bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Romans 16
Romans 16
Odia Bible ERV 2004 (ପବିତ୍ର ବାଇବଲ)
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
1
ପାଉଲଙ୍କ କେତେକ ଅନ୍ତିମ କଥା ମୁଁ, ତୁମ୍ଭକୁ କେଙ୍କ୍ରେୟା ନଗରୀର ମଣ୍ତଳୀର ବିଶେଷ ସେବିକା, ଆମ୍ଭର ଧର୍ମ ଭଉଣୀ ଫୈବୀଙ୍କୁ ସୁପାରିଶ କରୁଛି।
2
ମୁଁ ତୁମ୍ଭକୁ କହୁଛି ତାହାଙ୍କୁ ପରମେଶ୍ୱରଙ୍କ ଲୋକମାନଙ୍କ ପରି ପ୍ରଭୁଙ୍କଠାରେ ଗ୍ରହଣ କର। ତୁମ୍ଭଠାରୁ ତାହାଙ୍କର ଯାହା ଦରକାର, ସେଗୁଡ଼ିକ ଦ୍ୱାରା ତାହାଙ୍କୁ ସାହାଯ୍ୟ କର। ସେ ମୋତେ ଓ ଅନ୍ୟ ଅନେକ ଲୋକଙ୍କୁ ବହୁତ ସାହାଯ୍ୟ କରିଛନ୍ତି।
3
ପ୍ରୀସ୍କା ଓ ଆକ୍ୱିଲାଙ୍କୁ ମୋର ନମସ୍କାର। ସେମାନେ ଖ୍ରୀଷ୍ଟ ଯୀଶୁଙ୍କ କାମରେ ମୋର ସହକର୍ମୀ ଅଟନ୍ତି।
4
ସେମାନେ ମୋର ଜୀବନ ରକ୍ଷା ଲାଗି ନିଜ ଜୀବନକୁ ବିପଦରେ ପକାଇ ଥିଲେ। ମୁଁ ସେମାନଙ୍କ ପ୍ରତି କୃତଜ୍ଞ। କେବଳ ମୁଁ ନୁହେଁ ସମସ୍ତ ଅଣଯିହୂଦୀୟ ମଣ୍ତଳୀର ଲୋକମାନେ ମଧ୍ୟ ସେମାନଙ୍କ ପ୍ରତି କୃତଜ୍ଞ।
5
ତାଙ୍କ ଘରେ ହେଉଥିବା ମଣ୍ତଳୀକୁ ମଧ୍ୟ ନମସ୍କାର। ମୋର ପ୍ରିୟ ବନ୍ଧୁ ଏପାଇନେତଙ୍କୁ ନମସ୍କାର। ସେ ସମଗ୍ର ଏସିଆ ରେ ଖ୍ରୀଷ୍ଟଙ୍କୁ ଗ୍ରହଣ କରିବାରେ ପ୍ରଥମ ଲୋକ।
6
ମରିୟମଙ୍କୁ ନମସ୍କାର। ସେ ତୁମ୍ଭମାନଙ୍କ ପାଇଁ ବହୁତ କାମ କରିଛନ୍ତି।
7
ଆନ୍ଦ୍ରନିକ ଓ ଯୂନିୟାଙ୍କୁ ନମସ୍କାର। ସେମାନେ ମୋର ଜ୍ଞାତି, ଓ ସେମାନେ ମୋ’ ସହିତ ବନ୍ଦୀ ହୋଇ କାରାଗାରରେ ଥିଲେ। ସେମାନେ ପରମେଶ୍ୱରଙ୍କ ଅତି ପ୍ରସିଦ୍ଧ କାର୍ଯ୍ୟକର୍ତ୍ତା ଓ ମୋ’ଠାରୁ ପୂର୍ବରୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସୀ ଥିଲେ।
8
ପ୍ରଭୁଙ୍କଠାରେ ସ୍ଥିତ ମୋର ପ୍ରିୟ ମିତ୍ର ଆମ୍ପ୍ଲିୟାତାଙ୍କୁ ନମସ୍କାର।
9
ଖ୍ରୀଷ୍ଟଙ୍କ ସେବା ବିଷୟରେ ଆମ୍ଭର ସହକର୍ମୀ ଉର୍ବାଣ ଓ ମୋର ପ୍ରିୟତମ ମିତ୍ର ଆରିସ୍ତାଖୁଙ୍କୁ ମୋର ନମସ୍କାର।
10
