bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Revelation 3
Revelation 3
Odia Bible ERV 2004 (ପବିତ୍ର ବାଇବଲ)
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 4 →
1
ସାର୍ଦ୍ଦୀ ମଣ୍ଡଳୀକୁ ଯୀଶୁଙ୍କର ପତ୍ର “ସାର୍ଦ୍ଦୀ ମଣ୍ଡଳୀର ଦୂତଙ୍କୁ ଏହା ଲେଖ: “ଯାହାଙ୍କଠାରେ ପରମେଶ୍ୱରଙ୍କର ସାତୋଟି ଆତ୍ମା ଓ ସାତୋଟି ନକ୍ଷତ୍ର ଅଛି, ସେ ଏହି କଥାଗୁଡ଼ିକ ତୁମ୍ଭକୁ କହୁଛନ୍ତି, “ମୁଁ ତୁମ୍ଭ କର୍ମ ବିଷୟରେ ଜାଣେ। ଲୋକମାନେ କହନ୍ତି, ତୁମ୍ଭେ ନାମକୁ ମାତ୍ର ଜୀବିତ, କିନ୍ତୁ ପ୍ରକୃତରେ ମୃତ।
2
ଜାଗି ଉଠ! ତୁମ୍ଭର ଯେଉଁ ଅବଶିଷ୍ଟ ବିଷୟ ଗୁଡ଼ିକ ଲୋପ ପାଇଯାଉଅଛି ସେଗୁଡ଼ିକ ସମ୍ପୂର୍ଣ୍ଣ ମରିଯିବା ପୂର୍ବରୁ ସେସବୁ ଦୃଢ଼ କର। କାରଣ ପରମେଶ୍ୱରଙ୍କ ଦୃଷ୍ଟିରେ ତୁମ୍ଭର କର୍ମକୁ ମୁଁ ନିର୍ଦ୍ଦୋଷ ପାଇ ନାହିଁ।
3
ତେଣୁ ପ୍ରଥମରେ ତୁମ୍ଭେ ଯାହା ଗ୍ରହଣ କରିଥିଲ ଓ ଶୁଣିଥିଲ, ତାହା ମନେ ପକାଅ। ସେଗୁଡ଼ିକର ବାଧ୍ୟ ହୁଅ। ନିଜ ହୃଦୟ ଓ ଜୀବନ ପରିବର୍ତ୍ତନ କର। ତୁମ୍ଭେ ଜାଗ୍ରତ ହୁଅ, ନଚେତ୍ ମୁଁ ଗୋଟିଏ ଗ୍ଭେରପରି ତୁମ୍ଭ ପାଖକୁ ଆସିବି ଓ କେତେବେଳେ ତୁମ୍ଭ ନିକଟକୁ ଆସି ତୁମ୍ଭକୁ ହତବୁଦ୍ଧି କରିଦେବି, ତାହା ତୁମ୍ଭେ ଜାଣି ପାରିବ ନାହିଁ।
4
“ତଥାପି ସାର୍ଦ୍ଦୀରେ କେତେକ ଲୋକ ଅଛନ୍ତି ଯେଉଁମାନେ ନିଜର ବସ୍ତ୍ରକୁ ଅପରିଷ୍କାର କରି ନାହାନ୍ତି। ସେହି ଲୋକମାନେ ଶୁଭ୍ର ବସ୍ତ୍ର ପିନ୍ଧି ମୋ’ ସହିତ ଗମନାଗମନ କରିବେ, କାରଣ ସେମାନେ ସେଥିପାଇଁ ଯୋଗ୍ୟ ଅଟନ୍ତି।
5
ଯେ ବିଜୟୀ ହୁଏ, ସେ ଏହି ଲୋକମାନଙ୍କ ଭଳି ଧଳା ବସ୍ତ୍ର ପିନ୍ଧିବ। ମୁଁ ଜୀବନ ପୁସ୍ତକରୁ ସେହି ଲୋକର ନାମ କଦାପି ଲୋପ କରିବି ନାହିଁ। ମାତ୍ର ମୁଁ ତାହାର ନାମକୁ ମୋହର ପରମପିତା ଓ ତାହାଙ୍କର ଦୂତମାନଙ୍କ ସାମନାରେ ସ୍ୱୀକାର କରିବି।
6
ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।
7
ଫିଲାଦେଲ୍ଫିଆ ମଣ୍ଡଳୀକୁ ଯୀଶୁଙ୍କର ପତ୍ର “ଫିଲାଦେଲ୍ଫିଆସ୍ଥିତ ମଣ୍ଡଳୀର ଦୂତଙ୍କୁ ଏହା ଲେଖ: “ଯେ ପବିତ୍ର ଓ ସତ୍ୟ, ସେ ତୁମ୍ଭକୁ ଏହି କଥା ଲେଖୁଛନ୍ତି। ସେ ଦାଉଦଙ୍କ ଗ୍ଭବି ହାତରେ ଧରିଛନ୍ତି। ସେ ଯାହା ଖୋଲି ଦିଅନ୍ତି, ତାହା ବନ୍ଦ ହୋଇପାରେ ନାହିଁ।
