bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Romans 9
Romans 9
Odia Bible ERV 2004 (ପବିତ୍ର ବାଇବଲ)
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 10 →
1
ପରମେଶ୍ୱର ଓ ଯିହୂଦୀ ଲୋକେ ମୁଁ ଖ୍ରୀଷ୍ଟଙ୍କଠାରେ ଅଛି, ଓ ମୁଁ ସତ୍ୟ କହୁଛି। ମୁଁ ମିଛ କହୁ ନାହିଁ। ପବିତ୍ରଆତ୍ମା ଦ୍ୱାରା ମୋର ଭାବନା ନିୟନ୍ତ୍ରିତ। ଏହି ଭାବନା ମୋତେ କୁହେ ଯେ ମୁଁ ମିଛ କୁହେ ନାହିଁ।
2
ମୋର ଅଶେଷ ଦୁଃଖ ଅଛି, ଓ ମୁଁ ଯିହୂଦୀମାନଙ୍କ ଲାଗି ଅଧିକ ବେଦନାଗ୍ରସ୍ତ ଅଛି।
3
ସେମାନେ ମୋର ଭାଇ ଓ ଭଉଣୀ। ସେମାନେ ଏହି ସଂସାରରେ ମୋର ପରିବାର। ମୁଁ ସେମାନଙ୍କୁ ସାହାଯ୍ୟ କରିପାରେ। ମୁଁ ନିଜେ ଅଭିଶପ୍ତ ହେବା ପାଇଁ ଇଛୁକ, ଓ ଖ୍ରୀଷ୍ଟଙ୍କଠାରୁ ପୃଥକ ରହି ଶାପଗ୍ରସ୍ତ ହୋଇପାରେ।
4
ସେମାନେ ଇସ୍ରାଏଲୀୟ ଲୋକ। ସେମାନେ ପରମେଶ୍ୱରଙ୍କର ବଛାଯାଇଥିବା ସନ୍ତାନ। ସେମାନଙ୍କ ପାଖରେ ପରମେଶ୍ୱରଙ୍କ ମହିମା ଅଛି ଓ ସେମାନେ ପରମେଶ୍ୱର ଲୋକମାନଙ୍କ ସହିତ କରିଥୀବା ଚୁକ୍ତିର ସହଭାଗୀ। ପରମେଶ୍ୱର ସେମାନଙ୍କୁ ମୋଶାଙ୍କ ବ୍ୟବସ୍ଥା ଓ ଉପାସନାର ସଠିକ ପଦ୍ଧତି ଦେଇଛନ୍ତି। ପରମେଶ୍ୱର ସେମାନଙ୍କୁ ତାହାଙ୍କର ପ୍ରତିଶ୍ରୁତିମାନ ଦେଇଛନ୍ତି।
5
ସେମାନେ ଆମ ପୂର୍ବପୁରୁଷମାନଙ୍କର ବଂଶଧର ଅଟନ୍ତି। ସେମାନେ ସଂସାରରେ ଖ୍ରୀଷ୍ଟଙ୍କର ପରିବାର। ସମସ୍ତ ବିଷୟରେ ଖ୍ରୀଷ୍ଟ ପରମେଶ୍ୱର ଅଟନ୍ତି। ତାହାଙ୍କୁ ସର୍ବଦା ପ୍ରଶଂସା କର ଆମେନ୍।
6
ମୁଁ ଯିହୂଦୀମାନଙ୍କ ଲାଗି ଦୁଃଖ ପ୍ରକାଶ କରୁଛି। ପରମେଶ୍ୱର ତାହାଙ୍କର ପ୍ରତିଶ୍ରୁତି ରକ୍ଷା କଲେ ନାହିଁ ବୋଲି ନୁହେଁ, କାରଣ ଇସ୍ରାଏଲର କେବଳ ଅଳ୍ପ କିଛି ଲୋକ ହିଁ ପ୍ରକୃତରେ ପରମେଶ୍ୱରଙ୍କର ଲୋକ।
7
ଅବ୍ରାହମଙ୍କ କେବଳ ଅଳ୍ପ କିଛି ସନ୍ତାନ ହିଁ ପ୍ରକୃତରେ ପରମେଶ୍ୱରଙ୍କର ସନ୍ତାନ। ଅବ୍ରାହମଙ୍କୁ ପରମେଶ୍ୱର କହିଥିଲେ: “ଇସ୍ହାକ ଦ୍ୱାରା ତୁମ୍ଭର ବିଧି ସଙ୍ଗତ ବଂଶବୃଦ୍ଧି ହେବ।”
8
