bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
1 Corinthians 7
1 Corinthians 7
Odia IRV 2017 (ଓଡିଆ ବାଇବେଲ)
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 8 →
1
`ତୁମ୍ଭେମାନେ ଯେଉଁ ସବୁ ବିଷୟ ଲେଖିଅଛ, ସେହି ସବୁର ଉତ୍ତର ଏହି, ସ୍ତ୍ରୀଲୋକକୁ ସ୍ପର୍ଶ ନ କରିବା ପୁରୁଷ ପକ୍ଷରେ ଭଲ;
2
କିନ୍ତୁ ବ୍ୟଭିଚାର ଭୟ ହେତୁ ପ୍ରତ୍ୟେକ ପୁରୁଷର ନିଜର ଭାର୍ଯ୍ୟା ଥାଉ, ଆଉ ପ୍ରତ୍ୟେକ ସ୍ତ୍ରୀର ନିଜର ସ୍ୱାମୀ ଥାଉ ।
3
ସ୍ୱାମୀ ସ୍ତ୍ରୀକୁ ତା'ର ପ୍ରାପ୍ୟ ଦେଉ, ପୁଣି, ସେହି ପ୍ରକାରେ ମଧ୍ୟ ସ୍ତ୍ରୀ ସ୍ୱାମୀକୁ ତା'ର ପ୍ରାପ୍ୟ ଦେଉ ।
4
ଭାର୍ଯ୍ୟାର ଆପଣା ଶରୀର ଉପରେ କ୍ଷମତା ନାହିଁ, କିନ୍ତୁ ସ୍ୱାମୀର ଅଛି; ସେହି ପ୍ରକାରେ ମଧ୍ୟ ସ୍ୱାମୀର ଆପଣା ଶରୀର ଉପରେ କ୍ଷମତା ନାହିଁ, କିନ୍ତୁ ଭାର୍ଯ୍ୟାର ଅଛି ।
5
ପରସ୍ପରକୁ ବଞ୍ଚିତ ନ କର; କେଜାଣି ପ୍ରାର୍ଥନା ନିମନ୍ତେ ଅବକାଶ ପାଇବା ପାଇଁ ଉଭୟ ଏକ ପରାମର୍ଶ ହୋଇ ଅଳ୍ପ କାଳ ପୃଥକ୍ ରହି ପାର; ଆଉ, ତୁମ୍ଭମାନଙ୍କ ଇନ୍ଦ୍ରିୟ ଦମନ ଅଭାବ ହେତୁ ଶୟତାନ ଯେପରି ତୁମ୍ଭମାନଙ୍କୁ ପରୀକ୍ଷା ନ କରେ, ଏଥିପାଇଁ ପୁନର୍ବାର ଏକତ୍ର ହୁଅ ।
6
କିନ୍ତୁ ମୁଁ ଆଜ୍ଞା ଦେଲା ପରି ନ କହି ପରାମର୍ଶ ଦେଲା ପରି ଏହା କହେ ।
7
ତଥାପି, ଯେପରି ସବୁ ଲୋକ ମୋହରି ପରି ହୁଅନ୍ତି, ଏହା ମୋହର ଇଚ୍ଛା । ମାତ୍ର କେହି ଏପ୍ରକାର, କେହି ସେପ୍ରକାର, ପ୍ରତ୍ୟେକ ଜଣ ଈଶ୍ୱରଙ୍କଠାରୁ ଦାନ ପାଇଅଛି ।
8
କିନ୍ତୁ ମୁଁ ଅବିବାହିତ ଓ ବିଧବାମାନଙ୍କୁ କହେ, ସେମାନେ ମୋ' ପରି ରହିଲେ ସେମାନଙ୍କ ପକ୍ଷରେ ଭଲ ।
9
