bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
1 Corinthians 14
1 Corinthians 14
Odia IRV 2017 (ଓଡିଆ ବାଇବେଲ)
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 15 →
1
ପ୍ରେମର ଅନୁସରଣ କର, ପୁଣି, ଆତ୍ମିକ ଦାନସବୁ ପାଇବା ନିମନ୍ତେ, ବିଶେଷତଃ ଯେପରି ଭାବବାଣୀ କହିପାର, ଏଥି ନିମନ୍ତେ ଏକାନ୍ତ ଚେଷ୍ଟା କର ।
2
କାରଣ ଯେ ପରଭାଷାରେ କଥା କହେ, ସେ ମନୁଷ୍ୟକୁ କଥା କହେ ନାହିଁ, କିନ୍ତୁ ଈଶ୍ୱରଙ୍କୁ କହେ, ଯେଣୁ କେହି ତାହା ବୁଝେ ନାହିଁ, ମାତ୍ର ସେ ଆତ୍ମା ଦ୍ୱାରା ନିଗୂଢ଼ ବିଷୟ କହେ ।
3
କିନ୍ତୁ ଯେ ଭାବବାଣୀ କହେ, ସେ ମନୁଷ୍ୟମାନଙ୍କୁ ନିଷ୍ଠା, ଉତ୍ସାହ ଓ ସାନ୍ତ୍ୱନାଜନକ କଥା କହେ ।
4
ଯେ ପରଭାଷାରେ କଥା କହେ, ସେ ନିଜର ନିଷ୍ଠା ଜନ୍ମାଏ, କିନ୍ତୁ ଯେ ଭାବବାଣୀ କହେ, ସେ ମଣ୍ଡଳୀର ନିଷ୍ଠା ଜନ୍ମାଏ ।
5
ତୁମ୍ଭେମାନେ ସମସ୍ତେ ଯେ ପରଭାଷାରେ କଥା କୁହ, ଏହା ମୋହର ଇଚ୍ଛା, କିନ୍ତୁ ତୁମ୍ଭେମାନେ ଯେ ଭାବବାଣୀ କୁହ, ଏହା ମୋହର ଅଧିକ ଇଚ୍ଛା; ଯେ ପରଭାଷାରେ କଥା କହେ, ସେ ଯଦି ମଣ୍ଡଳୀର ନିଷ୍ଠା ପ୍ରାପ୍ତି ନିମନ୍ତେ ଭାଷାର ଅର୍ଥ ନ କରେ, ତେବେ ତାହା ଅପେକ୍ଷା ଯେ ଭାବବାଣୀ କହେ, ସେ ଶ୍ରେଷ୍ଠ ।
6
ଏପରି ସ୍ଥଳେ ହେ ଭାଇମାନେ, ମୁଁ ଯଦି ତୁମ୍ଭମାନଙ୍କ ନିକଟକୁ ଯାଇ ପ୍ରକାଶିତ ବାକ୍ୟ, ବା ଜ୍ଞାନ, ବା ଭାବବାଣୀ, ବା ଶିକ୍ଷାର କଥା ନ କହି କେବଳ ପରଭାଷାରେ କଥା କହେ, ତେବେ ସେଥିରେ ମୁଁ ତୁମ୍ଭମାନଙ୍କର କ'ଣ ଉପକାର କରିବି?
7
ବଂଶୀ ହେଉ ବା ବୀଣା ହେଉ, ନିର୍ଜୀବ ବାଦ୍ୟଯନ୍ତ୍ର ବାଜିଲେ ସୁଦ୍ଧା ଯଦି ସ୍ୱରରେ ପାର୍ଥକ୍ୟ ନ ଥାଏ, ତେବେ ବଂଶୀରେ କ'ଣ ବାଜୁଅଛି ବା ବୀଣାରେ କ'ଣ ବାଜୁଅଛି, ତାହା କିପରି ଜଣାଯିବ?
8
ପୁଣି, ତୂରୀ ଯଦି ଅସ୍ପଷ୍ଟ ଧ୍ୱନି କରେ, ତେବେ କିଏ ଯୁଦ୍ଧ ନିମନ୍ତେ ସଜ୍ଜିତ ହେବ?