ଆପେଲ୍ଲାଙ୍କୁ ମୋର ନମସ୍କାର, ଯିଏ ଖ୍ରୀଷ୍ଟଙ୍କ ସେବାରେ ପରୀକ୍ଷିତ ଓ ପ୍ରମାଣିତ। ଆରିସ୍ତବୁଲଙ୍କ ପରିବାରଜନଙ୍କୁ ମୋର ନମସ୍କାର।
11
ମୋର ଜ୍ଞାତି ହେରୋଦିୟୋନଙ୍କୁ ମୋର ନମସ୍କାର। ନାର୍କିସଙ୍କ ପରିଜନମାନଙ୍କୁ ନମସ୍କାର ଯେଉଁମାନେ ପ୍ରଭୁଙ୍କର ଅଟନ୍ତି।
12
ପ୍ରଭୁଙ୍କର ପରିଶ୍ରମୀ କାର୍ଯ୍ୟକର୍ତ୍ତା କ୍ରୁଫେଣା ଓ କୁଫୋସାଙ୍କୁ ନମସ୍କାର। ମୋର ପ୍ରିୟ ପ୍ରଭୁଙ୍କ ସେବାରେ ପରିଶ୍ରମକାରିଣୀ ପର୍ଶିଙ୍କୁ ନମସ୍କାର।
13
ପ୍ରଭୁଙ୍କର ବିଶିଷ୍ଟ ସେବକ ରୂପେ ଓ ତାହାଙ୍କର ମାଙ୍କୁ ଯେ ମୋର ମାତା ଭଳି ତାହାଙ୍କୁ ମୋର ନମସ୍କାର।
14
ଅସୁଙ୍କ୍ରିତ, ଫ୍ଳେଗୋନ୍, ହର୍ମୀସ୍, ପାତ୍ରବା ଓ ହର୍ମାସ୍, ଏବଂ ସେମାନଙ୍କ ଭାଇମାନଙ୍କୁ ଯେଉଁମାନେ ସେମାନଙ୍କ ସହ ଅଛନ୍ତି ନମସ୍କାର।
15
ଫିଲଲଗ, ଯୁଲିୟା, ନୀରୂସ୍ ଓ ତାହାଙ୍କ ଭଉଣୀ, ଅଲୁମ୍ପା ଓ ସେମାନଙ୍କ ସହିତ ଥିବା ସମସ୍ତ ସାଧୁ-ସନ୍ଥମାନଙ୍କୁ ନମସ୍କାର।
16
ତୁମ୍ଭେମାନେ ସମସ୍ତେ ପବିତ୍ର ଚୁମ୍ବନ ଦେଇ ଏକଆରେକକୁ ଅଭିବାଦନ ଜଣାଅ। ଖ୍ରୀଷ୍ଟଙ୍କର ସମସ୍ତ ମଣ୍ତଳୀ ବା ବିଶ୍ୱାସୀ ସମୂହ ତୁମ୍ଭମାନଙ୍କୁ ଅଭିବାଦନ ଜଣାଉଛନ୍ତି।
17
ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ କହିବାକୁ ଇଚ୍ଛାକରେ ଯେ, ଯେଉଁ ଲୋକମାନେ ତୁମ୍ଭ ଭିତରେ ଦଳଭେଦ ଓ ବିଘ୍ନ ଆଣିବା ପାଇଁ ଚେଷ୍ଟା କରୁଛନ୍ତି, ସେମାନଙ୍କଠାରୁ ସତର୍କ ରୁହ। ଲୋକମାନଙ୍କର ବିଶ୍ୱାସକୁ ଭାଙ୍ଗିବା ପାଇଁ ଚେଷ୍ଟା କରୁଥିବା ଲୋକମାନଙ୍କଠାରୁ ସତର୍କ ରୁହ। ଏଭଳି ଲୋକେ ତୁମ୍ଭେ ଗ୍ରହଣ କରିଥିବା ପ୍ରକୃତ ଶିକ୍ଷା ବିରୁଦ୍ଧରେ ଥା’ନ୍ତି।
18
ଏହି ଲୋକମାନଙ୍କଠାରୁ ଦୂରରେ ରୁହ। ଏଭଳି ଲୋକେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ସେବା ନ କରି କେବଳ ନିଜ ସୁଖରେ ମାତି ଥା’ନ୍ତି। ସେମାନେ ଆକର୍ଷଣୀୟ ଓ ସୁନ୍ଦର କଥା କହି ଲୋକମାନଙ୍କୁ ବୋକା କରନ୍ତି ଓ ଯେଉଁମାନେ ମନ୍ଦ ବିଷୟରେ ଜାଣି ନାହାନ୍ତି, ସେମାନଙ୍କୁ ଭୁଲାନ୍ତି।
19
