bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
2 Chronicles 13
2 Chronicles 13
Odia IRV 2017 (ଓଡିଆ ବାଇବେଲ)
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 14 →
1
ଯାରବୀୟାମ୍ ରାଜାଙ୍କ ରାଜତ୍ଵର ଅଠର ବର୍ଷରେ ଅବୀୟ ଯିହୁଦା ଉପରେ ରାଜତ୍ଵ କରିବାକୁ ଆରମ୍ଭ କଲେ।
2
ସେ ଯିରୂଶାଲମରେ ତିନି ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ମୀଖାୟ, ସେ ଗିବୀୟା ନିବାସୀ ଊରୀୟେଲର କନ୍ୟା ଥିଲେ। ପୁଣି ଅବୀୟ ଓ ଯାରବୀୟାମ୍ ମଧ୍ୟରେ ଯୁଦ୍ଧ ଚାଲିଲା।
3
ଅବୀୟ ଚାରି ଲକ୍ଷ ବଚ୍ଛା ବିକ୍ରମଶାଳୀ ସୈନ୍ୟ ସଙ୍ଗେ ମିଶି ଯୁଦ୍ଧ କଲେ ଓ ଯାରବୀୟାମ୍ ଆଠ ଲକ୍ଷ ବଚ୍ଛା ମହାବିକ୍ରମଶାଳୀ ଲୋକ ନେଇ ତାଙ୍କ ବିରୁଦ୍ଧରେ ଯୁଦ୍ଧ ସଜାଇଲା।
4
ତହିଁରେ ଅବୀୟ ଇଫ୍ରୟିମର ପର୍ବତମୟ ଦେଶସ୍ଥ ସୀମାରୟମ୍ ପର୍ବତରେ ଠିଆ ହୋଇ କହିଲେ, “ହେ ଯାରବୀୟାମ୍ ଓ ସମଗ୍ର ଇସ୍ରାଏଲ ଲୋକ, ମୋ’ କଥା ଶୁଣ;
5
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଯେ ଲବଣର ନିୟମ ଦ୍ୱାର ଇସ୍ରାଏଲର ରାଜତ୍ୱ ଚିରକାଳ ନିମନ୍ତେ ଦାଉଦଙ୍କୁ, ଅର୍ଥାତ୍, ତାଙ୍କୁ ଓ ତାଙ୍କ ସନ୍ତାନଗଣକୁ ଦେଇଅଛନ୍ତି, ଏହା କ’ଣ ତୁମ୍ଭମାନଙ୍କର ଜାଣିବା ଉଚିତ ନୁହେଁ?
6
ତଥାପି ଦାଉଦଙ୍କର ପୁତ୍ର ଶଲୋମନଙ୍କ ଦାସ ଯେ ନବାଟର ପୁତ୍ର ଯାରବୀୟାମ୍, ସେ ଉଠି ଆପଣା ପ୍ରଭୁର ବିଦ୍ରୋହୀ ହୋଇଅଛି।”
7
ପୁଣି ଦୁଷ୍ଟ ଓ ଅସାର ଲୋକମାନେ ତାହା ପକ୍ଷରେ ଏକତ୍ର ହୋଇ ଶଲୋମନଙ୍କର ପୁତ୍ର, ରିହବୀୟାମଙ୍କ ପ୍ରତିକୂଳରେ ଆପଣମାନଙ୍କୁ ବଳିଷ୍ଠ କଲେ; ସେହି ସମୟରେ ରିହବୀୟାମ ଯୁବା ଓ କୋମଳାନ୍ତଃକରଣ ଥିଲେ ଓ ସେମାନଙ୍କର ପ୍ରତିବାଧା କରି ପାରିଲେ ନାହିଁ।
8
ଆଉ, ଏବେ ତୁମ୍ଭେମାନେ ଦାଉଦ-ସନ୍ତାନଗଣର ହସ୍ତାଧୀନ ସଦାପ୍ରଭୁଙ୍କ ରାଜ୍ୟର ପ୍ରତିବାଧା କରିବାକୁ ମାନସ କରୁଅଛ; ପୁଣି ତୁମ୍ଭେମାନେ ଲୋକସମୂହ ଓ ତୁମ୍ଭମାନଙ୍କର ଦେବତା ହେବା ପାଇଁ ଯାରବୀୟାମ୍ ନିର୍ମିତ ସ୍ୱର୍ଣ୍ଣମୟ ଗୋବତ୍ସ ତୁମ୍ଭମାନଙ୍କ ସଙ୍ଗେ ଅଛି।