9
ସେହିପରି ତୁମ୍ଭେମାନେ ମଧ୍ୟ ଯଦି ଜିହ୍ୱା ଦ୍ୱାରା ସହଜ ବୋଧଗମ୍ୟ କଥା ନ କୁହ, ତେବେ କ'ଣ କହୁଅଛ, ତାହା କିପରି ଜଣାଯିବ? କାରଣ ତୁମ୍ଭେମାନେ ଶୂନ୍ୟକୁ କହିବା ପରି ହେବ ।
10
ଜଗତରେ ହୋଇ ପାରେ ଅନେକ ପ୍ରକାର ଶବ୍ଦ ଅଛି, ପୁଣି, କୌଣସି ଶବ୍ଦ ଅର୍ଥଶୂନ୍ୟ ନୁହେଁ ।
11
ଏଣୁ ମୁଁ ଯଦି ସେହି ଶବ୍ଦର ଅର୍ଥ ନ ବୁଝେ, ତେବେ ଯେ କହେ, ମୁଁ ତାହା ପ୍ରତି ବିଦେଶୀୟ ପରି ହେବି, ଆଉ ସେ ମୋ' ନିକଟରେ ବିଦେଶୀୟ ପରି ହେବ ।
12
ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆତ୍ମିକ ଦାନସବୁ ପାଇବାକୁ ଏକାନ୍ତ ଚେଷ୍ଟା କରୁଥିବାରୁ ମଣ୍ଡଳୀର ନିଷ୍ଠା ନିମନ୍ତେ ସେହି ସବୁ ପ୍ରଚୁର ପରିମାଣରେ ପାଇବାକୁ ଚେଷ୍ଟା କର ।
13
ଅତଏବ, ଯେ ପରଭାଷାରେ କଥା କହେ, ସେ ଯେପରି ଅର୍ଥ କରି ପାରେ, ଏଥି ନିମନ୍ତେ ପ୍ରାର୍ଥନା କରୁ ।
14
କାରଣ ମୁଁ ଯଦି ପରଭାଷାରେ ପ୍ରାର୍ଥନା କରେ, ତେବେ ମୋହର ଆତ୍ମା ପ୍ରାର୍ଥନା କରେ, କିନ୍ତୁ ମୋହର ମନ ଫଳହୀନ ହୁଏ ।
15
ତେବେ କର୍ତ୍ତବ୍ୟ କ'ଣ? ମୁଁ ଆତ୍ମା ଦ୍ୱାରା ପ୍ରାର୍ଥନା କରିବି; ପୁଣି, ବୁଦ୍ଧି ସହିତ ମଧ୍ୟ ପ୍ରାର୍ଥନା କରିବି; ଆତ୍ମା ଦ୍ୱାରା ସ୍ତୁତିଗାନ କରିବି, ପୁଣି, ବୁଦ୍ଧି ସହିତ ମଧ୍ୟ ସ୍ତୁତିଗାନ କରିବି ।
16
ନତୁବା ତୁମ୍ଭେ ଯଦି ଆତ୍ମା ଦ୍ୱାରା ଧନ୍ୟବାଦ ଦିଅ, ତେବେ ସାଧାରଣ ଲୋକ ତୁମ୍ଭ କଥା ନ ବୁଝିବାରୁ କିପରି ତୁମ୍ଭ ଧନ୍ୟବାଦରେ ଆମେନ୍ କହିବ?
17
ଯେଣୁ ତୁମ୍ଭେ ଉତ୍ତମ ରୂପେ ଧନ୍ୟବାଦ ଦେଉଅଛ ସତ, କିନ୍ତୁ ସେହି ଅନ୍ୟ ଜଣର ଉନ୍ନତି ହୁଏ ନାହିଁ ।
18
ମୁଁ ତୁମ୍ଭ ସମସ୍ତଙ୍କ ଅପେକ୍ଷା ଅଧିକ ରୂପେ ପରଭାଷାରେ କଥା କହେ ବୋଲି ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି;
19
ତଥାପି ମୁଁ ଯେପରି ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେଇ ପାରେ, ଏଥି ନିମନ୍ତେ ମଣ୍ଡଳୀରେ ପରଭାଷାରେ ଦଶ ହଜାର କଥା କହିବା ଅପେକ୍ଷା ବରଂ ବୁଦ୍ଧି ସହିତ ପାଞ୍ଚୋଟି କଥା କହିବାକୁ ଭଲ ପାଏ ।
20
