bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
1 Corinthians 15
1 Corinthians 15
Odia IRV 2017 (ଓଡିଆ ବାଇବେଲ)
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 16 →
1
ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ନିକଟରେ ଯେଉଁ ସୁସମାଚାର ପ୍ରଚାର କରିଥିଲି, ଯାହା ତୁମ୍ଭେମାନେ ଗ୍ରହଣ କରିଥିଲ, ଯହିଁରେ ମଧ୍ୟ ସ୍ଥିର ହୋଇ ରହିଅଛ, ମୁଁ କେଉଁ ପ୍ରକାରେ ତୁମ୍ଭମାନଙ୍କ ନିକଟରେ ତାହା ପ୍ରଚାର କରିଥିଲି, ଏହା ତୁମ୍ଭମାନଙ୍କୁ ସ୍ମରଣ କରାଉଅଛି;
2
ଯଦି ତୁମ୍ଭେମାନେ ତାହା ଦୃଢ଼ ଭାବରେ ଧରିଥାଅ, ତେବେ ତାହା ଦ୍ୱାରା ପରିତ୍ରାଣ ପାଉଅଛ, ନୋହିଲେ ତ ତୁମ୍ଭେମାନେ ବ୍ୟର୍ଥରେ ବିଶ୍ୱାସୀ ହୋଇଥିଲ ।
3
କାରଣ ଯେଉଁ ଯେଉଁ ଶିକ୍ଷା ମୁଁ ପାଇଥିଲି, ସେଥିମଧ୍ୟରୁ ଏହି ପ୍ରଧାନ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଥିଲି ଯଥା, ଖ୍ରୀଷ୍ଟ ଶାସ୍ତ୍ର ଅନୁସାରେ ଆମ୍ଭମାନଙ୍କ ପାପ ନିମନ୍ତେ ମୃତ୍ୟୁଭୋଗ କଲେ,
4
ସମାଧିପ୍ରାପ୍ତ ହେଲେ, ଶାସ୍ତ୍ର ଅନୁସାରେ ତୃତୀୟ ଦିବସରେ ଉତ୍ଥିତ ହେଲେ;
5
ସେ କୈଫାଙ୍କୁ, ଆଉ, ତାହା ପରେ ଦ୍ୱାଦଶଙ୍କୁ ଦର୍ଶନ ଦେଲେ;
6
ଏଉତ୍ତାରେ ଏକାଥରେ ପାଞ୍ଚ ଶହଠାରୁ ଅଧିକ ଭାଇମାନଙ୍କୁ ଦର୍ଶନ ଦେଲେ; ସେମାନଙ୍କ ମଧ୍ୟରୁ ଅଧିକାଂଶ ଆଜି ପର୍ଯ୍ୟନ୍ତ ଜୀବିତ ଅଛନ୍ତି, କିନ୍ତୁ କେହି କେହି ମହାନିଦ୍ରାପ୍ରାପ୍ତ ହୋଇଅଛନ୍ତି ।
7
ତତ୍ପରେ ସେ ଯାକୁବଙ୍କୁ, ଆଉ, ପରେ ସମସ୍ତ ପ୍ରେରିତଙ୍କୁ ଦର୍ଶନ ଦେଲେ;
8
ଅବଶେଷରେ ଅକାଳଜାତ ପରି ଜଣେ ଯେ ମୁଁ, ସେ ମୋତେ ମଧ୍ୟ ଦର୍ଶନ ଦେଲେ ।
9
କାରଣ ଈଶ୍ୱରଙ୍କ ମଣ୍ଡଳୀକୁ ତାଡ଼ନା କରିଥିବାରୁ ପ୍ରେରିତମାନଙ୍କ ମଧ୍ୟରେ ମୁଁ କ୍ଷୁଦ୍ରତମ, ପୁଣି, ପ୍ରେରିତ ନାମରେ ଖ୍ୟାତ ହେବାକୁ ଅଯୋଗ୍ୟ ।
10