ମାତ୍ର ଯଦି ସେମାନେ ଇନ୍ଦ୍ରିୟ ଦମନ କରି ନ ପାରନ୍ତି, ତେବେ ବିବାହ କରନ୍ତୁ କାରଣ କାମାନଳରେ ଦଗ୍ଧ ହେବା ଅପେକ୍ଷା ବିବାହ କରିବା ଭଲ ।
10
କିନ୍ତୁ ବିବାହିତମାନଙ୍କୁ ମୁଁ ଆଜ୍ଞା ଦିଏ, ମୁଁ ନୁହେଁ, ମାତ୍ର ପ୍ରଭୁ ଆଜ୍ଞା ଦିଅନ୍ତି, ଭାର୍ଯ୍ୟା ଆପଣା ସ୍ୱାମୀଠାରୁ ପୃଥକ୍ ନ ହେଉ,
11
(କିନ୍ତୁ ଯଦି ସେ ବିଭିନ୍ନ ହୁଏ, ତେବେ ସେ ଆଉ ବିବାହ ନ କରୁ, ଅଥବା ଆପଣା ସ୍ୱାମୀ ସହିତ ମିଳିତ ହେଉ), ପୁଣି, ସ୍ୱାମୀ ଆପଣା ଭାର୍ଯ୍ୟାକୁ ପରିତ୍ୟାଗ ନ କରୁ ।
12
କିନ୍ତୁ ଅନ୍ୟ ସମସ୍ତଙ୍କୁ ମୁଁ କହେ (ପ୍ରଭୁ କହନ୍ତି ନାହିଁ), ଯଦି କୌଣସି ଭାଇର ଅବିଶ୍ୱାସିନୀ ଭାର୍ଯ୍ୟା ଥାଏ, ଆଉ ସେ ତା'ର ସହିତ ବାସ କରିବାକୁ ସମ୍ମତ ହୁଏ, ତାହାହେଲେ ସେ ତାକୁ ପରିତ୍ୟାଗ ନ କରୁ ।
13
ପୁଣି, ଯେଉଁ ସ୍ତ୍ରୀର ଅବିଶ୍ୱାସୀ ସ୍ୱାମୀ ଥାଏ, ଆଉ ସେ ତା'ର ସହିତ ବାସ କରିବାକୁ ସମ୍ମତ ହୁଏ, ସେ ଆପଣା ସ୍ୱାମୀକୁ ପରିତ୍ୟାଗ ନ କରୁ ।
14
କାରଣ ଅବିଶ୍ୱାସୀ ସ୍ୱାମୀ ବିଶ୍ବାସୀ ଭାର୍ଯ୍ୟା ହେତୁ ପବିତ୍ର କରାଯାଇଅଛି, ଆଉ ଅବିଶ୍ୱାସିନୀ ଭାର୍ଯ୍ୟା ବିଶ୍ବାସୀ ସ୍ୱାମୀ ହେତୁ ପବିତ୍ର କରାଯାଇଅଛି; ତାହା ନ ହେଲେ ତୁମ୍ଭମାନଙ୍କ ସନ୍ତାନମାନେ ଅପବିତ୍ର ହୁଅନ୍ତେ, କିନ୍ତୁ ଏବେ ସେମାନେ ପବିତ୍ର ।
15
ତଥାପି ଯଦି ଅବିଶ୍ୱାସୀ ପୃଥକ ହେବାକୁ ଇଚ୍ଛା କରେ, ତେବେ ସେ ପୃଥକ୍ ହେଉ; ଏପରି ସ୍ଥଳେ ସେହି ଭାଇ ବା ଭଉଣୀ ଆବଦ୍ଧ ନୁହଁନ୍ତି; ଈଶ୍ୱର ତୁମ୍ଭମାନଙ୍କୁ ଶାନ୍ତିରେ ଆଚରଣ କରିବାକୁ ଆହ୍ୱାନ କରିଅଛନ୍ତି ।
16
ଯେଣୁ ହେ ସ୍ତ୍ରୀ, ତୁମ୍ଭେ ଯେ ଆପଣା ସ୍ୱାମୀର ପରିତ୍ରାଣର କାରଣ ହେବ, ଏହା କ'ଣ ଜାଣ? କିମ୍ବା ହେ ସ୍ୱାମୀ, ତୁମ୍ଭେ ଯେ ଆପଣା ଭାର୍ଯ୍ୟାର ପରିତ୍ରାଣର କାରଣ ହେବ, ଏହା କ'ଣ ଜାଣ?