ହେ ଭାଇମାନେ, ବୁଦ୍ଧିରେ ବାଳକ ପରି ହୁଅ ନାହିଁ, ବରଂ ମନ୍ଦ ବିଷୟରେ ଶିଶୁ ପରି ହୁଅ, କିନ୍ତୁ ବୁଦ୍ଧିରେ ପୂର୍ଣ୍ଣ- ବୟସ୍କ ହୁଅ ।
21
ମୋଶାଙ୍କ ବ୍ୟବସ୍ଥାରେ ଲେଖା ଅଛି, "ପ୍ରଭୁ କହନ୍ତି, ବିଦେଶୀୟ ଭାଷାବାଦୀମାନଙ୍କ ଦ୍ୱାରା ଓ ବିଦେଶୀୟମାନଙ୍କ ମୁଖ ଦ୍ୱାରା ଆମ୍ଭେ ଏହି ଲୋକମାନଙ୍କୁ କଥା କହିବା, ତାହାହେଲେ ସୁଦ୍ଧା ସେମାନେ ଆମ୍ଭର କଥା ଶୁଣିବେ ନାହିଁ" ।
22
ଏଣୁ ପରଭାଷାରେ କଥା କହିବା ବିଶ୍ୱାସୀମାନଙ୍କ ନିମନ୍ତେ ଚିହ୍ନ ସ୍ୱରୂପ ନୁହେଁ, ମାତ୍ର ଅବିଶ୍ୱାସୀମାନଙ୍କ ନିମନ୍ତେ ଚିହ୍ନ ସ୍ୱରୂପ; ଅନ୍ୟ ପକ୍ଷରେ ଭାବବାଣୀ କହିବା ଅବିଶ୍ୱାସୀମାନଙ୍କ ନିମନ୍ତେ ଚିହ୍ନ ସ୍ୱରୂପ ନୁହେଁ, ମାତ୍ର ବିଶ୍ୱାସୀମାନଙ୍କ ନିମନ୍ତେ ଚିହ୍ନ ସ୍ୱରୂପ ।
23
ଆହୁରି ମଧ୍ୟ ସମସ୍ତ ମଣ୍ଡଳୀ ଯଦି ସମବେତ ହୁଏ ଓ ସମସ୍ତେ ପରଭାଷାରେ କଥା କହନ୍ତି, ପୁଣି, ସାଧାରଣ ବା ଅବିଶ୍ୱାସୀ ଲୋକମାନେ ଆସନ୍ତି, ତାହାହେଲେ ତୁମ୍ଭେମାନେ ପାଗଳ ବୋଲି କ'ଣ ସେମାନେ କହିବେ ନାହିଁ?
24
କିନ୍ତୁ ଯଦି ସମସ୍ତେ ଭାବବାଣୀ କହନ୍ତି, ପୁଣି, ଜଣେ ଅବିଶ୍ୱାସୀ ବା ସାଧାରଣ ଲୋକ ଆସେ, ତେବେ ସେ ସମସ୍ତଙ୍କ ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୁଏ, ସମସ୍ତଙ୍କ ଦ୍ୱାରା ବିଚାରିତ ହୁଏ,
25
ତାହାର ହୃଦୟର ଗୁପ୍ତ ବିଷୟସବୁ ପ୍ରକାଶିତ ହୁଏ; ସେଥିରେ ସେ ମୁହଁ ମାଡ଼ି ପଡ଼ିବ ଓ ଈଶ୍ୱର ଯେ ନିଶ୍ଚୟ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ସ୍ୱୀକାର କରି ତାହାଙ୍କୁ ପ୍ରଣାମ କରିବ ।
26
ହେ ଭାଇମାନେ, ତେବେ କର୍ତ୍ତବ୍ୟ କ'ଣ? ତୁମ୍ଭେମାନେ ସମବେତ ହେବା ସମୟରେ ଗୀତ, ବା ଶିକ୍ଷା, ବା ପ୍ରକାଶିତ ବାକ୍ୟ, ବା ପରଭାଷା ବା ଭାଷାର ଅର୍ଥ, ଏପରି ପ୍ରତ୍ୟେକର କିଛି ନା କିଛି ଅଛି । ସମସ୍ତ ବିଷୟ ନିଷ୍ଠା ନିମନ୍ତେ କରାଯାଉ ।
27
ଯଦି କେହି ପରଭାଷାରେ କଥା କହେ, ତେବେ ଦୁଇ ଅବା ଅଧିକ ହେଲେ ତିନି ଜଣ ପାଳି ଅନୁସାରେ କହନ୍ତୁ, ଆଉ ଜଣେ ଅର୍ଥ କରୁ ।
28
କିନ୍ତୁ ଯଦି କୌଣସି ଅର୍ଥକାରକ ନ ଥାଏ, ତାହାହେଲେ ସେ ମଣ୍ଡଳୀରେ ନୀରବ ରହୁ ଓ ନିରୋଳାରେ ଈଶ୍ୱରଙ୍କୁ କହୁ ।
