bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Romans 14
Romans 14
Odia Bible ERV 2004 (ପବିତ୍ର ବାଇବଲ)
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 15 →
1
ଅନ୍ୟ ଲୋକଙ୍କୁ ସମାଲୋଚନା କର ନାହିଁ ଯେଉଁ ଲୋକର ବିଶ୍ୱାସ ଦୁର୍ବଳ, ସେ ଲୋକକୁ ନିଜ ଦଳ ଭିତରେ ଗ୍ରହଣ କରିବା ପାଇଁ ମନା କର ନାହିଁ। ସେହି ଲୋକର ଭିନ୍ନ ମତ ପାଇଁ, ତା’ ସହିତ ଯୁକ୍ତିତର୍କ କର ନାହିଁ।
2
ଜଣେ ଲୋକ କୌଣସି ପ୍ରକାରର ଖାଦ୍ୟ ଖାଇ ପାରିବ ବୋଲି ବିଶ୍ୱାସ କରିପାରେ। କିନ୍ତୁ ଯଦି ଅନ୍ୟ ଜଣକର ବିଶ୍ୱାସ ଦୁର୍ବଳ, ସେ କେବଳ ଶାକାହାରୀ ଭୋଜନ ଖାଏ।
3
ଯେଉଁ ଲୋକ ସମସ୍ତ ପ୍ରକାର ଖାଦ୍ୟ ଖାଇପାରେ ସେ ଗର୍ବ କରିବା ଉଚିତ୍ ନୁହେଁ ଯେ, ସେ ଶାକାହାରୀ ଲୋକଠାରୁ ଅଧିକ ଭଲ। ସେହିପରି ଶାକାହାରୀ ଲୋକ ସ୍ଥିର ନ କରୁ ଯେ, ସମସ୍ତ ପ୍ରକାର ଭୋଜନ କରୁଥିବା ଲୋକ ମନ୍ଦ ଅଟେ। ପରମେଶ୍ୱର ତାହାକୁ ଗ୍ରହଣ କରିଛନ୍ତି।
4
ତୁମ୍ଭେ ଅନ୍ୟ ଲୋକର ଗ୍ଭକରକୁ ବିଗ୍ଭର କର ନାହିଁ। ତାହାର ମାଲିକ କେବଳ ଜାଣିପାରେ ଯେ ଗ୍ଭକରଟି ଭଲ କି ମନ୍ଦ। ଏବଂ ପରମେଶ୍ୱରଙ୍କ ସେବକମାନେ ଯୋଗ୍ୟ, କାରଣ ପରମେଶ୍ୱର ସେମାନଙ୍କୁ ଯୋଗ୍ୟ ବିବେଚିତ କରିଛନ୍ତି।
5
ଜଣେ ଲୋକ ବିଶ୍ୱାସ କରିପାରେ ଯେ, ଗୋଟିଏ ଦିନ, ଅନ୍ୟ ଦିନ ଗୁଡ଼ିକ ତୁଳନାରେ ବିଶିଷ୍ଟ ଅଟେ। ସେହିପରି ଅନ୍ୟ ଜଣେ ଲୋକ ସମସ୍ତ ଦିନ ଗୁଡ଼ିକ ସମାନ ମହତ୍ତ୍ୱ ପ୍ରଦାନ କରିପାରେ। ପ୍ରତ୍ୟେକ ଲୋକ ନିଜର ବିଶ୍ୱାସ ନେଇ ମନରେ ନିଶ୍ଚିତ ହେବା ଉଚିତ୍।
6
ଯେଉଁ ଲୋକ ଗୋଟିଏ ଦିନକୁ ଅନ୍ୟ ଦିନ ଗୁଡ଼ିକ ତୁଳନାରେ ବିଶେଷ ମହତ୍ତ୍ୱ ଦିଏ, ତାହା ସେ ପ୍ରଭୁଙ୍କ ପାଇଁ ସେହିପରି କରେ। ଯେଉଁ ଲୋକ ସମସ୍ତ ପ୍ରକାର ଖାଦ୍ୟ ଖାଏ, ତାହା ସେ ପ୍ରଭୁଙ୍କ ପାଇଁ କରେ। ଖାଦ୍ୟ ପାଇଁ ସେ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଏ। ଯେଉଁ ଲୋକ କେତେକ ପ୍ରକାରର ଖାଦ୍ୟ ଖାଇବାକୁ ବାରଣ କରେ, ତାହା ସେ ପ୍ରଭୁଙ୍କ ପାଇଁ ସେହିପରି କରେ, ଓ ତାହାଙ୍କୁ ଧନ୍ୟବାଦ ଜଣାଏ।
7
