bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Revelation 5
Revelation 5
Odia Bible ERV 2004 (ପବିତ୍ର ବାଇବଲ)
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 6 →
1
ତା’ପରେ ମୁଁ ସିଂହାସନରେ ବସିଥିବା ସେହି ବ୍ୟକ୍ତିଙ୍କର ଦକ୍ଷିଣ ହସ୍ତରେ ଗୋଟିଏ ଚର୍ମପତ୍ର ଥିବାର ଦେଖିଲି। ସେହି ଚର୍ମପତ୍ରଟିର ଉଭୟ ପଟେ ଲେଖା ହୋଇଥିଲା। ସେହି ଚର୍ମପତ୍ରଟି ସାତୋଟି ମୁଦ୍ରାରେ ବନ୍ଦ କରାଯାଇଥିଲା।
2
ମୁଁ ଜଣେ ମହାଶକ୍ତିଶାଳୀ ଦୂତଙ୍କୁ ଦେଖିଲି। ସେ ଉଚ୍ଚ ସ୍ୱରରେ କହିଲେ, “ଏହି ଚର୍ମପତ୍ରର ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ କିଏ ଯୋଗ୍ୟ ଅଟନ୍ତି?”
3
କିନ୍ତୁ ସେହି ଚର୍ମପତ୍ରକୁ ଫିଟାଇବାକୁ ଓ ତା’ଭିତର ଦେଖିବାକୁ ସ୍ୱର୍ଗ, ମର୍ତ୍ତ୍ୟ ବା ପାତାଳରେ କାହାରି ସାଧ୍ୟ ନ ଥିଲା।
4
ତେଣୁ ମୁଁ ଆକୁଳ ଭାବରେ କାନ୍ଦିବାକୁ ଲାଗିଲି, କାରଣ ସେହି ଚର୍ମପତ୍ରକୁ ଫିଟାଇବା ପାଇଁ କିମ୍ବା ଦେଖିବା ପାଇଁ ସେଠାରେ କେହି ସକ୍ଷମ ନ ଥିଲେ।
5
କିନ୍ତୁ ସେହି ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, “କାନ୍ଦ ନାହିଁ! ଯିହୂଦା ବଂଶଜାତ ସିଂହ (ଖ୍ରୀଷ୍ଟ) ଏହି କାର୍ଯ୍ୟ କରିବାକୁ ବିଜୟୀ ହୋଇଛନ୍ତି। ସେ ଦାଉଦଙ୍କ ବଂଶଧର। ସେ ଏହି ଚର୍ମପତ୍ର ଓ ଏହାର ସାତୋଟି ମୁଦ୍ରା ଫିଟାଇବାକୁ ସକ୍ଷମ ଅଟନ୍ତି।”
6
ସେତେବେଳେ ମୁଁ ସିଂହାସନର ମଝିରେ ଜଣେ ମେଷଶାବକଙ୍କୁ ଦେଖିଲି। ତାହାଙ୍କ ଗ୍ଭରିପାଖେ ଗ୍ଭରୋଟି ଜୀବିତ ପ୍ରାଣୀ ଓ ପ୍ରାଚୀନମାନେ ଘେରି ରହିଥିଲେ। ବଳି ଦିଆଯାଇଥିବା ପରି ସେ ଦେଖା ଯାଉଥିଲେ। ତାହାଙ୍କର ସାତୋଟି ଶିଙ୍ଗ ଓ ସାତୋଟି ଚକ୍ଷୁ ଥିଲା, ଏହି ସାତୋଟି ଚକ୍ଷୁ ପରମେଶ୍ୱରଙ୍କର ସାତୋଟି ଆତ୍ମା, ଯାହାଙ୍କୁ ପୃଥିବୀର ଗ୍ଭରିଆଡ଼େ ପ୍ରେରିତ କରାଯାଇଥିଲା।
7
ସେହି ମେଷଶାବକ ସିଂହାସନରେ ବସିଥିବା ବ୍ୟକ୍ତିଙ୍କ ପାଖକୁ ଯାଇ ତାହାଙ୍କ ଦକ୍ଷିଣହସ୍ତରୁ ଚର୍ମପତ୍ର ନେଲେ।
8