17
କେବଳ ପ୍ରଭୁ ଯାହାକୁ ଯେପରି ଦାନ ବିତରଣ କରିଅଛନ୍ତି, ଈଶ୍ୱର ପ୍ରତ୍ୟେକକୁ ଯେଉଁ ଅବସ୍ଥାରେ ଆହ୍ୱାନ କରିଅଛନ୍ତି, ସେ ସେହିପରି ଆଚରଣ କରୁ। ମୁଁ ସମସ୍ତ ମଣ୍ଡଳୀରେ ଏହି ପ୍ରକାର ଆଦେଶ ଦିଏ ।
18
କେହି କି ସୁନ୍ନତ ଅବସ୍ଥାରେ ଆହୂତ ହୋଇଅଛି? ସେ ଅସୁନ୍ନତି ପରି ଦେଖାଯିବାକୁ ଚେଷ୍ଟା ନ କରୁ। କେହି କି ଅସୁନ୍ନତ ଅବସ୍ଥାରେ ଆହୂତ ହୋଇଅଛି? ସେ ସୁନ୍ନତି ନ ହେଉ ।
19
ସୁନ୍ନତ କିଛି ନୁହେଁ, ପୁଣି, ଅସୁନ୍ନତ କିଛି ନୁହେଁ, କେବଳ ଈଶ୍ୱରଙ୍କ ଆଜ୍ଞା ପାଳନ ହିଁ ସାର ।
20
ପ୍ରତ୍ୟେକ ଜଣ ଯେଉଁ ଅବସ୍ଥାରେ ଆହୂତ ହୋଇଅଛି, ସେ ସେଥିରେ ଥାଉ ।
21
ତୁମ୍ଭେ କି ଦାସ ହୋଇ ଆହୂତ ହୋଇଅଛ? ଚିନ୍ତା କର ନାହିଁ; ମାତ୍ର ଯେବେ ମୁକ୍ତ ହୋଇ ପାର, ତେବେ ବରଂ ସୁଯୋଗ ଅବଲମ୍ବନ କର ।
22
କାରଣ ଯେ ଦାସ ହୋଇ ପ୍ରଭୁଙ୍କଠାରେ ଆହୂତ ହୋଇଅଛି, ସେ ପ୍ରଭୁଙ୍କ ମୁକ୍ତ ଲୋକ; ସେହି ପ୍ରକାରେ ଯେ ମୁକ୍ତ ହୋଇ ଅାହୂତ ହୋଇଅଛି, ସେ ଖ୍ରୀଷ୍ଟଙ୍କ ଦାସ ।
23
ତୁମ୍ଭେମାନେ ବିଶେଷ ମୂଲ୍ୟରେ କିଣାଯାଇଅଛ, ମନୁଷ୍ୟର ଦାସ ହୁଅ ନାହିଁ ।
24
ହେ ଭାଇମାନେ, ପ୍ରତ୍ୟେକ ଜଣ ଯେଉଁ ଅବସ୍ଥାରେ ଆହୂତ ହୋଇଅଛି, ସେ ଈଶ୍ୱରଙ୍କ ସହଭାଗିତାରେ ସେହି ଅବସ୍ଥାରେ ଥାଉ ।
25
କୁମାରୀମାନଙ୍କ ବିଷୟରେ ମୁଁ ପ୍ରଭୁଙ୍କଠାରୁ କୌଣସି ଆଜ୍ଞା ପାଇ ନାହିଁ; କିନ୍ତୁ ପ୍ରଭୁଙ୍କ ଅନୁଗ୍ରହରେ ବିଶ୍ୱାସପାତ୍ର ହୋଇ ନିଜର ମତ ଦେଉଅଛି ।
26
ମୁଁ ମନେ କରେ ଯେ, ମନୁଷ୍ୟ ଯେପରି ଅଛି, ଆସନ୍ନ ଦୁର୍ଦ୍ଦଶା ହେତୁ ସେହିପରି ରହିବା ଭଲ ।
27
ତୁମ୍ଭେ କି ଭାର୍ଯ୍ୟା ସହିତ ଆବଦ୍ଧ? ତେବେ ମୁକ୍ତ ହେବା ପାଇଁ ଚେଷ୍ଟା କର ନାହିଁ। ତୁମ୍ଭେ କି ଭାର୍ଯ୍ୟାଠାରୁ ମୁକ୍ତ? ତେବେ ଭାର୍ଯ୍ୟା ପାଇବାକୁ ଚେଷ୍ଟା କର ନାହିଁ ।
