bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
2 Thessalonians 2
2 Thessalonians 2
Odia IRV 2017 (ଓଡିଆ ବାଇବେଲ)
← Chapter 1
Jump to:
Chapter 1
Chapter 2
Chapter 3
Chapter 3 →
1
ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନ ଓ ତାହାଙ୍କ ନିକଟରେ ଆମ୍ଭମାନଙ୍କ ଏକତ୍ର ହେବା ବିଷୟରେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ,
2
ପ୍ରଭୁଙ୍କ ଦିନ ଉପସ୍ଥିତ ହେଲାଣି ବୋଲି ତୁମ୍ଭେମାନେ କୌଣସି ଆତ୍ମା କି ବାକ୍ୟ କି ଆମ୍ଭମାନଙ୍କ ଦ୍ୱାରା ଲେଖାଯାଇଅଛି ବୋଲି ମନେ କରି କୌଣସି ପତ୍ର ଦ୍ୱାରା ଶୀଘ୍ର ବିଚଳିତ ଓ ଉଦ୍ବିଗ୍ନ ନ ହୁଅ;
3
କେହି କୌଣସି ପ୍ରକାରେ ତୁମ୍ଭମାନଙ୍କୁ ପ୍ରତାରିତ ନ କରୁ, କାରଣ ପ୍ରଥମେ ଧର୍ମଚ୍ୟୁତି ଘଟିବ, ଆଉ ବିନାଶର ସନ୍ତାନ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବା ଆବଶ୍ୟକ; ନ ହେଲେ ପ୍ରଭୁଙ୍କ ଦିନ ଉପସ୍ଥିତ ହେବ ନାହିଁ ।
4
ଏ ସେହି ଅଧର୍ମ ପୁରୁଷ ଯେ ପୂଜିତ କିମ୍ବା ଇଶ୍ବରଙ୍କ ବିରୋଧ କରେ ଏବଂ ସମସ୍ତଙ୍କଠାରୁ ନିଜକୁ ଅଧିକ ପ୍ରଶଂସା କରେ, ଏପରିକି ଈଶ୍ୱରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ୱର ବୋଲି ଦେଖାଏ ।
5
ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ଏହି ସବୁ ବିଷୟ ଯେ ତୁମ୍ଭମାନଙ୍କୁ କହିଥିଲି, ତାହା କ'ଣ ତୁମ୍ଭମାନଙ୍କର ମନେ ନାହିଁ?
6
ଆଉ ସେ ନିରୂୂପିତ ସମୟରେ ପ୍ରକାଶିତ ହେବା ନିମନ୍ତେ କ'ଣ ବାଧା ଦେଉଅଛି, ତାହା ତ ତୁମ୍ଭେମାନେ ଜାଣ ।
7
କାରଣ ଅଧର୍ମର ନିଗୂଢ଼ତତ୍ତ୍ୱ ବର୍ତ୍ତମାନ ସୁଦ୍ଧା କାର୍ଯ୍ୟ କରୁଅଛି, ବାଧା ଦେଉଥିବା ବ୍ୟକ୍ତି ବାହାର ନ ହେବା ପର୍ଯ୍ୟନ୍ତ ତାହା କାର୍ଯ୍ୟ କରୁଥିବ ।
8
ସେତେବେଳେ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବ, ତାହାକୁ ପ୍ରଭୁ ଯୀଶୁ ଆପଣା ମୁଖର ନିଶ୍ୱାସ ଦ୍ୱାରା ସଂହାର କରିବେ ଓ ଆପଣା ଆଗମନର ପ୍ରକାଶ ଦ୍ୱାରା ବିନାଶ କରିବେ ।
9
ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି, ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମ ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ,
10
କାରଣ ପରିତ୍ରାଣ ପାଇବା ନିମନ୍ତେ ସେମାନେ ସତ୍ୟ ପ୍ରତି ପ୍ରେମ ପାଇନାହାଁନ୍ତି ।
11
ଆଉ, ଏଥିପାଇଁ ସେମାନେ ଯେପରି ମିଥ୍ୟାରେ ବିଶ୍ୱାସ କରନ୍ତି, ସେଥିନିମନ୍ତେ ଈଶ୍ୱର ସେମାନଙ୍କ ନିକଟକୁ ଭ୍ରାନ୍ତିଜନକ ଶକ୍ତି ପଠାଇଅଛନ୍ତି,
12
ଯେପରିକି ଯେଉଁମାନେ ସତ୍ୟରେ ବିଶ୍ୱାସ ନ କରି ଅଧର୍ମରେ ସନ୍ତୁଷ୍ଟ ହୋଇଅଛନ୍ତି, ସେମାନେ ସମସ୍ତେ ଦଣ୍ଡର ପାତ୍ର ହୁଅନ୍ତି ।
13
କିନ୍ତୁ, ହେ ପ୍ରଭୁଙ୍କ ପ୍ରିୟପାତ୍ର ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ସବୁବେଳେ ଈଶ୍ୱରଙ୍କୁ ଧନ୍ୟବାଦ ଦେବା ଆମ୍ଭମାନଙ୍କର କର୍ତ୍ତବ୍ୟ, କାରଣ ଈଶ୍ୱର, ଆତ୍ମାଙ୍କ ପବିତ୍ରତା ଓ ସତ୍ୟରେ ବିଶ୍ୱାସ ଦ୍ୱାରା ପରିତ୍ରାଣ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ପ୍ରଥମ ଫଳଭାବେ ବାଛି ଅଛନ୍ତି;
14
ସେଥିପାଇଁ ମଧ୍ୟ ସେ ଆମ୍ଭମାନଙ୍କ ସୁସମାଚାର ଦ୍ୱାରା ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଗୌରବ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ଡାକିଅଛନ୍ତି ।
15
ଅତଏବ, ହେ ଭାଇମାନେ, ସ୍ଥିର ଥାଅ, ପୁଣି, ଆମ୍ଭମାନଙ୍କ ବାକ୍ୟ କିମ୍ବା ପତ୍ର ଦ୍ୱାରା ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେହି ସବୁ ଧରି ରଖ ।
16
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ୱର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି,
17
ସେ ନିଜେ ତୁମ୍ଭମାନଙ୍କ ହୃଦୟକୁ ସାନ୍ତ୍ୱନା ଦେଇ ତୁମ୍ଭମାନଙ୍କୁ ସମସ୍ତ ଉତ୍ତମ କର୍ମ ଓ ବାକ୍ୟରେ ସୁସ୍ଥିର କରନ୍ତୁ ।
← Chapter 1
Jump to:
Chapter 1
Chapter 2
Chapter 3
Chapter 3 →
All chapters:
1
2
3