bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Zechariah 8
Zechariah 8
Odia Bible ERV 2004 (ପବିତ୍ର ବାଇବଲ)
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 9 →
1
ସଦାପ୍ରଭୁ ଯିରୁଶାଲମ ପ୍ରତି ଅନୁଗ୍ରହ କରିବାକୁ ଶପଥ କରନ୍ତି ସର୍ବଶକ୍ତିମାନ ସଦାପ୍ରଭୁ ଏହି ବାର୍ତ୍ତା ପଠାଇଲେ।
2
ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, “ଆମ୍ଭେ ସିୟୋନ ପାଇଁ ଅତ୍ୟାସକ୍ତ ଏବଂ ପ୍ରଗାଢ଼ ଅନୁରାଗ ସହିତ ଆମ୍ଭେ ତା’ ପାଇଁ କ୍ରୋଧାନ୍ୱିତ।”
3
ସଦାପ୍ରଭୁ ପୁଣି କୁହନ୍ତି, “ଆମ୍ଭେ ସିୟୋନକୁ ଫେରି ଆସିଛୁ ଏବଂ ଯିରୁଶାଲମ ମଧ୍ୟରେ ବାସ କରିବା। ଯିରୁଶାଲମ ‘ସତ୍ୟର ନଗରୀ’ ବୋଲି କୁହାଯିବ। ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ପର୍ବତକୁ ପବିତ୍ର ବୋଲି କୁହାଯିବ।”
4
ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ବୃଦ୍ଧ ଓ ବୃଦ୍ଧାମାନେ ପୁନର୍ବାର ଯିରୁଶାଲମର ଖୋଲା ସ୍ଥାନରେ ବସ। ପ୍ରତ୍ୟେକଙ୍କ ହାତରେ ଏକ ଆଶାବାଡ଼ି ରହିବ କାରଣ ସେମାନଙ୍କର ବୃଦ୍ଧାବସ୍ଥା ପାଇଁ।
5
ଆଉ ମଧ୍ୟ ନଗରର ଖୋଲାସ୍ଥାନ କ୍ରୀଡ଼ାରତ ପୁଅ ଓ ଝିଅଙ୍କ ଦ୍ୱାରା ପରିପୂର୍ଣ୍ଣ ହେବ।”
6
ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ଯଦିଓ ଏହି ଅବଶିଷ୍ଟାଂଶ ଲୋକମାନଙ୍କ ପାଇଁ କଷ୍ଟ କର ଜଣାପଡ଼େ, ଏହା ସେମାନଙ୍କ ପ୍ରତି ମଧ୍ୟ ବିସ୍ମୟଜନକ ହେବ।”
7
ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ଦେଖ, ଆମ୍ଭେ ପୂର୍ବ ଓ ପଶ୍ଚିମ ଦେଶରୁ ଆମ୍ଭର ଲୋକମାନଙ୍କୁ ମୁକ୍ତ କରିବା।
8
ଆମ୍ଭେ ସେମାନଙ୍କୁ ଏଠାକୁ ଫେରାଇ ଆଣିବା ଏବଂ ସେମାନେ ଯିରୁଶାଲମ ମଧ୍ୟରେ ବାସ କରିବେ। ସେମାନେ ଆମ୍ଭର ଲୋକ ହେବେ ଏବଂ ଆମ୍ଭେ ସେମାନଙ୍କର ବିଶ୍ୱସ୍ଥ ଏବଂ ନ୍ୟାୟବାନ୍ ପରମେଶ୍ୱର ହେବା।”
9
ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ଶକ୍ତିଶାଳୀ ହୁଅ! ତୁମ୍ଭମାନଙ୍କୁ ମଧ୍ୟ ଏହି ଦିନଗୁଡ଼ିକରେ ସେହି ବାକ୍ୟଗୁଡ଼ିକ ଭବିଷ୍ୟଦ୍ବକ୍ତାମାନଙ୍କଠାରୁ ଶୁଣୁଅଛ। ଯେତେବେଳେ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲା, ଯାହାପାଇଁ ମନ୍ଦିର ନିର୍ମାଣ ହୋଇ ପାରିଥିଲା।