ଆମ୍ଭେ ସମସ୍ତେ ନିଜ ପାଇଁ ନୁହେଁ କିନ୍ତୁ ପ୍ରଭୁଙ୍କ ପାଇଁ ଜୀବିତ ବା ମୃତ୍ୟୁବରଣ କରୁ।
8
ଆମ୍ଭେ ଜୀବିତ ରହିଲେ ପ୍ରଭୁଙ୍କ ପାଇଁ ଜୀବିତ ରହୁ ଓ ମୃତ୍ୟୁବରଣ କଲେ ମଧ୍ୟ ତାହାଙ୍କ ପାଇଁ ମୃତ୍ୟୁ ବରଣ କରୁ। ତା’ହେଲେ ଜୀବିତ ରହୁ ବା ମୃତ୍ୟୁ ବରଣ କରୁ, ଆମ୍ଭେ ପରମେଶ୍ୱରଙ୍କର ହିଁ ଅଟୁ।
9
ସେଥିପାଇଁ ଖ୍ରଷ୍ଟ ମୃତ୍ୟୁ ବରଣ କଲେ ଓ ମୃତ୍ୟୁରୁ ପୂନଃ ଜୀବିତ ହେଲେ। ଖ୍ରୀଷ୍ଟ ଏପରି କରିବାର କାରଣ ଯେ, ଯେଉଁମାନେ ମରି ସାରିଛନ୍ତି ଓ ଯେଉଁମାନେ ଜୀବିତ ଅଛନ୍ତି, ସେ ସମସ୍ତଙ୍କର ପ୍ରଭୁ ହୋଇ ପାରିବେ।
10
ଅତଏବ, ତୁମ୍ଭେ ନିଜ ଭାଇଙ୍କୁ ବିଗ୍ଭର କର ନାହିଁ। ନିଜକୁ ନିଜ ଭାଇଠାରୁ ଅଧିକ ଭଲ ବୋଲି ଭାବ ନାହିଁ। ଆମ୍ଭେ ସମସ୍ତେ ନ୍ୟାୟବିଗ୍ଭର ପାଇଁ ପରମେଶ୍ୱରଙ୍କ ଆଗରେ ଠିଆ ହେବା, ଓ ସେ ଆମ୍ଭର ବିଗ୍ଭର କରିବେ।
11
ଶାସ୍ତ୍ରରେ ଲେଖା ଅଛି: “ପ୍ରଭୁ କହିଛନ୍ତି: ପ୍ରତ୍ୟେକ ଲୋକ ମୋ’ ଆଗରେ ଆଣ୍ଠୁ ମାଡ଼ି ବସିବ। ପ୍ରତ୍ୟେକ ଲୋକ ମୋତେ ପରମେଶ୍ୱର ବୋଲି କହିବ। ମୁଁ ଜୀବିତ ଥିବା ଯେପରି ସତ୍ୟ, ସେହିପରି ଏହା ଘଟିବ।”
12
ଅତଏବ ପ୍ରତ୍ୟେକ ଲୋକକୁ ପରମେଶ୍ୱରଙ୍କ ସାମନାରେ ନିଜ ଜୀବନର ହିସାବ ଦେବାକୁ ହେବ।
13
କୌଣସି ଲୋକର ପାପର କାରଣ ହୁଅ ନାହିଁ ତା’ହେଲେ ଆମ୍ଭେ ଏକଆରେକକୁ ଦୋଷ ଦେବା ବନ୍ଦ କରିବା ଉଚିତ୍। ଆମ୍ଭେ ଏପରି ସଂକଳ୍ପ ନେବା ଦରକାର, ଯେପରି ଆମ୍ଭର କାର୍ଯ୍ୟ ଦ୍ୱାରା ନିଜ ଭାଇ କି ଭଉଣୀ ପାପରେ ପଡ଼ିବେ ନାହିଁ।
14
ମୁଁ ପ୍ରଭୁ ଯୀଶୁଙ୍କଠାରେ ରହିଥିବାରୁ, ମୁଁ ଜାଣେ ଯେ, ନିଶ୍ଚୟ କୌମସି ଭୋଜନ ଆପେ ଆପେ ଅଶୁଚି ହୁଏ ନାହିଁ। କିନ୍ତୁ ଯଦି ଜଣେ କୌଣସି ଖାଦ୍ୟକୁ ଅଶୁଚି ବୋଲି ବିଶ୍ୱାସ କରେ, ସେହି ଖାଦ୍ୟ ତା’ ପାଇଁ ଅଶୁଚି ହୁଏ।
15
ତାହାକୁ ସେ ଗ୍ରହଣ କରିବା ଅନୁଚିତ୍। ତୁମ୍ଭ ଖାଦ୍ୟ ଦ୍ୱାରା ତୁମ୍ଭେ ଯଦି ତୁମ୍ଭର ଭାଇର ବିଶ୍ୱାସକୁ ଆଘାତ ଦେଉଛ, ତା’ହେଲେ ତୁମ୍ଭେ ପ୍ରକୃତରେ ପ୍ରେମ ଦ୍ୱାରା ପରିଗ୍ଭଳିତ ବ୍ୟକ୍ତି ଭଳି ବ୍ୟବହାର କରୁ ନାହଁ। ସେ ମନ୍ଦ ଭାବୁଥିବା କୌଣସି ଖାଦ୍ୟ ଗ୍ରହଣ କରି ତୁମ୍ଭେ ତା’ର ବିଶ୍ୱାସକୁ ନଷ୍ଟ କର ନାହିଁ। ଖ୍ରୀଷ୍ଟ ସେ ଲୋକ ଲାଗି ମଧ୍ୟ ପ୍ରାଣତ୍ୟାଗ କରିଥିଲେ।
