bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Romans 15
Romans 15
Odia Bible ERV 2004 (ପବିତ୍ର ବାଇବଲ)
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 16 →
1
ଆମ୍ଭେ ଆମ୍ଭର ବିଶ୍ୱାସ ପାଇଁ ବଳବାନ୍ ଅଟୁ। ଅତଏବ, ଦୁର୍ବଳ ଲୋକମାନଙ୍କୁ ଆମ୍ଭେ ସାହାଯ୍ୟ କରିବା ଉଚିତ୍ ଏବଂ ସେମାନଙ୍କର ଦୁର୍ବଳତାରୁ ସେମାନଙ୍କୁ ଉଦ୍ଧାର କରିବା। ଆମ୍ଭେ କେବଳ ନିଜକୁ ଖୁସୀ ରଖିବା ପାଇଁ ଚେଷ୍ଟା କରିବା ଉଚିତ୍ ନୁହେଁ।
2
ଆମ୍ଭେ ଅନ୍ୟ ଲୋକମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରିବା ଉଚିତ୍। ସେମାନଙ୍କ ବିଶ୍ୱାସକୁ ବଳବାନ କରିବା ଓ ବଢ଼ାଇବା ଦୃଷ୍ଟିରୁ ଆମ୍ଭେ ସେମାନଙ୍କ ପାଇଁ କ’ଣ ଭଲ ତାହା ଭାବିବା ଉଚିତ୍।
3
ଖ୍ରୀଷ୍ଟ ମଧ୍ୟ ନିଜକୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରି ନ ଥିଲେ। ତାହାଙ୍କ ବିଷୟରେ ଶାସ୍ତ୍ର କୁହେ: “ଯେଉଁମାନେ ତୁମ୍ଭର ଅପମାନ କରିଛନ୍ତି, ସେମାନେ ମୋର ବି ଅପମାନ କରିଛନ୍ତି।”
4
ଶାସ୍ତ୍ରରେ ଯେଉଁ କଥା ମାନ ଲେଖା ଅଛି, ସେଗୁଡ଼ିକ ଦ୍ୱାରା ଆମ୍ଭର ଧୈର୍ଯ୍ୟ ଓ ଶକ୍ତି ବଢ଼େ ଓ ଆମ୍ଭେ ଭରସା ଲାଭ କରୁ।
5
ଧୈର୍ଯ୍ୟ ଓ ଶକ୍ତି ପରମେଶ୍ୱରଙ୍କଠାରୁ ପ୍ରାପ୍ତ ହୁଏ। ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁଛି ଯେ ତୁମ୍ଭେ ସମସ୍ତେ ଯୀଶୁଙ୍କ ମାର୍ଗରେ ମିଳିମିଶି ରୁହ।
6
ତା’ହେଲେ ତୁମ୍ଭେ ସମସ୍ତେ ଏକତ୍ର ଭାବରେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ପରମେଶ୍ୱରଙ୍କୁ ମହିମା ପ୍ରଦାନ କରି ପାରିବ।
7
ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଗ୍ରହଣ କରିଛନ୍ତି, ଅତଏବ ତୁମ୍ଭେମାନେ ପରସ୍ପରକୁ ଗ୍ରହଣ କର।
8
ଏହି କର୍ମ ପରମେଶ୍ୱରଙ୍କୁ ମହିମା ପ୍ରଦାନ କରିବ। ମୁଁ ତୁମ୍ଭମାନଙ୍କୁ କହିଛି ଯେ, ପରମେଶ୍ୱର ଯିହୂଦୀମାନଙ୍କର ପୂର୍ବପୁରୁଷମାନଙ୍କୁ ଯାହା ପ୍ରତିଜ୍ଞା ସବୁ ପ୍ରଦାନ କରିଛନ୍ତି ତାହା ସତ୍ୟ ବୋଲି ପ୍ରମାଣିତ କରିବା ପାଇଁ, ଖ୍ରୀଷ୍ଟ ଯିହୂଦୀମାନଙ୍କର ସେବକ ହେଲେ।
9
