bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
2 Timothy 1
2 Timothy 1
Odia IRV 2017 (ଓଡିଆ ବାଇବେଲ)
Jump to:
Chapter 1
Chapter 2
Chapter 3
Chapter 4
Chapter 2 →
1
ପାଉଲ,ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଜୀବନ ସମ୍ବନ୍ଧୀୟ ପ୍ରତିଜ୍ଞା ଅନୁସାରେ ଈଶ୍ୱରଙ୍କ ଇଚ୍ଛା ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ,
2
ପ୍ରିୟ ପୁତ୍ର ତୀମଥିଙ୍କ ନିକଟକୁ; ପିତା ଈଶ୍ୱର ଓ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ତୁମ୍ଭ ପ୍ରତି ହେଉ ।
3
ପିତୃପୁରୁଷମାନଙ୍କ ମତ ଅନୁସାରେ ଶୁଦ୍ଧ ବିବେକରେ ମୁଁ ଯେଉଁ ଈଶ୍ୱରଙ୍କର ଉପାସନା କରେ, ଦିନରାତି ମୋହର ପ୍ରାର୍ଥନାରେ ସର୍ବଦା ତୁମ୍ଭର ନାମ ସ୍ମରଣ କରି ମୁଁ ତାହାଙ୍କୁ ଧନ୍ୟବାଦ ଦେଇଥାଏ;
4
ମୁଁ ଯେପରି ଆନନ୍ଦରେ ପରିପୂର୍ଣ୍ଣ ହୁଏ, ଏଥି- ନିମନ୍ତେ ତୁମ୍ଭର ଲୋତକ ସ୍ମରଣ କରି ତୁମ୍ଭକୁ ଦେଖିବା ପାଇଁ ଏକାନ୍ତ ଇଚ୍ଛା କରୁଅଛି;
5
କାରଣ ଯେଉଁ ଅକପଟ ବିଶ୍ୱାସ ତୁମ୍ଭର ଜେଜେମା ଲୋୟି ଓ ତୁମ୍ଭର ମା ଇଉନୀକୀଙ୍କ ଠାରେ ଥିଲା, ପୁଣି, ତୁମ୍ଭଠାରେ ମଧ୍ୟ ଅଛି ବୋଲି ମୋହର ଦୃଢ଼ ବିଶ୍ୱାସ, ତୁମ୍ଭର ସେହି ଅକପଟ ବିଶ୍ୱାସ ବିଷୟରେ ମୁଁ ଖବର ପାଇଅଛି ।
6
ଏହି କାରଣରୁ ମୁଁ ତୁମ୍ଭକୁ ସ୍ମରଣ କରାଉଅଛି ଯେ, ତୁମ୍ଭଠାରେ ଈଶ୍ୱରଙ୍କ ଯେଉଁ ଅନୁଗ୍ରହ ଦାନ ଅଛି, ତାହା ପୁନର୍ବାର ପ୍ରଜ୍ଜ୍ୱଳିତ କର ।
7
କାରଣ ଈଶ୍ୱର ଆମ୍ଭମାନଙ୍କୁ ଭୟର ଆତ୍ମା ଦେଇ ନାହାଁନ୍ତି, ମାତ୍ର ଶକ୍ତି, ପ୍ରେମ ଓ ସୁବୁଦ୍ଧିର ଆତ୍ମା ଦେଇଅଛନ୍ତି ।
8
ଅତଏବ, ଆମ୍ଭମାନଙ୍କ ପ୍ରଭୁଙ୍କ ବିଷୟରେ ସାକ୍ଷ୍ୟ ଦେବା ପାଇଁ କିଅବା ତାହାଙ୍କ ନିମନ୍ତେ ବନ୍ଦୀ ଯେ ମୁଁ, ମୋ ବିଷୟରେ ଲଜ୍ଜିତ ହୁଅ ନାହିଁ, ବରଂ ଈଶ୍ୱରଙ୍କ ଶକ୍ତି ଅନୁସାରେ ସୁସମାଚାର ନିମନ୍ତେ ମୋ ସହିତ କ୍ଲେଶ ସହ୍ୟ କର;
9
ସେ ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି ଓ ପବିତ୍ର ଆହ୍ୱାନରେ ଆହ୍ୱାନ କରିଅଛନ୍ତି; ଆମ୍ଭମାନଙ୍କ କର୍ମ ଅନୁସାରେ ସେ ତାହା କରି ନାହାଁନ୍ତି, ମାତ୍ର ତାହାଙ୍କ ନିଜ ଯୋଜନା ଓ ଅନୁଗ୍ରହ ଅନୁସାରେ କରିଅଛନ୍ତି; ସେହି ଅନୁଗ୍ରହ ଜଗତର ସୃଷ୍ଟି ପୂର୍ବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ଦିଆଯାଇଥିଲା,
