bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Romans 3
Romans 3
Odia Bible ERV 2004 (ପବିତ୍ର ବାଇବଲ)
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 4 →
1
ଅତଏବ ଯିହୂଦୀମାନଙ୍କଠାରେ କ’ଣ ଅଧିକ ଅଛି ଯାହା ଅନ୍ୟ ଲୋକମାନଙ୍କଠାରେ ନାହିଁ? ଅସୁନ୍ନତ ହେବାରେ କ’ଣ ବିଶେଷ ମୂଲ୍ୟ ଅଛି?
2
ହଁ ଯିହୂଦୀମାନଙ୍କଠାରେ ଅନେକ କିଛି ବିଶେଷ ବିଷୟ ଅଛି। ସବୁଠାରୁ ମହତ୍ତ୍ୱପୂର୍ଣ୍ଣ କଥା ଏହି ଯେ, ସେମାନଙ୍କୁ ସର୍ବପ୍ରଥମେ ପରମେଶ୍ୱର ତାହାଙ୍କ ଉପଦେଶ ଗୁଡ଼ିକୁ ସମର୍ପିତ କଲେ।
3
ଏହା ସତ୍ୟ ଯେ, କେତେକ ଯିହୂଦୀ ପରମେଶ୍ୱରଙ୍କର ବିଶ୍ୱସ୍ତ ନ ଥିଲେ। କିନ୍ତୁ ସେମାନଙ୍କ ଅବିଶ୍ୱସ୍ତତା କ’ଣ ପରମେଶ୍ୱରଙ୍କୁ ନିଜ ପ୍ରତିଜ୍ଞା ରଖିବାରେ ବାଧା ଦେବ?
4
କେବେ ନୁହେଁ। ଯଦି ପ୍ରତ୍ୟେକ ଲୋକ ଅସତ୍ ହୁଅନ୍ତି, ତେବେ ମଧ୍ୟ ପରମେଶ୍ୱର ସତ୍ୟ ହୋଇ ରହିବେ। ଶାସ୍ତ୍ରରେ ଲେଖା ଅଛି ଯେ: “ତୁମ୍ଭେ ତୁମ୍ଭର କରୁଥିବା ବିଷୟ ଦ୍ୱାରା ଧାର୍ମିକ ବୋଲି ପ୍ରମାଣିତ ହେବ ଓ ନ୍ୟାୟବିଗ୍ଭର ହେଲାବେଳେ ତୁମ୍ଭେ ବିଜୟଲାଭ କରିବ।”
5
ଆମ୍ଭେ ଯେତେବେଳେ ଭୁଲ୍ କରୁ, ସେଥିରୁ ସ୍ପଷ୍ଟ ଭାବରେ ଜଣା ପଡ଼େ ଯେ ପରମେଶ୍ୱର ହେଉଛନ୍ତି ଠିକ୍। ସେଥିପାଇଁ ପରମେଶ୍ୱର ଯେତେବେଳେ ଆମ୍ଭକୁ ଦଣ୍ଡ ଦିଅନ୍ତି, କ’ଣ ଆମ୍ଭେ କହି ପାରିବା ଯେ, ସେ ଅନ୍ୟାୟୀ? ମୁଁ କେତେକ ଲୋକଙ୍କ ଭାବିବାର ଢଙ୍ଗ ବିଷୟରେ କହୁଛି।
6
ନା! ଯଦି ପରମେଶ୍ୱର ଆମ୍ଭକୁ ଦଣ୍ଡ ଦେଇ ପାରିବେ ନାହିଁ, ତା’ହେଲେ ସେ ସଂସାରର ବିଗ୍ଭର କରି ପାରିବେ ନାହିଁ।
7
ଜଣେ ଲୋକ କହିପାରେ, “ଯେତେବେଳେ ମୁଁ ମିଛ କହେ ତାହା ପ୍ରକୃତରେ ପରମେଶ୍ୱରଙ୍କୁ ଅଧିକତର ମହିମା ପ୍ରଦାନକରେ, କାରଣ ମୋ’ ମିଛ, ପରମେଶ୍ୱରଙ୍କ ସତ୍ୟକୁ ପ୍ରକାଶ କରେ।” ସେଥିପାଇଁ ମୋତେ ପାପୀ ବୋଲି କାହିଁକି ବିଗ୍ଭର କରାଗଲା?
