bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
2 Corinthians 7
2 Corinthians 7
Odia IRV 2017 (ଓଡିଆ ବାଇବେଲ)
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 8 →
1
ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞାପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି, ଈଶ୍ୱରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ ।
2
ତୁମ୍ଭମାନଙ୍କ ହୃଦୟରେ ଆମ୍ଭମାନଙ୍କୁ ସ୍ଥାନ ଦିଅନ୍ତି ଆମ୍ଭେମାନେ କାହାରି ଅନ୍ୟାୟ କରି ନାହୁଁ, କାହାକୁ ନଷ୍ଟ କରି ନାହୁଁ, କାହାରି କ୍ଷତି କରି ନାହୁଁ ।
3
ମୁଁ ତୁମ୍ଭମାନଙ୍କୁ ଦୋଷ ଦେବା ନିମନ୍ତେ ଏହା କହୁ ନାହିଁ; କାରଣ ମୁଁ ପୂର୍ବରେ କହିଅଛି, ତୁମ୍ଭେମାନେ ଆମ୍ଭମାନଙ୍କ ହୃଦୟରେ ଏପରି ସ୍ଥାନ ପାଇଅଛ ଯେ, ମଲେ ଆମ୍ଭେମାନେ ଏକତ୍ର ମରିବା, ପୁଣି, ବଞ୍ଚିଲେ ଏକତ୍ର ବଞ୍ଚିବା ।
4
ତୁମ୍ଭମାନଙ୍କଠାରେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଅଛି,ତୁମ୍ଭମାନଙ୍କ ବିଷୟରେ ମୋହର ଅତ୍ୟନ୍ତ ଦର୍ପ; ମୁଁ ସାନ୍ତ୍ୱନାରେ ପରିପୂର୍ଣ୍ଣ, ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ମୋହର ଆନନ୍ଦ ଉଛୁଳି ପଡ଼ୁଅଛି ।
5
କାରଣ ମାକିଦନିଆରେ ଉପସ୍ଥିତ ହେଲା ଉତ୍ତାରେ ମଧ୍ୟ ବାହାରେ ଯୁଦ୍ଧ ଓ ଭିତରେ ଭୟ, ଏହିପରି ସର୍ବପ୍ରକାରେ କ୍ଳେଶଭୋଗ କରିବାରୁ ଆମ୍ଭମାନଙ୍କ ଶରୀରସୁଦ୍ଧା ବିଶ୍ରାମ ପାଇଲା ନାହିଁ ।
6
ତଥାପି ଭଗ୍ନୋତ୍ସାହମାନଙ୍କୁ ସାନ୍ତ୍ୱନା ଦିଅନ୍ତି ଯେ ଈଶ୍ୱର, ସେ ତୀତସଙ୍କ ଆଗମନ ଦ୍ୱାରା ଆମ୍ଭମାନଙ୍କୁ ସାନ୍ତ୍ୱନା ଦେଲେ,
7
ଆଉ, କେବଳ ତାଙ୍କ ଆଗମନ ଦ୍ୱାରା ନୁହେଁ, କିନ୍ତୁ ଯେଉଁ ସାନ୍ତ୍ୱନା ଦ୍ୱାରା ସେ ତୁମ୍ଭମାନଙ୍କ ବିଷୟରେ ସାନ୍ତ୍ୱନାପ୍ରାପ୍ତ ହୋଇଥିଲେ, ତାହା ଦ୍ୱାରା ମଧ୍ୟ ସାନ୍ତ୍ୱନା ଦେଲେ, କାରଣ ସେ ତୁମ୍ଭମାନଙ୍କ ଉଦ୍ଯୋଗ, ତୁମ୍ଭମାନଙ୍କ ବିଳାପ, ମୋ' ସପକ୍ଷରେ ତୁମ୍ଭମାନଙ୍କ ଆଗ୍ରହ ବିଷୟ ଆମ୍ଭମାନଙ୍କୁ ଜଣାଇଲେ; ସେଥିରେ ମୁଁ ଆହୁରି ଅଧିକ ଆନନ୍ଦିତ ହେଲି ।
8
ଯେଣୁ ମୋହର ପତ୍ର ଦ୍ୱାରା ଯଦ୍ୟପି ମୁଁ ତୁମ୍ଭମାନଙ୍କୁ ଦୁଃଖ ଦେଲି, ତଥାପି ମୁଁ ସେଥିସକାଶେ ଦୁଃଖିତ ନୁହେଁ; ସେହି ପତ୍ର ତୁମ୍ଭମାନଙ୍କୁ ଅଳ୍ପ କାଳ ନିମନ୍ତେ ସୁଦ୍ଧା ଦୁଃଖ ଦେଇଥିବାର ଦେଖି ମୁଁ ଦୁଃଖିତ ହୋଇଥିଲେ ସୁଦ୍ଧା
9
