bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Titus 2
Titus 2
Odia Bible ERV 2004 (ପବିତ୍ର ବାଇବଲ)
← Chapter 1
Jump to:
Chapter 1
Chapter 2
Chapter 3
Chapter 3 →
1
ପ୍ରକୃତ ଶିକ୍ଷାର ଅନୁସରଣ ପ୍ରକୃତ ଶିକ୍ଷା (ଉପଦେଶ)ର ଅନୁସରଣ କରିବା ପାଇଁ ତୁମ୍ଭେ ଲୋକଙ୍କୁ କହିବା କଥା।
2
ବୃଦ୍ଧ ଲୋକମାନଙ୍କୁ ଶିକ୍ଷା ଦିଅ ଯେ ସେମାନେ ଆତ୍ମସଂଯମୀ, ଗମ୍ଭୀର ଓ ଜ୍ଞାନୀ ହୁଅନ୍ତୁ। ସେମାନେ ବିଶ୍ୱାସରେ, ପ୍ରେମରେ ଓ ଧୈର୍ଯ୍ୟରେ ଦୃଢ଼ ହେବା ଉଚିତ୍।
3
ବୃଦ୍ଧା ନାରୀମାନଙ୍କୁ ଶିକ୍ଷା ଦିଅ ଯେ ସେମାନେ ଜୀବନପ୍ରଣାଳୀରେ ପବିତ୍ର ହୁଅନ୍ତୁ। ସେମାନେ ଅନ୍ୟମାନଙ୍କ ବିରୁଦ୍ଧରେ କୁହନ୍ତୁ ନାହିଁ ଓ ଅଧିକ ମାତ୍ରାରେ ମଦ୍ୟପାନର ଅଭ୍ୟାସ ରଖନ୍ତୁ ନାହିଁ। ସେମାନେ ଭଲ କଥାର ଶିକ୍ଷା ଦିଅନ୍ତୁ।
4
ଏପରି ଭାବରେ ସେମାନେ ଯୁବତୀମାନଙ୍କୁ ସେମାନଙ୍କର ସ୍ୱାମୀ ଓ ସନ୍ତାନମାନଙ୍କୁ ଭଲ ପାଇବା ଶିଖାଇ ପାରିବେ।
5
ସେମାନେ ଯୁବତୀମାନଙ୍କୁ ଶିଖାଇ ପାରିବେ ଯେ ସେମାନେ ଜ୍ଞାନୀ ଓ ପବିତ୍ର ହୁଅନ୍ତୁ, ନିଜ ଘରର ଯତ୍ନ ନିଅନ୍ତୁ, ଦୟାଳୁ ହୁଅନ୍ତୁ ଏବଂ ନିଜ ସ୍ୱାମୀଙ୍କର ଆଜ୍ଞାକାରିଣୀ ହୁଅନ୍ତୁ। ତା’ହେଲେ କୌଣସି ଲୋକ ଆମ୍ଭକୁ ଦିଆଯାଇଥିବା ପରମେଶ୍ୱରଙ୍କ ଶିକ୍ଷାର ସମାଲୋଚନା କରି ପାରିବ ନାହିଁ।
6
ସେହିଭଳି ଯୁବକମାନଙ୍କୁ କୁହ ଯେ ସେମାନେ ଜ୍ଞାନୀ ହୁଅନ୍ତୁ।
7
ତୁମ୍ଭେ ନିଜେ ଯୁବକମାନଙ୍କ ପାଇଁ ପ୍ରତ୍ୟେକ ଭାବରେ ଆଦର୍ଶ ହେବା ପାଇଁ ଉତ୍ତମ କାମ କରିବା ଦରକାର। ତୁମ୍ଭର ଶିକ୍ଷା ଦେବାରେ ତୁମ୍ଭେ ସଚ୍ଚୋଟ ଓ ଗମ୍ଭୀର ରହିବା ଉଚିତ୍।
8
ତୁମ୍ଭେ ଯେପରି ସମାଲୋଚିତ ନ ହୁଅ, ସେଥିପାଇଁ ତୁମ୍ଭେ ସତ କୁହ। ତା’ହେଲେ ଜଣେ ବିରୋଧୀ ମଧ୍ୟ ଲଜ୍ଜାବୋଧ କରିବ କାରଣ ସେ ଆମ୍ଭ ବିରୁଦ୍ଧରେ କୌଣସି ମନ୍ଦ ବିଷୟ ପାଇବ ନାହିଁ।
9
ଦାସମାନଙ୍କୁ ମଧ୍ୟ ସେମାନଙ୍କର ମାଲିକମାନଙ୍କର ଆଜ୍ଞା ସର୍ବଦା ପାଳନ କରିବାକୁ କୁହ। ସେମାନେ ମାଲିକମାନଙ୍କୁ ଖୁସୀ ରଖିବେ, ସେମାନଙ୍କ ସହିତ ଯୁକ୍ତିତର୍କ କରିବେ ନାହିଁ।
