bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Revelation 21
Revelation 21
Odia Bible ERV 2004 (ପବିତ୍ର ବାଇବଲ)
← Chapter 20
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 22 →
1
ନୂତନ ଯିରୁଶାଲମ ଏହା ପରେ ମୁଁ ଗୋଟିଏ ନୂତନ ସ୍ୱର୍ଗ ଓ ନୂତନ ପୃଥିବୀ ଦେଖିଲି। ପ୍ରଥମ ସ୍ୱର୍ଗ ଓ ପ୍ରଥମ ପୃଥିବୀ ଅଦୃଶ୍ୟ ହୋଇଯାଇଥିଲା। ସେଠାରେ ଆଉ ସମୁଦ୍ର ନ ଥିଲା।
2
ତା’ପରେ ମୁଁ ପରମେଶ୍ୱରଙ୍କଠାରୁ ସ୍ୱର୍ଗରୁ ପବିତ୍ର ନଗରୀ ତଳକୁ ଆସିବାର ଦେଖିଲି। ଏହି ପବିତ୍ର ନଗରୀ ନୂତନ ଯିରୁଶାଲମ ଅଟେ। ବର ପାଇଁ କନ୍ୟା ଯେପରି ସୁସଜ୍ଜିତା ହୋଇଥାଏ, ଠିକ୍ ସେହିପରି ଏହା ପ୍ରସ୍ତୁତ ଥିଲା।
3
ମୁଁ ସିଂହାସନରୁ ଏକ ଉଚ୍ଚ ସ୍ୱର ଶୁଣିଲି। ସେହି ସ୍ୱର କହିଲା, “ବର୍ତ୍ତମାନ ପରମେଶ୍ୱରଙ୍କର ବାସସ୍ଥାନ ଲୋକମାନଙ୍କ ପାଖରେ ଅଛି। ସେ ସେମାନଙ୍କ ସହିତ ରହିବେ। ସେମାନେ ତାହାଙ୍କର ଲୋକ ହେବେ। ପରମେଶ୍ୱର ନିଜେ ସେମାନଙ୍କ ସହିତ ରହିବେ ଓ ସେମାନଙ୍କର ପରମେଶ୍ୱର ହେବେ।
4
ପରମେଶ୍ୱର ସେମାନଙ୍କ ଆଖିରୁ ସମସ୍ତ ଲୁହ ପୋଛି ଦେବେ। ଆଉ ଅଧିକ ମୃତ୍ୟୁ, ବିଷାଦ, କ୍ରନ୍ଦନ ବା କଷ୍ଟ ରହିବ ନାହିଁ। ସବୁ ପୁରାତନ ବିଷୟ ଲୋପପାଇଛି।”
5
ସିଂହାସନ ଉପରେ ଯିଏ ବସିଥିଲେ, ସେ କହିଲେ, “ମୁଁ ସମସ୍ତ ବିଷୟ ନୂତନ କରୁଅଛି।” ତା’ପରେ ସେ କହିଲେ, “ଏହା ଲେଖି ରଖ, କାରଣ ଏହି କଥାସବୁ ବିଶ୍ୱାସ ଯୋଗ୍ୟ ଓ ସତ୍ୟ।”
6
ସିଂହାସନରେ ବସିଥିବା ବ୍ୟକ୍ତି ମୋତେ କହିଲେ, “ଏହା ସମାପ୍ତ ହୋଇଯାଇଛି। ମୁଁ ହେଉଛି ପ୍ରଥମ ଓ ଶେଷ। ମୁଁ ତୃଷାର୍ତ୍ତ ଲୋକକୁ ବିନା ମୂଲ୍ୟରେ ଜୀବନ୍ତଜଳ ନିର୍ଝରରୁ ପାନ କରିବାକୁ ଦେବି।
7
ଯେ ବିଜୟୀ ହେବ, ସେ ଏହିସବୁ ପାଇବ। ମୁଁ ତାହାର ପରମେଶ୍ୱର ହେବି ଓ ସେ ମୋର ପୁତ୍ର ହେବ।
8
କିନ୍ତୁ ଯେଉଁ ଲୋକମାନେ ଭୀରୁ, ଅବିଶ୍ୱାସୀ, ଘୃଣାକାର୍ଯ୍ୟ, ନରହତ୍ୟା, ଯୌନଗତ ପାପ, ମନ୍ଦ କୁହୁକ କରନ୍ତି ଓ ପ୍ରତିମାପୂଜକ ଏବଂ ମିଥ୍ୟାବାଦୀ ସେମାନେ ଅଗ୍ନି ଓ ଗନ୍ଧକ ଜଳୁଥିବା ହ୍ରଦରେ ସ୍ଥାନ ପାଇବେ। ଏହା ଦ୍ୱିତୀୟ ମୃତ୍ୟୁ।’’
