bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Zechariah 11
Zechariah 11
Odia Bible ERV 2004 (ପବିତ୍ର ବାଇବଲ)
← Chapter 10
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 12 →
1
ପରମେଶ୍ୱର ଅନ୍ୟରାଷ୍ଟ୍ରକୁ ଦଣ୍ତ ଦେବେ ହେ ଲିବାନୋନ୍, ତୁମ୍ଭେ ତୁମ୍ଭର ସମସ୍ତ ଦ୍ୱାର ଖୋଲିଦିଅ ଯେପରି ଅଗ୍ନି ତୁମ୍ଭର ସମସ୍ତ ଦେବଦାରୁ ବୃକ୍ଷଗୁଡ଼ିକୁ ପୋଡ଼ି ପକାଇବେ।
2
ତୁମ୍ଭେ ଦେବଦାରୁ ଜାତୀୟ ବୃକ୍ଷ ଶୋକ କର କାରଣ ଦେବଦାରୁ ପଡ଼ିଯାଇଛି। ଶକ୍ତିଶାଳୀମାନେ ଧ୍ୱଂସ ହୋଇଛନ୍ତି। ଶୋକ କର, ହେ ବାଶନର ଅଲୋନବୃକ୍ଷ ସେହି ଦୁର୍ଗମ ବନ କଟାଗଲା।
3
ମେଷପାଳକମାନଙ୍କର ବିଳାପ ଶୁଣ। କାରଣ ସେମାନଙ୍କର ଶକ୍ତିଶାଳୀ ନେତାମାନେ ଧ୍ୱଂସ ହେଲେ। ଯୁବା ସିଂହମାନଙ୍କର ରବ ଶୁଣ। କାରଣ ଯିହୁଦାର ଗର୍ବ ଧ୍ୱଂସ ହୋଇଛି।
4
ସଦାପ୍ରଭୁ ମୋର ପରମେଶ୍ୱର କହନ୍ତି, “ଏହି ବଧ ହେବାକୁ ଥିବା ମେଷପଲର ଯତ୍ନ ନିଅ।
5
ଯେଉଁମାନେ ସେଗୁଡ଼ିକୁ କିଣନ୍ତି ସେମାନେ ସେଗୁଡ଼ିକୁ ହତ୍ୟା କଲେ, ଆଉ ସେମାନେ ଦୋଷୀ ସାବ୍ୟସ୍ତ ହେବେ ନାହିଁ। ଯେଉଁମାନେ ସେଗୁଡ଼ିକୁ ବିକ୍ରୀ କରନ୍ତି, କହିବେ, ‘ସଦାପ୍ରଭୁଙ୍କର ପ୍ରଶଂସା କର, କାରଣ ମୁଁ ଧନୀ ହୋଇଅଛି।’ ଏବଂ ସେମାନଙ୍କର ମେଷପାଳକମାନଙ୍କର ସେମାନଙ୍କର ମେଷ ଦଳର ଉପରେ ଦୟା ନ ଥିବ।”
6
ସଦାପ୍ରଭୁ ଏହିକଥା କହିଲେ, “ଏହି ଦେଶ ନିବାସୀ ପାଇଁ ଆମ୍ଭେ ପୂନର୍ବାର ଦୟା ଦେଖାଇବା ନାହିଁ। ମାତ୍ର ଦେଖ, ଆମ୍ଭେ ପ୍ରତ୍ୟେକ ଲୋକଙ୍କୁ ତାଙ୍କର ପ୍ରତିବାସୀ ଓ ତାଙ୍କ ରାଜାଙ୍କ ହସ୍ତରେ ହସ୍ତାନ୍ତର କରିବା। ସେମାନେ ତାଙ୍କର ଦେଶକୁ ଧ୍ୱଂସ କରିବେ। ଆମ୍ଭେ ସେମାନଙ୍କୁ ସେମାନଙ୍କ ଶକ୍ତିରୁ ରକ୍ଷା କରିବା ନାହିଁ।”
7
ତେଣୁ ବଧର ଯୋଗ୍ୟ ସେହି ମେଷପଲର ଆମ୍ଭେ ଯତ୍ନ ନେଲୁ, ଯେଉଁ ନିରୀହ ମେଷ ମରା ହେବାକୁ ଯାଉଥିଲେ, ଆମ୍ଭେ ଦୁଇଟି ଯଷ୍ଟି ନେଲୁ। ଜଣକୁ ଡାକିଲୁ ଶୋଭା ଓ ଅନ୍ୟଟିର ନାମ ବନ୍ଧନୀ ଦେଲୁ। ଏହିପରି ଆମ୍ଭେ ମେଷପଲର ଯତ୍ନ ନେଲୁ।
8
ଆମ୍ଭେ ଏକ ମାସ ମଧ୍ୟରେ ତିନି ଜଣ ମେଷପାଳକଙ୍କୁ ଧ୍ୱଂସ କଲୁ। ଆମ୍ଭେ ସେମାନଙ୍କ ଉପରେ ଅଧୈର୍ଯ୍ୟ ଥିଲୁ ଏବଂ ସେମାନେ ଆମ୍ଭକୁ ଘୃଣା କଲେ।
9