10
ମାଲିକଙ୍କର ଗ୍ଭେରି କରିବେ ନାହିଁ, ଏବଂ ସେମାନେ ପ୍ରମାଣିତ କରିବେ ଯେ ସେମାନେ ବିଶ୍ୱାସ ଯୋଗ୍ୟ ଅଟନ୍ତି। ଦାସମାନେ ନିଜର ପ୍ରତ୍ୟେକ କାମରେ ଏହା ପ୍ରମାଣିତ କରିବେ ଯେ ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ୱରଙ୍କ ଶିକ୍ଷା ଭଲ ଅଟେ।
11
ପରମେଶ୍ୱରଙ୍କ ଅନୁଗ୍ରହ ମିଳିଥୁବାରୁ ଆମ୍ଭେ ସେହିଭଳି ଜୀବନଯାପନ କରିବା କଥା। ସେହି ଅନୁଗ୍ରହ ପ୍ରତ୍ୟେକ ଲୋକଙ୍କୁ ଉଦ୍ଧାର କରିପାରେ।
12
ସେହି ଅନୁଗ୍ରହ ଆମ୍ଭକୁ ମିଳିଛି। ସେହି ଅନୁଗ୍ରହ ପରମେଶ୍ୱରଙ୍କ ବିରୋଧୀ ନ ହେବା ଓ ସଂସାର ଗ୍ଭହୁଁ ଥିବା ମନ୍ଦକାମ ନ କରିବା ପାଇଁ ଶିକ୍ଷା ଦିଏ। ସେହି ଅନୁଗ୍ରହ ଏହି ସଂସାରରେ ଜ୍ଞାନରେ ଧାର୍ମିକ ଓ ନ୍ୟାୟ ମାର୍ଗରେ ରହିବା ଶିଖାଏ।
13
ଆମ୍ଭର ମହାନ୍ ପରମେଶ୍ୱର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଆସିବା ବାଟକୁ ଗ୍ଭହିଁ ରହିଥିଲାବେଳେ ଆମ୍ଭେ ଏହିଭଳି ରହିବା ଦରକାର। ସେ ଆମ୍ଭମାନଙ୍କର ମହାନ୍ ଭରସା ଓ ସେ ଗୌରବରେ ଆସିବେ।
14
ସେ ଆମ୍ଭ ପାଇଁ ନିଜକୁ ଦେଲେ। ଆମ୍ଭକୁ ସମସ୍ତ ମନ୍ଦରୁ ମୁକ୍ତ କରିବା ପାଇଁ ଏବଂ ଆମ୍ଭକୁ ଜଣେ ପବିତ୍ର ଜାତି ଓ କେବଳ ତାହାଙ୍କ ଭଳି ବ୍ୟକ୍ତିସମୂହ ଭାବରେ ଗଢ଼ିବା ପାଇଁ ସେ ମଲେ। ଏହି ପବିତ୍ର ଲୋକମାନେ ସର୍ବଦା ଭଲ କାମ କରିବା ପାଇଁ ଇଚ୍ଛା କରନ୍ତି।
15
ଲୋକମାନଙ୍କୁ ଏହି କଥାଗୁଡ଼ିକ କୁହ। ତୁମ୍ଭର ପୂର୍ଣ୍ଣ କ୍ଷମତା ରହିଛି, ତେଣୁ ଲୋକମାନଙ୍କୁ ଶକ୍ତିଶାଳୀ କରିବା ପାଇଁ ଓ ସେମାନେ ଯାହା କରୁଛନ୍ତି, ତାହା ଭୁଲ୍ ବୋଲି କହିବା ପାଇଁ ତୁମ୍ଭର କ୍ଷମତାର ବ୍ୟବହାର କର। କୌଣସି ଲୋକ ଯେପରି ତୁମ୍ଭ ସହିତ ଏଭଳି ବ୍ୟବହାର ନ କରେ, ଯାହାକି ତୁମ୍ଭକୁ ଗୁରୁତ୍ୱହୀନ କରିଦେବ।
← Chapter 1
Jump to:
Chapter 1
Chapter 2
Chapter 3
Chapter 3 →
All chapters:
1
2
3