bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Song of Solomon 3
Song of Solomon 3
Odia Bible ERV 2004 (ପବିତ୍ର ବାଇବଲ)
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 4 →
1
ସେ (ସ୍ତ୍ରୀ) କହିଲେ ରାତ୍ରିରେ ବିଛଣାରେ ମୁଁ ମୋର ନର ମଣିଷକୁ ଖୋଜିଲି ଯାହାକୁ ମୁଁ ପ୍ରେମ କରେ। ମୁଁ ତାହାଙ୍କୁ ଖୋଜିଲି। କିନ୍ତୁ ମୁଁ ତାଙ୍କୁ ପାଇଲି ନାହିଁ।
2
ମୁଁ କହିଲି, ମୁଁ ଏବେ ଉଠି ନଗର ଭ୍ରମଣ କରିବି। ଯାହାଙ୍କୁ ମୋର ପ୍ରାଣ ପ୍ରେମ କରେ, ତାହାଙ୍କୁ ମୁଁ ଗଳିଗଳି ଛକଛକ ଖୋଜିବି। ମୁଁ ତାହାଙ୍କୁ ଖୋଜିଲି ମାତ୍ର ପାଇଲି ନାହିଁ।
3
ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ। ମୁଁ ସେମାନଙ୍କୁ ପଗ୍ଭରିଲି, “ଯାହାଙ୍କୁ ମୋର ପ୍ରାଣ ପ୍ରେମ କରେ, ତାହାଙ୍କୁ ତୁମ୍ଭେ ଦେଖିଛ କି?”
4
ସେମାନଙ୍କୁ ଛାଡ଼ିବାର ଅଳ୍ପକ୍ଷଣ ପରେ ଯାହାଙ୍କୁ ମୋର ପ୍ରାଣ ପ୍ରେମ କରେ, ତାହାଙ୍କୁ ମୁଁ ପାଇଲି। ମୁଁ ତାହାଙ୍କୁ ମୋର ମାର ଗୃହର କୋଠରୀକୁ ନେଇଗଲି, ଯେଉଁଠାରେ ମୁଁ ଗର୍ଭରେ ସଞ୍ଚାରିତ ହୋଇଥିଲି, ମୁଁ ତାଙ୍କୁ ଧରି ରଖିଲି ଏବଂ ଯିବାକୁ ଦେଲି ନାହିଁ।
5
ସେ (ସ୍ତ୍ରୀ) ଲୋକମାନଙ୍କୁ କହିଲେ ହେ ଯିରୁଶାଲମ ଚତୁର୍ପାର୍ଶ୍ୱର କ୍ଷେତ୍ରସବୁ, କ୍ଷେତ୍ରର ହରିଣ ଓ କୃଷ୍ଣସାର ମୃଗଗଣର ନାମରେ ପ୍ରତିଜ୍ଞା କର। ଉଚିତ୍ ସମୟ ନ ହେବା ଯାଏ ତୁମ୍ଭେମାନେ ପ୍ରେମକୁ ଜାଗ୍ରତ କର ନାହିଁ।
6
ସେ (ପୁ) ଏବଂ ତାଙ୍କର ଅନୁଢ଼ା କନ୍ୟା ସିଏ କିଏ ଅଟେ, ଯେଉଁ ସ୍ତ୍ରୀଲୋକ ଧୂମ୍ର ସ୍ତମ୍ଭ ତୁଲ୍ୟ ପ୍ରାନ୍ତରରୁ ଆସୁଅଛି? ଗନ୍ଧରସ ଓ କୁନ୍ଦୁରୁରେ, ଗନ୍ଧବଣିକର ସର୍ବପ୍ରକାର ସୁଗନ୍ଧି ଚୂର୍ଣ୍ଣରେ ସୁବାସିତା ହୋଇ।
7
ଦେଖ, ତାହା ଶଲୋମନଙ୍କର ଘୋଡ଼ା ଗାଡ଼ି। ସେଠାରେ ଷାଠିଏ ଜଣ ଇସ୍ରାଏଲୀୟ ରଥକୁ ଘେରି ଅଛନ୍ତି।
8
ସେ ସମସ୍ତେ ଖଡ଼୍ଗଧାରି ଓ ଯୁଦ୍ଧରେ ନିପୁଣ। ରାତ୍ରିକାଳରେ ଆଶଙ୍କା ହେତୁ। ପ୍ରତ୍ୟେକର କଟି ଦେଶରେ ସ୍ୱ ସ୍ୱ ଖଡ଼୍ଗ ବନ୍ଧା ଥାଏ।
9
ଶଲୋମନ ରାଜା ଆପଣା ପାଇଁ ଲିବାନୋନ୍ର କାଠର ଏକ ପାଲିଙ୍କି ନିର୍ମାଣ କଲେ।
10
ସେ ତହିଁରେ ସ୍ତମ୍ଭସବୁ ରୂପାର, ତହିଁର ତଳଭାଗ ସୁବର୍ଣ୍ଣର ଓ ତହିଁର ଆସନ ବାଇଗଣି ରଙ୍ଗର ଏବଂ ତହିଁର ଭିତର ପାଖଗୁଡ଼ିକ, ପ୍ରେମ ନିମନ୍ତେ ଯିରୁଶାଲମର ଚତୁର୍ପାର୍ଶ୍ୱର ଗ୍ରାମଗୁଡ଼ିକ ସାମଗ୍ରୀ ଦ୍ୱାରା ସଜ୍ଜିତ ହୋଇଥିଲା।
11
ଆଗୋ ସିୟୋନର କନ୍ୟାଗଣ, ତୁମ୍ଭେମାନେ ବାହାରେ ଯାଇ ମୁକୁଟ ଭୂଷିତ ଶଲୋମନ ରାଜାଙ୍କୁ ଦେଖ। ତାହାଙ୍କ ବିବାହ ଦିନରେ ଓ ତାହାଙ୍କ ମନର ଆନନ୍ଦ ଦିନରେ ତାହାଙ୍କ ମାତା ତାହାଙ୍କୁ ସେହି ମୁକୁଟ ପିନ୍ଧାଇ ଅଛନ୍ତି
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 4 →
All chapters:
1
2
3
4
5
6
7
8