ଏହାର ଅର୍ଥ ଯେ ଅବ୍ରାହମଙ୍କ ବଂଶର ସମସ୍ତେ ପରମେଶ୍ୱରଙ୍କର ପ୍ରକୃତ ସନ୍ତାନ ନୁହନ୍ତି। କେବଳ ଯେଉଁମାନେ ପରମେଶ୍ୱରଙ୍କ ପ୍ରତିଜ୍ଞା ଦ୍ୱାରା ପରମେଶ୍ୱରଙ୍କ ସନ୍ତାନ ହୋଇଥିଲେ ସେହିମାନେ ଅବ୍ରାହମଙ୍କ ପ୍ରକୃତ ସନ୍ତାନ ହେଲେ।
9
ପରମେଶ୍ୱରଙ୍କ ପ୍ରତିଜ୍ଞା ଏହିପରି ଥିଲା: “ଉଚିତ୍ ସମୟ ଉପସ୍ଥିତ ହେଲେ ମୁଁ ଫେରିବି ଓ ସାରା ପୁତ୍ର ଜନ୍ମ କରିବ।”
10
କେବଳ ଏତିକି ନୁହେଁ। ଆମ୍ଭର ପୂର୍ବ ପୁରୁଷ ଇସ୍ହାକଙ୍କଠାରୁ ରିବିକା ଦୁଇଟି ସନ୍ତାନ ଲାଭ କରିଥିଲେ।
11
ଦୁଇଟି ପୁତ୍ର ଜନ୍ମ ହେବା ପୂର୍ବରୁ ଓ ସେମାନେ କୌଣସି ଭଲ ବା ମନ୍ଦ କାମ କରି ନଥୀବା ପୂର୍ବରୁ ପରମେଶ୍ୱର ରିବିକାକୁ କହିଥିଲେ, ବଡ଼ ପୁତ୍ରଟି ସାନଟିର ସେବା କରିବ। ପରମେଶ୍ୱରଙ୍କ ମନୋନୟନ ତାହାଙ୍କ ଯୋଜନା ଉପରେ ଆଧାରିତ ଥିଲା ଓ ଯାହା ସେ ଗ୍ଭହିଁଥିଲେ ସେହି କାରଣରୁ ହେଲା।
13
ଶାସ୍ତ୍ର କୁହେ: “ମୁଁ ଯାବକକୁ ଭଲ ପାଇଲି କିନ୍ତୁ, ଏଷୌକୁ ନୁହେଁ।”
14
ତା’ହେଲେ ଏ ବିଷୟରେ ଆମ୍ଭେ କ’ଣ କହିବା? କ’ଣ ପରମେଶ୍ୱର ଅନ୍ୟାୟୀ?
15
ନା, ଆମ୍ଭେ ଏପରି କହି ପାରିବା ନାହିଁ। ପରମେଶ୍ୱର ମୋଶାଙ୍କୁ କହିଥିଲେ, “ଆମ୍ଭେ ଯାହାକୁ ଦୟା କରିବା ପାଇଁ ଇଚ୍ଛା କରିବା, ଆମ୍ଭେ ତାହା ପ୍ରତି ଦୟା ଦେଖାଇବା। ଆମ୍ଭେ ଯାହାକୁ କରୁଣା ଦେଖାଇବା ପାଇଁ ଇଚ୍ଛା କରିବା ଆମ୍ଭେ ତାହାକୁ କରୁଣା ଦେଖାଇବା।”
16
ଅତଏବ, ପରମେଶ୍ୱରଙ୍କ ଦୟା ଉପରେ ଏହା ନିର୍ଭର କରେ, ଜଣେ ଲୋକର ଇଚ୍ଛା ବା ଚେଷ୍ଟା ଉପରେ ନୁହେଁ ।
17
ଧର୍ମଶାସ୍ତ୍ରରେ ଯେପରି ପରମେଶ୍ୱର ଫାରୋକୁ କହନ୍ତି: “ତୁମ୍ଭକୁ ଆମ୍ଭେ ଏହି ଏକ ମାତ୍ର ଉଦ୍ଧେଶ୍ୟ ପାଇଁ ତୁମ୍ଭକୁ ରାଜା କରିଛୁ, ଯଦ୍ଦ୍ୱାରା ତୁମ୍ଭ ମାଧ୍ୟମରେ ଆମ୍ଭେ ଆପଣା ଶକ୍ତି ଦେଖାଇ ପାରିବା ଓ ଅତଏବ ଆମ୍ଭ ନାମ ସମଗ୍ର ବିଶ୍ୱରେ ଘୋଷିତ ହେଉ ବୋଲି ଆମ୍ଭ ଇଚ୍ଛା।”
18
ଅତଏବ ଯେଉଁମାନଙ୍କୁ ପରମେଶ୍ୱର ଦୟା ଦେଖାଇବାକୁ ଗ୍ଭହାନ୍ତି ସେମାନଙ୍କୁ ସେ ଦୟା ଦେଖାନ୍ତି ଓ ଯେଉଁମାନଙ୍କୁ ସେ କଠୋର କରିବାକୁ ଗ୍ଭହାନ୍ତି, ସେମାନଙ୍କୁ ସେ କଠୋର କରନ୍ତି।
19
ତା’ହେଲେ ତୁମ୍ଭେ ମୋତେ ପ୍ରଶ୍ନ କରି ପାର ଯେ “ସେ ଆମ୍ଭର ଦୋଷ କାହିଁକି ଧରନ୍ତି?”
