bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Romans 5
Romans 5
Odia Bible ERV 2004 (ପବିତ୍ର ବାଇବଲ)
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 6 →
1
ପରମେଶ୍ୱରଙ୍କ ପ୍ରତି ଧାର୍ମିକ ଆମ୍ଭର ବିଶ୍ୱାସ ହେତୁ ଆମ୍ଭକୁ ପରମେଶ୍ୱରଙ୍କଠାରେ ଧାର୍ମିକ କରାଯାଇଛି। ସେଥିପାଇଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ସହିତ ଆମ୍ଭେ ଶାନ୍ତିରେ ଅଛୁ। ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ଆମ୍ଭକୁ ପରମେଶ୍ୱରଙ୍କ ଅନୁଗ୍ରହର ଅଧୀନ କଲେ।
2
ଏବେ ଆମ୍ଭେ ଏହି ଅନୁଗ୍ରହରେ ରହିଛୁ ଓ ଆମ୍ଭେ ପରମେଶ୍ୱରଙ୍କ ଏହି ମହିମାରେ ଭାଗୀଦର ହୋଇଥିବା ଆଶାରେ ଆନନ୍ଦିତ।
3
ଆମ୍ଭେମାନେ ଆମ୍ଭର କ୍ଳେଶଗୁଡ଼ିକ ଥାଇ ମଧ୍ୟ ଆନନ୍ଦିତ। ଆମ୍ଭେ ଏହି କଷ୍ଟଗୁଡ଼ିକ ପାଇଁ କାହିଁକି ଆନନ୍ଦିତ? କାରଣ ଆମ୍ଭେ ଜାଣୁ ଯେ ଏହି କଷ୍ଟଗୁଡ଼ିକ ଆମ୍ଭକୁ ଅଧିକ ଧୈର୍ଯ୍ୟବାନ କରାଏ।
4
ଏହି ଧୈର୍ଯ୍ୟ ପ୍ରମାଣ କରେ ଯେ, ଆମ୍ଭେ ବଳବାନ ଓ ଏହି ପ୍ରମାଣ ଆମ୍ଭକୁ ଭରସା ପ୍ରଦାନ କରେ।
5
ଏହି ଭରସା ଆମ୍ଭକୁ କେବେ ହେଲେ ନିରାଶ କରିବ ନାହିଁ। କ’ଣ ପାଇଁ? କାରଣ ପରମେଶ୍ୱର ଆମ୍ଭର ହୃଦୟଗୁଡ଼ିକୁ ପୂର୍ଣ୍ଣ କରିବା ପାଇଁ ତାହାଙ୍କର ପ୍ରେମ ଢାଳି ଦେଲେ। ପରମେଶ୍ୱର ପବିତ୍ରଆତ୍ମା ମାଧ୍ୟମରେ ତାହାଙ୍କର ପ୍ରେମ ଦେଇଛନ୍ତି। ପରମେଶ୍ୱରଙ୍କ ତରଫରୁ ଆମ୍ଭ ପାଇଁ ପବିତ୍ରଆତ୍ମା ଅନୁଗ୍ରହ ଦାନ ଭାବରେ ଆସିଥିଲେ।
6
ଆମ୍ଭେ ଅଧାର୍ମିକ ଥିବା ବେଳେ ଖ୍ରୀଷ୍ଟ ଆମ୍ଭ ପାଇଁ ମରି ଥିଲେ। ଆମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ଜୀବନଯାପନ କରୁଥିଲୁ, ତଥାପି ଯଥାର୍ଥ ସମୟରେ ଖ୍ରୀଷ୍ଟ ଆମ୍ଭ ପାଇଁ ମରିଥିଲେ।
7
ଅନ୍ୟ ଲୋକ ଯେତେ ଭଲ ହେଲେ ମଧ୍ୟ, ଖୁବ୍ କମ୍ ଲୋକ ଅନ୍ୟକୁ ବଞ୍ଚାଇବା ପାଇଁ ମୃତ୍ୟୁ ବରଣ କରିବେ। ଯଦି ଲୋକଟି ଧାର୍ମିକ ହୋଇ ଥାଏ, ତେବେ ତା’ ନିମନ୍ତେ କିଏ ଜଣେ ମୃତ୍ୟୁ ବରଣ କରିବା ପାଇଁ ସାହସ କରିବ।
8
କିନ୍ତୁ ଆମ୍ଭେ ସମସ୍ତେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଆମ୍ଭ ପାଇଁ ମୃତ୍ୟୁ ବରଣ କଲେ। ଏହା ଦ୍ୱାରା ପରମେଶ୍ୱର ପ୍ରମାଣିତ କଲେ ଯେ, ସେ ଆମ୍ଭକୁ ବହୁତ ପ୍ରେମ କରନ୍ତି।