କିନ୍ତୁ ମୁଁ ଯାହା ହୋଇଅଛି, ତାହା ଈଶ୍ୱରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋ' ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେ ସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋ' ସହିତ ଥିବା ଈଶ୍ୱରଙ୍କ ଅନୁଗ୍ରହ ତାହା କରିଅଛି ।
11
ଅତଏବ ମୁଁ ହୁଏ, ବା ସେମାନେ ହୁଅନ୍ତୁ, ଏହି ପ୍ରକାରେ ଆମ୍ଭେମାନେ ପ୍ରଚାର କରୁଥାଉ, ଆଉ ଏହି ପ୍ରକାରେ ତୁମ୍ଭେମାନେ ବିଶ୍ୱାସୀ ହୋଇଥାଅ ।
12
ଏଣୁ ଖ୍ରୀଷ୍ଟ ଯେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି, ଏହା ଯଦି ପ୍ରଚାର କରାଯାଉଅଛି, ତେବେ ମୃତମାନଙ୍କର ପୁନରୁତ୍ଥାନ ନାହିଁ ବୋଲି ତୁମ୍ଭମାନଙ୍କ ମଧ୍ୟରେ କେହି କେହି କିପରି କହନ୍ତି?
13
ଯଦି ମୃତମାନଙ୍କର ପୁନରୁତ୍ଥାନ ନାହିଁ, ତେବେ ଖ୍ରୀଷ୍ଟ ମଧ୍ୟ ଉତ୍ଥିତ ହୋଇ ନାହାଁନ୍ତି;
14
ଆଉ, ଯଦି ଖ୍ରୀଷ୍ଟ ଉତ୍ଥିତ ହୋଇ ନାହାଁନ୍ତି, ତେବେ ତ ଆମ୍ଭମାନଙ୍କ ପ୍ରଚାର ବୃଥା, ତୁମ୍ଭମାନଙ୍କ ବିଶ୍ୱାସ ମଧ୍ୟ ବୃଥା,
15
ପୁଣି, ଆମ୍ଭେମାନେ ଈଶ୍ୱରଙ୍କ ସମ୍ବନ୍ଧରେ ଯେ ମିଥ୍ୟା ସାକ୍ଷୀ, ଏହା ପ୍ରକାଶ ପାଏ । କାରଣ ଆମ୍ଭେମାନେ ଈଶ୍ୱରଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେଇଥାଆନ୍ତୁ ଯେ, ସେ ଖ୍ରୀଷ୍ଟଙ୍କୁ ଉଠାଇଅଛନ୍ତି ମାତ୍ର ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ସେ ତାହାଙ୍କୁ ଉଠାଇ ନାହାଁନ୍ତି;
16
ଯେଣୁ ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ଖ୍ରୀଷ୍ଟ ମଧ୍ୟ ଉତ୍ଥିତ ହୋଇ ନାହାଁନ୍ତି;
17
ଆଉ, ଯଦି ଖ୍ରୀଷ୍ଟ ଉତ୍ଥିତ ହୋଇ ନାହାଁନ୍ତି, ତେବେ ତୁମ୍ଭମାନଙ୍କର ବିଶ୍ୱାସ ନିଷ୍ପଳ, ଆଉ ତୁମ୍ଭେମାନେ ଏପର୍ଯ୍ୟନ୍ତ ଆପଣା ଆପଣା ପାପରେ ଅଛ ।
18
ତାହାହେଲେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ମହାନିଦ୍ରାପ୍ରାପ୍ତ ହୋଇଅଛନ୍ତି, ସେମାନେ ମଧ୍ୟ ବିନଷ୍ଟ ହୋଇଅଛନ୍ତି ।
19
ଯଦି କେବଳ ଏହି ଜୀବନ ନିମନ୍ତେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଭରସା ରଖିଅଛୁ, ତେବେ ସମସ୍ତ ମନୁଷ୍ୟଙ୍କଠାରୁ ଆମ୍ଭେମାନେ ଦୟନୀୟ ଅଟୁ ।
