bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
1 Corinthians 6
1 Corinthians 6
Odia IRV 2017 (ଓଡିଆ ବାଇବେଲ)
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 7 →
1
ତୁମ୍ଭମାନଙ୍କ ମଧ୍ୟରୁ କାହାରି ଅନ୍ୟ ଜଣକ ବିରୁଦ୍ଧରେ କଥା ଥିଲେ ସେ କି ବିଚାର ନିମନ୍ତେ ସାଧୁମାନଙ୍କ ନିକଟକୁ ନ ଯାଇ ଅଧାର୍ମିକମାନଙ୍କ ନିକଟକୁ ଯିବା ପାଇଁ ସାହସ କରେ?
2
ଅବା ସାଧୁମାନେ ଯେ ଜଗତର ବିଚାର କରିବେ, ଏକଥା କି ତୁମ୍ଭେମାନେ ଜାଣ ନାହିଁ? ଆଉ ଯଦି ଜଗତ ତୁମ୍ଭମାନଙ୍କ ଦ୍ୱାରା ବିଚାରିତ ହୁଏ, ତେବେ ତୁମ୍ଭେମାନେ କି ସାମାନ୍ୟ ସାମାନ୍ୟ ବିଷୟ ବିଚାର କରିବାକୁ ଅଯୋଗ୍ୟ?
3
ଆମ୍ଭେମାନେ ଯେ ଦୂତମାନଙ୍କର ବିଚାର କରିବା, ଏହା କି ତୁମ୍ଭେମାନେ ଜାଣ ନାହିଁ?
4
ତେବେ ଐହିକ ଜୀବନର କଥା ବା କ'ଣ? ଅତଏବ, ଯଦି ବିଚାର ନିମନ୍ତେ ତୁମ୍ଭମାନଙ୍କର ଐହିକ ଜୀବନ ସମ୍ବନ୍ଧୀୟ କୌଣସି ବିଷୟ ଥାଏ, ତେବେ ମଣ୍ଡଳୀରେ ଯେଉଁମାନେ ନଗଣ୍ୟ, ସେମାନଙ୍କୁ କ'ଣ ବିଚାର କରିବା ନିମନ୍ତେ ନିଯୁକ୍ତ କର?
5
ମୁଁ ତୁମ୍ଭମାନଙ୍କୁ ଲଜ୍ଜା ଦେବା ପାଇଁ ଏହା କହୁଅଛି । ଭାଇ ଭାଇ ମଧ୍ୟରେ ମୀମାଂସା କରିବାକୁ ସମର୍ଥ, ଏପରି କ'ଣ ଜଣେ ବୋଲି ଜ୍ଞାନୀ ଲୋକ ପ୍ରକୃତରେ ତୁମ୍ଭମାନଙ୍କ ମଧ୍ୟରେ ନାହିଁ?
6
ମାତ୍ର ଜଣେ ବିଶ୍ବାସୀ ଅନ୍ୟ ବିଶ୍ବାସୀ ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରେ, ତାହା ପୁଣି, ଅବିଶ୍ୱାସୀମାନଙ୍କ ନିକଟରେ!
7
ତୁମ୍ଭେମାନେ ଯେ ପରସ୍ପର ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରୁଅଛ, ସେଥିରେ ତୁମ୍ଭେମାନେ ନିତାନ୍ତ ଦୋଷୀ । ବରଂ କାହିଁକି ଅନ୍ୟାୟ ସହୁ ନାହଁ? ବରଂ କାହିଁକି କ୍ଷତି ଅଙ୍ଗୀକାର କରୁ ନାହଁ?
8
କିନ୍ତୁ ତୁମ୍ଭେମାନେ ନିଜେ ନିଜେ ଅନ୍ୟାୟ ଓ କ୍ଷତି କରୁଅଛ, ପୁଣି, ତାହା ଭାଇମାନଙ୍କ ପ୍ରତି କରୁଅଛ ।
9
ଅବା, ଅଧାର୍ମିକମାନେ ଯେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ
10
କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ ।
11
ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହି ପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଈଶ୍ୱରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ ।
12
ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ । ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ୱାଧୀନତା ଅଛି, କିନ୍ତୁ ମୁଁ କୌଣସି ବିଷୟର ବଶୀଭୂତ ହେବି ନାହିଁ ।
13
ଖାଦ୍ୟ ଉଦର ନିମନ୍ତେ, ପୁଣି, ଉଦର ଖାଦ୍ୟ ନିମନ୍ତେ; କିନ୍ତୁ ଈଶ୍ୱର ଉଭୟକୁ ଲୋପ କରିବେ। ଶରୀର ବ୍ୟଭିଚାର ନିମନ୍ତେ ନୁହେଁ, କିନ୍ତୁ ପ୍ରଭୁଙ୍କ ନିମନ୍ତେ, ଆଉ ପ୍ରଭୁ ଶରୀର ନିମନ୍ତେ;
14
ଈଶ୍ୱର ପ୍ରଭୁଙ୍କୁ ଉଠାଇଲେ, ପୁଣି, ଆପଣା ଶକ୍ତି ଦ୍ୱାରା ଆମ୍ଭମାନଙ୍କୁ ମଧ୍ୟ ଉଠାଇବେ ।
15
ତୁମ୍ଭମାନଙ୍କ ଶରୀର ଯେ ଖ୍ରୀଷ୍ଟଙ୍କ ଅଙ୍ଗ ସ୍ୱରୂପ, ଏହା କି ଜାଣ ନାହିଁ? ତେବେ ମୁଁ କଅଣ ଖ୍ରୀଷ୍ଟଙ୍କ ଅଙ୍ଗ ଘେନିଯାଇ ବେଶ୍ୟାର ଅଙ୍ଗ କରିବି? ତାହା କେବେ ହେଁ ନ ହେଉ ।
16
କିମ୍ବା ଯେ ବେଶ୍ୟା ସହିତ ସଂଯୁକ୍ତ ହୁଏ, ସେ ତାହା ସହିତ ଏକ ଶରୀର ହୁଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? କାରଣ ଉକ୍ତ ଅଛି, "ସେ ଦୁହେଁ ଏକାଙ୍ଗ ହେବେ"।
17
କିନ୍ତୁ ଯେ ପ୍ରଭୁଙ୍କ ସହିତ ସଂଯୁକ୍ତ ହୁଏ, ସେ ତାହାଙ୍କ ସହିତ ଏକ ଆତ୍ମା ହୁଏ ।
18
ବ୍ୟଭିଚାରଠାରୁ ପଳାୟନ କର । ମନୁଷ୍ୟ ଅନ୍ୟ ଯେକୌଣସି ପାପ କରେ, ତାହା ଶରୀରର ବହିର୍ଭୂତ; କିନ୍ତୁ ଯେ ବ୍ୟଭିଚାର କରେ, ସେ ଆପଣା ନିଜ ଶରୀର ବିରୁଦ୍ଧରେ ପାପ କରେ ।
19
ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ୱରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କ'ଣ ଜାଣ ନାହିଁ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ;
20
କାରଣ ତୁମ୍ଭେମାନେ ବିଶେଷ ମୂଲ୍ୟରେ କିଣାଯାଇଅଛ; ଏଣୁ ତୁମ୍ଭମାନଙ୍କ ଶରୀରରେ ଈଶ୍ୱରଙ୍କ ଗୌରବ ପ୍ରକାଶ କର ।
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 7 →
All chapters:
1
2
3
4
5
6
7
8
9
10
11
12
13
14
15
16