9
ଆମ୍ଭେ ଖ୍ରୀଷ୍ଟଙ୍କର ରକ୍ତ ଦ୍ୱାରା ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହୋଇଛୁ। ସେଥିପାଇଁ ଖ୍ରୀଷ୍ଟଙ୍କ ମାଧ୍ୟମରେ ଆମ୍ଭେ ପରମେଶ୍ୱରଙ୍କର କ୍ରୋଧରୁ ନିଶ୍ଚିତ ଭାବେ ରକ୍ଷା ପାଇବା।
10
ମୋ’ କହିବା ଅର୍ଥ ଯେ ଆମ୍ଭେ ପରମେଶ୍ୱରଙ୍କର ଶତ୍ରୁ ହୋଇଥିଲେ ମଧ୍ୟ, ସେ ନିଜ ପୁତ୍ରଙ୍କ ମୃତ୍ୟୁ ଦ୍ୱାରା ଆମ୍ଭ ସହିତ ବନ୍ଧୁତା ସ୍ଥାପନ କରିଛନ୍ତି। ସେଥିପାଇଁ ଏବେ ଯେହେତୁ ଆମ୍ଭେ ପରମେଶ୍ୱରଙ୍କର ମିତ୍ର, ପରମେଶ୍ୱର ତାଙ୍କ ପୁତ୍ରଙ୍କ ଜୀବନ ମାଧ୍ୟମରେ ଆମ୍ଭକୁ ନିଶ୍ଚିତ ଭାବରେ ରକ୍ଷା କରିବେ।
11
ଆମ୍ଭେ ଯେ କେବଳ ରକ୍ଷା ପାଇବୁ ତା’ ନୁହେଁ, ବରଂ ଏବେ ଆମ୍ଭେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କଠାରେ ମଧ୍ୟ ଅତ୍ୟଧିକ ଆନନ୍ଦିତ ହେତୁ କେବଳ ଯୀଶୁଙ୍କ ପାଇଁ ଆମ୍ଭେ ଆଜି ପରମେଶ୍ୱରଙ୍କ ମିତ୍ର ଅଟୁ।
12
ଆଦମ ଓ ଯୀଶୁ ଜଣେ ଲୋକ ଆଦମ ପାଇଁ ଜଗତକୁ ପାପ ଆସିଲା। ପାପ ଦ୍ୱାରା ମୃତ୍ୟୁ ଆସିଲା। ସେଥିପାଇଁ ସମସ୍ତେ ନିଶ୍ଚୟ ମରିବେ, କାରଣ ସମସ୍ତେ ପାପ କରିଛନ୍ତି।
13
ମୋଶା ବ୍ୟବସ୍ଥା ଦେବା ପୂର୍ବରୁ ପାପ ସଂସାରରେ ଥିଲା। କିନ୍ତୁ ପରମେଶ୍ୱର, ବ୍ୟବସ୍ଥା ନ ଥିବା କାରଣରୁ ଲୋକମାନଙ୍କୁ ପାପରେ ପାପୀ ମାନି ନ ଥିଲେ।
14
କିନ୍ତୁ ଆଦମଙ୍କ ସମୟରୁ ମୋଶାଙ୍କ ସମୟ ସୁଦ୍ଧା, ପ୍ରତ୍ୟେକ ଲୋକକୁ ମରିବାକୁ ପଡ଼ିଲା। ପରମେଶ୍ୱରଙ୍କର ଆଦେଶ ଅମାନ୍ୟ କରି ପାପ କରିଥିବା ହେତୁ ଆଦମ ମଲା। କିନ୍ତୁ, ଯେଉଁ ଲୋକମାନେ ଆଦମ ଭଳି ପାପ କରି ନ ଥିଲେ, ସେମାନଙ୍କୁ ମଧ୍ୟ ମରିବାକୁ ହେଲା। ଭବିଷ୍ୟତରେ ଯେଉଁ ଜଣଙ୍କର (ଖ୍ରୀଷ୍ଟଙ୍କର) ଆସିବା କଥା, କେତେକାଂଶରେ ସେ ଆଦମଙ୍କ ଭଳି।
15
କିନ୍ତୁ ପରମେଶ୍ୱରଙ୍କ ଅନୁଗ୍ରହଦାନ ଆଦମର ପାପ ପରି ନୁହେଁ। ଜଣେ ଲୋକର ପାପ କାରଣରୁ ଅନେକ ଲୋକ ମୃତ୍ୟୁ ବରଣ କଲେ। କିନ୍ତୁ ପରମେଶ୍ୱରଙ୍କଠାରୁ ଲୋକେ ଯେଉଁ ଅନୁଗ୍ରହ ପାଇଲେ, ତାହା ବହୁତ ଅଧିକ ଥିଲା। ଅନେକ ଲୋକ ଜଣେ ଲୋକର ଅନୁଗ୍ରହ ହେତୁ ଜୀବନରୂପେ ଅନୁଗ୍ରହଦାନ ପାଇଲେ।
16