20
କିନ୍ତୁ ପ୍ରକୃତରେ ଖ୍ରୀଷ୍ଟ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କର ପ୍ରଥମ ଫଳ ସ୍ୱରୂପେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି ।
21
କାରଣ ମନୁଷ୍ୟ ଦ୍ୱାରା ମୃତ୍ୟୁ ଉପସ୍ଥିତ ହୋଇଥିବାରୁ ମନୁଷ୍ୟ ଦ୍ୱାରା ମଧ୍ୟ ମୃତମାନଙ୍କର ପୁନରୁତ୍ଥାନ ଉପସ୍ଥିତ ହୋଇଅଛି ।
22
ଯେଣୁ ଆଦମ ଦ୍ୱାରା ଯେପରି ସମସ୍ତେ ମୃତ୍ୟୁଭୋଗ କରନ୍ତି, ସେହିପରି ମଧ୍ୟ ଖ୍ରୀଷ୍ଟଙ୍କ ଦ୍ୱାରା ସମସ୍ତେ ସଜୀବ ହେବେ ।
23
କିନ୍ତୁ ପ୍ରତ୍ୟେକ ଜଣ ଆପଣା ଆପଣା କ୍ରମାନୁସାରେ ପ୍ରଥମ ଫଳ ସ୍ୱରୂପ ଖ୍ରୀଷ୍ଟ, ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ;
24
ତତ୍ପରେ ଯୁଗାନ୍ତ ଉପସ୍ଥିତ ହେବ, ସେ ସମୟରେ ସେ ସମସ୍ତ କର୍ତ୍ତାପଣ, ସମସ୍ତ କ୍ଷମତା ଓ ଶକ୍ତି ଲୋପ କଲା ଉତ୍ତାରେ ପିତା ଈଶ୍ୱରଙ୍କୁ ରାଜତ୍ୱ ସମର୍ପଣ କରିବେ ।
25
କାରଣ ସେ ସମସ୍ତ ଶତ୍ରୁଙ୍କୁ ନିଜର ପାଦ ତଳେ ନ ରଖିବା ପର୍ଯ୍ୟନ୍ତ ତାହାଙ୍କୁ ଅବଶ୍ୟ ରାଜତ୍ୱ କରିବାକୁ ହେବ ।
26
ଶେଷ ଶତ୍ରୁ ସ୍ୱରୂପେ ମୃତ୍ୟୁକୁ ଲୋପ କରାଯିବ;
27
କାରଣ ସେ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କଲେ। ଯେତେବେଳେ ସେ କହନ୍ତି, ସମସ୍ତ ବିଷୟ ବଶୀଭୂତ କରାଯାଇଅଛି, ଏହା ସ୍ପଷ୍ଟ, ସମସ୍ତ ବିଷୟ ଯେ ତାହାଙ୍କର ବଶୀଭୂତ କଲେ, ସେ ସେହି ସବୁର ଅନ୍ତର୍ଗତ ନୁହଁନ୍ତି ।
28
ଆଉ ସମସ୍ତ ବିଷୟ ପୁତ୍ରଙ୍କ ବଶୀଭୂତ କରାଗଲା ଉତ୍ତାରେ, ଯେ ସମସ୍ତ ବିଷୟ ତାହାଙ୍କର ବଶୀଭୂତ କଲେ, ସ୍ୱୟଂ ପୁତ୍ର ମଧ୍ୟ ତାହାଙ୍କର ବଶୀଭୂତ ହେବେ, ଯେପରି ଈଶ୍ୱର ସର୍ବେସର୍ବା ହୁଅନ୍ତି ।
29
ମୃତମାନଙ୍କ ଉତ୍ଥାନ ନ ହେଲେ, ଯେଉଁମାନେ ମୃତମାନଙ୍କ ନିମନ୍ତେ ବାପ୍ତିଜିତ ହୁଅନ୍ତି, ସେମାନେ କ'ଣ କରିବେ? ଯଦି ମୃତମାନେ ଆଦୌ ଉତ୍ଥିତ ନ ହୁଅନ୍ତି, ତେବେ ସେମାନଙ୍କ ନିମନ୍ତେ ସେମାନେ କାହିଁକି ବାପ୍ତିଜିତ ହୁଅନ୍ତି?
