦୁଃଖ ଆସୁଛି, ସେଥିପାଇଁ ଭୟ କର ନାହିଁ। ମୁଁ ଜାଣେ, ତୁମ୍ଭମାନଙ୍କ ଭିତରୁ କେତେ ଜଣଙ୍କୁ ଶୟତାନ କାରାଗାରରେ ରଖିବ। ସେ ତୁମ୍ଭମାନଙ୍କୁ ପରୀକ୍ଷା କରିବା ପାଇଁ ଏପରି କରିବ। ତୁମ୍ଭେମାନେ ଦଶ ଦିନ ପର୍ଯ୍ୟନ୍ତ ଦୁଃଖ କଷ୍ଟ ସହିବ। କିନ୍ତୁ ବିଶ୍ୱସ୍ତ ରୁହ, କାରଣ ତୁମ୍ଭକୁ ହୁଏତ ମୃତ୍ୟୁବରଣ କରିବାକୁ ପଡ଼ିପାରେ। ତୁମ୍ଭେ ଯଦି ବିଶ୍ୱସ୍ତ ରହିବ, ତେବେ ମୁଁ ତୁମ୍ଭକୁ ଜୀବନରୂପକ ମୁକୁଟ ଦେବି।
11
“ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍। ଯେ ବିଜୟୀ ହୁଏ, ସେ ଦ୍ୱିତୀୟ ମୃତ୍ୟୁ ଦ୍ୱାରା ଆଦୌ କ୍ଷତିଗ୍ରସ୍ତ ହେବ ନାହିଁ।”
12
ପର୍ଗମ ମଣ୍ଡଳୀକୁ ଯୀଶୁଙ୍କର ପତ୍ର “ପର୍ଗମ ମଣ୍ଡଳୀକୁ ଦୂତଙ୍କୁ ଏହା ଲେଖ: “ଯାହାଙ୍କର ତୀକ୍ଷ୍ଣ ଦ୍ୱିଧାରଯୁକ୍ତ ଖଡ଼୍ଗ ଅଛି, ସେ ଏହା ତୁମ୍ଭକୁ କହୁଛନ୍ତି।
13
“ମୁଁ ଜାଣେ ଯେ, ଶୟତାନର ସିଂହାସନ ଯେଉଁଠାରେ ରହିଛି, ସେହି ନଗରରେ ତୁମ୍ଭେ ବାସ କରୁଛ। ତଥାପି ତୁମ୍ଭେ ମୋ’ ପ୍ରତି ନିଷ୍ଠାବାନ ହୋଇଅଛ ଏପରିକି, ଶୟତାନ ବାସ କରୁଥିବା ସେହି ନଗରରେ ମୋର ବିଶ୍ୱସ୍ତ ସାକ୍ଷୀ ଆନ୍ତିପାଙ୍କୁ ହତ୍ୟା କରାଯିବା ସମୟରେ ମଧ୍ୟ ତୁମ୍ଭେ ମୋ’ଠାରେ ବିଶ୍ୱାସ କରୁଅଛ ବୋଲି ଅସ୍ୱୀକାର କରି ନ ଥିଲା।
14
“ତଥାପି ମୋର ତୁମ୍ଭ ବିରୁଦ୍ଧରେ କିଛି କହିବାକୁ ଅଛି: ତୁମ୍ଭ ଦଳ ଭିତରୁ କେତେକ ଲୋକ ବିଲିୟାମର ଶିକ୍ଷା ଅନୁସରଣ କରୁଛନ୍ତି। ଏହି ବିଲିୟାମ ବାଲାକ ପ୍ରତିମାକୁ ଅର୍ପିତ ହୋଇଥିବା ଖାଦ୍ୟ ଖାଇବା ପାଇଁ ଓ ଯୌନଗତ ପାପ କରି ଇସ୍ରାଏଲର ଲୋକମାନଙ୍କୁ ପାପ କରିବା ପାଇଁ ଶିଖାଇଥିଲା।
15
ସେହିପରି ତୁମ୍ଭ ଦଳର କେତେକ ଲୋକମାନେ ନୀକଲାୟତୀୟମାନଙ୍କର ଶିକ୍ଷା ଅନୁସରଣ କରୁଛନ୍ତି।
16