8
ଏହି ସମାନ କଥା କହିବା ହେଲା, “ଆମ୍ଭେ ନିଶ୍ଚୟ ମନ୍ଦକାମ କରିବା, କାରଣ ତା’ ଦ୍ୱାରା ଭଲ ଆସିବ।” ଅନେକ ଲୋକ ଆମ୍ଭକୁ ସମାଲୋଚନା କରନ୍ତି ଓ ମିଛରେ କୁହନ୍ତି ଯେ ଆମ୍ଭେ ସେହି ଶିକ୍ଷା ଦେଉଛୁ। ଯେଉଁମାନେ ଏ ଭଳି କଥା କୁହନ୍ତି ସେମାନେ ଠିକ୍ ନୁହନ୍ତି ଓ ସେମାନଙ୍କୁ ଦଣ୍ଡ ଦେବା ଉଚିତ୍।
9
ସମସ୍ତେ ଦୋଷୀ ସେଥିପାଇଁ ଅନ୍ୟ ଲୋକମାନଙ୍କଠାରୁ ଆମ୍ଭେ ଯିହୂଦୀଗଣ କ’ଣ ଭଲ? ନା। ଯିହୂଦୀ ଓ ଅଣଯିହୂଦୀ ସମସ୍ତେ ସମାନ ବୋଲି ଆମ୍ଭେ ଆଗରୁ କହି ସାରିଛୁ। ସେମାନେ ସମସ୍ତେ ନିଜ ନିଜ ପାପ ପାଇଁ ଦୋଷୀ।
10
ଶାସ୍ତ୍ରରେ ଏହିପରି ଲେଖା ଅଛି, “କେହିହେଲେ ଧାର୍ମିକ ନାହିଁ, ଜଣେ ମଧ୍ୟ ନୁହେଁ!
11
ବୁଝିବା ଲୋକ ଜଣେ ମଧ୍ୟ ନାହିଁ, ପରମେଶ୍ୱରଙ୍କୁ ପ୍ରକୃତରେ ଖୋଜୁଥିବା ଲୋକ ଜଣେ ନାହିଁ।
12
ସମସ୍ତେ ସତ୍ୟ ମାର୍ଗ ଭୁଲି ଯାଇଛନ୍ତି ଓ ସମସ୍ତେ ମୂଲ୍ୟହୀନ ହୋଇ ଯାଇଛନ୍ତି। ସେଠାରେ କେହି ନାହିଁ ଯିଏ ଭଲ କରେ। ଏପରିକି ଜଣେ ମଧ୍ୟ ନୁହେଁ।”
13
“ମଣିଷମାନଙ୍କର ମୁହଁ ଖୋଲା କବର ଭଳି ଅଟେ, ସେମାନେ ମିଛ ପାଇଁ ତାଙ୍କ ଜିହ୍ୱାକୁ ବ୍ୟବହାର କରନ୍ତି।” “ସେମାନଙ୍କର କଥା ସର୍ପର ବିଷ ଭଳି ଅଟେ।”
14
“ଅଭିଶାପ ଓ କଟୁତାରେ ସେମାନଙ୍କର କଥା ପୂର୍ଣ୍ଣ ହୋଇଥାଏ।”
15
“ଲୋକେ ଅନ୍ୟକୁ ଆଘାତ ଓ ହତ୍ୟା କରିବା ପାଇଁ ସର୍ବଦା ପ୍ରସ୍ତୁତ
16
ସେମାନେ ବିନାଶ କରିବା ଓ କ୍ଳେଶ ଦେବା ପାଇଁ ସର୍ବତ୍ର ଯାଆନ୍ତି।
17
ଲୋକେ ଶାନ୍ତିର ମାର୍ଗ ଜାଣନ୍ତି ନାହିଁ।”
18
“ସେମାନଙ୍କର ଆଖିରେ ପରମେଶ୍ୱରଙ୍କ ପ୍ରତି ଭୟ ବା ସମ୍ମାନ ଭାବ ନାହିଁ।”
19
ବ୍ୟବସ୍ଥାରେ ଯେଉଁ କଥାଗୁଡ଼ିକ କୁହାଯାଇଛି, ତାହା ବ୍ୟବସ୍ଥାଧୀନ ରହିଥିବା ଲୋକଙ୍କ ପାଇଁ ପ୍ରୟୋଜନ। ଏହି ବ୍ୟବସ୍ଥାଗୁଡ଼ିକ ସମସ୍ତ ଯିହୂଦୀ ଲୋକଙ୍କୁ ଆଳ ଦେଖାଇବାରୁ ଅଟକାଏ ଏବଂ ସମଗ୍ର ସଂସାରର ଲୋକମାନଙ୍କୁ ପରମେଶ୍ୱରଙ୍କ ନ୍ୟାୟବିଗ୍ଭରକୁ ଆଣେ।