ଅଣଯିହୂଦୀ ଲୋକେ, ପରମେଶ୍ୱରଙ୍କ ଦ୍ୱାରା ପ୍ରଦତ୍ତ କରୁଣା ପାଇଁ, ତାହାଙ୍କୁ ମହିମା ପ୍ରଦାନ କରି ପାରିବେ ସେଥିପାଇଁ ମଧ୍ୟ ସେ ଏହା କଲେ। ଶାସ୍ତ୍ର କୁହେ: “ସେଥିପାଇଁ ମୁଁ ଅଣଯିହୂଦୀ ଲୋକଙ୍କ ଭିତରେ ତୁମ୍ଭକୁ ଧନ୍ୟବାଦ ଜଣାଇବି, ଓ ତୁମ୍ଭ ନାମର ମହିମା ଗାନ କରିବି।”
10
ଶାସ୍ତ୍ର ଏ ଭଳି ମଧ୍ୟ କୁହେ, “ତୁମ୍ଭେ ଅଣଯିହୂଦୀମାନେ, ପରମେଶ୍ୱରଙ୍କର ବଛା ହୋଇଥିବା ଲୋକଙ୍କ ସହିତ ପ୍ରସନ୍ନ ରହିବା ଉଚିତ୍।”
11
ଶାସ୍ତ୍ର ଏ ଭଳି ମଧ୍ୟ କୁହେ, “ତୁମ୍ଭେ ଅଣଯିହୂଦୀମାନେ ପ୍ରଭୁଙ୍କର ପ୍ରଶଂସା ଗାନ କର, ସମସ୍ତ ଲୋକେ ମଧ୍ୟ ପ୍ରଭୁଙ୍କର ପ୍ରଶଂସା କରିବା ଉଚିତ୍।”
12
ଯିଶାଇୟ ମଧ୍ୟ କୁହନ୍ତି, “ଯିଶୟ ଙ୍କ ବଂଶରୁ ଜଣେ ପ୍ରକାଶିତ ହେବ। ସେହି ଲୋକ ଅଣଯିହୂଦୀମାନଙ୍କ ଉପରେ ଶାସନ କରିବେ, ଓ ଅଣଯିହୂଦୀମାନେ ସେହି ଲୋକ ପାଇଁ ଭରସା ଲାଭ କରିବେ।”
13
ମୁଁ ସମସ୍ତ ଭରସାର ସ୍ରୋତ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁଛି ଯେ, ସେ ତୁମ୍ଭମାନଙ୍କ ବିଶ୍ୱାସ କାରଣରୁ ତୁମ୍ଭ ଜୀବନରେ ସମ୍ପୂର୍ଣ୍ଣ ଆନନ୍ଦ ଓ ଶାନ୍ତି ଆଣି ଦିଅନ୍ତୁ। ତା’ହେଲେ ତୁମ୍ଭେ ପ୍ରଚୁର ଭରସା ଲାଭ କରିବ ଓ ପବିତ୍ରଆତ୍ମାଙ୍କର ଶକ୍ତି ତୁମ୍ଭ ଜୀବନରେ ଝରିବ।
14
ପାଉଲ ନିଜ କାର୍ଯ୍ୟ ବିଷୟରେ କହୁଛନ୍ତି ମୋ’ ଭାଇ ଓ ଭଉଣୀମାନେ! ମୁଁ ଜାଣେ ଯେ ତୁମ୍ଭେମାନେ ଭଲ ଗୁଣରେ ପରିପୂର୍ଣ୍ଣ। ତୁମ୍ଭମାନଙ୍କର ପ୍ରଚୁର ଜ୍ଞାନ ଅଛି ଓ ତୁମ୍ଭେମାନେ ପରସ୍ପରକୁ ଶିକ୍ଷା ଦେଇ ପାରିବ।
15
କିନ୍ତୁ ପୁନର୍ବାର ମନେ ପକାଇବା ପାଇଁ ମୁଁ ଖୋଲାଖୋଲି ଭାବେ କେତେକ ବିଷୟରେ ଲେଖିଥିଲି। ପରମେଶ୍ୱରଙ୍କଠାରୁ ବିଶେଷ ଅନୁଗ୍ରହଦାନ ପାଇଥିବାରୁ, ମୁଁ ଏପରି କଲି।
16
ପରମେଶ୍ୱର ମୋତେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ସେବକ ହୋଇ ଅଣଯିହୂଦୀମାନଙ୍କୁ ସାହାଯ୍ୟ କରିବା ପାଇଁ ନିଯୁକ୍ତି କଲେ। ସେ ମୋତେ ସୁସମାଗ୍ଭର ଶିକ୍ଷା ଦେବାର କାର୍ଯ୍ୟ କରିବା ନିମନ୍ତେ ନିଯୁକ୍ତି କଲେ। ଏପରି କରିବା ଉଦ୍ଦେଶ୍ୟ ହେଲା ଯେ, ଅଣଯିହୂଦୀମାନେ ଉତ୍ସର୍ଗଦାନ ସ୍ୱରୂପ ହେବେ ଯାହାକି ପରମେଶ୍ୱର ଗ୍ରହଣ କରିବେ। ଏହି ଦାନ ଲୋକମାନେ ପରମେଶ୍ୱରଙ୍କ ପାଇଁ ପବିତ୍ରଆତ୍ମା ଦ୍ୱାରା ପବିତ୍ର କରାଗଲା।