28
କିନ୍ତୁ ଯଦି ତୁମ୍ଭେ ବିବାହ କରିଅଛ, ତାହାହେଲେ ସୁଦ୍ଧା ପାପ କରି ନାହଁ; ଆଉ ଯଦି କୁମାରୀ ବିବାହ କରିଅଛି, ତାହାହେଲେ ସେ ପାପ କରି ନାହିଁ। ତଥାପି ଏପରି ଲୋକେ ଶରୀରରେ କ୍ଳେଶ ଭୋଗିବେ ଆଉ ତୁମ୍ଭେମାନେ ଯେପରି ସେଥିରୁ ରକ୍ଷା ପାଅ, ଏହା ମୋହର ଇଚ୍ଛା ।
29
କିନ୍ତୁ ହେ ଭାଇମାନେ, ମୋ' କଥାର ଭାବ ଏହି, ସମୟ ଅତ୍ୟଳ୍ପ, ଏଣୁ ଯେଉଁମାନଙ୍କର ଭାର୍ଯ୍ୟା ଅଛି, ସେମାନେ ଭାର୍ଯ୍ୟା ନ ଥିଲା ପରି ହୁଅନ୍ତୁ ।
30
ଆଉ, ଯେଉଁମାନେ ରୋଦନ କରନ୍ତି, ସେମାନେ ରୋଦନ ନ କରିବା ଲୋକ ପରି ହୁଅନ୍ତୁ; ପୁଣି, ଯେଉଁମାନେ ଆନନ୍ଦ କରନ୍ତି, ସେମାନେ ଆନନ୍ଦ ନ କରିବା ଲୋକ ପରି ହୁଅନ୍ତୁ; ଯେଉଁମାନେ କ୍ରୟ କରନ୍ତି, ସେମାନେ ଅନଧିକାରୀ ଲୋକ ପରି ହୁଅନ୍ତୁ;
31
ଆଉ, ଯେଉଁମାନେ ଜଗତର ବିଷୟ ଭୋଗ କରନ୍ତି, ସେମାନେ ଭୋଗ ନ କରିବା ଲୋକ ପରି ହୁଅନ୍ତୁ; କାରଣ ଏହି ଜଗତର ରୂପ ପରିବର୍ତ୍ତିତ ହେଉଅଛି ।
32
କିନ୍ତୁ ତୁମ୍ଭେମାନେ ଯେପରି ଚିନ୍ତିତ ନ ହୁଅ, ଏହା ମୋହର ଇଚ୍ଛା । ଯେ ଅବିବାହିତ, ସେ କିପରି ପ୍ରଭୁଙ୍କର ସନ୍ତୋଷପାତ୍ର ହେବ, ଏଥିପାଇଁ ପ୍ରଭୁଙ୍କ ବିଷୟ ଘେନି ଚିନ୍ତିତ ହୁଏ;
33
କିନ୍ତୁ ଯେ ବିବାହିତ, ସେ କିପରି ଆପଣା ଭାର୍ଯ୍ୟାର ସନ୍ତୋଷପାତ୍ର ହେବ, ସେଥିପାଇଁ ସେ ସଂସାର ବିଷୟ ଘେନି ଚିନ୍ତିତ ହୁଏ, ଆଉ ତା'ର ମନ ବିଭକ୍ତ ହୁଏ ।
34
ଅବିବାହିତ ସ୍ତ୍ରୀ ଓ କୁମାରୀ ଶରୀର ଓ ଆତ୍ମାରେ ପବିତ୍ର ହେବା ନିମନ୍ତେ ପ୍ରଭୁଙ୍କ ବିଷୟ ଘେନି ଚିନ୍ତିତ ହୁଅନ୍ତି; କିନ୍ତୁ ଯେ ବିବାହିତା, ସେ କିପରି ଆପଣା ସ୍ୱାମୀର ସନ୍ତୋଷପାତ୍ର ହେବ, ସେଥିପାଇଁ ସଂସାର ବିଷୟ ଘେନି ଚିନ୍ତିତ ହୁଏ ।