20
ଏହାର କାରଣ ହେଲା, କୌଣସି ଲୋକ ବ୍ୟବସ୍ଥା ପାଳନ କରିବା ଦ୍ୱାରା ପରମେଶ୍ୱରଙ୍କ ସହିତ ଧାର୍ମିକ ହୁଏ ନାହିଁ। ବ୍ୟବସ୍ଥା କେବଳ ଆମ୍ଭର ପାପ ବିଷୟରେ ଆମ୍ଭକୁ ସାବଧାନ କରାଏ।
21
ପରମେଶ୍ୱର ମଣିଷମାନଙ୍କୁ ଧାର୍ମିକ କିପରି କରନ୍ତି? କିନ୍ତୁ ବିନା ବ୍ୟବସ୍ଥାରେ ଲୋକମାନଙ୍କୁ ଧାର୍ମିକ କରିବା ପାଇଁ ପରମେଶ୍ୱରଙ୍କର ଗୋଟିଏ ନୂତନ ମାର୍ଗ ଅଛି। ସେ ଆମ୍ଭକୁ ସେହି ନୂତନ ପଥ ଦେଖାଇ ଦେଇଛନ୍ତି। ଏହି ନୂତନ ପଥ ବିଷୟରେ ବ୍ୟବସ୍ଥା ଓ ଭବିଷ୍ୟଦ୍ବକ୍ତା ଆମ୍ଭକୁ କହୁଛନ୍ତି।
22
ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ପରମେଶ୍ୱର ଲୋକମାନଙ୍କୁ ଧାର୍ମିକ କରନ୍ତି। ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ରଖୁଥିବା ସମସ୍ତ ଲୋକଙ୍କ ପାଇଁ ପରମେଶ୍ୱର ଏହା କରନ୍ତି। ସବୁ ଲୋକେ ହେଉଛନ୍ତି ସମାନ।
23
ସମସ୍ତେ ପାପ କରିଛନ୍ତି ଓ ପରମେଶ୍ୱରଙ୍କ ମହିମା ପାଇବାରେ ଊଣା ପଡ଼ିଛନ୍ତି।
24
ପରମେଶ୍ୱରଙ୍କ ଅନୁଗ୍ରହ ଦ୍ୱାରା ଲୋକେ ତାହାଙ୍କ ଦୃଷ୍ଟିରେ ଧାର୍ମିକ ହୁଅନ୍ତି। ଏହା ବିନା ମୂଲ୍ୟର ଅନୁଗ୍ରହଦାନ ଅଟେ। ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ପାପରୁ ମୁକ୍ତ ହୋଇ ଲୋକେ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ହୁଅନ୍ତି।
25
ଲୋକମାନଙ୍କୁ ବିଶ୍ୱାସ ଜରିଆରେ, ପାପରୁ କ୍ଷମା କରିବା ଉଦ୍ଦେଶ୍ୟରେ ପରମେଶ୍ୱର ଯୀଶୁଙ୍କୁ ପଥ ଭାବରେ ଦେଇଥିଲେ। ଯୀଶୁଙ୍କ ରକ୍ତ ବା ମୃତ୍ୟୁ ଦ୍ୱାରା ପରମେଶ୍ୱର କ୍ଷମା କରନ୍ତି। ଯୀଶୁଙ୍କୁ ଦେବା ଦ୍ୱାରା ଏହା ପ୍ରମାଣିତ କରେ ଯେ ପରମେଶ୍ୱର ସର୍ବଦା ନ୍ୟାୟ କରନ୍ତି।
