bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
1 John 1
1 John 1
Odia IRV 2017 (ଓଡିଆ ବାଇବେଲ)
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 2 →
1
ଆଦ୍ୟରୁ ଯେ ଥିଲେ, ଯାହାଙ୍କ ବାକ୍ୟ ଆମ୍ଭେମାନେ ଶୁଣିଅଛୁ, ଯାହାଙ୍କୁ ସ୍ୱଚକ୍ଷୁରେ ଦେଖିଅଛୁ, ଯାହାଙ୍କୁ ନିରୀକ୍ଷଣ କରିଅଛୁ ଓ ସ୍ୱହସ୍ତରେ ସ୍ପର୍ଶ କରିଅଛୁ, ସେହି ଜୀବନ ସ୍ୱରୂପ ବାକ୍ୟ ସମ୍ବନ୍ଧରେ ଜଣାଉଅଛୁ ।
2
ସେହି ଜୀବନ ପ୍ରକାଶିତ ହେଲେ, ଆଉ ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ; ଯେଉଁ ଅନନ୍ତ ଜୀବନ ପିତାଙ୍କ ସଙ୍ଗରେ ଥିଲେ ଓ ଆମ୍ଭମାନଙ୍କ ନିକଟରେ ପ୍ରକାଶିତ ହେଲେ, ତାହାଙ୍କ ବିଷୟରେ ତୁମ୍ଭମାନଙ୍କୁ ଜଣାଉଅଛୁ ।
3
ଯାହା ଆମ୍ଭେମାନେ ଦେଖିଅଛୁ ଓ ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ ମଧ୍ୟ ଜଣାଉଅଛୁ, ଯେପରି ତୁମ୍ଭମାନଙ୍କର ମଧ୍ୟ ଆମ୍ଭମାନଙ୍କ ସହିତ ସହଭାଗିତା ହୋଇ ପାରେ; ଆଉ ଆମ୍ଭମାନଙ୍କର ସହଭାଗିତା ପିତା ଓ ତାହାଙ୍କର ପୁତ୍ର ଯୀଶୁଖ୍ରୀଷ୍ଟଙ୍କ ସହିତ ଅଛି ।
4
ଆମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ଏଥି ନିମନ୍ତେ ଆମ୍ଭେମାନେ ଏହି ସବୁ ଲେଖୁଅଛୁ ।
5
ଆମ୍ଭେମାନେ ତାହାଙ୍କଠାରୁ ଯେଉଁ ସମ୍ବାଦ ଶୁଣିଅଛୁ ଓ ତୁମ୍ଭମାନଙ୍କୁ ଜଣାଉଅଛୁ, ତାହା ଏହି, ଈଶ୍ୱର ଜ୍ୟୋତିଃସ୍ୱରୂପ, ଆଉ ତାହାଙ୍କଠାରେ ଅନ୍ଧକାରର ଲେଶ ନାହିଁ ।
6
ତାହାଙ୍କ ସହିତ ଆମ୍ଭମାନଙ୍କର ସହଭାଗିତା ଅଛି, ଏହା କହି ଯଦି ଆମ୍ଭେମାନେ ଅନ୍ଧକାରରେ ଆଚରଣ କରୁ ତାହାହେଲେ ଆମ୍ଭେମାନେ ମିଥ୍ୟାବାଦୀ, ଆଉ ସତ୍ୟ ଆଚରଣ କରୁ ନ ଥାଉ ।
7
କିନ୍ତୁ ସେ ଯେପରି ଜ୍ୟୋତିଃର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ ।
8
ଆମ୍ଭମାନଙ୍କର ପାପ ନାହିଁ! ଏହା ଯଦି କହୁ, ତାହାହେଲେ ଆପଣା ଆପଣାକୁ ପ୍ରବଞ୍ଚନା କରୁ, ପୁଣି, ଆମ୍ଭମାନଙ୍କଠାରେ ସତ୍ୟ ନାହିଁ ।
9
ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି ।
10
ଆମ୍ଭେମାନେ ପାପ କରି ନାହୁଁ, ଏହା ଯଦି କହୁ, ତାହାହେଲେ ଆମ୍ଭେମାନେ ତାହାଙ୍କୁ ମିଥ୍ୟାବାଦୀ କରୁ, ପୁଣି, ତାହାଙ୍କ ବାକ୍ୟ ଆମ୍ଭମାନଙ୍କଠାରେ ନାହିଁ ।
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 2 →
All chapters:
1
2
3
4
5