ତୁମ୍ଭେମାନେ ବାଧ୍ୟ ହୁଅ; ସମସ୍ତେ ଏହା ଶୁଣିଛନ୍ତି। ମୁଁ ତୁମ୍ଭମାନଙ୍କ ପାଇଁ ବହୁତ ଖୁସୀ। କିନ୍ତୁ ମୁଁ ଇଚ୍ଛାକରେ ଯେ ତୁମ୍ଭେମାନେ ଭଲ ପାଇଁ ବୁଦ୍ଧିମାନ ହୋଇ ରୁହ ଓ ମନ୍ଦ ବିଷୟ ଜାଣିବା ପାଇଁ ଚେଷ୍ଟା କର ନାହିଁ।
20
ଶାନ୍ତିର ସ୍ରୋତ ପରମେଶ୍ୱର ଶୀଘ୍ର ଶୟତାନକୁ ହରାଇବେ ଓ ତା’ ଉପରେ ତୁମ୍ଭମାନଙ୍କୁ ଶକ୍ତି ପ୍ରଦାନ କରିବେ। ଆମ୍ଭର ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହିତ ରହୁ।
21
ମୋର ସହକାରୀ ତୀମଥି ଓ ମୋର ସ୍ୱଜାତୀୟ ଯିହୂଦୀମାନେ ଲୂକିୟ, ଯାସୋନ୍ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି।
22
ଏହି ପତ୍ରର ଲେଖକ ମୁଁ ତର୍ତ୍ତିୟ ଅଟେ। ମୁଁ ମଧ୍ୟ ତୁମ୍ଭମାନଙ୍କୁ ପ୍ରଭୁଙ୍କ ନାମରେ ନମସ୍କାର କରୁଅଛି।
23
ମୋତେ ଓ ସମଗ୍ର ମଣ୍ତଳୀକୁ ଆତିଥ୍ୟ ପ୍ରଦାନ କରିଥିବା ଗାୟ ତୁମ୍ଭମାନଙ୍କୁ ପ୍ରଣାମ ଜଣାଉଛନ୍ତି। ଏରାଷ୍ଟ ନାମକ, ଏହି ନଗରର କୋଷାଧ୍ୟକ୍ଷ ଓ କ୍ୱାର୍ତ୍ତ ନାମକ ଜଣେ ଭାଇ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି।
25
ପରମେଶ୍ୱର ହିଁ ତୁମ୍ଭକୁ ଦୃଢ଼ କରି ପାରନ୍ତି। ମୁଁ ତୁମ୍ଭମାନଙ୍କୁ ଦୃଢ଼ ଦେବା ପାଇଁ ଯେଉଁ ସମାଗ୍ଭର ପ୍ରଗ୍ଭର କରୁଛି ସେହି ସତ୍ୟ ସୃଷ୍ଟି ଆରମ୍ଭରୁ ଗୁପ୍ତ ଭାବରେ ଥିଲା।
26
ପରମେଶ୍ୱର ତାହାକୁ ପ୍ରକାଶିତ କରିବା ପାଇଁ ଆଦେଶ ଦେଇଛନ୍ତି। ଏହି ଗୁପ୍ତ ସତ୍ୟ ଏବେ ଆମ୍ଭକୁ ଓ ସମସ୍ତଙ୍କୁ ଜ୍ଞାତ କରାଯାଇଛି। ଭବିଷ୍ୟଦ୍ବକ୍ତାମାନଙ୍କର ଲେଖା ଦ୍ୱାରା ତାହା ପ୍ରକାଶିତ ହେଲା। ଏହା ଦ୍ୱାରା ସମସ୍ତ ଲୋକମାନଙ୍କର ପରମେଶ୍ୱରଙ୍କ ପାଇଁ ବିଶ୍ୱାସ ଓ ଆଜ୍ଞାକାରିତା ବଢ଼ି ପାରିବ।
27
ଯୀଶୁ ଖ୍ରୀଷ୍ଟଙ୍କ ଜରିଆରେ ଏକ ମାତ୍ର ଜ୍ଞାନବାନ ପରମେଶ୍ୱରଙ୍କର ମହିମା ଅନନ୍ତ କାଳ ପାଇଁ ବ୍ୟାପ୍ତ ରହୁ। ଆମେନ୍।
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
All chapters:
1
2
3
4
5
6
7
8
9
10
11
12
13
14
15
16