ତେଣୁ ତୁମ୍ଭେ ମନ ପରିବର୍ତ୍ତନ କର। ଯଦି ତୁମ୍ଭେ ମନ ପରିବର୍ତ୍ତନ କରିବ ନାହିଁ, ତେବେ ମୁଁ ତୁମ୍ଭ ପାଖକୁ ଶୀଘ୍ର ଆସିବି ଓ ମୋର ମୁଖରୁ ବାହାରୁଥିବା ଖଡ଼୍ଗରେ ସେହି ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବି।
17
“ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍। “ଯେ ବିଜୟୀ ହୁଏ, ତାହାକୁ ମୁଁ ଗୁପ୍ତ ମାନ୍ନା ଦେବି। “ମୁଁ ତାହାକୁ ଗୋଟିଏ ଧଳା ପଥର ଦେବି, ଯାହା ଉପରେ ଗୋଟିଏ ନୂତନ ନାମ ଲେଖାଥିବ। ଯେଉଁ ବ୍ୟକ୍ତି ଏହି ପଥର ପାଇବ, ତାହାଛଡ଼ା କୌଣସି ଲୋକ ଏହି ନୂତନ ନାମ ବିଷୟରେ ଜାଣନ୍ତି ନାହିଁ।”
18
ଥୁୟତୀରା ମଣ୍ଡଳୀକୁ ଯୀଶୁଙ୍କର ପତ୍ର “ଥୁୟତୀରା ମଣ୍ଡଳୀର ଦୂତଙ୍କୁ ଏହା ଲେଖ: “ପରମେଶ୍ୱରଙ୍କର ପୁତ୍ର, ଯାହାଙ୍କର ଆଖି ଅଗ୍ନିଶିଖା ପରି ପ୍ରଜ୍ୱଳିତ ଓ ପାଦ ଦୁଇଟି ପିତ୍ତଳ ପରି ଉଜ୍ଜ୍ୱଳ ସେ ତୁମ୍ଭକୁ ଏହି କଥା କୁହନ୍ତି:
19
“ମୁଁ ତୁମ୍ଭ କାର୍ଯ୍ୟ ବିଷୟରେ ଜାଣେ, ମୁଁ ତୁମ୍ଭର ପ୍ରେମ, ବିଶ୍ୱାସ, ସେବା, ଓ ଧୈର୍ଯ୍ୟ ବିଷୟରେ ମଧ୍ୟ ଜାଣେ। ମୁଁ ଜାଣେ, ତୁମ୍ଭେ ଆରମ୍ଭରେ କରିଥିବା କାର୍ଯ୍ୟ ଅପେକ୍ଷା ଅଧିକ କାର୍ଯ୍ୟ କରୁଛ।
20
କିନ୍ତୁ ମୋର ତୁମ୍ଭ ବିରୁଦ୍ଧରେ ଏହି କଥା ଅଛି: ତୁମ୍ଭେ ସେହି ଯିଜେବଲ ନାମ ଧାରିଣୀ ମହିଳାକୁ ତା’ର ଇଚ୍ଛାନୁସାରେ କାର୍ଯ୍ୟ କରିବାକୁ ଦେଉଛ। ସେ ନିଜକୁ ଭବିଷ୍ୟଦ୍ବକ୍ତ୍ରୀ ବୋଲି କହେ। ସେ ତା’ର ଶିକ୍ଷା ଦ୍ୱାରା ମୋର ଲୋକମାନଙ୍କୁ ଭୁଲାଉଅଛି। ସେ ମୋର ଦାସମାନଙ୍କୁ ବ୍ୟଭିଗ୍ଭର ପାପ କରିବାକୁ ଓ ପ୍ରତିମାକୁ ଦିଆ ଯାଉଥିବା ଖାଦ୍ୟ ଖାଇବାକୁ ଶିକ୍ଷା ଦେଉଛି।
21
ମୁଁ ତାହାକୁ ହୃଦୟ ପରିବର୍ତ୍ତନ କରିବାକୁ ଓ ପାପ ପଥରୁ ଦୂରେଇ ଯିବା ପାଇଁ ସମୟ ଦେଲେ ହେଁ ସେ ନିଜକୁ ପରିବର୍ତ୍ତନ କରିବାକୁ ଇଚ୍ଛା କରୁ ନାହିଁ।
