bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
2 Timothy 4
2 Timothy 4
Odia IRV 2017 (ଓଡିଆ ବାଇବେଲ)
← Chapter 3
Jump to:
Chapter 1
Chapter 2
Chapter 3
Chapter 4
1
ମୁଁ ଈଶ୍ୱରଙ୍କ ସାକ୍ଷାତରେ, ଆଉ ଯେଉଁ ଖ୍ରୀଷ୍ଟ ଜୀବିତ ଓ ମୃତ ଉଭୟଙ୍କର ବିଚାର କରିବାକୁ ଯାଉଅଛନ୍ତି, ତାହାଙ୍କ ପୁନରାଗମନ ଓ ରାଜ୍ୟର ଶପଥ ଦେଇ ତୁମ୍ଭକୁ ଦୃଢ଼ ଆଦେଶ ଦେଉଅଛି,
2
ବାକ୍ୟ ପ୍ରଚାର କର, ସମୟରେ କି ଅସମୟରେ ସେଥିରେ ଉଦ୍ଯୋଗୀ ହୁଅ, ପୂର୍ଣ୍ଣ ସହିଷ୍ଣୁତା ସହ ଶିକ୍ଷା ଦେଇ ଅନୁଯୋଗ କର, ପୁଣି, ଧମକ ଓ ଉତ୍ସାହଦାନ କର ।
3
କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ (ସତ୍ୟ) ଶିକ୍ଷା ସହି ପାରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ନିଜର ଅଭିଳାଷ ଅନୁସାରେ ନିଜ ନିଜ ନିମନ୍ତେ ଅନେକ ଶିକ୍ଷକଙ୍କୁ ସଂଗ୍ରହ କରିବେ,
4
ପୁଣି, ସତ୍ୟ ବାକ୍ୟରେ କର୍ଣ୍ଣ ନ ଦେଇ କଳ୍ପିତ କାହାଣୀ ପ୍ରତି ମନ ଦେବେ ।
5
କିନ୍ତୁ ତୁମ୍ଭେ ସମସ୍ତ ବିଷୟରେ ସଚେତନ ହୁଅ, କ୍ଲେଶ ସହ୍ୟ କର, ସୁସମାଚାର ପ୍ରଚାର କର କାର୍ଯ୍ୟ ସାଧନ କର, ତୁମ୍ଭ ସେବାର କାର୍ଯ୍ୟ ସଫଳ କର |
6
କାରଣ ଏବେ ହେଁ ମୋହର ପ୍ରାଣ ଆହୂତି ପରି ଢଳା ଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ ।
7
ମୁଁ ଉତ୍ତମ ଯୁଦ୍ଧରେ ପ୍ରାଣପଣ କରିଅଛି, ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ିଅଛି, ମୁଁ ବିଶ୍ୱାସ ରକ୍ଷା କରିଅଛି;
8
ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ ।
9
ଶୀଘ୍ର ମୋ ନିକଟକୁ ଆସିବାକୁ ