bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
2 Timothy 2
2 Timothy 2
Odia IRV 2017 (ଓଡିଆ ବାଇବେଲ)
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 3 →
1
ଅତଏବ, ହେ ମୋହର ପୁତ୍ର, ଖ୍ରୀଷ୍ଟ ଯୀଶୁଙ୍କ ପ୍ରଦତ୍ତ ଅନୁଗ୍ରହରେ ବଳବାନ ହୁଅ,
2
ଆଉ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଯେଉଁ ସବୁ ବାକ୍ୟ ମୋଠାରୁ ଶୁଣିଅଛ, ଯେଉଁମାନେ ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେବାକୁ ସମର୍ଥ, ଏପରି ବିଶ୍ୱସ୍ତ ଲୋକମାନଙ୍କ ନିକଟରେ ସେହି ସବୁ ଅର୍ପଣ କର ।
3
ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ଯୋଦ୍ଧା ପରି ମୋ ସହିତ କ୍ଲେଶ ସହ୍ୟ କର ।
4
କୌଣସି ଲୋକ ସୖେନ୍ୟକାର୍ଯ୍ୟ କରି ସଂସାରର ଅନ୍ୟ କାର୍ଯ୍ୟରେ ନିଜକୁ ଆବଦ୍ଧ କରେ ନାହିଁ, ଯେପରି ସୖେନ୍ୟପଦରେ ନିଯୋଗକର୍ତ୍ତାଙ୍କୁ ସେ ସନ୍ତୁଷ୍ଟ କରି ପାରେ |
5
ଆହୁରି ମଧ୍ୟ ଯଦି ଜଣେ ଲୋକ ଖେଳରେ ଭାଗ ନିଏ, ସେ ନିୟମ ଅନୁସାରେ ତାହା ନ କଲେ ମୁକୁଟ ପାଏ ନାହିଁ ।
6
ଯେଉଁ କୃଷକ ପରିଶ୍ରମ କରେ, ସେ ପ୍ରଥମେ ଫଳର ଅଂଶ ପାଇବା ଉଚିତ୍ ।
7
ମୁଁ ଯାହା କହୁଅଛି, ତାହା ଚିନ୍ତା କର; ପ୍ରଭୁ ସମସ୍ତ ବିଷୟରେ ତୁମ୍ଭକୁ ବୁଦ୍ଧି ଦେବେ ।
8
ମୋ ଦ୍ୱାରା ପ୍ରଚାରିତ ସୁସମାଚାର ଅନୁସାରେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ଓ ଦାଉଦଙ୍କର ବଂଶଜାତ ଯୀଶୁ ଖ୍ରୀଷ୍ଟଙ୍କୁ ସ୍ମରଣ କର |
9
ସେହି ସୁସମାଚାର ନିମନ୍ତେ ମୁଁ ଅପରାଧୀ ପରି ବନ୍ଧାଯିବା ପର୍ଯ୍ୟନ୍ତ କ୍ଲେଶ ଭୋଗ କରୁଅଛି; କିନ୍ତୁ ଈଶ୍ୱରଙ୍କ ବାକ୍ୟ ଆବଦ୍ଧ ନୁହେଁ ।
10
ଅତଏବ, ମନୋନୀତ ଲୋକମାନେ ମଧ୍ୟ ଯେପରି ଅନନ୍ତ ଗୌରବ ସହିତ ଖ୍ରୀଷ୍ଟ ଯୀଶୁଙ୍କ ଦତ୍ତ ପରିତ୍ରାଣ ପାଆନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ସମସ୍ତ ବିଷୟ ଧୖେର୍ଯ୍ୟ ଧରି ସହ୍ୟ କରୁଅଛି ।
11
ଏହି ବାକ୍ୟ ବିଶ୍ୱାସଯୋଗ୍ୟ, ଯଦି ତାହାଙ୍କ ସହିତ ମରିଅଛୁ, ତେବେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା;
12
ଯଦି ଆମ୍ଭେମାନେ ଧୖେର୍ଯ୍ୟ ଧରି ସହ୍ୟ କରୁ, ତେବେ ତାହାଙ୍କ ସହିତ ମଧ୍ୟ ଶାସନ କରିବ; ଯଦି ଆମ୍ଭେମାନେ ତାହାଙ୍କୁ ଅସ୍ୱୀକାର କରୁ, ତେବେ ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ୱୀକାର କରିବେ;
13
ଯେବେ ଆମ୍ଭେମାନେ, ଅବିଶ୍ୱସ୍ତ ହେଉ, ତେବେ ସୁଦ୍ଧା ସେ (ଯୀଶୁ) ସର୍ବଦା ବିଶ୍ୱସ୍ତ, କାରଣ ସେ ଆପଣାକୁ ଅସ୍ୱୀକାର କରି ପାରନ୍ତି ନାହିଁ ।
14