20
ତୁମ୍ଭେ କେବଳ ଜଣେ ମଣିଷ। ପରମେଶ୍ୱରଙ୍କୁ ଓଲଟି ପ୍ରଶ୍ନ ପଗ୍ଭରିବାର ଅଧିକାର ତୁମ୍ଭର ନାହିଁ। ମାଟି କଳସୀଟି କୁମ୍ଭାରକୁ ପ୍ରଶ୍ନ କରେ ନାହିଁ ଯେ “ତୁମ୍ଭେ ମୋତେ ଏପରି ଭାବେ କାହିଁକି ଗଢ଼ିଲ?”
21
କୁମ୍ଭାରର ଅଧିକାର ରହିଛି ଯେ ସେ ମାଟି ପିଣ୍ତୁଳାଟି ନେଇ ବିଶେଷ ପ୍ରୟୋଜନ ନିମନ୍ତେ ଗୋଟିଏ ଓ ସାଧାରଣ ପ୍ରୟୋଜନ ନିମନ୍ତେ ଅନ୍ୟ ପାତ୍ରଟିଏ ତିଆରି କରିବ।
22
ଠିକ୍ ସେହିଭଳି ପରମେଶ୍ୱର ମଧ୍ୟ ନିଜର କ୍ରୋଧ ଓ ଶକ୍ତି ପ୍ରଦର୍ଶନ କରିବା ପାଇଁ ଗ୍ଭହିଁଥିଲେ। ସେ ଖୁବ୍ ଧୈର୍ଯ୍ୟର ସହିତ ତାହାଙ୍କ କ୍ରୋଧ ଓ ବିନାଶ ପାତ୍ରମାନଙ୍କୁ ସହି ନେଇଥିଲେ।
23
ପରମେଶ୍ୱର ତାହାଙ୍କର ଦୟାପାତ୍ର ମାନଙ୍କୁ ନିଜ ମହିମାର ଧନ ଦେଖାଇବା ଲାଗି ଧୈର୍ଯ୍ୟପୂର୍ବକ ଅପେକ୍ଷା କରିଥିଲେ।
24
ସେମାନଙ୍କୁ ତାହାଙ୍କ ମହିମା ଦେବା ପାଇଁ ପ୍ରସ୍ତୁତ କଲେ।
25
ଆମ୍ଭେମାନେ ସେହି ଲୋକ। ପରମେଶ୍ୱର କେବଳ ଯିହୂଦୀମାନଙ୍କ ଭିତରୁ ନୁହେଁ, କିନ୍ତୁ ଅଣଯିହୂଦୀମାନଙ୍କ ଭିତରୁ ମଧ୍ୟ ଆମ୍ଭ ମାନଙ୍କୁ ଡାକିଲେ। ହୋଶେୟ ପୁସ୍ତକରେ ଏହିପରି ଲେଖା ଅଛି: “ଯେଉଁ ଲୋକମାନେ ଆମ୍ଭର ନ ଥିଲେ ସେମାନେ ଆମ୍ଭର ଲୋକ ବୋଲି ଆମ୍ଭେ ଡାକିବା ଓ ଯେଉଁମାନଙ୍କୁ ଆମ୍ଭେ ପ୍ରେମ କରୁ ନ ଥିଲୁ, ସେହି ଲୋକମାନଙ୍କୁ ଆମ୍ଭେ ପ୍ରିୟ ବୋଲି ଡାକିବା।”
26
ଏବଂ “ଯେଉଁ ସ୍ଥାନରେ ପରମେଶ୍ୱର କହିଥିଲେ, ‘ତୁମ୍ଭେମାନେ ଆମ୍ଭ ଲୋକ ନୁହଁ’- ସେହି ସ୍ଥାନରେ ସେମାନେ ଜୀବିତ ପରମେଶ୍ୱରଙ୍କ ସନ୍ତାନ ବୋଲାଇବେ।”
27
