bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Revelation 22
Revelation 22
Odia Bible ERV 2004 (ପବିତ୍ର ବାଇବଲ)
← Chapter 21
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
1
ତା’ପରେ ଦୂତ ମୋତେ ଜୀବନଜଳର ନଦୀ ଦେଖାଇଲେ। ସେ ନଦୀଟି ସ୍ଫଟିକ ପରି ଉଜ୍ଜ୍ୱଳ ଥିଲା। ସେହି ନଦୀ ପରମେଶ୍ୱର ଓ ମେଷଶାବକଙ୍କ ସିଂହାସନରୁ ପ୍ରବାହିତ ହେଉଛି।
2
ଏହା ନଗରୀର ରାଜପଥ ଦେଇ ତଳକୁ ବୋହିଯାଏ। ନଦୀର ଦୁଇ ପଟେ ଜୀବନ ବୃକ୍ଷ ଥିଲା। ଏହି ବକ୍ଷରେ ପ୍ରତିବର୍ଷ ବାର ଥର ଫଳ ଫଳେ। ଏହା ପ୍ରତିମାସ ଫଳ ଦିଏ। ଏହି ଗଛର ପତ୍ରଗୁଡ଼ିକ ଜାତିସମୂହର ସୁସ୍ଥତା ପାଇଁ ଅଟେ।
3
ସେଠାରେ ପରମେଶ୍ୱରଙ୍କ ଦ୍ୱାରା ବିଗ୍ଭରିତ ଦୋଷୀ ବିଷୟ ରହିବ ନାହିଁ। ପରମେଶ୍ୱର ଓ ମେଷଶାବକଙ୍କ ସିଂହାସନ ସେଠାରେ ରହିବ। ତାହାଙ୍କର ସେବକମାନେ ତାହାଙ୍କୁ ଉପାସନା କରିବେ।
4
ସେମାନେ ତାହାଙ୍କ ମୁଖ ଦେଖିବେ। ସେମାନଙ୍କ କପାଳରେ ପରମେଶ୍ୱରଙ୍କର ନାମ ଲେଖାହେବ।
5
ସେଠାରେ ଆଉ କେବେ ରାତି ହେବ ନାହିଁ। ଲୋକମାନେ ପ୍ରଦୀପର କିମ୍ବା ସୂର୍ଯ୍ୟର ଆଲୋକ ଆଉ ଆବଶ୍ୟକ କରିବେ ନାହିଁ। ପ୍ରଭୁ ପରମେଶ୍ୱର ସେମାନଙ୍କୁ ଆଲୋକ ଦେବେ। ସେମାନେ ରାଜାଙ୍କ ପରି ସଦାସର୍ବଦା ପାଇଁ ରାଜତ୍ୱ କରିବେ।
6
ସେ ସ୍ୱର୍ଗଦୂତ ମୋତେ କହିଲେ, “ଏହି କଥାଗୁଡ଼ିକ ସତ୍ୟ ଓ ବିଶ୍ୱାସ ଯୋଗ୍ୟ। ପ୍ରଭୁ ଭବିଷ୍ୟଦ୍ବକ୍ତାମାନଙ୍କ ଆତ୍ମାର ପରମେଶ୍ୱର ଅଟନ୍ତି। ଯାହା ଶୀଘ୍ର ଘଟିବ, ତାହା ତାହାଙ୍କ ସେବକମାନଙ୍କୁ ଦେଖାଇବା ପାଇଁ ପରମେଶ୍ୱର ସ୍ୱର୍ଗଦୂତଙ୍କୁ ପଠାଇଛନ୍ତି।
7
‘ଶୁଣ, ଆମ୍ଭେ ଶୀଘ୍ର ଆସୁଅଛୁ! ଏହି ପୁସ୍ତକରେ ଲେଖାଥିବା ଭବିଷ୍ୟଦ୍ବାଣୀର ବାକ୍ୟଗୁଡ଼ିକୁ ଯେଉଁ ଲୋକ ପାଳନ କରିବ, ସେ ଧନ୍ୟ ହେବ।’”
8
ମୁଁ ଯୋହନ। ମୁଁ ଏସବୁ ଶୁଣିଛି ଓ ଦେଖିଛି। ପୁଣି କଥା ଶୁଣିବା ଓ ଦେଖିବା ପରେ ମୁଁ ଏସବୁ କହିବାଦୂତଙ୍କ ପାଦତଳେ ପ୍ରଣାମ କରିବା ପାଇଁ ପଡ଼ିଗଲି।
9
କିନ୍ତୁ ସେହି ଦୂତ ମୋତେ କହିଲେ, “ମୋତେ ପ୍ରଣାମ କର ନାହିଁ! ମୁଁ ତୁମ୍ଭର ପରି, ଓ ତୁମ୍ଭର ଭବିଷ୍ୟଦ୍ବକ୍ତାମାନଙ୍କ ପରି ଜଣେ ସେବକ। ମୁଁ ସେହିମାନଙ୍କ ପରି ଜଣେ ସେବକ ଯିଏ, ଏହି ପୁସ୍ତକର ବାକ୍ୟଗୁଡ଼ିକୁ ପାଳନ କରେ। ତେଣୁ ତୁମ୍ଭେ କେବଳ ପରମେଶ୍ୱରଙ୍କୁ ପ୍ରଣାମ କର।”
10
ତା’ପରେ ସ୍ୱର୍ଗଦୂତ ମୋତେ କହିଲେ, “ଏହି ପୁସ୍ତକରେ ଥିବା ଭବିଷ୍ୟଦ୍ବାଣୀର ବାକ୍ୟଗୁଡ଼ିକୁ ଗୋପନୀୟ ରଖ ନାହିଁ। ଏସବୁ ଘଟିବାର ସମୟ ପାଖେଇ ଆସିଲାଣି।