30
ଆମ୍ଭେମାନେ ମଧ୍ୟ କାହିଁକି ପ୍ରତ୍ୟେକ ଦଣ୍ଡରେ ବିପଦର ସମ୍ମୁଖୀନ ହେଉ?
31
ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଷୟରେ ମୁଁ ଯେଉଁ ଦର୍ପ କରିଥାଏ, ସେଥିର ଶପଥ କରି କହୁଅଛି, ମୁଁ ପ୍ରତିଦିନ ମୃତ୍ୟୁଭୋଗ କରୁଅଛି ।
32
ଯଦି ଲୋକାଚାର ଅନୁସାରେ ମୁଁ ଏଫିସରେ ବନ୍ୟ ପଶୁମାନଙ୍କ ସହିତ ଯୁଦ୍ଧ କରିଅଛି, ତେବେ ସେଥିରେ ମୋହର ଲାଭ କ'ଣ? ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ 'ଆସ, ଆମ୍ଭେମାନେ ଭୋଜନପାନ କରୁ, କାରଣ କାଲି ଆମ୍ଭେମାନେ ମରିବା' ।
33
ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ ।
34
ଯଥାର୍ଥରୂପେ ଜାଗ୍ରତ ହୁଅ, ପାପ ନ କର; କାରଣ କାହାରି କାହାରି ଈଶ୍ୱରଙ୍କ ବିଷୟରେ ଜ୍ଞାନ ନାହିଁ; ମୁଁ ତୁମ୍ଭମାନଙ୍କ ଲଜ୍ଜା ନିମନ୍ତେ ଏହି କଥା କହୁଅଛି ।
35
କିନ୍ତୁ କେହି କହିବ, ମୃତମାନେ କିପରି ଉତ୍ଥିତ ହୁଅନ୍ତି? କି ପ୍ରକାର ଶରୀରରେ ସେମାନେ ଆସନ୍ତି?
36
ହେ ନିର୍ବୋଧ, ତୁମ୍ଭେ ନିଜେ ଯାହା ବୁଣ, ତାହା ନ ମଲେ ସଜୀବ ହୁଏ ନାହିଁ,
37
ଆଉ, ଯେଉଁ ଶରୀର ହେବ, ତାହା ତୁମ୍ଭେ ବୁଣ ନାହିଁ, କିନ୍ତୁ ଗହମ ହେଉ ବା ଅନ୍ୟ କୌଣସି ଶସ୍ୟ ହେଉ, ତାହା କେବଳ ଦାନାମାତ୍ର;
38
କିନ୍ତୁ ଈଶ୍ୱର ଆପଣା ଇଚ୍ଛାନୁସାରେ ତାହାକୁ ଶରୀର ଦିଅନ୍ତି, ଆଉ ସମସ୍ତ ବୀଜ ମଧ୍ୟରୁ ପ୍ରତ୍ୟେକକୁ ତାହାର ନିଜ ଶରୀର ଦିଅନ୍ତି ।
39
ସମସ୍ତ ଶରୀର ଏକ ପ୍ରକାର ଶରୀର ନୁହେଁ, ମାତ୍ର ମନୁଷ୍ୟମାନଙ୍କ ଏକ ପ୍ରକାର ଶରୀର, ପଶୁମାନଙ୍କର ଅନ୍ୟ ପ୍ରକାର ଶରୀର, ପୁଣି, ପକ୍ଷୀମାନଙ୍କର ଆଉ ଏକ- ପ୍ରକାର ଶରୀର ଓ ମାଛମାନଙ୍କର ଅନ୍ୟ ପ୍ରକାର ଶରୀର ।