ସେ ଚର୍ମପତ୍ରକୁ ଗ୍ରହଣ କରିବାପରେ, ଗ୍ଭରିଜୀବିତ ପ୍ରାଣୀ ଓ ଚବିଶଜଣ ପ୍ରାଚୀନ ତାହାଙ୍କ ସମ୍ମୁଖରେ ନଇଁପଡ଼ି ପ୍ରଣାମ କଲେ। ସେମାନେ ପ୍ରତ୍ୟେକ ଗୋଟିଏ ଗୋଟିଏ ବୀଣା ଧରି ଥିଲେ। ସେମାନେ ସୁଗନ୍ଧିତ ଧୂପର ସୁନାର ପାତ୍ର ମଧ୍ୟ ଧରିଥିଲେ। ସେହି ସୁଗନ୍ଧିତ ଧୂପପାତ୍ରଗୁଡ଼ିକ ହେଉଛି, ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କର ପ୍ରାର୍ଥନା।
9
ସେମାନେ ମେଷଶାବକଙ୍କ ପାଇଁ ଗୋଟିଏ ନୂତନ ଗୀତ ଗାନ କଲେ: “ତୁମ୍ଭେ ଚର୍ମପତ୍ର ଗ୍ରହଣ କରିବାକୁ ଏବଂ ମୁଦ୍ରା ଖୋଲିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ; ଏବଂ ତୁମ୍ଭର ରକ୍ତରେ ପ୍ରତ୍ୟେକ ଗୋଷ୍ଠୀ, ଭାଷା, ବଂଶ ଓ ଜାତି ମଧ୍ୟରୁ ପରମେଶ୍ୱରଙ୍କ ପାଇଁ ଲୋକମାନଙ୍କୁ କିଣିଥିଲ
10
ତୁମ୍ଭେ ଏହି ଲୋକମାନଙ୍କୁ ଗୋଟିଏ ସାମ୍ରାଜ୍ୟ ସ୍ୱରୂପ, ଓ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପାଇଁ ଯାଜକଗଣ କରିଅଛ। ସେମାନେ ଏ ପୃଥିବୀ ଉପରେ ରାଜତ୍ୱ କରିବେ।”
11
ତା’ପରେ ମୁଁ ଦେଖିଲି ଓ ଅନେକ ସ୍ୱର୍ଗଦୂତଙ୍କର ସ୍ୱର ଶୁଣିଲି। ସ୍ୱର୍ଗଦୂତମାନେ ସିଂହାସନ, ଜୀବିତ ପ୍ରାଣୀ ଓ ପ୍ରାଚୀନମାନଙ୍କ ଗ୍ଭରିପାଖରେ ଥିଲେ। ମୁଁ ହଜାର ହଜାର ସ୍ୱର୍ଗଦୂତଙ୍କୁ ଦେଖିଲି। ସେଠାରେ 10,000ର 10,000 ଗୁଣ ସ୍ୱର୍ଗଦୂତ ଥିଲେ।
12
ସେମାନେ ଉଚ୍ଚ ସ୍ୱରରେ ଏହା କହୁଥିଲେ: “ମେଷଶାବକ ଯେ ବଳିକୃତ ଥିଲେ, ସେ କ୍ଷମତା, ଧନ, ପ୍ରଜ୍ଞା, ଶକ୍ତି, ସମ୍ମାନ, ମହିମା ଓ ପ୍ରଶଂସା ପାଇବାକୁ ଯୋଗ୍ୟ।”
13
ତା’ପରେ ମୁଁ ସ୍ୱର୍ଗ, ମର୍ତ୍ତ୍ୟ, ପାତାଳ ଓ ସମୁଦ୍ରର ସମସ୍ତ ପ୍ରାଣୀଙ୍କୁ ଏହା କହିବାର ଶୁଣିଲି: “ଯେ ସିଂହାସନରେ ବସିଛନ୍ତି, ତାହାଙ୍କର ଓ ମେଷଶାବକଙ୍କର ପ୍ରଶଂସା, ଗୌରବ, ସମ୍ମାନ ଓ କ୍ଷମତା ଯୁଗେ ଯୁଗେ ହେଉ।”
14
ଗ୍ଭରି ଜଣ ଜୀବିତ ପ୍ରାଣୀ କହିଲେ, “ଆମେନ୍!” ଏବଂ ଚବିଶ ଜଣ ପ୍ରାଚୀନ ବ୍ୟକ୍ତି ନଇଁପଡ଼ି ତାହାଙ୍କୁ ପ୍ରଣାମ କଲେ ଓ ଉପାସନା କଲେ।
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 6 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22