9
ତୁମ୍ଭେମାନେ କି ସଦାପ୍ରଭୁଙ୍କ ଯାଜକ ହାରୋଣଙ୍କର ସନ୍ତାନଗଣକୁ ଓ ଲେବୀୟମାନଙ୍କୁ ତଡ଼ିଦେଇ ଅନ୍ୟ ଦେଶସ୍ଥ ଗୋଷ୍ଠୀମାନଙ୍କ ରୀତି ଅନୁସାରେ ଆପଣମାନଙ୍କ ପାଇଁ ଯାଜକ ନିଯୁକ୍ତ କରି ନାହଁ? ଏଣୁ ଯେକେହି ଆପଣାର ପଦ-ନିଯୋଗାର୍ଥେ ଏକ ଗୋବତ୍ସ ଓ ସାତ ମେଷ ନେଇ ଆସେ, ସେ ଏହି ଅନୀଶ୍ୱରମାନଙ୍କର ଯାଜକ ହୋଇପାରେ।
10
ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି ଓ ଆମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରି ନାହୁଁ; ପୁଣି ସଦାପ୍ରଭୁଙ୍କ ପରିଚର୍ଯ୍ୟାକାରୀ ହାରୋଣ-ସନ୍ତାନଗଣ ଆମ୍ଭମାନଙ୍କର ଯାଜକ ଅଛନ୍ତି ଓ ଲେବୀୟମାନେ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ ଅଛନ୍ତି;
11
ସେମାନେ ପ୍ରତି ପ୍ରଭାତରେ ଓ ପ୍ରତି ସନ୍ଧ୍ୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସୁଗନ୍ଧି ଧୂପ ଦଗ୍ଧ କରୁଅଛନ୍ତି; ସେମାନେ ପବିତ୍ର ମେଜ ଉପରେ ଦର୍ଶନୀୟ ରୁଟି ଓ ପ୍ରତି ସନ୍ଧ୍ୟାରେ ଜ୍ୱଳାଇବା ପାଇଁ ପ୍ରଦୀପ ସହିତ ସ୍ୱର୍ଣ୍ଣମୟ ଦୀପବୃକ୍ଷ ସଜାନ୍ତି; କାରଣ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରକ୍ଷଣୀୟ ରକ୍ଷା କରୁଅଛୁ; ମାତ୍ର ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିଅଛ।
12
ଆଉ ଦେଖ, ପରମେଶ୍ୱର ଆମ୍ଭମାନଙ୍କର ମସ୍ତକ ସ୍ୱରୂପ ଅଛନ୍ତି ଓ ତାହାଙ୍କ ଯାଜକମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ରଣତୂରୀ ବଜାଇବା ପାଇଁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି। ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱରଙ୍କ ପ୍ରତିକୂଳରେ ଯୁଦ୍ଧ ନ କର; କାରଣ ତୁମ୍ଭେମାନେ କୃତକାର୍ଯ୍ୟ ହେବ ନାହିଁ।”
13
ତଥାପି ଯାରବୀୟାମ୍ ସେମାନଙ୍କ ଆକ୍ରମଣାର୍ଥେ ପଶ୍ଚାଦ୍ଦିଗରେ ଗୋପନରେ ସୈନ୍ୟ ରଖିଲେ; ଏଣୁ ଲୋକମାନେ ଯିହୁଦାର ଆଗରେ ଓ ସେହି ଗୁପ୍ତ ଦଳ ସେମାନଙ୍କ ପଛରେ ରହିଲେ।