17
ମୁଁ ଗର୍ବ କରେ ଯେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ରହି ମୁଁ ପରମେଶ୍ୱରଙ୍କ ସେବା କରିଛି।
18
ମୁଁ ନିଜେ କରିଥିବା କାର୍ଯ୍ୟ ବିଷୟରେ କିଛି କହିବି ନାହିଁ। ମୁଁ କେବଳ ସେହି କଥା ଗୁଡ଼ିକ କହିବି, ଯାହା ଖ୍ରୀଷ୍ଟ ଯୀଶୁ ମୋ’ ଦ୍ୱାରା କରିଛନ୍ତି ଯଦ୍ଦ୍ୱାରା ଅଣଯିହୂଦୀମାନେ ପରମେଶ୍ୱରଙ୍କ ବାଧ୍ୟ ହେବେ। ସେମାନେ ମୋ’ କଥା ଓ କାର୍ଯ୍ୟ ପାଇଁ ପରମେଶ୍ୱରଙ୍କୁ ମାନିଛନ୍ତି।
19
ସେମାନେ ଆଶ୍ଚର୍ଯ୍ୟକର୍ମ ଓ ଅଦ୍ଦ୍ଭୂତ ଘଟଣା ମାଧ୍ୟମରେ ପବିତ୍ରଆତ୍ମାଙ୍କର ଶକ୍ତିରେ ପରମେଶ୍ୱରଙ୍କୁ ମାନିଛନ୍ତି। ମୁଁ ଯିରୁଶାଲମଠାରୁ ଇଲ୍ଲୁରିକ ଗ୍ଭରିପଟ ଅଞ୍ଚଳରେ ଖ୍ରୀଷ୍ଟଙ୍କ ସୁସମାଗ୍ଭର ପ୍ରଗ୍ଭର କଲି ଓ ମୋର ସେହି କାର୍ଯ୍ୟ ସମାପ୍ତ କଲି।
20
ମୁଁ ସେହି ଜାଗାମାନଙ୍କରେ ଯୀଶୁ ଖ୍ରୀଷ୍ଟଙ୍କର ସୁସମାଗ୍ଭର ପ୍ରଗ୍ଭର କରିବାକୁ ଇଚ୍ଛା କରେ, ଯେଉଁଠାରେ ଖ୍ରୀଷ୍ଟଙ୍କର ନାମ ମଧ୍ୟ ଲୋକମାନେ ଶୁଣି ନାହାନ୍ତି। ଏପରି କରିବା ଉଲେଖ୍ୟ ଯେ, ଅନ୍ୟ ଲୋକ ଦ୍ୱାରା ଆରମ୍ଭ କରା ଯାଇଥିବା ମୂଳଦୁଆ ଉପରେ କାର୍ଯ୍ୟକୁ ଯେପରି ମୁଁ ଆଉଥରେ ନ କରେ।
21
କିନ୍ତୁ ଶାସ୍ତ୍ରରେ ଏହିପରି ଲେଖା ହୋଇଛି: “ଯେଉଁ ଲୋକମାନଙ୍କୁ ତାହାଙ୍କ ବିଷୟରେ କୁହାଯାଇ ନାହିଁ, ସେମାନେ ତାହାଙ୍କୁ ଦେଖିବେ ଓ ଯେଉଁମାନେ ତାହାଙ୍କ ବିଷୟରେ ଶୁଣି ନାହାନ୍ତି, ସେମାନେ ବୁଝିବେ।”
22
ପାଉଲଙ୍କର ରୋମ ଯିବା ଯୋଜନା ସେଥିପାଇଁ ଅନେକ ଥର ମୋତେ ତୁମ୍ଭମାନଙ୍କ ପାଖକୁ ଆସିବା ପାଇଁ ଅଟକାଇ ଦିଆଯାଇଛି।
23
ଏବେ ଏହି ଅଞ୍ଚଳରେ ମୁଁ ମୋର କାର୍ଯ୍ୟ ସମାପ୍ତ କରି ସାରିଛି। ବିଗତ ଅନେକ ବର୍ଷଧରି ମୁଁ ତୁମ୍ଭମାନଙ୍କ ପାଖକୁ ଆସିବା ପାଇଁ ଇଚ୍ଛା କରୁଥିଲି।
24
ଅତଏବ ମୁଁ ଯେତେବେଳେ ସ୍ପେନକୁ ଯିବି, ସେତେବେଳେ ତୁମ୍ଭମାନଙ୍କୁ ଦେଖା କରିବି। ଆଶାକରେ ଯେ ସ୍ପେନକୁ ଯିବାବାଟରେ ମୁଁ ତୁମ୍ଭମାନଙ୍କୁ ଦେଖା କରିବି ସେଠାରେ ରହିବି ଓ ଆନନ୍ଦ ଉପଭୋଗ କରିବି। ତୁମ୍ଭେମାନେ ମୋତେ ମୋର ଯାତ୍ରାରେ ମଧ୍ୟ ସାହାଯ୍ୟ କରି ପାରିବ।
25
