bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
1 Timothy 2
1 Timothy 2
Odia IRV 2017 (ଓଡିଆ ବାଇବେଲ)
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 3 →
1
ଆମ୍ଭେମାନେ ଯେପରି ସର୍ବତୋଭାବେ ଈଶ୍ୱରପରାୟଣତା ଓ ଭଦ୍ରତା ସହ ଶାନ୍ତି ଓ ବାଧାହୀନ ଜୀବନଯାପନ କରିପାରୁ,
2
ଏଥି ନିମନ୍ତେ ସର୍ବସାଧାରଣ ଲୋକଙ୍କ ପାଇଁ, ରାଜା ଓ ଶାସନକର୍ତ୍ତା ସମସ୍ତଙ୍କ ପାଇଁ ନିବେଦନ, ପ୍ରାର୍ଥନା, ବିନତି ଓ ଧନ୍ୟବାଦ ଉତ୍ସର୍ଗ କରିବା ନିମନ୍ତେ ମୁଁ ସର୍ବ ପ୍ରଥମେ ଅନୁରୋଧ କରୁଅଛି ।
3
ଏହା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ୱରଙ୍କ ଦୃଷ୍ଟିରେ ଉତ୍ତମ ଓ ସୁଗ୍ରାହ୍ୟ ଅଟେ;
4
ସମସ୍ତେ ଯେପରି ପରିତ୍ରାଣ ଓ ସତ୍ୟ ବିଷୟରେ ଜ୍ଞାନ ପାଇ ପାରନ୍ତି, ଏହା ସେ ଇଚ୍ଛା କରନ୍ତି ।
5
କାରଣ ଏକମାତ୍ର ଈଶ୍ୱର ଅଛନ୍ତି, ଆଉ ଈଶ୍ୱର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ;
6
ସେ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣାକୁ ଦାନ କରି ଠିକ୍ ସମୟରେ ସେଥିର ସାକ୍ଷ୍ୟ ଦେଇଅଛନ୍ତି ।
7
ସେଥିପାଇଁ ମୁଁ ଜଣେ ପ୍ରଚାରକ, ପ୍ରେରିତ ପୁଣି, ବିଶ୍ୱାସ ଓ ସତ୍ୟ ବିଷୟରେ ଅଣଯିହୂଦୀମାନଙ୍କର ଜଣେ ଶିକ୍ଷକ ଭାବେ ନିଯୁକ୍ତ ହେଲି, ମୁଁ ସତ କହୁଅଛି, ମିଛ କହୁ ନାହିଁ ।
8
ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ ।
9
ସେହିପରି ମଧ୍ୟ ସ୍ତ୍ରୀମାନେ କେଶବିନ୍ୟାସ ଏବଂ ସୁନା କି ମୁକ୍ତା କି ମୂଲ୍ୟବାନ ବସ୍ତ୍ରରେ ଆପଣା ଆପଣାକୁ ଭୂଷିତା ନ କରି ଲଜ୍ଜା ଓ ଉତ୍ତମ ବୁଦ୍ଧିର ସହକାରେ ପରିପାଟୀ ପରିଚ୍ଛଦ ପିନ୍ଧି
10
ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ଉତ୍ତମ କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ ।
11
ସ୍ତ୍ରୀ ପୂର୍ଣ୍ଣ ବଶ୍ୟତା ସ୍ୱୀକାର କରି ନିରବରେ ଶିକ୍ଷା ଗ୍ରହଣ କରୁ ।
12
ମୁଁ ସ୍ତ୍ରୀକୁ ଶିକ୍ଷା ଦେବା ପାଇଁ ଅବା ପୁରୁଷ ଉପରେ କର୍ତ୍ତାପଣ କରିବା ପାଇଁ ଅନୁମତି ଦେଉ ନାହିଁ, ମାତ୍ର ସେ ନିରବରେ ରହୁ ।
13
କାରଣ ପ୍ରଥମେ ଆଦମ ସୃଷ୍ଟ ହେଲେ, ତାହା ପରେ ହବା;
14
ଆଉ ଆଦମ ଠକରେ ପଡ଼ି ନ ଥିଲେ, ମାତ୍ର ନାରୀ ଠକରେ ପଡ଼ି ଆଜ୍ଞା ନ ମାନିବା ଦୋଷରେ ଦୋଷୀ ହେଲେ;
15
କିନ୍ତୁ ସେମାନେ ଉତ୍ତମ ବୁଦ୍ଧିର ସହ ବିଶ୍ୱାସ, ପ୍ରେମ ଓ ପବିତ୍ରତାରେ ସ୍ଥିର ରହିଲେ ସେ ସନ୍ତାନ ପ୍ରସବ କରିବା ଦ୍ୱାରା ପରିତ୍ରାଣ ପାଇବ ।
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 3 →
All chapters:
1
2
3
4
5
6