29
ଆଉ, ଦୁଇ ବା ତିନି ଜଣ ଭାବବାଣୀ କହନ୍ତୁ, ପୁଣି, ଅନ୍ୟମାନେ ବିଚାର କରନ୍ତୁ ।
30
କିନ୍ତୁ ଉପବିଷ୍ଟ ଅନ୍ୟ କାହାରି ପ୍ରତି ଯଦି କୌଣସି ବାକ୍ୟ ପ୍ରକାଶିତ ହୁଏ, ତାହାହେଲେ ପ୍ରଥମ ଜଣକ ନୀରବ ହେଉ ।
31
କାରଣ ଯେପରି ସମସ୍ତେ ଶିକ୍ଷା ପାଆନ୍ତି, ପୁଣି, ସମସ୍ତେ ଚେତନା ପ୍ରାପ୍ତ ହୁଅନ୍ତି, ଏଥି ନିମନ୍ତେ ତୁମ୍ଭେମାନେ ସମସ୍ତେ ଜଣ ଜଣ କରି ଭାବବାଣୀ କହିପାର ।
32
ଭାବବାଦୀମାନଙ୍କ ଆତ୍ମା ଭାବବାଦୀମାନଙ୍କର ବଶୀଭୂତ ।
33
କାରଣ ଈଶ୍ୱର ବିଶୃଙ୍ଖଳତାର ଈଶ୍ୱର ନୁହଁନ୍ତି, ମାତ୍ର ଶାନ୍ତିର ଈଶ୍ୱର ।
34
ସାଧୁମାନଙ୍କ ସମସ୍ତ ମଣ୍ଡଳୀରେ ଯେପରି ହୋଇଥାଏ, ସେହିପରି ସ୍ତ୍ରୀଲୋକମାନେ ମଣ୍ଡଳୀରେ ନୀରବ ରହନ୍ତୁ, ଯେଣୁ କଥା କହିବା ପାଇଁ ସେମାନେ ଅନୁମତି ପାଇ ନାହାଁନ୍ତି, ବରଂ ମୋଶାଙ୍କ ବ୍ୟବସ୍ଥାର ଉକ୍ତି ଅନୁସାରେ ସେମାନେ ବଶୀଭୂତ ହୋଇ ରହନ୍ତୁ ।
35
ସେମାନେ ଯଦି କୌଣସି ବିଷୟ ବୁଝିବାକୁ ଇଚ୍ଛା କରନ୍ତି, ତେବେ ଘରେ ଆପଣା ଆପଣା ସ୍ୱାମୀମାନଙ୍କୁ ପଚାରନ୍ତୁ, କାରଣ ମଣ୍ଡଳୀ ମଧ୍ୟରେ କଥା କହିବା ସ୍ତ୍ରୀଲୋକ ପକ୍ଷରେ ଲଜ୍ଜାଜନକ ।
36
କ'ଣ? ଈଶ୍ୱରଙ୍କ ବାକ୍ୟ କି ତୁମ୍ଭମାନଙ୍କଠାରୁ ବାହାରିଅଛି? ଅବା କେବଳ ତୁମ୍ଭମାନଙ୍କ ନିକଟକୁ ଆସିଅଛି?
37
କେହି ଯଦି ଆପଣାକୁ ଭାବବାଦୀ ବା ଆତ୍ମିକ ଦାନ ପ୍ରାପ୍ତ ବୋଲି ମନେ କରେ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଲେଖୁଅଛି, ସେହି ସବୁ ଯେ ପ୍ରଭୁଙ୍କ ଆଜ୍ଞା, ଏହା ସେ ଜ୍ଞାତ ହେଉ ।
38
କିନ୍ତୁ କେହି ଯଦି ଜ୍ଞାତ ନ ହୁଏ, ତେବେ ସେ ଅଜ୍ଞାତ ରହୁ ।
39
ଏଣୁ ହେ ମୋହର ଭାଇମାନେ, ଭାବବାଣୀ କହିବାକୁ ଏକାନ୍ତ ଚେଷ୍ଟା କର; ପୁଣି, ପରଭାଷାରେ କଥା କହିବାକୁ ମନା ନ କର ।
40
କିନ୍ତୁ ସମସ୍ତ ବିଷୟ ସୁନ୍ଦରତାରେ ଓ ଶୃଙ୍ଖଳତାନୁସାରେ କରାଯାଉ ।
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 15 →
All chapters:
1
2
3
4
5
6
7
8
9
10
11
12
13
14
15
16