10
କିନ୍ତୁ ଏବେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କର ଆଗମନ ହେବା ଦ୍ୱାରା ପ୍ରକାଶିତ ହୋଇଅଛି; ସେ ମୃତ୍ୟୁକୁ ଲୋପ କରିଅଛନ୍ତି, ପୁଣି, ସୁସମାଚାର ଦ୍ୱାରା ଜୀବନ ଓ ଅମରତାକୁ ଆଲୋକରେ ପ୍ରକାଶ କରିଅଛନ୍ତି;
11
ସେହି ସୁସମାଚାରର ମୁଁ ଜଣେ ପ୍ରଚାରକ, ପ୍ରେରିତ ଓ ଶିକ୍ଷକ ସ୍ୱରୂପେ ନିଯୁକ୍ତ ହୋଇଅଛି
12
ଏହି କାରଣରୁ ମଧ୍ୟ ମୁଁ ଏହି ସବୁ ଦୁଃଖଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ୱାସ କରିଅଛି, ତାହାଙ୍କୁ ଜାଣେ, ପୁଣି, ମୁଁ ତାହାଙ୍କ ହାତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ (ବିଚାର ଦିନ) ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ରୂପେ ବିଶ୍ୱାସ କରୁଅଛି |
13
ମୋଠାରୁ ଯେଉଁ ସବୁ ହିତଜନକ ବାକ୍ୟ ଶୁଣିଅଛ, ଖ୍ରୀଷ୍ଟ ଯୀଶୁଙ୍କ ସମ୍ବନ୍ଧୀୟ ବିଶ୍ୱାସ ଓ ପ୍ରେମରେ ତାହା ଆଦର୍ଶରୂପେ ଧରି ରଖ ।
14
ତୁମ୍ଭ ହସ୍ତରେ ସମର୍ପିତ ଯେଉଁ ଉତ୍ତମ ବିଷୟ, ତାହା ଆମ୍ଭମାନଙ୍କଠାରେ ବାସ କରୁଥିବା ପବିତ୍ର ଆତ୍ମାଙ୍କ ଦ୍ୱାରା ସୁରକ୍ଷା କର,
15
ଆସିଆର ସମସ୍ତ ଲୋକ ଯେ ମୋ ପ୍ରତି ବିମୁଖ ହୋଇଅଛନ୍ତି, ଏହା ତୁମ୍ଭେ ଜାଣ; ଫୁଗେଲ ଓ ହର୍ମଗେନା ସେମାନଙ୍କ ମଧ୍ୟରେ ଅନ୍ତର୍ଗତ ।
16
ଅନୀସିଫରଙ୍କ ପରିବାରକୁ ପ୍ରଭୁ ଦୟା କରନ୍ତୁ, କାରଣ ସେ ବାରମ୍ବାର ମୋତେ ସାନ୍ତ୍ୱନା କରିଅଛନ୍ତି, ପୁଣି, ମୋର ବନ୍ଦୀ ଅବସ୍ଥା ପାଇଁ ଲଜ୍ଜିତ ହୋଇ ନାହାଁନ୍ତି,
17
ବରଂ ସେ ରୋମରେ ଥିବା ସମୟରେ ମୋତେ ଯତ୍ନ ସହକାରେ ଅନ୍ୱେଷଣ କରି ମୋ ସହିତ ସାକ୍ଷାତ କଲେ,
18
(ମହାଦିନରେ ସେ ଯେପରି ପ୍ରଭୁଙ୍କଠାରୁ ଦୟା ପ୍ରାପ୍ତ ହୁଅନ୍ତି, ଏହା ପ୍ରଭୁ ତାହାଙ୍କ ପ୍ରତି ଅନୁଗ୍ରହ କରନ୍ତୁ), ଆଉ ଏଫିସରେ ସେ କିପରି ଅନେକ ସେବା କରିଅଛନ୍ତି, ତାହା ତୁମ୍ଭେ ଉତ୍ତମ ରୂପେ ଜାଣିଅଛ ।
Jump to:
Chapter 1
Chapter 2
Chapter 3
Chapter 4
Chapter 2 →
All chapters:
1
2
3
4