10
ସେହି ଦିନ ପୂର୍ବରୁ ମନୁଷ୍ୟ ପାଇଁ ବେତନ ନ ଥିଲା, ପଶୁ ପାଇଁ ଆୟ ନ ଥିଲା, ବାହାରକୁ ଯିବା ଓ ଭିତରକୁ ଆସିବା ଲୋକମାନଙ୍କ ପାଇଁ ଶତ୍ରୁମାନଙ୍କଠାରୁ କୌଣସି ନିରାପତ୍ତା ନ ଥିଲା, କାରଣ ଆମ୍ଭେ ପ୍ରତ୍ୟେକ ଲୋକଙ୍କୁ ତାଙ୍କ ପଡ଼ୋଶୀଙ୍କ ବିପକ୍ଷ କରାଇଥିଲୁ।
11
ଆମ୍ଭେ ପୂର୍ବରୁ ଯେପରି କରୁଥିଲୁ ସେହି ଅବଶିଷ୍ଟାଂଶଙ୍କ ସହିତ ସେପରି ବ୍ୟବହାର କରିବା ନାହିଁ।” ଏହା ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି।
12
“ଏହି ଲୋକମାନେ ଶାନ୍ତିରେ ବୃକ୍ଷ ରୋପଣ କରିବେ। ଦ୍ରାକ୍ଷାଲତା ଫଳଧାରଣ କରିବ। ଭୂମି ଉତ୍ତମ ଶସ୍ୟ ପ୍ରଦାନ କରିବ ଓ ଆକାଶ ଶିଶିର ପ୍ରଦାନ କରିବ। ଏହି ସମସ୍ତ ବିଷୟ ଆମ୍ଭେ ଅବଶିଷ୍ଟ ଲୋକଙ୍କୁ ପ୍ରଦାନ କରିବା। ଯେପରି ତୁମ୍ଭେମାନେ ଦେଶସବୁ ସମ୍ମୁଖରେ ଅଭିଶପ୍ତ ଥିଲ।
13
ହେ ଯିହୁଦା ଓ ଇସ୍ରାଏଲ, ଠିକ୍ ଯେପରି ତୁମ୍ଭେମାନେ ଦେଶ ମଧ୍ୟରେ ଏକ ଅଭିଶାପ ଥିଲ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା। ସେଥିପାଇଁ ଭୟଭୀତ ହୁଅ ନାହିଁ! ସବଳ ହୁଅ।”
14
ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭର କ୍ରୋଧାନ୍ୱିତ କରିଥିଲେ। ତେଣୁ କରି ଆମ୍ଭେ ସଂକଳ୍ପ ସହିତ ତୁମ୍ଭମାନଙ୍କୁ ଦଣ୍ତ ଦେବାକୁ ନିଷ୍ପତ୍ତି ନେଇଥିଲୁ।” ଏହା ସର୍ବଶକ୍ତିମାନ ସଦାପ୍ରଭୁ କହିଲେ।
15
“କିନ୍ତୁ ଏହି ଦିନଗୁଡ଼ିକରେ, ଆମ୍ଭେ ଆପଣା ମନକୁ ପରିବର୍ତ୍ତନ କରିଅଛୁ। ଆମ୍ଭେ ସ୍ଥିର କରିଛୁ ଯିରୁଶାଲମ ଓ ଯିହୁଦାର ଲୋକଙ୍କର ମଙ୍ଗଳ କରିବା। ସେଥିପାଇଁ ଭୟ କର ନାହିଁ।
16
ତୁମ୍ଭେମାନେ ଏହିସବୁ ନିଶ୍ଚୟ କରିବ, “ତୁମ୍ଭର ପଡ଼ୋଶୀମାନଙ୍କୁ ସତ୍ୟ କୁହ। ତୁମ୍ଭେମାନେ ତୁମ୍ଭମାନଙ୍କର ନଗରମାନଙ୍କରେ ସତ୍ୟତା ଏବଂ ନ୍ୟାୟପୂର୍ଣ୍ଣ ବିଗ୍ଭର କର।
17
ତୁମ୍ଭର ପ୍ରତିବାସୀର କ୍ଷତି କରିବାକୁ ତୁମ୍ଭ ହୃଦୟରେ କୌଣସି ମନ୍ତ୍ରଣା କର ନାହିଁ। ମିଥ୍ୟା ଶପଥ କରିବାକୁ ଭଲ ପାଅ ନାହିଁ। କାରଣ ଆମ୍ଭେ ସେହିସବୁକୁ ଘୃଣା କରୁ।” ସଦାପ୍ରଭୁ ଏହିସବୁ କହିଲେ।
