bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Romans 7
Romans 7
Odia Bible ERV 2004 (ପବିତ୍ର ବାଇବଲ)
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 8 →
1
ବିବାହର ଦୃଷ୍ଟାନ୍ତ ଭାଇ ଓ ଭଉଣୀଗଣ, ତୁମ୍ଭେମାନେ ବ୍ୟବସ୍ଥା ଜାଣ। ତୁମ୍ଭେମାନେ ଜାଣ ଯେ ଯେତେବେଳେ ଜଣେ ଲୋକ ଜୀବିତ, ବ୍ୟବସ୍ଥା ତାହାକୁ ନିୟନ୍ତ୍ରିତ କର।
2
ମୁଁ ତୁମ୍ଭମାନଙ୍କୁ ଗୋଟିଏ ଉଦାହରଣ ଦେଉଛି। ଜଣେ ବିବାହିତା ସ୍ତ୍ରୀଲୋକ ତାହାର ସ୍ୱାମୀ ଜୀବିତ ଥିବା ସମୟ ପର୍ଯ୍ୟନ୍ତ ତା’ ସହିତ ଆବଦ୍ଧ ହୋଇ ରହିଥାଏ। କିନ୍ତୁ ଯେତେବେଳେ ତାହାର ସ୍ୱାମୀ ମରି ଯାଏ ସେ ବିବାହର ନିୟମରୁ ମୁକ୍ତ ହୋଇ ଯାଏ।
3
କିନ୍ତୁ ଯେତେବେଳେ ଜଣେ ସ୍ତ୍ରୀଲୋକ ତାହାର ସ୍ୱାମୀ ଜୀବିତ ଥିବା ଅବସ୍ଥାରେ, ଆଉ ଜଣକୁ ବିବାହକରେ, ବ୍ୟବସ୍ଥା କୁହେ ଯେ, ସେ ବ୍ୟଭିଗ୍ଭର ଦୋଷରେ ଦୋଷୀ। କିନ୍ତୁ ଯଦି ସେ ସ୍ତ୍ରୀଲୋକର ସ୍ୱାମୀ ମରି ଯାଏ, ତାହାହେଲେ ସେ ସ୍ତ୍ରୀଲୋକଟି ବିବାହର ବନ୍ଧନ ବ୍ୟବସ୍ଥାରୁ ମୁକ୍ତ ହୋଇ ଯାଏ। ଅତଏବ, ଯଦି ସେହି ସ୍ତ୍ରୀଲୋକ ସ୍ୱାମୀର ମୃତ୍ୟୁ ପରେ ଆଉ ଜଣକୁ ବିବାହକରେ, ସେ ବ୍ୟଭିଗ୍ଭର ଦୋଷରେ ଆଉ ଦୋଷୀ ହୁଏ ନାହିଁ।
4
ଠିକ୍ ସେହିଭଳି, ମୋ’ ଭାଇ ଓ ଭଉଣୀଗଣ, ତୁମ୍ଭମାନଙ୍କ ପୁରୁଣା ବ୍ୟକ୍ତିତ୍ୱ ମରିଯାଇଛି ଓ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଶରୀର ମାଧ୍ୟମରେ ବ୍ୟବସ୍ଥାରୁ ମୁକ୍ତ ହୋଇ ଯାଇଛ। ଏବେ ତୁମ୍ଭେମାନେ ଅନ୍ୟ ଜଣକର ଅଟ। ତୁମ୍ଭେମାନେ ମୃତ୍ୟୁରୁ ବଞ୍ଚି ଉଠିଥିବା ଖ୍ରୀଷ୍ଟଙ୍କର ଅଟ। ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କର ଅଟୁ, ସେଥିପାଇଁ ଆମ୍ଭେ ପରମେଶ୍ୱରଙ୍କ ସେବାରେ ନିୟୋଜିତ ହୋଇ ପାରିବା।
5
ଅତୀତରେ, ଆମ୍ଭେ ଆମ୍ଭର ପାପପୂର୍ଣ୍ଣ ଶରୀର ଦ୍ୱାରା ନିୟନ୍ତ୍ରିତ ହେଉଥିଲୁ। ଆମ୍ଭ ଦ୍ୱାରା ବ୍ୟବସ୍ଥା ପାପପୂର୍ଣ୍ଣ କାମ କରାଉ ଥିଲା। ଓ ଏହି ପାପପୂର୍ଣ୍ଣ କାମସବୁ ଆମ୍ଭର ଶରୀରକୁ ନିୟନ୍ତ୍ରିତ କରୁଥିଲା। ଅତଏବ ଏହି କର୍ମ ଆମ୍ଭର ଆଧ୍ୟାତ୍ମିକ ମୃତ୍ୟୁ ଘଟାଉ ଥିଲା।
6