ପରମେଶ୍ୱରଙ୍କ ଲୋକଙ୍କ ସେବାରେ ଏବେ ମୁଁ ଯିରୁଶାଲମ ଯାଉଛି।
26
ଯିରୁଶାଲମଠାରେ ଥିବା ପରମେଶ୍ୱରଙ୍କ ଲୋକମାନେ ଗରିବ ଅଟନ୍ତି, ଏବଂ ମାକିଦନିଆ ଓ ଆଖାୟାର ବିଶ୍ୱାସୀ ଲୋକେ ଅର୍ଥ ସଂଗ୍ରହ କରିବା ପାଇଁ ସ୍ଥିର କରିଛନ୍ତି। ତେଣୁ ସେମାନେ ସେମାନଙ୍କର ସହାୟ ହୋଇପାରିବେ।
27
ସେମାନେ ଖୁସୀରେ ଏହା କରିଛନ୍ତି। ଏହା ସେମାନଙ୍କର କର୍ତ୍ତବ୍ୟ ମଧ୍ୟ ଅଟେ। କାରଣ ଯିହୂଦୀମାନଙ୍କର ଆତ୍ମିକ ଆଶୀର୍ବାଦର ଅଂଶ ଅଣଯିହୂଦୀମାନେ ପାଇଛନ୍ତି। ଅତଏବ ଯିହୂଦୀମାନଙ୍କର ଉନ୍ନତି ପାଇଁ ଅଣଯିହୂଦୀମାନେ ସେମାନଙ୍କର ଜାଗତିକ ଆଶୀର୍ବାଦକୁ ବ୍ୟବହାର କରିବା ଉଚିତ୍।
28
ଅତଏବ, ମୁଁ ଏହି ସେବାମୂଳକ କର୍ମ ଏକାଠି ଶେଷ କରିସାରିବା ପରେ ଏବଂ ଏହି ଧନକୁ ସୁରକ୍ଷିତ ଭାବରେ ଯିରୁଶାଲମର ଗରିବମାନଙ୍କୁ ଦେଲା ପରେ ତୁମ୍ଭମାନଙ୍କ ନଗର ବାଟ ଦେଇ ସ୍ପେନ ଯିବି। ଗଲା ବାଟରେ ମୁଁ ତୁମ୍ଭମାନଙ୍କୁ ଦେଖା କରିବି ଓ ସେଠାରେ ରହିବି।
29
ମୁଁ ଜାଣେ ଯେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଆସିବି, ସେତେବେଳେ ଖ୍ରୀଷ୍ଟଙ୍କର ସମ୍ପୂର୍ଣ୍ଣ ଆଶୀର୍ବାଦ ନେଇ ଆସିବି।
30
ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ଅନୁରୋଧ କରେ ଯେ, ତୁମ୍ଭେମାନେ ପରମେଶ୍ୱରଙ୍କଠାରେ ମୋ’ ପାଇଁ ପ୍ରାର୍ଥନା କରିବା ଦ୍ୱାରା ମୋତେ ସାହାଯ୍ୟ କର। ତୁମ୍ଭେମାନେ ପ୍ରଭୁ ଯୀଶୁ ଓ ଆତ୍ମାର ପ୍ରେମ ଲାଭ କରୁଥିବା ଦୃଷ୍ଟିରୁ ଏପରି କର।
31
ପ୍ରାର୍ଥନା କର ଯେ, ମୁଁ ଯିହୂଦାଠାରେ ଅବିଶ୍ୱାସୀଲୋକମାନଙ୍କ କବଳରୁ ରକ୍ଷା ପାଇବି। ଏବଂ ଏଥିପାଇଁ ମଧ୍ୟ ପ୍ରାର୍ଥନା କରେ ଯେ, ଯିରୁଶାଲମଠାରେ ଯାହା ସାହାଯ୍ୟ ପହଞ୍ଚିବ ସେଥିରେ ପରମେଶ୍ୱରଙ୍କ ଲୋକେ ପ୍ରସନ୍ନ ହେବେ।
32
ତା’ପରେ ଯଦି ପରମେଶ୍ୱର ଇଚ୍ଛା କରନ୍ତି ତା’ହେଲେ ମୁଁ ତୁମ୍ଭମାନଙ୍କ ପାଖକୁ ଆନନ୍ଦର ସହ ଆସିବି ଓ ବିଶ୍ରାମ ନେବି।
33
ଶାନ୍ତିଦାତା ପରମେଶ୍ୱର ତୁମ୍ଭ ସମସ୍ତଙ୍କ ସହିତ ଥାଆନ୍ତୁ। ଆମେନ୍।
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 16 →
All chapters:
1
2
3
4
5
6
7
8
9
10
11
12
13
14
15
16