26
ପୂର୍ବରୁ ପରମେଶ୍ୱର ଧୈର୍ଯ୍ୟ ଧରି ରହିଥିବା ଲୋକମାନଙ୍କୁ ସେମାନଙ୍କର ପାପ ପାଇଁ ଦଣ୍ଡ ନ ଦେଇ ଉଚିତ୍ କାର୍ଯ୍ୟ କରିଥିଲେ। ସେ ନିଜର ଧାର୍ମିକତା ପ୍ରକାଶ କରିବା ପାଇଁ ଏବେ ଯୀଶୁଙ୍କୁ ପଠାଇଲେ। ପରମେଶ୍ୱର ଯେ, ନିଜେ ନ୍ୟାୟବାନ ତାହା ଦେଖାଇବା ପାଇଁ ଯୀଶୁଙ୍କଠାରେ ବିଶ୍ୱାସ ରଖି ଥିବା ଯେକୌଣସି ଲୋକକୁ ଧାର୍ମିକ କଲେ।
27
ତା’ହେଲେ ଆମ୍ଭର ଗର୍ବ କରିବାର କିଛି ଅଛି କି? ନା! କାହିଁକି ନୁହେଁ? କାରଣ, ବିଶ୍ୱାସର ମାର୍ଗ ଦ୍ୱାରା ସମସ୍ତ ପ୍ରକାରର ଗର୍ବ କରିବା ବିଷୟକୁ ବାଦ୍ କରାଯାଇଛି।
28
ଏହାର କାରଣ ହେଲା ଜଣେ ଲୋକ ବ୍ୟବସ୍ଥା ପାଳନ କରିବା ଦ୍ୱାରା ନୁହେଁ ବରଂ ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ପ୍ରତି ଧାର୍ମିକ ଗଣିତ ହୁଏ। ଏ କଥାରେ ଆମ୍ଭେ ବିଶ୍ୱାସ କରୁ।
29
ପରମେଶ୍ୱର କେବଳ ଯିହୂଦୀମାନଙ୍କର ପରମେଶ୍ୱର ନୁହନ୍ତି। ଅଣଯିହୂଦୀମାନଙ୍କର ମଧ୍ୟ ସେ ପରମେଶ୍ୱର ଅଟନ୍ତି।
30
ପରମେଶ୍ୱର ହେଉଛନ୍ତି ମାତ୍ର ଜଣେ, ସେ ଯିହୂଦୀମାନଙ୍କୁ ସେମାନଙ୍କ ବିଶ୍ୱାସ ଆଧାରରେ ତାହାଙ୍କ ସହିତ ଧାର୍ମିକ କରିବେ। ଅଣଯିହୂଦୀମାନଙ୍କୁ ମଧ୍ୟ ସେମାନଙ୍କର ବିଶ୍ୱାସ ପାଇଁ ସେ ଧାର୍ମିକ କରିବେ।
31
ଏଠାରେ ପ୍ରଶ୍ନ ଉଠେ ଯେ ଆମ୍ଭେ କ’ଣ ବିଶ୍ୱାସର ମାର୍ଗ ଅନୁସରଣ କରିବା ଦ୍ୱାରା ବ୍ୟବସ୍ଥାକୁ ନଷ୍ଟ କରୁଛୁ କି? ନା! ଏହା ସତ୍ୟ ନୁହେଁ। ବରଂ ବ୍ୟବସ୍ଥା ଆମ୍ଭଠାରୁ ଯାହା ଆଶାକରେ, ତାହା ହେବା ପାଇଁ ବିଶ୍ୱାସ ଆମ୍ଭକୁ ସୁଯୋଗ ପ୍ରଦାନ କରେ।
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 4 →
All chapters:
1
2
3
4
5
6
7
8
9
10
11
12
13
14
15
16