ଅତୀତର ବ୍ୟବସ୍ଥା ଆମ୍ଭକୁ ବନ୍ଦୀ ଭଳି ବାନ୍ଧି ରଖି ଥିଲା। କିନ୍ତୁ ଆମ୍ଭର ପୁରୁଣା ବ୍ୟକ୍ତିତ୍ୱ ଏବେ ମରି ଯାଇଛି ଓ ଆମ୍ଭେ ବ୍ୟବସ୍ଥାରୁ ମୁକ୍ତ ହୋଇ ସାରିଛୁ। ଅତଏବ ଆମ୍ଭେ ପ୍ରାଚୀନ ପଦ୍ଧତି ଲିଖିତ ବ୍ୟବସ୍ଥା ଅନୁସାରେ ପରମେଶ୍ୱରଙ୍କ ସେବା କରୁ ନାହୁଁ। ଆମ୍ଭେ ପରମେଶ୍ୱରଙ୍କ ନୂତନ ପଦ୍ଧତିରେ ଆତ୍ମାରେ ସେବା କରୁଅଛୁ।
7
ପାପ ସହିତ ଆମ୍ଭର ସଂଘର୍ଷ ତୁମ୍ଭେ ଭାବି ପାର ଯେ, ମୁଁ କହୁଛି ପାପ ଓ ବ୍ୟବସ୍ଥା ହେଉଛି ଏକା କଥା। ଏହା ସତ୍ୟ ନୁହେଁ। କିନ୍ତୁ ବ୍ୟବସ୍ଥା ହେଉଛି ଏକମାତ୍ର ଉପାୟ ଯାହାଦ୍ୱାରା ମୁଁ ପାପର ଅର୍ଥ ଜାଣି ପାରିଲି। ମୁଁ କେବେ ହେଲେ ଜାଣି ପାରି ନ ଥା’ନ୍ତି, “ଲୋଭ କରିବା” ଅର୍ଥ କ’ଣ। କିନ୍ତୁ ବ୍ୟବସ୍ଥା କହିଲା, “ଅନ୍ୟମାନଙ୍କ ବସ୍ତୁ ପାଇବା ପାଇଁ କେବେ ହେଲେ ଲୋଭ କର ନାହିଁ।”
8
ଏହି ଆଦେଶ ଅନୁସାରେ ମୋ’ ଭିତରେ ସମସ୍ତ ପ୍ରକାରର ଭୁଲ୍ ବସ୍ତୁ ପ୍ରତି ପାପ ଇଚ୍ଛା ଜାଗ୍ରତ କରାଇଲା। ସେଥିପାଇଁ ଉକ୍ତ ଆଦେଶ ହେତୁ ପାପ ମୋ’ ପାଖକୁ ଆସିଲା। କିନ୍ତୁ ବ୍ୟବସ୍ଥା ବିନା ପାପର କୌଣସି ଶକ୍ତି ନାହିଁ।
9
ବ୍ୟବସ୍ଥା ଜାଣିବା ପୂର୍ବରୁ, ବ୍ୟବସ୍ଥା ବିନା ମୁଁ ଜୀବିତ ଥିଲି। କିନ୍ତୁ ଯେତେବେଳେ ବ୍ୟବସ୍ଥାର ଆଦେଶ ମୋ’ ପାଖକୁ ଆସିଲା, ସେତେବେଳେ ପାପ ଜୀବିତ ହେଲା ଓ ପାପ ହେତୁ ଆତ୍ମିକ ଭାବରେ ମୁଁ ମୃତ୍ୟୁ ବରଣ କଲି।
10
ଆଦେଶର ଆଜ୍ଞା ଥିଲା ଜୀବନ ଦାନ କିନ୍ତୁ ମୋ’ ପାଇଁ ଆଜ୍ଞା ଆଣିଲା ମୃତ୍ୟୁ।
11
ଏହି ଆଜ୍ଞାକୁ ବ୍ୟବହାର କରି ପାପ ମୋତେ ମୂର୍ଖ ପ୍ରମାଣିତ କରିବା ପାଇଁ ସୁଯୋଗ ପାଇଲା। ମୋତେ ଆତ୍ମିକ ଭାବରେ ମୃତ କରାଇବାରେ ପାପ ଏହି ଆଜ୍ଞାକୁ ବ୍ୟବହାର କଲା।
12
ଅତଏବ ବ୍ୟବସ୍ଥା ହେଉଛି ପବିତ୍ର ଓ ଆଜ୍ଞା ମଧ୍ୟ ପବିତ୍ର, ଠିକ୍ ଓ ଉତ୍ତମ।
13
ଏହାର କ’ଣ ଏହି ଅର୍ଥ ଯେ ଯାହା ଭଲ, ତାହା ହିଁ ମୋ’ ପାଇଁ ମୃତ୍ୟୁ ଆଣିଲା? କିନ୍ତୁ ଯାହା ଭଲ ପାପ ତାହାକୁ ହିଁ ବ୍ୟବହାର କରି ମୋ’ ପାଇଁ ମୃତ୍ୟୁ ଆଣିଲା। ଏହା ହେଲା, ଯେପରି ମୁଁ ଜାଣି ପାରିବି ପାପ କ’ଣ? ପାପ ହେଉଛି ଅତିଶୟ ମନ୍ଦ, ଏହା ଜଣାଇବା ପାଇଁ ଏପରି ଘଟିଲା ଓ ଆଜ୍ଞାର ବ୍ୟବହାର ମଧ୍ୟ ଏହା ହିଁ ଦେଖାଇବା ପାଇଁ ହେଲା।
14