40
ଆକାଶସ୍ଥ ଶରୀର ଅଛି, ପୃଥିବୀସ୍ଥ ଶରୀର ମଧ୍ୟ ଅଛି, କିନ୍ତୁ ଆକାଶସ୍ଥ ଶରୀରର ଏକ ପ୍ରକାର ତେଜ, ଆଉ ପୃଥିବୀସ୍ଥ ଶରୀରର ଅନ୍ୟ ପ୍ରକାର ତେଜ ।
41
ସୂର୍ଯ୍ୟର ଏକ ପ୍ରକାର ତେଜ, ଚନ୍ଦ୍ରର ଅନ୍ୟ ପ୍ରକାର ତେଜ ଓ ନକ୍ଷତ୍ରମାଳାର ଅନ୍ୟ ପ୍ରକାର ତେଜ କାରଣ ତେଜରେ ଗୋଟିଏ ନକ୍ଷତ୍ର ଅନ୍ୟ ନକ୍ଷତ୍ରଠାରୁ ଭିନ୍ନ ।
42
ମୃତମାନଙ୍କର ପୁନରୁତ୍ଥାନ ମଧ୍ୟ ସେହି ପ୍ରକାର । କ୍ଷୟରେ ବୁଣାଯାଏ, ଅକ୍ଷୟ ହୋଇ ଉତ୍ଥିତ ହୁଏ;
43
ଅନାଦରରେ ବୁଣାଯାଏ, ଗୌରବାନ୍ୱିତ ହୋଇ ଉତ୍ଥିତ ହୁଏ; ଦୁର୍ବଳତାରେ ବୁଣାଯାଏ, ଶକ୍ତି ଦ୍ବାରା ଉତ୍ଥିତ ହୁଏ;
44
ପ୍ରାକୃତିକ ଶରୀର ବୁଣାଯାଏ, ଆତ୍ମିକ ଶରୀର ଉତ୍ଥିତ ହୁଏ । ଯଦି ପ୍ରାକୃତିକ ଶରୀର ଅଛି, ତେବେ ଆତ୍ମିକ ଶରୀରସୁଦ୍ଧା ଅଛି ।
45
ଏହିପରି ମଧ୍ୟ ଲେଖା ଅଛି, ପ୍ରଥମ ମନୁଷ୍ୟ ଆଦମ ଜୀବିତ ପ୍ରାଣୀ ହେଲେ ଶେଷ ଆଦମ ଜୀବନଦାୟକ ଆତ୍ମା ହେଲେ ।
46
ମାତ୍ର ଯାହା ଆତ୍ମିକ, ତାହା ପ୍ରଥମ ନୁହେଁ, କିନ୍ତୁ ଯାହା ପ୍ରାକୃତିକ, ତାହା ପ୍ରଥମ, ପରେ ଆତ୍ମିକ ।
47
ପ୍ରଥମ ମନୁଷ୍ୟ ପାର୍ଥିବ, ମୃତ୍ତିକାରେ ନିର୍ମିତ, ଦ୍ୱିତୀୟ ମନୁଷ୍ୟ ସ୍ୱର୍ଗରୁ ଆଗତ ।
48
ଯେଉଁମାନେ ମୃତ୍ତିକାରେ ନିର୍ମିତ, ସେମାନେ ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟ ତୁଲ୍ୟ, ପୁଣି, ଯେଉଁମାନେ ସ୍ୱର୍ଗୀୟ, ସେମାନେ ସ୍ୱର୍ଗରୁ ଆଗତ ସେହି ବ୍ୟକ୍ତି ତୁଲ୍ୟ ।
49
ଆଉ, ଆମ୍ଭେମାନେ ଯେପରି ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟର ପ୍ରତିମୂର୍ତ୍ତି ଧାରଣ କରିଅଛୁ, ସେପରି ସେହି ସ୍ୱର୍ଗୀୟ ବ୍ୟକ୍ତିଙ୍କ ପ୍ରତିମୂର୍ତ୍ତି ମଧ୍ୟ ଧାରଣ କରିବା ।