ତା’ପରେ ଆମ୍ଭେ କହିଲୁ, “ଆମ୍ଭେ ତୁମ୍ଭର ମେଷପାଳକ ହେବା ନାହିଁ। ଯେଉଁମାନଙ୍କର ମରିବାର ଅଛି ସେମାନେ ମରନ୍ତୁ ଓ ଯେଉଁମାନଙ୍କର ଉଚ୍ଛିନ୍ନ ହେବାର ଅଛି ସେମାନେ ଉଚ୍ଛିନ୍ନ ହୁଅନ୍ତୁ। ଯେଉଁ ଅବଶିଷ୍ଟ ରହିବେ ସେମାନେ ପରସ୍ପରକୁ ଧ୍ୱସ୍ତ ବିଧ୍ୱସ୍ତ କରନ୍ତୁ।”
10
ତା’ପରେ ଆମ୍ଭେ ଶୋଭା ନାମକ ଯଷ୍ଟିକୁ ନେଲୁ ଏବଂ ତାକୁ ଭାଙ୍ଗି ଦେଲୁ। ଆମ୍ଭେ ଏହା କଲୁ, ଆମ୍ଭର ଚୁକ୍ତିକୁ ଧ୍ୱଂସ କରିବା ପାଇଁ ଯାହା ଏହି ଲୋକମାନଙ୍କ ସହିତ କରିଥିଲୁ।
11
ସେହି ଦିନ ସେହି ଚୁକ୍ତି ଭଗ୍ନ ହେଲା। ତା’ପରେ ସେହି ନିରୀହ ମେଷଗୁଡ଼ିକ ଯେଉଁମାନେ ଆମ୍ଭଙ୍କୁ ଦେଖୁଥିଲେ, ଜାଣିଲେ ଯେ ଏହା ସଦାପ୍ରଭୁଙ୍କର ବାକ୍ୟ ଥିଲା।
12
ତା’ପରେ ମୁଁ କହିଲି, “ଯଦି ତୁମ୍ଭେମାନେ ମୋତେ ମୋର ବେତନ ଦେବାକୁ ଇଚ୍ଛା କରୁଛ ତେବେ ଦିଅ, ନଚେତ୍ ସେଥିରୁ ନିବୃତ୍ତ ହୁଅ।” ତେଣୁ ସେମାନେ ମୋର ମଜୁରୀ ତିରିଶ୍ ରୌପ୍ୟ ମୁଦ୍ରା ଦେଲେ।
13
ତା’ପରେ ସଦାପ୍ରଭୁ ମୋତେ କହିଲେ, “ସେହି ମହତ ମୂଲ୍ୟକୁ ଫୋପାଡ଼ି ଦିଅ, କାରଣ ସେମାନେ ଆମ୍ଭର ମୂଲ୍ୟ ରାଜକୋଷ ମଧ୍ୟରୁ ନିରୂପଣ କଲେ।” ତେଣୁ ମୁଁ ସେହି ତିରିଶ୍ଟି ରୌପ୍ୟ ମୁଦ୍ରା ନେଇ ସଦାପ୍ରଭୁଙ୍କ ମନ୍ଦିରର କୋଷାଗାରରେ ପକାଇ ଦେଲି।
14
ତା’ପରେ ମୁଁ ବନ୍ଧନୀ ନାମକ ଯଷ୍ଟିକୁ ଦୁଇଖଣ୍ତ କଲି। ଏହା କଲି, ଯିହୁଦା ଓ ଇସ୍ରାଏଲର ଏକତା ନଷ୍ଟ କରିବା ପାଇଁ।
15
ତା’ପରେ ସଦାପ୍ରଭୁ ମୋତେ କହିଲେ, “ପୁନର୍ବାର ସେହି ନିର୍ବୋଧ ମେଷପାଳକର ସାଜ ଦିଅ।
16
କାରଣ ଏହି ଦେଶରେ ଆମ୍ଭେ ଏକ ମେଷପାଳକ ଉତ୍ଥାପିତ କରୁଛୁ। ସେ ହଜିଯାଇଥିବା ମେଷଗୁଡ଼ିକ ନିମନ୍ତେ ଯତ୍ନ ନେବ ନାହିଁ। ବିପଥଗାମୀମାନଙ୍କୁ ସେ ଖୋଜିବ ନାହିଁ। ସେ କ୍ଷତିଗ୍ରସ୍ତ ଲୋକଙ୍କୁ ସୁସ୍ଥ କରିବ ନାହିଁ। ଯେଉଁମାନେ ଜୀବନ୍ତ ଅଛନ୍ତି, ସେମାନଙ୍କୁ ସେ ଖୁଆଇବ ନାହିଁ। ସେ ସେଗୁଡ଼ିକର ଖୁରାକୁ ଛିଣ୍ତାଇ ହୃଷ୍ଟପୁଷ୍ଟ ମେଷମାନଙ୍କୁ ଭକ୍ଷ୍ୟଣ କରିବ।”
17
ଯେ ଅଯୋଗ୍ୟ ମେଷପାଳକ, ସେ ପଲକୁ ତ୍ୟାଗ କରେ। ତାକୁ ଧିକ୍! ଖଡ଼୍ଗ ତା’ର ବାହୁକୁ ଏବଂ ତାଙ୍କ ଦକ୍ଷିଣ ଚକ୍ଷୁକୁ ଆଘାତ କରୁ। ତାହାର ବାହୁ ନିଶ୍ଚୟ ଶୁଷ୍କ ହେବ ଏବଂ ତାହାର ଦକ୍ଷିଣ ଚକ୍ଷୁ ନିଶ୍ଚୟ ଅନ୍ଧ ହୋଇଯିବ।
← Chapter 10
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 12 →
All chapters:
1
2
3
4
5
6
7
8
9
10
11
12
13
14