ଏବଂ ଇସ୍ରାଏଲ ବିଷୟରେ ଯିଶାଇୟ ଘୋଷଣା କରି କୁହନ୍ତି: “ସମୁଦ୍ରର ବାଲିକଣିକା ପରି ଇସ୍ରାଏଲର ଲୋକମାନଙ୍କ ସଂଖ୍ୟା ଅସଂଖ୍ୟ। କିନ୍ତୁ ସେମାନଙ୍କ ଭିତରୁ ଖୁବ୍ ଅଳ୍ପ ଲୋକ ରକ୍ଷା ପାଇ ପାରିବେ।
28
କାରଣ ପ୍ରଭୁ ନିଜ ନ୍ୟାୟ ବଳରେ ବିଗ୍ଭର କରି ପୃଥିବୀର ଲୋକଙ୍କୁ ଶୀଘ୍ର ସମାପ୍ତ କରିଦେବେ।”
29
ଯିଶାଇୟ ଆହୁରି ମଧ୍ୟ କହିଥିଲେ: “ପ୍ରଭୁ ସର୍ବଶକ୍ତିମାନ। ସେ ତାହାଙ୍କ ଲୋକମାନଙ୍କ ଭିତରୁ କେତେକଙ୍କୁ ଆମ୍ଭ ପାଇଁ ବଞ୍ଚାଇ ରଖିଲେ। ସେ ଏପରି କରି ନ ଥିଲେ ଆମ୍ଭ ଅବସ୍ଥା ଏବେ ସଦୋମ ଓ ଗମୋରା ଭଳି ହୋଇ ଯାଇ ଥା’ନ୍ତା”
30
ତା’ହେଲେ ଏସବୁର ଅର୍ଥ କ’ଣ? ଏହାର ଅର୍ଥ ଯେ, ଅଣଯିହୂଦୀମାନେ ପରମେଶ୍ୱରଙ୍କ ପାଇଁ ଧାର୍ମିକ ହେବା ପାଇଁ ଯତ୍ନ ଶୀଳ ନୁହନ୍ତି। କିନ୍ତୁ ସେମାନେ ପରମେଶ୍ୱରଙ୍କ ଦ୍ୱାରା ନିଜ ବିଶ୍ୱାସ ହେତୁ ଧାର୍ମିକ ହେଲେ।
31
ଇସ୍ରାଏଲର ଲୋକେ ଧାର୍ମିକ ହେବା ପାଇଁ ବ୍ୟବସ୍ଥା ପାଳନ କରି ମଧ୍ୟ କୃତକାର୍ଯ୍ୟ ହେଲେ ନାହିଁ।
32
କାରଣ ସେମାନଙ୍କର ବିଶ୍ୱାସ ନ ଥିଲା ଯେ ସେମାନେ ନିଜର କାର୍ଯ୍ୟ ଦ୍ୱାରା ଧାର୍ମିକ ହେବା ପାଇଁ ଚେଷ୍ଟା କଲେ ତେଣୁ ସେମାନେ ଝୁଣ୍ଟି ପଡ଼ିବା ପଥରରେ ଝୁଣ୍ଟି ପଡ଼ିଲେ।
33
ଧର୍ମଶାସ୍ତ୍ର ସେ ପଥର ବିଷୟରେ କୁହେ: “ଦେଖ, ଆମ୍ଭେ ସିୟୋନଠାରେ ପଥରଟିଏ ରଖିଛୁ ଏହି ପଥରଟି ଲୋକମାନଙ୍କୁ ପକାଇ ଦିଏ। ଏହି ପଥରଟି ଲୋକମାନଙ୍କୁ ପାପ କରିବା ପାଇଁ ପ୍ରବର୍ତ୍ତାଏ କିନ୍ତୁ ଯେଉଁ ଲୋକ ସେ ପଥରଟିରେ ବିଶ୍ୱାସ କରେ ସେ ଲଜ୍ଜିତ ହେବ ନାହିଁ।”
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 10 →
All chapters:
1
2
3
4
5
6
7
8
9
10
11
12
13
14
15
16