50
ହେ ଭାଇମାନେ, ମୁଁ ଏହା କହୁଅଛି, ରକ୍ତମାଂସ ଈଶ୍ୱରଙ୍କ ରାଜ୍ୟ ଅଧିକାର କରି ପାରେ ନାହିଁ, କିମ୍ବା କ୍ଷୟ ଅକ୍ଷୟତାକୁ ଅଧିକାର କରେ ନାହିଁ ।
51
ଦେଖ, ମୁଁ ତୁମ୍ଭମାନଙ୍କୁ ଗୋଟିଏ ନିଗୂଢ଼ କଥା କହୁଅଛି, ଆମ୍ଭେମାନେ ସମସ୍ତେ ମହାନିଦ୍ରାପ୍ରାପ୍ତ ହେବା ନାହିଁ,
52
କିନ୍ତୁ ଏକ ମୁହୂର୍ତ୍ତରେ, ଚକ୍ଷୁର ପଲକରେ, ଶେଷ ତୂରୀଧ୍ୱନିରେ ଆମ୍ଭେମାନେ ସମସ୍ତେ ପରିବର୍ତ୍ତିତ ହେବା; କାରଣ ତୂରୀ ବାଜିବ, ଆଉ ମୃତମାନେ ଅକ୍ଷୟ ହୋଇ ଉତ୍ଥିତ ହେବେ, ପୁଣି, ଆମ୍ଭେମାନେ ପରିବର୍ତ୍ତିତ ହେବା ।
53
କାରଣ ଏହି କ୍ଷୟ ଶରୀରକୁ ଅକ୍ଷୟତାରୂପ ବସ୍ତ୍ର ପରିଧାନ କରିବାକୁ ହେବ, ଆଉ ଏହି ମର୍ତ୍ତ୍ୟ ଶରୀରକୁ ଅମରତାରୂପ ବସ୍ତ୍ର ପରିଧାନ କରିବାକୁ ହେବ ।
54
କିନ୍ତୁ ଏହି କ୍ଷୟ ଶରୀର ଅକ୍ଷୟରୂପ ବସ୍ତ୍ର ଓ ଏହି ମର୍ତ୍ତ୍ୟ ଶରୀର ଅମରତାରୂପ ବସ୍ତ୍ର ପରିଧାନ କଲା ଉତ୍ତାରେ ଏହି ଲିଖିତ ବାକ୍ୟ ସଫଳ ହେବ,
55
"ଜୟ ମୃତ୍ୟୁକୁ ଗ୍ରାସ କରିଅଛି। "ରେ ମୃତ୍ୟୁ, କାହିଁ ତୋର ଜୟ? ରେ ମୃତ୍ୟୁ, କାହିଁ ତୋର ନାହୁଡ଼?"
56
ମୃତ୍ୟୁର ନାହୁଡ଼ ପାପ, ଆଉ ପାପର ବଳ ମୋଶାଙ୍କ ବ୍ୟବସ୍ଥା;
57
କିନ୍ତୁ ଯେଉଁ ଈଶ୍ୱର ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କୁ ଜୟ ପ୍ରଦାନ କରନ୍ତି, ତାହାଙ୍କର ଧନ୍ୟବାଦ ହେଉ ।
58
ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯତ୍ନବାନ ହୁଅ ।
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 16 →
All chapters:
1
2
3
4
5
6
7
8
9
10
11
12
13
14
15
16