14
ତହିଁରେ ଯିହୁଦା ପଛକୁ ଅନାନ୍ତେ, ଦେଖ, ସେମାନଙ୍କ ଆଗରେ ଓ ପଛରେ ଯୁଦ୍ଧ; ତହୁଁ ସେମାନେ ସଦାପ୍ରଭୁଙ୍କ ନିକଟରେ ଡାକ ପକାଇଲେ ଓ ଯାଜକମାନେ ତୂରୀଧ୍ୱନି କଲେ।
15
ସେତେବେଳେ ଯିହୁଦାର ଲୋକମାନେ ସିଂହନାଦ କଲେ; ଆଉ ଯିହୁଦାର ଲୋକମାନେ ସିଂହନାଦ କରିବା ସମୟରେ ପରମେଶ୍ୱର ଅବୀୟ ଓ ଯିହୁଦାର ସମ୍ମୁଖରେ ଯାରବୀୟାମଙ୍କୁ ଓ ସମସ୍ତ ଇସ୍ରାଏଲକୁ ଆଘାତ କଲେ।
16
ତହିଁରେ ଇସ୍ରାଏଲ ସନ୍ତାନଗଣ ଯିହୁଦା ସମ୍ମୁଖରୁ ପଳାଇଲେ ଓ ପରମେଶ୍ୱର ସେମାନଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ।
17
ତହୁଁ ଅବୀୟ ଓ ତାଙ୍କର ଲୋକମାନେ ମହାସଂହାରରେ ସେମାନଙ୍କୁ ବଧ କଲେ; ଏଥିରେ ଇସ୍ରାଏଲର ପାଞ୍ଚ ଲକ୍ଷ ବଚ୍ଛା ଲୋକ ହତ ହୋଇ ପଡ଼ିଲେ।
18
ଏହିରୂପେ ସେହି ସମୟରେ ଇସ୍ରାଏଲ ସନ୍ତାନମାନେ ଅବନତ ହେଲେ ଓ ଯିହୁଦାର ସନ୍ତାନମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଉପରେ ନିର୍ଭର ରଖିବାରୁ ଜୟଯୁକ୍ତ ହେଲେ।
19
ଏଉତ୍ତାରେ ଅବୀୟ ଯାରବୀୟାମ୍ଙ୍କର ପଛେ ପଛେ ଗୋଡ଼ାଇ ତାଙ୍କର କେତେକ ନଗର, ଅର୍ଥାତ୍, ବେଥେଲ୍ ଓ ତହିଁର ଉପନଗର, ଯିଶାନା ଓ ତହିଁର ଉପନଗର, ପୁଣି ଇଫ୍ରୋଣ ଓ ତହିଁର ଉପନଗରସକଳ ହସ୍ତଗତ କରି ନେଲେ।
20
ପୁଣି ଅବୀୟର ଜୀବନ କାଳଯାଏ ଯାରବୀୟାମ୍ ଆଉ ବଳ ପାଇ ପାରିଲେ ନାହିଁ; ଏଉତ୍ତାରେ ସଦାପ୍ରଭୁ ତାଙ୍କୁ ଆଘାତ କରନ୍ତେ, ସେ ମଲେ।
21
ମାତ୍ର ଅବୀୟ ବେଳକୁ ବେଳ ବଳବାନ ହୋଇ ଉଠିଲେ, ପୁଣି ଚଉଦ ଭାର୍ଯ୍ୟା ବିବାହ କରି ବାଇଶ ପୁତ୍ର ଓ ଷୋହଳ କନ୍ୟା ଜାତ କଲେ।
22
ଏହି ଅବୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା ଓ ତାଙ୍କର ଉକ୍ତି ଇଦ୍ଦୋ ଭବିଷ୍ୟଦ୍ବକ୍ତାର ଟୀକାଗ୍ରନ୍ଥରେ ଲିଖିତ ଅଛି।
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 14 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36