bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
1 Thessalonians 5
1 Thessalonians 5
Odia IRV 2017 (ଓଡିଆ ବାଇବେଲ)
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
1
କିନ୍ତୁ, ହେ ଭାଇମାନେ, କାଳ ଓ ନିର୍ଦ୍ଧିଷ୍ଟ ସମୟ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବା ଆବଶ୍ୟକ ନାହିଁ,
2
କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନ ଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମ ରୂପେ ଜାଣ ।
3
ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ ।
4
କିନ୍ତୁ, ହେ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ନାହଁ ଯେ ସେ ଦିନ ଚୋରର ପରି ଅନପେକ୍ଷିତ ଭାବରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବ,
5
କାରଣ ତୁମ୍ଭେମାନେ ସମସ୍ତେ ଆଲୋକ ଓ ଦିବସର ସନ୍ତାନ । ଆମ୍ଭେମାନେ ରାତ୍ରି କି ଅନ୍ଧକାରର ସନ୍ତାନ ନୋହୁଁ;
6
ଅତଏବ ଆସ ଆମ୍ଭେମାନେ ଅଣଯିହୂଦୀମାନଙ୍କ ପରି ନିଦ୍ରିତ ନ ହେଉ, ମାତ୍ର ଜାଗ୍ରତ ହୋଇ ସଚେତନ ରହିବା ।
7
ଯେଣୁ ଯେଉଁମାନେ ନିଦ୍ରା ଯାଆନ୍ତି, ଆଉ ଯେଉଁମାନେ ମାତାଲ ହୁଅନ୍ତି, ସେମାନେ ରାତ୍ରିରେ ମାତାଲ ହୁଅନ୍ତି ।
8
କିନ୍ତୁ ଆସ, ଆମ୍ଭେମାନେ ଦିବସର ସନ୍ତାନ ହେବାରୁ ବିଶ୍ୱାସ ଓ ପ୍ରେମରୂପ ଉରସ୍ତ୍ରାଣ ପରିଧାନ କରି, ପରିତ୍ରାଣର ଭରସା ରୂପ ଶିରସ୍ତ୍ରାଣ ମସ୍ତକରେ ଦେଇ ସଚେତନ ରହିଥାଉ ।
9
କାରଣ ଈଶ୍ୱର ଆମ୍ଭମାନଙ୍କୁ କ୍ରୋଧର ପାତ୍ର ହେବା ନିମନ୍ତେ ନିରୂପଣ ନ କରି ବରଂ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ନିରୂପଣ କରିଅଛନ୍ତି ।
10
ସେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଆମ୍ଭେମାନେ ଜାଗ୍ରତ ଥାଉ କିମ୍ବା ନିଦ୍ରିତ ଥାଉ ତାହାଙ୍କ ସହିତ ଜୀବିତ ରହିବୁ ।
11
ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ୱନା ଦିଅ, ପୁଣି, ପରସ୍ପରର ନିଷ୍ଠା ଜନ୍ମାଅ ।
12
ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ପରିଶ୍ରମ କରନ୍ତି ଓ ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ନେତା ସ୍ୱରୂପେ ନିଯୁକ୍ତି ହୋଇ ତୁମ୍ଭମାନଙ୍କୁ ଚେତନା ଦିଅନ୍ତି, ସେମାନଙ୍କୁ ମାନ୍ୟ କର,
13
ପୁଣି, ସେମାନଙ୍କ କାର୍ଯ୍ୟ ସକାଶେ ସେମାନଙ୍କୁ ପ୍ରେମରେ ଅତ୍ୟନ୍ତ ଆଦର କର । ପରସ୍ପର ସଙ୍ଗରେ ଶାନ୍ତିରେ ରୁହ ।
14
ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ ହୀନମାନଙ୍କୁ ସାନ୍ତ୍ୱନା ଦିଅ, ଦୁର୍ବଳମାନଙ୍କୁୁ ସାହାଯ୍ୟ କର, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ ।
15
ସାବଧାନ, କେହି କାହାରି ପ୍ରତି ଅପକାର ବଦଳରେ ଅପକାର ନ କରୁ, ବରଂ ତୁମ୍ଭେମାନେ ସର୍ବଦା ପରସ୍ପରର ଓ ସମସ୍ତଙ୍କର ମଙ୍ଗଳ କରିବାକୁ ସଚେଷ୍ଟା ହୁଅ ।
16
ସର୍ବଦା ଆନନ୍ଦ କର; ନିରନ୍ତର ପ୍ରାର୍ଥନା କର;
17
ସବୁ ଅବସ୍ଥାରେ ଧନ୍ୟବାଦ ଦିଅ;
18
କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ୱରଙ୍କ ଅଭିମତ ।
19
ଆତ୍ମାଙ୍କୁ ନିର୍ବାଣ ନ କର;
20
ଭାବବାଣୀ ତୁଚ୍ଛ କର ନାହିଁ;
21
ବରଂ ସମସ୍ତ ବିଷୟ ପରୀକ୍ଷା କର;
22
ଯାହା ଉତ୍ତମ ତାହା ଧରି ରଖ; ସମସ୍ତ ପ୍ରକାର ମନ୍ଦତା ଠାରୁ ପୃଥକ୍ ହୋଇଥାଅ ।
23
ଶାନ୍ତିଦାତା ଈଶ୍ୱର ସ୍ୱୟଂ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପବିତ୍ର କରନ୍ତୁ, ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରୂପେ ରକ୍ଷିତ ହେଉ ।
24
ଯେ ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ ସହାଯ୍ୟ କରିବେ ।
25
ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର ।
26
ସମସ୍ତ ଭାଇଙ୍କୁ ପବିତ୍ର ଚୁମ୍ବନ ଦେଇ ନମସ୍କାର କର ।
27
ସମସ୍ତ ଭାଇଙ୍କ ନିକଟରେ ଏହି ପତ୍ର ପାଠ କରାଇବା ନିମନ୍ତେ ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଶପଥ ଦେଇ ଅନୁରୋଧ କରୁଅଛି ।
28
ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ ।
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
All chapters:
1
2
3
4
5