ଏବେ ଆନନ୍ଦ କରୁଅଛି, ତୁମ୍ଭେମାନେ ଯେ ଦୁଃଖିତହେଲ, ସେଥିପାଇଁ ନୁହେଁ, ମାତ୍ର ତୁମ୍ଭମାନଙ୍କର ଦୁଃଖ ଯେ ତୁମ୍ଭମାନଙ୍କ ମନପରିବର୍ତ୍ତନର କାରଣ ହେଲା, ଏଥିପାଇଁ; ଯେଣୁ ଆମ୍ଭମାନଙ୍କର ଦ୍ୱାରା ତୁମ୍ଭମାନଙ୍କର ଯେପରି କୌଣସି କ୍ଷତି ନ ହୁଏ, ସେଥିପାଇଁ ତୁମ୍ଭେମାନେ ଈଶ୍ୱରଙ୍କ ଇଚ୍ଛାନୁସାରେ ଦୁଃଖପ୍ରାପ୍ତ ହେଲ ।
10
କାରଣ ଈଶ୍ୱରଙ୍କ ଇଚ୍ଛାନୁସାରେ ଯେଉଁ ଦୁଃଖ, ତାହା ପରିତ୍ରାଣ ନିମନ୍ତେ ଏପରି ମନ ପରିବର୍ତ୍ତନ ଜନ୍ମାଏ, ଯାହାସକାଶେ ଅନୁତାପ କରିବାକୁ ପଡ଼େ ନାହିଁ; ମାତ୍ର ସାଂସାରିକ ଦୁଃଖ ମୃତ୍ୟୁ ଜନ୍ମାଏ ।
11
ଯେଣୁ ଦେଖ, ଈଶ୍ୱରଙ୍କ ଇଚ୍ଛାନୁସାରେ ତୁମ୍ଭେମାନେ ଏହି ଯେଉଁ ଦୁଃଖ ପାଇଲ, ତାହା ତୁମ୍ଭମାନଙ୍କଠାରେ କେତେ ଉତ୍ସାହ, ହଁ, କେତେ ଅଭିଯୋଗ ଖଣ୍ଡନ, ହଁ, କେତେ ବିରକ୍ତି, ହଁ, କେତେ ଭୟ, ହଁ କେତେ ଆଗ୍ରହ, ହଁ, କେତେ ଉଦ୍ଯୋଗ, ହଁ, କେତେ ପ୍ରତିକାର ଜନ୍ମାଇଅଛି । ଏବିଷୟରେ ତୁମ୍ଭେମାନେ ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ବୋଲି ପ୍ରମାଣଦେଇଅଛ ।
12
ଏଣୁ ଯଦ୍ୟପି ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି,ତଥାପି ଯେ ଅନ୍ୟାୟ କରିଅଛି, ବା ଯେ ଅନ୍ୟାୟ ସହିଅଛି, ତାହା ନିମନ୍ତେ ଯେ ଲେଖିଲି, ତାହା ନୁହେଁ, ମାତ୍ର ଆମ୍ଭମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ଆଗ୍ରହ ଯେପରି ଈଶ୍ୱରଙ୍କ ଛାମୁରେ ତୁମ୍ଭମାନଙ୍କ ମଧ୍ୟରେ ପ୍ରକାଶିତ ହୁଏ, ସେଥିନିମନ୍ତେ ଲେଖିଲି । ଅତଏବ, ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହୋଇଅଛୁ ।
13
ପୁଣି, ଆମ୍ଭମାନଙ୍କ ସାନ୍ତ୍ୱନାରେ ଆମ୍ଭେମାନେ ତୀତସଙ୍କ ଆନନ୍ଦ ହେତୁ ଆହୁରି ଅଧିକ ଆନନ୍ଦ କଲୁ, କାରଣ ତାଙ୍କ ଆତ୍ମା ତୁମ୍ଭ ସମସ୍ତଙ୍କ ଦ୍ୱାରା ସଞ୍ଜୀବିତ ହୋଇଅଛି ।
14
ଯେଣୁ ଯଦି କୌଣସି ବିଷୟରେ ତୀତସଙ୍କ ନିକଟରେ ତୁମ୍ଭମାନଙ୍କ ସମ୍ବନ୍ଧରେ ମୁଁ ଦର୍ପ କରିଅଛି, ତେବେ ଲଜ୍ଜିତ ହୋଇ ନାହିଁ, ବରଂ ଯେପରି ଆମ୍ଭେମାନେ ସମସ୍ତ ବିଷୟରେ ତୁମ୍ଭମାନଙ୍କୁ ସତ୍ୟ କହିଥିଲୁ, ସେହିପରି ତୀତସଙ୍କ ସମ୍ମୁଖରେ ଆମ୍ଭମାନଙ୍କ ଦର୍ପ ମଧ୍ୟ ସତ୍ୟ ବୋଲି ଜଣାଯାଇଅଛି ।
15
ଆଉ, କିପରି ଭୟ ଓ କମ୍ପରେ ତୁମ୍ଭେମାନେ ତାଙ୍କୁ ଗ୍ରହଣ କରି ସମସ୍ତେ ତାଙ୍କର ବାଧ୍ୟ ହେଲ, ଏହା ସ୍ମରଣ କରି ତୁମ୍ଭମାନଙ୍କ ପ୍ରତି ତାଙ୍କ ଅନ୍ତରର ସ୍ନେହ ଅଧିକ ବୃଦ୍ଧିପାଇଅଛି ।
16
ମୁଁ ଯେ ସର୍ବ ବିଷୟରେ ତୁମ୍ଭମାନଙ୍କଠାରେ ପୂର୍ଣ୍ଣବିଶ୍ୱାସ କରି ପାରେ, ଏଥିପାଇଁ ଆନନ୍ଦ କରୁଅଛି ।
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 8 →
All chapters:
1
2
3
4
5
6
7
8
9
10
11
12
13