16
ତୁମ୍ଭ ଦ୍ୱାରା ଭଲ ବୋଲି ଗଣିତ କର୍ମର କୌଣସି ବିଷୟକୁ ଅନ୍ୟମାନେ ମନ୍ଦ ବୋଲି ନ କୁହନ୍ତୁ।
17
ପ୍ରଭୁଙ୍କ ରାଜ୍ୟରେ ଖାଇବା ପିଇବା ଅଧିକ ଗୁରୁତ୍ୱ ନୁହେଁ। ସେଠାରେ ମହତ୍ତ୍ୱପୂର୍ଣ୍ଣ କଥା ହେଲା, ପରମେଶ୍ୱରଙ୍କ ସହିତ ଧାର୍ମିକ ଜୀବନ କାଟିବା, ଶାନ୍ତି ଓ ପବିତ୍ରଆତ୍ମାରେ ଆନନ୍ଦ କରିବା।
18
ଯେଉଁମାନେ ଖ୍ରୀଷ୍ଟଙ୍କ ସେବାରେ ରହି ଏହି ପ୍ରକାର ଜୀବନଯାପନ କରୁଛନ୍ତି, ସେମାନେ ପରମେଶ୍ୱରଙ୍କୁ ପ୍ରସନ୍ନ କରନ୍ତି। ଲୋକେ ମଧ୍ୟ ସେହି ଲୋକମାନଙ୍କୁ ଗ୍ରହଣ କରନ୍ତି ଓ ସମ୍ମାନ ଦିଅନ୍ତି।
19
ଅତଏବ ଆସ, ଆମ୍ଭେ ଶାନ୍ତି ଆଣୁଥିବା କାର୍ଯ୍ୟଗୁଡ଼ିକ ପରିଶ୍ରମ ପୂର୍ବକ କରିବା। ପରସ୍ପରକୁ ସାହାଯ୍ୟ ପ୍ରଦାନ କରୁଥିବା କାର୍ଯ୍ୟମାନ କରିବା।
20
ଖାଦ୍ୟ ଯେପରି ପରମେଶ୍ୱରଙ୍କ କାମକୁ ନଷ୍ଟ ନ କରେ। ସମସ୍ତ ପ୍ରକାରର ଖାଦ୍ୟ ଖାଇବା ପାଇଁ ଯୋଗ୍ୟ। କିନ୍ତୁ ଏପରି ଖାଦ୍ୟ ଖାଇବା ଭୁଲ୍, ଯଦି ତାହା ଅନ୍ୟ ଜଣକୁ ପାପରେ ପଡ଼ିଯିବାର କାରଣ ହୋଇଥାଏ।
21
ଯଦି ତୁମ୍ଭର ଭାଇ ବା ଭଉଣୀକୁ ତୁମ୍ଭର ଖାଇବା ଓ ପିଇବା ଦ୍ୱାରା, ପାପକର୍ମ କରିବାକୁ ବାଧ୍ୟ କରେ, ତା’ହେଲେ ତୁମ୍ଭେ ମାଂସ ନ ଖାଇବା ଓ ଦ୍ରାକ୍ଷାରସ ନ ପିଇବା ଅଧିକ ଭଲ। ଏପରି କୌଣସି କାମ କରିବା ଉଚିତ୍ ନୁହେଁ ଯଦି ତାହା ତୁମ୍ଭ ଭାଇ ବା ଭଉଣୀଙ୍କୁ ପାପ କରିବା ପାଇଁ ସୁଯୋଗ ଦିଏ।
22
ନିଜର ଏହିଭଳି ବିଶ୍ୱାସ ଗୁଡ଼ିକୁ ପରମେଶ୍ୱର ଓ ତୁମ୍ଭ ନିଜ ଭିତରେ ଗୋପନୀୟ ଭାବେ ରଖ। ଯେଉଁ ଲୋକ ନିଜେ ବିଶ୍ୱାସ କରୁଥିବା କର୍ମମାନ କଲାବେଳେ ନିଜକୁ ଦୋଷୀ ବୋଲି ଭାବେ ନାହିଁ, ସେହି ଲୋକ ବାସ୍ତବରେ ସୁଖୀ ଓ ଧନ୍ୟ।
23
କିନ୍ତୁ ଯଦି ଜଣେ, ସେ ଠିକ୍ କାମକରୁଛି ବୋଲି ନିଶ୍ଚିତ ଭାବରେ ନ ଜାଣି ଭୋଜନ କରେ, ତା’ହେଲେ ସେ ନିଜକୁ ଦୋଷୀ କରେ। କାରଣ ସେ ବିଶ୍ୱାସରେ ଭୋଜନ କରେ ନାହିଁ। ଯଦି ଜଣେ ଠିକ୍ ନୁହେଁ ବୋଲି ଜାଣିପାରି ମଧ୍ୟ କୌଣସି କାମ କରେ, ତା’ହେଲେ ସେ ପାପ କରୁଛି।
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 15 →
All chapters:
1
2
3
4
5
6
7
8
9
10
11
12
13
14
15
16