8
“ମୁଁ ତୁମ୍ଭର ସବୁକାର୍ଯ୍ୟ ଜାଣେ। ଦେଖ, ମୁଁ ତୁମ୍ଭ ସମ୍ମୁଖରେ ଗୋଟିଏ ଦ୍ୱାର ଖୋଲା ରଖିଛି। କେହି ତାହାକୁ ବନ୍ଦ କରି ପାରିବେ ନାହିଁ। ମୁଁ ଜାଣେ, ତୁମ୍ଭେ ଦୁର୍ବଳ। କିନ୍ତୁ ତୁମ୍ଭେ ମୋର ଶିକ୍ଷା ଅନୁସରଣ କରିଛ। ତୁମ୍ଭେ ମୋ’ ନାମ ଉଚ୍ଚାରଣ କରିବା ପାଇଁ କେବେ ଭୟ କରି ନାହଁ।
9
ଶୁଣ! ତୁମ୍ଭ ମଧ୍ୟରେ ଶୟତାନର ଗୋଟିଏ ଦଳ ଅଛି। ସେମାନେ ନିଜକୁ ଯିହୂଦୀ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ସେମାନେ ମିଥ୍ୟାବାଦୀ। ସେମାନେ ବାସ୍ତବରେ ଯିହୂଦୀ ନୁହନ୍ତି। ମୁଁ ସେ ଲୋକମାନଙ୍କୁ ତୁମ୍ଭ ସମ୍ମୁଖକୁ ଆଣିବି ଓ ତୁମ୍ଭ ପାଦ ତଳେ ସେମାନଙ୍କର ମୁଣ୍ଡ ନୁଆଁଇବି। ତେବେ ସେମାନେ ଜାଣିବେ ଯେ, ମୁଁ ତୁମ୍ଭକୁ ପ୍ରେମ କରିଛି।
10
ତୁମ୍ଭେ ଧୈର୍ଯ୍ୟର ସହିତ ମୋର ଆଜ୍ଞା ପାଳନ କରିଛ। ତେଣୁ ଜଗତନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମଗ୍ର ଜଗତ ଉପରେ ଦାରୁଣ ତାଡ଼ନା ଓ ପରୀକ୍ଷାର ସମୟ ଆସିବ, ମୁଁ ତୁମ୍ଭକୁ ସେଥିରୁ ରକ୍ଷା କରିବି।
11
“ମୁଁ ଶୀଘ୍ର ଆସୁଛି। ତୁମ୍ଭର ଯାହା ଅଛି, ତାହା ଦୃଢ଼ ଭାବେ ଧରିରଖ। ତେବେ କେହି ତୁମ୍ଭର ମୁକୁଟ ହରଣ କରି ପାରିବ ନାହିଁ।
12
ଯେ ବିଜୟୀ ହୁଏ, ତାହାକୁ ମୁଁ ମୋର ପରମେଶ୍ୱରଙ୍କ ମନ୍ଦିରରେ ଗୋଟିଏ ସ୍ତମ୍ଭ ସ୍ୱରୂପ ରଖିବି। ସେ କଦାପି ସେଠାରୁ ସ୍ଥାନଚ୍ୟୁତ ହେବ ନାହିଁ। ମୁଁ ସେହି ଲୋକ ଉପରେ ପରମେଶ୍ୱରଙ୍କ ନାମ ଲେଖିବି। ମୋ’ ପରମେଶ୍ୱରଙ୍କର ନଗରର ନାମ ମଧ୍ୟ ମୁଁ ତା’ ଉପରେ ଲେଖିବି। ଏହି ନଗରର ନାମ “ନୂତନ ଯିରୁଶାଲମ”। ସେହି ନଗର ମୋହର ପରମେଶ୍ୱରଙ୍କଠାରୁ ସ୍ୱର୍ଗରୁ ଆସୁଅଛି। ମୁଁ ମୋର ନୂତନ ନାମ ମଧ୍ୟ ସେହି ଲୋକ ଉପରେ ଲେଖିବି।
13
ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।
14
ଲାଅଦିକୀଆ ମଣ୍ଡଳୀକୁ ଯୀଶୁଙ୍କର ପତ୍ର “ଲାଅଦିକୀଆ ମଣ୍ଡଳୀର ଦୂତଙ୍କ ପାଖକୁ ଏହା ଲେଖ: “ଯେ ଏହିସବୁ ତୁମ୍ଭକୁ କହୁଛନ୍ତି, ସେ ଆମେନ୍ ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ ଅଟନ୍ତି। ପରମେଶ୍ୱର ସୃଷ୍ଟି କରିଥିବା ସମସ୍ତ ବିଷୟର ଶାସକ। ସେ ଏହି କଥା କହନ୍ତି:
15
“ମୁଁ ତୁମ୍ଭର କାର୍ଯ୍ୟ ଜାଣେ। ତୁମ୍ଭେ ଉତ୍ତପ୍ତ ନୁହଁ ବା ଶୀତଳ ନୁହଁ। ମୁଁ ଆଶାକରେ, ତୁମ୍ଭେ ଉତ୍ତପ୍ତ କିମ୍ବା ଶୀତଳ ହୋଇଥିଲେ ଭଲ ହୋଇ ଥା’ନ୍ତା।
16
କିନ୍ତୁ ତୁମ୍ଭେ ଉତ୍ତପ୍ତ କିମ୍ବା ଶୀତଳ ନ ହୋଇ ନାତିଶୀତଷ୍ଣୋ ହେବାରୁ ମୁଁ ତୁମକୁ ମୁଖରୁ ଉଦ୍ଗାର କରି ବାହାର କରିଦେବି।
17
ତୁମ୍ଭେ କୁହ ଯେ, ତୁମ୍ଭେ ଧନୀ। ତୁମ୍ଭର ବହୁତ ଧନ ଅଛି ଓ ତୁମ୍ଭର କୌଣସି ଅଭାବ ନାହିଁ। କିନ୍ତୁ ତୁମ୍ଭେ ଜାଣି ନାହଁ ଯେ, ତୁମ୍ଭେ ପ୍ରକୃତରେ ଅଭାଗା, ଦୟନୀୟ, ଦରିଦ୍ର ଅନ୍ଧ ଓ ଉଲଗ୍ନ।
18
ସେଥିପାଇଁ ମୁଁ ତୁମ୍ଭକୁ ପରାମର୍ଶ ଦେଉଛି ଯେ, ତୁମ୍ଭେ ମୋ’ଠାରୁ ଅଗ୍ନିରେ ଖାଣ୍ଟି ହୋଇଥିବା ସୁନା କିଣ। ତା’ପରେ ତୁମ୍ଭେ ପ୍ରକୃତରେ ଧନୀ ହୋଇଯିବ। ମୁଁ ତୁମ୍ଭକୁ ଏହା କହୁଛି: ଧଳା ବସ୍ତ୍ର କିଣ। ତେବେ ତୁମ୍ଭେ ନିଜର ଲଜ୍ଜାପୂର୍ଣ୍ଣ ଉଲଗ୍ନତାକୁ ଘୋଡ଼େଇ ରଖିପାରିବ। ମୁଁ ତୁମ୍ଭକୁ ଔଷଧ କିଣି ଆଖିରେ ଲଗାଇବା ପାଇଁ ମଧ୍ୟ କହୁଛି। ତାହାହେଲେ ତୁମ୍ଭେ ପ୍ରକୃତରେ ଦେଖି ପାରିବ।
19
“ମୁଁ ଯେଉଁମାନଙ୍କୁ ପ୍ରେମ କରେ ସେମାନଙ୍କୁ ସଂଶୋଧନ କରେ ଓ ଦଣ୍ଡ ଦିଏ। ତେଣୁ କଠିନ ଚେଷ୍ଟା କର। ନିଜ ହୃଦୟ ଓ ନିଜ ଜୀବନ ପରିବର୍ତ୍ତନ କର।
20
ଦେଖ, ମୁଁ ଏଠାରେ ଅଛି ଓ ଦ୍ୱାର ପାଖରେ ଠିଆ ହୋଇ ଆଘାତ କରୁଛି। ଯଦି ଜଣେ ଲୋକ ମୋ’ ସ୍ୱର ଶୁଣେ ଓ ଦ୍ୱାର ଫିଟାଏ, ତେବେ ମୁଁ ଭିତରକୁ ଆସି ସେହି ଲୋକ ସହିତ ଖାଇବି। ସେ ଲୋକ ମଧ୍ୟ ମୋ’ ସହିତ ଖାଦ୍ୟ ଖାଇବ।
21
“ଯେ ବିଜୟୀ ହୁଏ, ମୁଁ ତାହାକୁ ମୋ’ ସହିତ ସିଂହାସନରେ ବସାଇବି। ଯେପରି ମୁଁ ବିଜୟୀ ହୋଇ ମୋର ପରମପିତାଙ୍କ ସହ ତାହାଙ୍କ ସିଂହାସନରେ ବସିଥିଲି, ସେ ସେହିପରି ମୋ’ ସହିତ ବସିବ।
22
ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।’’
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 4 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22