22
“ତେଣୁ ମୁଁ ତାକୁ ଯନ୍ତ୍ରଣାପୂର୍ଣ୍ଣ ଶଯ୍ୟାରେ ପକାଇ ଦେବି। ତା’ସହିତ ଯେଉଁମାନେ ବ୍ୟଭିଗ୍ଭର ପାପକର୍ମ କରିବେ, ସେମାନେ ମଧ୍ୟ କଷ୍ଟ ଭୋଗିବେ। ସେମାନେ ଯଦି ତା’ର ମନ୍ଦକାର୍ଯ୍ୟରୁ ନିଜକୁ ଫେରାଇ ନ ଆଣିବେ, ତେବେ ମୁଁ ସେମାନଙ୍କୁ ଦଣ୍ଡ ଦେବି।
23
ମୁଁ ତା’ର ସନ୍ତାନମାନଙ୍କୁ ମଧ୍ୟ ମହାମାରୀ ଦ୍ୱାରା ବଧ କରିବି। ସେତେବେଳେ ସମସ୍ତ ମଣ୍ଡଳୀବର୍ଗ ଜାଣିବେ ଯେ, ମୁଁ, ଲୋକମାନଙ୍କର ଭାବନା ଓ ବିଗ୍ଭର ଗୁଡ଼ିକ ଜାଣେ ଓ ତାହାର ପରୀକ୍ଷା କରେ। ମୁଁ ତୁମ୍ଭ ପ୍ରତ୍ୟେକଙ୍କୁ ତୁମ୍ଭର କର୍ମ ଅନୁସାରେ ଫଳ ଦେବି।
24
“କିନ୍ତୁ ଥୁୟତୀରାର ଯେଉଁ ଅବଶିଷ୍ଟ ଲୋକେ ତା’ର ଶିକ୍ଷା ଅନୁସରଣ କରି ନାହାନ୍ତି ଓ ସେମାନଙ୍କର କହିବା ଶୟତାନର ନିଗୁଢ଼ତତ୍ତ୍ୱ ଗ୍ରହଣ କରି ନାହାନ୍ତି, “ମୁଁ ସେମାନଙ୍କୁ ଏହା କହୁଛି: ମୁଁ ତୁମ୍ଭମାନଙ୍କ ଉପରେ କୌଣସି ଅନ୍ୟ ଭାର ଲଦିବି ନାହିଁ।
25
ମୁଁ ଆସିବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ନିକଟରେ ଯାହା ଅଛି, ତାହା ଦୃଢ଼ ଭାବେ ଧରି ରଖିଥାଅ।
26
“ଯେ ବିଜୟୀ ହୁଏ ଓ ଶେଷପର୍ଯ୍ୟନ୍ତ ମୋ’ ଇଚ୍ଛା ଅନୁଯାୟୀ କାର୍ଯ୍ୟରେ ଲାଗିରହେ, ମୁଁ ତାହାକୁ ଜାତିଗୁଡ଼ିକ ଉପରେ ଶାସନ କରିବାର ଶକ୍ତି ଦେବି।
27
“ସେ ଲୌହଦଣ୍ଡରେ ସେମାନଙ୍କୁ ଶାସନ କରିବ। ସେ ସେମାନଙ୍କୁ ମାଟିପାତ୍ର ଭଳି ଭାଙ୍ଗି ଖଣ୍ଡ-ଖଣ୍ଡ କରିଦେବ।”
28
ମୁଁ ମୋର ପରମପିତାଙ୍କଠାରୁ ଏହି କ୍ଷମତା ପାଇଥିଲି। ମୁଁ ସେହି ଲୋକଙ୍କୁ ପ୍ରଭାତୀତାରା ମଧ୍ୟ ଦେବି।
29
ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 3 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22