9
ତା’ପରେ ସାତ ଜଣ ସ୍ୱର୍ଗଦୂତଙ୍କ ମଧ୍ୟରୁ ଯେଉଁମାନଙ୍କ ପାଖରେ ସାତୋଟି ଶେଷ କ୍ଳେଶର ସାତ ପାତ୍ର ଥିଲା, ସେହିମାନଙ୍କ ମଧ୍ୟରୁ ଜଣେ ମୋ’ ପାଖକୁ ଆସିଲେ। ସେହି ସ୍ୱର୍ଗଦୂତ ମୋତେ କହିଲେ, “ମୋ’ ସହିତ ଆସ। ମୁଁ ତୁମ୍ଭକୁ ବଧୂକୁ ଦେଖାଇବି। ସେ ମେଷଶାବକଙ୍କର ସ୍ତ୍ରୀ।
10
ସେ ଦୂତ ମୋତେ ଆତ୍ମା ଦ୍ୱାରା ଗୋଟିଏ ବହୁତ ବଡ଼ ଓ ଉଚ୍ଚ ପର୍ବତକୁ ନେଇଗଲେ। ସେ ମୋତେ ପବିତ୍ର ନଗରୀ ଯିରୁଶାଲମ ଦେଖାଇଲେ। ମୁଁ ସେହି ନଗରୀକୁ ପରମେଶ୍ୱରଙ୍କ ପାଖରୁ ସ୍ୱର୍ଗରୁ ଆସିବାର ଦେଖିଲି।
11
ସେହି ନଗରୀ ପରମେଶ୍ୱରଙ୍କ ଗୌରବରେ ଉଜ୍ଜ୍ୱଳମୟ ଦେଖାଯାଉଥିଲା। ଏହା ମୂଲ୍ୟବାନ ମଣି, ସୂର୍ଯ୍ୟକାନ୍ତ ପରି ଉଜ୍ଜ୍ୱଳ ହୋଇ ଝଲକୁଥିଲା। ଏହା ସ୍ଫଟିକ ପରି ସ୍ୱଚ୍ଛ ଥିଲା।
12
ନଗରୀର ଗୋଟିଏ ବଡ଼ ଉଚ୍ଚ କାନ୍ଥ ଥିଲା। ଏହାର ବାରଟି ପ୍ରବେଶଦ୍ୱାର ଥିଲା। ସେହି ଦ୍ୱାରମାନଙ୍କରେ ବାରଟି ସ୍ୱର୍ଗଦୂତ ଥିଲେ। ପ୍ରତ୍ୟେକ ପ୍ରବେଶ ଦ୍ୱାରରେ ଇସ୍ରାଏଲର ବାରଟି ପରିବାରର ଗୋଟିଏ ଗୋଟିଏ ଦଳର ନାମ ଖୋଦିତ ଥିଲା।
13
ସେଠାରେ ପୂର୍ବ ଦିଗରେ ତିନୋଟି ପ୍ରବେଶ ଦ୍ୱାରା, ଉତ୍ତରରେ ତିନୋଟି ପ୍ରବେଶ ଦ୍ୱାର, ଦକ୍ଷିଣରେ ତିନୋଟି ପ୍ରବେଶ ଦ୍ୱାର ଏବଂ ପଶ୍ଚିମ ଦିଗରେ ତିନୋଟି ଦ୍ୱାର ଥିଲା।
14
ନଗରୀର କାନ୍ଥସବୁ ବାରଟି ମୂଳଦୁଆ ପଥର ଉପରେ ଥିଲା। ସେହି ପଥର ଉପରେ ମେଷଶାବକଙ୍କର ବାରଜଣ ପ୍ରେରିତଙ୍କର ନାମ ଲେଖାଯାଇଥିଲା।
15
ମୋ’ ସହିତ କଥାବାର୍ତ୍ତା ହେଉଥିବା ସ୍ୱର୍ଗଦୂତଙ୍କ ହାତରେ ଗୋଟିଏ ସୁନାର ମାପଦଣ୍ଡ ଥିଲା। ସେ ନଗର, ଏହାର ପ୍ରବେଶ ଦ୍ୱାର ଏବଂ ଏହାର କାନ୍ଥ ମାପ କରିବା ପାଇଁ ଏହି ମାପଦଣ୍ଡ ନିଜ ହାତରେ ରଖିଥିଲେ।
16
ସେହି ନଗରୀଟି ଗ୍ଭରି କୋଣିଆ ଥିଲା। ଏହାର ଲମ୍ବା ଓ ଚଉଡ଼ା ସମାନ। ସେହି ଦୂତ ମାପଦଣ୍ଡରେ ନଗରୀକୁ ମାପିଲେ। ନଗରୀର ଲମ୍ବା 12,000 ଷ୍ଟାଡ଼ିଆ, ଚଉଡ଼ା 12,000 ଷ୍ଟାଡ଼ିଆ ଓ ଉଚ୍ଚତା ମଧ୍ୟ 12,000 ଷ୍ଟାଡ଼ିଆ ଥିଲା।
17
ସେ ଦୂତ କାନ୍ଥର ଉଚ୍ଚତା ମଧ୍ୟ ମାପିଲେ ଏହା 144 ହାତ ହେଲା। ଦୂତ ମନୁଷ୍ୟମାନଙ୍କ ଦ୍ୱାରା ବ୍ୟବହୃତ ମାନଦଣ୍ଡରେ ମାପିଥିଲେ।
