bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
1 Timothy 3
1 Timothy 3
Odia IRV 2017 (ଓଡିଆ ବାଇବେଲ)
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 4 →
1
ଏହି କଥା ସତ୍ୟ, କେହି ଯଦି ଅଧ୍ୟକ୍ଷ ପଦ ପାଇବାକୁ ଆକାଂକ୍ଷା କରନ୍ତି, ତେବେ ସେ ଉତ୍ତମ କାର୍ଯ୍ୟ ଇଚ୍ଛା କରନ୍ତି ।
2
ଅତଏବ, ଅଧ୍ୟକ୍ଷଙ୍କର ନିନ୍ଦନୀୟ ନ ହେବା ଆବଶ୍ୟକ, ସେ ଅବଶ୍ୟ ଏକ ସ୍ତ୍ରୀର ସ୍ୱାମୀ, ଆତ୍ମସଞ୍ଜମ, ଉତ୍ତମ ବୁଦ୍ଧି, ସଦାଚାରୀ, ଆତିଥ୍ୟପ୍ରିୟ ଓ ଶିକ୍ଷାଦାନରେ ନିପୁଣ ହେବେ,
3
ମଦ୍ୟପାୟୀ କି ବିବାଦପ୍ରିୟ ନ ହୋଇ ବରଂ ମୃଦୁଶୀଳ, ନିର୍ବିରୋଧ ଓ ନିର୍ଲୋଭ ହେବେ,
4
ନିଜ ପରିବାରକୁ ଉତ୍ତମ ରୂପେ ଶାସନ କରିବେ, ଗାମ୍ଭୀର୍ଯ୍ୟ ସହକାରେ ଆପଣା ସନ୍ତାନମାନଙ୍କୁ ବଶୀଭୂତ କରି ରଖିବେ ।
5
(କେହି ଯେବେ ଆପଣା ପରିବାରକୁ ଶାସନ କରିବାକୁ ଜାଣେ ନାହିଁ, ତେବେ ସେ କିପରି ଈଶ୍ୱରଙ୍କ ମଣ୍ଡଳୀର ଦାୟିତ୍ୱ ନେବ?)
6
ସେ ନୂତନ ଶିଷ୍ୟ ହୋଇ ନ ଥିବେ, କାଳେ ଅସାରଗର୍ବୀ ହୋଇ ଶୟତାନ ଭଳି ଦଣ୍ଡଗ୍ରସ୍ତ ହେବେ ।
7
ତାହାଙ୍କର ମଧ୍ୟ ବାହାର ଲୋକଙ୍କଠାରୁ ସମ୍ମାନ ପ୍ରାପ୍ତ ହେବା ଆବଶ୍ୟକ, କାଳେ ସେ ନିନ୍ଦା ପାଇ ଶୟତାନର ଫାନ୍ଦରେ ପଡ଼ିବେ ।
8
ସେହି ପ୍ରକାରେ ସେବକମାନଙ୍କର ଶୁଦ୍ଧ ବିବେକରେ ବିଶ୍ୱାସର ନିଗୂଢ଼ତତ୍ତ୍ୱ ଅବଲମ୍ବନ କରି ଗମ୍ଭୀର, ଛଳନାବାକ୍ୟରହିତ,
9
ମଦ୍ୟପାନରେ ଅନାସକ୍ତ ଓ କୁତ୍ସିତ ଧନଲାଭରେ ନିର୍ଲୋଭ ହେବା ଆବଶ୍ୟକ;
10
ସେମାନେ ମଧ୍ୟ ପ୍ରଥମେ ପରୀକ୍ଷିତ ହେଉନ୍ତୁ, ପୁଣି, ଦୋଷ ନ ଦେଖାଗଲେ ସେବକ ପଦରେ ନିଯୁକ୍ତ ହେଉନ୍ତୁ ।
11
ସେହି ପ୍ରକାରେ ସ୍ତ୍ରୀମାନଙ୍କର ମଧ୍ୟ ପରନିନ୍ଦାକାରିଣୀ ନ ହୋଇ ଗମ୍ଭୀର, ମିତାଚାରିଣୀ ଓ ସମସ୍ତ ବିଷୟରେ ବିଶ୍ୱସ୍ତ ହେବା ଆବଶ୍ୟକ ।
12
ସେବକମାନେ ଏକ ଏକ ସ୍ତ୍ରୀର ସ୍ୱାମୀ ହେଉନ୍ତୁ, ପୁଣି, ନିଜ ନିଜ ସନ୍ତାନମାନଙ୍କୁ ଓ ପରିବାରକୁ ଉତ୍ତମ ରୂପେ ଶାସନ କରନ୍ତୁ ।
13
କାରଣ ଯେଉଁମାନେ ଉତ୍ତମ ରୂପେ ସେବକ କାର୍ଯ୍ୟ କରିଅଛନ୍ତି, ସେମାନେ ନିଜ ନିଜ ପାଇଁ ଉତ୍ତମ ଖ୍ୟାତି ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସମୂଳକ ଅଧିକ ସାହସ ପାଇବେ ।
14
ମୁଁ ଶୀଘ୍ର ତୁମ୍ଭ ନିକଟକୁ ଯିବି ବୋଲି ଆଶା କରୁଅଛି;
15
ମାତ୍ର ଯେବେ ମୋହର ବିଳମ୍ବ ହୁଏ, ତେବେ ଈଶ୍ୱରଙ୍କ ଗୃହରେ, ଅର୍ଥାତ୍ ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳ ସ୍ୱରୂପ ଜୀବିତ ଈଶ୍ୱରଙ୍କ ମଣ୍ଡଳୀରେ, କିପରି ଆଚରଣ କରିବାକୁ ହୁଏ, ତାହା ଯେପରି ତୁମ୍ଭେ ଜାଣି ପାର, ଏହେତୁ ଏହି ସମସ୍ତ ତୁମ୍ଭ ନିକଟକୁ ଲେଖୁଅଛି ।
16
ଈଶ୍ୱରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି । ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ଗୃହୀତ ହେଲେ ।
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 4 →
All chapters:
1
2
3
4
5
6