11
ଯେ ମନ୍ଦ କରୁଛି, ତାହାକୁ ମନ୍ଦ କରିବାକୁ ଦିଅ। ଯେ ଅଶୁଚି, ସେ ଅଶୁଚି ହୋଇ ରହୁ। ଯେ ଭଲ କରୁଛି, ତାହାକୁ ଭଲ କରିବାକୁ ଦିଅ। ଯେ ପବିତ୍ର, ତାହାକୁ ପବିତ୍ର ହୋଇ ରହିବାକୁ ଦିଅ।”
12
“ଶୁଣ! ଆମ୍ଭେ ଶୀଘ୍ର ଆସୁଛୁ, ଆମ୍ଭେ ସାଙ୍ଗରେ ପୁରସ୍କାର ନେଇ ଆସିବା। ଆମ୍ଭେ ପ୍ରତ୍ୟେକ ବ୍ୟକ୍ତିକୁ ତା’ର କର୍ମ ଅନୁସାରେ ପ୍ରତିଦାନ ଦେବା।
13
ଆମ୍ଭେ ପ୍ରଥମ ଓ ଶେଷ; କ ଓ କ୍ଷ, ଆଦି ଓ ଅନ୍ତ।”
14
“ଯେଉଁ ଲୋକମାନେ ନିଜର ରାଜ ପୋଷାକ ଧୋଇଛନ୍ତି, ସେମାନେ ଧନ୍ୟ ହେବେ। ଜୀବନ ବୃକ୍ଷର ଫଳ ଖାଇବା ପାଇଁ ସେମାନଙ୍କର ଅଧିକାର ରହିଛି। ସେମାନେ ନଗରୀ ଭିତରକୁ ନଗରୀ ଦ୍ୱାର ଦେଇ ପ୍ରବେଶ କରି ପାରିବେ।
15
କିନ୍ତୁ କୁକୁରମାନେ, ମନ୍ଦ କୁହୁକ କରୁଥିବା ଲୋକମାନେ, ଯେଉଁମାନେ ଯୌନଗତ ପାପ କରନ୍ତି, ନରହନ୍ତାମାନେ, ପ୍ରତିମାପୂଜକଗଣ, ମିଥ୍ୟାପ୍ରିୟ ଓ ମିଥ୍ୟାବାଦୀମାନେ ନଗରର ବାହାରେ ରହିବେ।”
16
“ଆମ୍ଭେ ନିଜେ ଯୀଶୁ। ମୁଁ ମଣ୍ଡଳୀଗୁଡ଼ିକୁ ଏହି ସମସ୍ତ କହିବା ପାଇଁ ମୋର ଦୂତଙ୍କୁ ତୁମ୍ଭ ପାଖକୁ ପଠାଇଛି। ଆମ୍ଭେ ଦାଉଦଙ୍କ ପରିବାରର ବଂଶଜାତ। ଆମ୍ଭେ ଉଜ୍ଜ୍ୱଳ ପ୍ରଭାତୀ ତାରା।”
17
ଆତ୍ମା ଓ କନ୍ୟା କହନ୍ତି, “ଆସ!” ଏସବୁ ଶୁଣୁଥିବା ପ୍ରତ୍ୟେକ ଲୋକ ମଧ୍ୟ କହୁ, “ଆସ!” ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନା ମୂଲ୍ୟରେ ଜୀବନର ଜଳପାନ କରିପାରେ।
18
ଏହି ପୁସ୍ତକର ଭବିଷ୍ୟଦ୍ବାଣୀର ବାକ୍ୟଗୁଡ଼ିକୁ ଶୁଣୁଥିବା ପ୍ରତ୍ୟେକ ଲୋକକୁ ମୁଁ ସତର୍କ କରିଦିଏ। କେହି ଯଦି ଏହି ବାକ୍ୟଗୁଡ଼ିକ ସହିତ କିଛି ଯୋଗକରେ ତେବେ ପରମେଶ୍ୱର ତାହାକୁ ଏହି ପୁସ୍ତକରେ ଲେଖାଥିବା କ୍ଳେଶଗୁଡ଼ିକ ଦେବେ।
19
ଯଦି କୌଣସି ବ୍ୟକ୍ତି ଏହି ପୁସ୍ତକରେ ଲିଖିତ ଭବିଷ୍ୟଦ୍ବାଣୀର ବାକ୍ୟଗୁଡ଼ିକରୁ କିଛି କାଢ଼ି ଦିଏ, ତେବେ ପରମେଶ୍ୱର ଏହି ପୁସ୍ତକରେ ଲିଖିତ ଜୀବନବୃକ୍ଷ ଓ ପବିତ୍ର ନଗରୀରୁ ତାହାର ଅଧିକାର କାଢ଼ିନେବେ।
20
ଯୀଶୁ ହିଁ ଏସବୁ ସତ୍ୟ କହନ୍ତି। ବର୍ତ୍ତମାନ ସେ କହନ୍ତି, “ହଁ, ଆମ୍ଭେ ଶୀଘ୍ର ଆସୁଛୁ।” ଆମେନ୍। ହେ ପ୍ରଭୁ ଯୀଶୁ ଆସନ୍ତୁ।
21
ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ସମସ୍ତ ଲୋକମାନଙ୍କ ସହିତ ରହିଥାଉ। ଆମେନ୍।
← Chapter 21
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22