18
ସର୍ବଶକ୍ତିମାନ୍ ସଦାପ୍ରଭୁ ଏହି ବାର୍ତ୍ତା ମୋ’ ନିକଟକୁ ପଠାଇଲେ।
19
ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ତୁମ୍ଭମାନଙ୍କର ଚତୁର୍ଥ ମାସ, ପଞ୍ଚମ ମାସ, ସପ୍ତମ ମାସ ଓ ଦଶମ ମାସର ଦୁଃଖ ଓ ଉପବାସର ଯିହୁଦାର ଘର ପାଇଁ ଆନନ୍ଦମୟ ଦିନ ହେବ। ତାହା ବିଜୟ ଉଲ୍ଲସିତର ଦିନ ଏବଂ ଉଲ୍ଲାସର ସମାରୋହ ହେବ। ସେଥିପାଇଁ ତୁମ୍ଭେମାନେ ନିଶ୍ଚୟ ସତ୍ୟ ଓ ଶାନ୍ତିକୁ ପ୍ରେମ କରିବ।”
20
ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ଭବିଷ୍ୟତରେ ଅନେକ ସହରରେ ବାସ କରୁଥିବା ଲୋକମାନେ ଆସିବେ।
21
ଗୋଟିଏ ନଗରର ଲୋକମାନେ ଆଉ ଗୋଟିଏ ନଗରକୁ ଯିବେ ଏବଂ କହିବେ, ‘ଆସ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଇବା ପାଇଁ ପ୍ରାର୍ଥନା କରିବା।’ ଆସ ଯିବା ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଉପାସନା କରିବା। ‘ମୁଁ ନିଜେ ମଧ୍ୟ ଯାଉଛି।’”
22
ବହୁଲୋକ ଓ ଶକ୍ତିଶାଳୀ ଗୋଷ୍ଠୀ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଅନୁସରଣ କରିବା ପାଇଁ ଏବଂ ତାଙ୍କ ଅନୁଗ୍ରହ ପାଇବା ପାଇଁ ଯିରୁଶାଲମକୁ ଆସିବେ।
23
ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ସେହି ଦିନମାନଙ୍କରେ ଏପରି ଘଟିବ ଯେ ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ୟରୁ ଦଶ ଜଣ ଲୋକ, ଜଣେ ଯିହୁଦୀ ଲୋକର ବସ୍ତ୍ରାଞ୍ଚଳ ଧରି କହିବେ, ‘ତୁମ୍ଭ ସହିତ ଆମ୍ଭେ ଯିବୁ। ଆମ୍ଭେ ଶୁଣିଲୁ ଯେ, ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି।’”
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 9 →
All chapters:
1
2
3
4
5
6
7
8
9
10
11
12
13
14
Recommended Reading
Commentary
Zechariah Commentaries
→
Devotional
Zechariah Devotional Guide
→
Get This Bible
Odia Bible ERV (ପବିତ୍ର ବାଇବଲ) Study Bible
→