18
ସେହି ନଗରୀର କାନ୍ଥ ସୂର୍ଯ୍ୟକାନ୍ତମଣିରେ ତିଆରି ହୋଇଥିଲା। ସେହି ନଗରୀ ସ୍ୱଚ୍ଛକାଚ ପରି ଉଜ୍ଜ୍ୱଳ ଖାଣ୍ଟି ସୁନାରେ ତିଆରି ହୋଇଥିଲା।
19
ନଗରୀ କାନ୍ଥର ମୂଳଦୁଆ ପଥରରେ ବହୁମୂଲ୍ୟ ମଣି ଖଚିତ ଥିଲା। ପ୍ରଥମ କୋଣ ପଥରଟି ହୀରକମଣି, ଦ୍ୱିତୀୟଟି ନୀଳକାନ୍ତମଣି, ତୃତୀୟ ବୈଦୂର୍ଯ୍ୟମଣି, ଚତୁର୍ଥଟି ମରକତମଣି ଥିଲା।
20
ପଞ୍ଚମରେ ପୁଲକମଣି, ଷଷ୍ଠ ମାଣିକ୍ୟମଣି, ସପ୍ତମଟି ପୁଷ୍ପରାଗମଣି, ଅଷ୍ଟମରେ ଫିରୋଜମଣି, ନବମରେ ଗୋମେଦକମଣି, ଦଶମରେ ଲଶୁନୀୟମଣି, ଏକାଦଶରେ ଇନ୍ଦ୍ରନୀଳମଣି, ଓ ଦ୍ୱାଦଶରେ ସୁଗନ୍ଧମଣି ଖଚିତ ଥିଲା।
21
ବାରଟି ପ୍ରବେଶ ଦ୍ୱାର ହେଉଛି ବାର ଗୋଟି ମୁକ୍ତା। ପ୍ରତ୍ୟେକ ପ୍ରବେଶ ଦ୍ୱାର ଗୋଟିଏ ଲେଖା ମୁକ୍ତାରେ ତିଆରି ହୋଇଥିଲା। ନଗରର ରାଜପଥ ନିର୍ମିତ କାଚପରି, ଖାଣ୍ଟି ସୁନାରେ ତିଆରି ହୋଇଥିଲା।
22
ମୁଁ ସେହି ନଗରୀ ଭିତରେ କୌଣସି ମନ୍ଦିର ଦେଖିଲି ନାହିଁ। ସର୍ବଶକ୍ତିମାନ୍ ପ୍ରଭୁ ପରମେଶ୍ୱର ଓ ମେଷଶାବକ ହେଉଛନ୍ତି ସେହି ନଗରର ମନ୍ଦିର।
23
ସେହି ନଗରୀକୁ ଆଲୋକ ଦେବା ପାଇଁ ସୂର୍ଯ୍ୟ ବା ଚନ୍ଦ୍ରର ଆବଶ୍ୟକତା ନାହିଁ। ପରମେଶ୍ୱରଙ୍କର ମହିମା ନଗରୀକୁ ଆଲୋକ ଦିଏ। ମେଷଶାବକ ସେହି ନଗରୀର ପ୍ରଦୀପ ସ୍ୱରୂପ।
24
ନଗରୀର ଆଲୋକରେ ଜାତିସମୂହର ଲୋକମାନେ ଗ୍ଭଲିବେ। ପୃଥିବୀର ରାଜାମାନେ ସେମାନଙ୍କର ଐଶ୍ୱର୍ଯ୍ୟ ଏହି ନଗରୀକୁ ଦେବେ।
25
ସେହି ନଗରୀର ଦ୍ୱାରଗୁଡ଼ିକ କୌଣସି ଦିନ ବନ୍ଦ ରହିବ ନାହିଁ, କାରଣ ସେଠାରେ କେବେ ହେଲେ ରାତି ହେବ ନାହିଁ।
26
ସେହି ନଗରକୁ ଜାତିସମୂହର ଐଶ୍ୱର୍ଯ୍ୟ ଓ ମହିମା ଅଣାଯିବ।
27
କୌଣସି ଅଶୁଚି ଜିନିଷ ତା’ ଭିତରେ ପ୍ରବେଶ କରିବ ନାହିଁ। ଲଜ୍ଜାପୂର୍ଣ୍ଣ କାର୍ଯ୍ୟ କରିବା ଲୋକ ଓ ମିଥ୍ୟା କହିବା ଲୋକ ତା’ ଭିତରେ ପଶିପାରିବେ ନାହିଁ। ମେଷଶାବକଙ୍କ ଜୀବନପୁସ୍ତକରେ ନାମ ଲେଖା ହୋଇଥିବା ଲୋକମାନେ ସେହି ନଗରୀ ଭିତରେ ପ୍ରବେଶ କରିବେ।
← Chapter 20
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 22 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22