ମଣିଷର ଦ୍ୱନ୍ଦ ମୁଁ ଜାଣେ ଯେ ବ୍ୟବସ୍ଥା ହେଉଛି ଆତ୍ମିକ। କିନ୍ତୁ ମୁଁ ଆତ୍ମିକ ନୁହେଁ। ପାପର ଦାସ ଭଳି ମୁଁ ତା’ ପାଖରେ ବିକ୍ରି ହୋଇ ଯାଈଛି। ମୁଁ ଯାହାକରେ ତାହା ମୁଁ ବୁଝେ ନାହିଁ।
15
ଯେଉଁ ଭଲ କାମ ମୁଁ କରିବାକୁ ଇଚ୍ଛା କରେ, ମୁଁ କରେ ନାହିଁ। ଓ ଯେଉଁ ମନ୍ଦ କାମ କରିବାକୁ ମୁଁ ଘୃଣା କରେ, ସେହି କାମ କରେ।
16
ଯେଉଁ କାମ କରିବାକୁ ମୁଁ ଗ୍ଭହେଁ ନାହିଁ, ଯଦି ମୁଁ ତାହା କରେ, ତାହାର ଅର୍ଥ ଯେ, ବ୍ୟବସ୍ଥା ଭଲ ବୋଲି ସମର୍ଥନ ମୁଁ କରେ।
17
କିନ୍ତୁ ମୁଁ, ପ୍ରକୃତରେ ଏହି ମନ୍ଦ କର୍ମ କରି ନ ଥାଏ। ମୋ’ ଭିତରେ ଥିବା ପାପର ସ୍ୱଭାବ ଏହିସବୁ କାମ କରେ।
18
ମୁଁ ଏହା ଜାଣେ ଯେ ମୋ’ ଭିତରେ କିଛି ଭଲ ନାହିଁ। ମୋ’ କହିବା ଅର୍ଥ ଯେ, ମୋର ଶରୀରରେ କୌଣସି ଭଲ ବିଷୟ ନାହିଁ।
19
ମୁଁ ଭଲ କାମ କରିବାକୁ ଇଚ୍ଛା କରେ। କିନ୍ତୁ ମୁଁ ଏହା କରେ ନାହିଁ।
20
ମୁଁ ମନ୍ଦ କାମ କରେ ଯାହା ମୁଁ କରିବାକୁ ଗ୍ଭହେଁ ନାହିଁ। ତାହାର ଅର୍ଥ ମୁଁ ପ୍ରକୃତରେ ଏସବୁ କରେ ନାହିଁ। ମୋ’ ଭିତରେ ଥିବା ପାପ ଏହିସବୁ କାମ କରେ।
21
ସେହିଭଳି ମୁଁ ଏହି ବ୍ୟବସ୍ଥାଟି ଶିଖିଛି: ଯେତେବେଳେ ମୁଁ ଭଲ କାମ କହିବାକୁ ଇଚ୍ଛା କରେ, ମନ୍ଦ ମୋ’ ପାଖେ ଉପସ୍ଥିତ ଥାଏ।
22
ମୋ’ ମନରେ, ମୁଁ ପରମେଶ୍ୱରଙ୍କର ବ୍ୟବସ୍ଥାରେ ସୁଖୀ।
23
କିନ୍ତୁ ମୋ’ ଶରୀରରେ ମୁଁ ଆଉ ଗୋଟିଏ ବ୍ୟବସ୍ଥା କାମ କରୁଥିବାର ଦେଖୁଛି। ସେମାନେ ଗ୍ରହଣ କରୁଥିବା ବ୍ୟବସ୍ଥା ସହିତ ମୋ’ ଶରୀରର ବ୍ୟବସ୍ଥା ସଂଘର୍ଷ କରୁଛି। ମୋ’ ଶରୀରରେ କାମ କରୁଥିବା ଏହି ବ୍ୟବସ୍ଥାଟି ପାପର ବ୍ୟବସ୍ଥା ଅଟେ, ଓ ସୋହି ବ୍ୟବସ୍ଥା ମୋତେ ବନ୍ଦୀ କରି ପକାଏ।
24
ଏହା ଭୟଙ୍କର ଅଟେ! ମୋତେ ଏହି ଶରୀରରୁ, ଯାହା ମୋ’ ପାଇଁ ମୃତ୍ୟୁ ଆଣେ, କିଏ ରକ୍ଷା କରିବ? ପରମେଶ୍ୱର ମୋତେ ରକ୍ଷା କରିବେ।
25
ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ଧନ୍ୟବାଦ ହେଉ। ଅତଏବ-ମୋ’ ମନ ସହିତ ମୁଁ ପରମେଶ୍ୱରଙ୍କ ବ୍ୟବସ୍ଥାର ଦାସ। କିନ୍ତୁ ପାପପୂର୍ଣ୍ଣ ସ୍ୱଭାବରେ ମୁଁ ପାପଯୁକ୍ତ ନିୟମର ଦାସ।
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 8 →
All chapters:
1
2
3
4
5
6
7
8
9
10
11
12
13
14
15
16