ଏହି ସମସ୍ତ କଥା ସ୍ମରଣ କରାଇ ଶ୍ରୋତାମାନଙ୍କର ଅହିତକର ଓ ବିନାଶଜନକ ବାଦାନୁବାଦ ନ କରିବାକୁ ସେମାନଙ୍କୁ ପ୍ରଭୁଙ୍କ ସାକ୍ଷାତରେ ଦୃଢ଼ରୂପେ ଆଦେଶ ଦିଅ ।
15
ସତ୍ୟ ବାକ୍ୟ ଯଥାର୍ଥରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀର ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଈଶ୍ୱରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯତ୍ନ କର ।
16
କିନ୍ତୁ ଅସାର କଥାବାର୍ତ୍ତାରୁ ଦୂରରେ ରୁହ; କାରଣ ଯେଉଁମାନେ ସେଥିରେ ଲିପ୍ତ ହେବେ, ସେମାନେ ଅଧର୍ମରେ ଅଧିକ ବୃଦ୍ଧି ପାଇବେ,
17
ଆଉ ସେମାନଙ୍କର କଥା ପଚା ଘା ପରି ଖାଇଯିବ; ସେମାନଙ୍କ ମଧ୍ୟରେ ହୁମନାୟ ଓ ଫିଲୀତ ଅନ୍ୟତମ;
18
ସେମାନେ ପୁନରୁତ୍ଥାନ ହୋଇଗଲାଣି ବୋଲି କହି ସତ୍ୟଭ୍ରଷ୍ଟ ହୋଇଅଛନ୍ତି, ପୁଣି, କେତେକଙ୍କର ବିଶ୍ୱାସ ଓଲଟାଇ ପକାଉଅଛନ୍ତି ।
19
ତଥାପି ଈଶ୍ୱରଙ୍କ ସ୍ଥାପିତ ସୁଦୃଢ଼ ଭିତ୍ତିମୂଳ ଅଟଳ ରହିଅଛି, ଆଉ ତହିଁ ଉପରେ ଏହା ମୁଦ୍ରାଙ୍କିତ ହୋଇଅଛି, ପ୍ରଭୁ ଆପଣା ଲୋକମାନଙ୍କୁ ଜାଣନ୍ତି, ଆଉ, ଯେ କେହି ପ୍ରଭୁଙ୍କର ନାମ ଧରେ, ସେ ଅଧର୍ମରୁ ଦୂରରେ ରହୁ ।
20
ଗୋଟିଏ ବଡ଼ ଘରେ (ଧନୀ) ଯେ କେବଳ ସୁନା ଓ ରୂପାର ପାତ୍ର ଥାଏ, ତାହା ନୁହେଁ, ମାତ୍ର କାଠ ଓ ମାଟିର ପାତ୍ର ମଧ୍ୟ ଥାଏ; କେତେକ ସମାଦର ଓ କେତେକ ଅନାଦର ନିମନ୍ତେ ଥାଏ ।
21
ଅତଏବ, ଯଦି କେହି ସେହି ସମସ୍ତଙ୍କଠାରୁ ନିଜକୁ ପରିଷ୍କାର କରେ, ତାହାହେଲେ ସେ ପବିତ୍ରୀକୃତ, କର୍ତ୍ତାଙ୍କ ବ୍ୟବହାର ପାଇଁ ଉପଯୁକ୍ତ, ପୁଣି, ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ପ୍ରସ୍ତୁତ, ଏପରି ଏକ ସମାଦରର ପାତ୍ର ହେବ ।
22
କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ୱାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ ।
23
ଅଜ୍ଞାନୀ ଓ ମୁର୍ଖ ମାନଙ୍କର ଯୁକ୍ତିତର୍କ ଯେ ବିରୋଧ ଜନ୍ମାଏ, ଏହା ଜାଣି ସେହି ସବୁ ଅଗ୍ରାହ୍ୟ କର ।
24
ପ୍ରଭୁଙ୍କର ଦାସ ବିରୋଧ କରିବା ଉଚିତ୍ ନୁହେଁ, ମାତ୍ର ସମସ୍ତଙ୍କ ପ୍ରତି କୋମଳ, ଶିକ୍ଷା ଦେବାରେ ନିପୁଣ ଓ ସହିଷ୍ଣୁ ହେବା ଏବଂ ବିରୋଧ କରୁଥିବା ଲୋକମାନଙ୍କୁ ମୃଦୁ ଭାବରେ ଉପଦେଶ ଦେବା ଉଚିତ୍;
25
ତାହାହେଲେ କେଜାଣି ଈଶ୍ୱର ସେମାନଙ୍କୁ ସତ୍ୟ ସମ୍ବନ୍ଧରେ ଜ୍ଞାନ ପାଇବା ପାଇଁ ମନପରିବର୍ତ୍ତନରୂପ ବର ଦେବେ,
26
ଆଉ, ଯେଉଁ ଶୟତାନ ସେମାନଙ୍କୁ ତାହାର ଇଚ୍ଛା ସାଧନ କରିବା ନିମନ୍ତେ ବନ୍ଦୀ କରିଅଛି, ସଚେତନ ହୋଇ ତାହାର ଫାନ୍ଦରୁ ମୁକ୍ତ ହେବେ ।
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 3 →
All chapters:
1
2
3
4