ଆଦମ ଥରେ ପାପ କଲା ପରେ ସେ ଦୋଷୀ ବୋଲି ସାବ୍ୟସ୍ତ ହେଲା। କିନ୍ତୁ ପରମେଶ୍ୱରଙ୍କର ଅନୁଗ୍ରହଦାନ ଏହାଠାରୁ ଭିନ୍ନ ଅଟେ। ଅନେକ ପାପ ପରେ ପରମେଶ୍ୱରଙ୍କର ଅନୁଗ୍ରହଦାନ ଆସିଲା। ଓ ଏହି ଅନୁଗ୍ରହଦାନ ଲୋକଙ୍କୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ କରାଇଲା।
17
ଜଣେ ଲୋକ ପାପ କଲା, ସେଥିପାଇଁ ସେ ଜଣକ ଲାଗି, ମୃତ୍ୟୁ ସମସ୍ତଙ୍କ ଉପରେ ରାଜତ୍ୱ କଲା। କିନ୍ତୁ ଏବେ କିଛି ଲୋକ ପରମେଶ୍ୱରଙ୍କ ପୂର୍ଣ୍ଣ ଦୟା ଓ ତାହାଙ୍କର ‘ଧାର୍ମିକ’ ହେବା ଭଳି ବିରାଟ ଅନୁଗ୍ରହଦାନକୁ ମଧ୍ୟ ଗ୍ରହଣ କରନ୍ତି। ଏହା ନିଶ୍ଚିତ ଯେ ସେ ଲୋକମାନେ ପ୍ରକୃତ ଜୀବନ ପ୍ରାପ୍ତ କରିବେ, ଓ ସେହି ଲୋକମାନେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଶାସନ କରିବେ।
18
ଅତଏବ ଯେପରି ଆଦମର ଗୋଟିଏ ପାପ ସମସ୍ତ ଲୋକଙ୍କୁ ମୃତ୍ୟୁରେ ଦଣ୍ଡିତ କଲା, ସେହିଭଳି ଯୀଶୁ ଖ୍ରୀଷ୍ଟ କରିଥିବା ଗୋଟିଏ ଧାର୍ମିକ କାମ ସମସ୍ତ ଲୋକଙ୍କୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ କରି ରଖିବ। ଓ ତାହା ସେହି ଲୋକମାନଙ୍କ ପାଇଁ ପ୍ରକୃତ ଜୀବନ ଆଣି ଦେବ।
19
ଜଣେ ଲୋକ ପରମେଶ୍ୱରଙ୍କୁ ଅବଜ୍ଞା କଲା ଓ ଅନେକ ଲୋକ ପାପୀ ହୋଇ ଗଲେ। କିନ୍ତୁ ସେହିପରି ଜଣେ ଲୋକ ପରମେଶ୍ୱରଙ୍କୁ ମାନିଲା ଓ ଅନେକ ଲୋକ ଧାର୍ମିକ ହୋଇଯିବେ।
20
ଲୋକମାନେ ଅଧିକ ପାପ କରିବା ପାଇଁ ବ୍ୟବସ୍ଥା ଆସିଲା, କିନ୍ତୁ ଯେତେବେଳେ ଲୋକେ ଅଧିକ ପାପ କଲେ, ପରମେଶ୍ୱର ସେମାନଙ୍କୁ ପ୍ରଚୁର ମାତ୍ରାରେ ତାହାଙ୍କ ଅନୁଗ୍ରହ ପ୍ରଦାନ କଲେ।
21
ଆମ୍ଭମାନଙ୍କୁ ଶାସନ କରିବା ପାଇଁ ପାପ ଥରେ ମୃତ୍ୟୁକୁ ବ୍ୟବହାର କଲା। କିନ୍ତୁ ପରମେଶ୍ୱର ନିଜର ଅଧିକ ଅନୁଗ୍ରହ ପ୍ରଦାନ କଲେ ଯାହାଦ୍ୱାରା ଅନୁଗ୍ରହ ଶାସନ କଲା ଓ ଲୋକେ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହୋଇ ରହିଲେ। ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଏହା ଅନନ୍ତ ଜୀବନ ଆଣିଲା।
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 6 →
All chapters:
1
2
3
4
5
6
7
8
9
10
11
12
13
14
15
16