35
ଏହି କଥା ମୁଁ ତୁମ୍ଭମାନଙ୍କ ନିଜ ହିତ ନିମନ୍ତେ କହୁଅଛି, ତୁମ୍ଭମାନଙ୍କୁ ବନ୍ଧନରେ ଆବଦ୍ଧ କରିବାକୁ କହୁ ନାହିଁ, ମାତ୍ର ତୁମ୍ଭେମାନେ ଯେପରି ଶିଷ୍ଟାଚରଣ କରି ଏକାଗ୍ର ମନରେ ପ୍ରଭୁଙ୍କଠାରେ ନିବିଷ୍ଟ ଥାଅ, ଏଥିପାଇଁ କହୁଅଛି ।
36
କିନ୍ତୁ, ଯଦି କୌଣସି ଲୋକ ବିବାହ ପାଇଁ ନିଜ ବାଗ୍ଦତ୍ତା କନ୍ୟାର ଯୌବନାବସ୍ଥା ଗତ ହୋଇଅଛି, ଆଉ ସେ ତାହା ପ୍ରତି ଅନୁଚିତ ବ୍ୟବହାର କରୁଅଛି ବୋଲି ମନେ କରେ, ତେବେ ଆବଶ୍ୟକ ବୋଧ କଲେ ସେ ଯାହା ଇଚ୍ଛା, ତାହା କରୁ; ସେଥିରେ ପାପ ନାହିଁ; ସେମାନେ ବିବାହ କରନ୍ତୁ ।
37
କିନ୍ତୁ ଯେ ହୃଦୟରେ ସ୍ଥିର ଥାଏ, ଆଉ ଆବଶ୍ୟକତା ବୋଧ ନ କରେ, ପୁଣି, ଯାହାର ଆପଣା ଇଚ୍ଛାନୁସାରେ କରିବାକୁ ଅଧିକାର ଥାଏ, ଆଉ ଯେ ଆପଣା କନ୍ୟାକୁ କୁମାରୀ ରଖିବା ନିମନ୍ତେ ହୃଦୟରେ ସ୍ଥିର କରିଥାଏ, ସେ ଭଲ କରେ ।
38
ଏଣୁ ଯେ ଆପଣା କୁମାରୀ କନ୍ୟାକୁ ବିବାହ ଦିଏ, ସେ ଭଲ କରେ, ପୁଣି, ଯେ ବିବାହ ନ ଦିଏ, ସେ ଆହୁରି ଭଲ କରେ ।
39
ସ୍ୱାମୀ ଜୀବିତ ଥିବା ପର୍ଯ୍ୟନ୍ତ ଭାର୍ଯ୍ୟା ଆବଦ୍ଧ ଥାଏ; କିନ୍ତୁ ଯଦି ସ୍ୱାମୀ ମୃତ, ତେବେ ଭାର୍ଯ୍ୟା ପ୍ରଭୁଙ୍କଠାରେ ବିଶ୍ୱାସୀ ଯାହାକୁ ଇଚ୍ଛା, ତାହାକୁ ବିବାହ କରିବା ପାଇଁ ସ୍ୱାଧୀନ ।
40
କିନ୍ତୁ ସେ ସେହିପରି ରହିଲେ ଅଧିକ ସୁଖୀ ହେବ, ଏହା ମୋହର ମତ, ଆଉ ମୁଁ ମଧ୍ୟ ଈଶ୍ୱରଙ୍କ ଆତ୍ମା ପାଇଅଛି ବୋଲି ମନେ କରେ ।
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 8 →
All chapters:
1
2
3
4
5
6
7
8
9
10
11
12
13
14
15
16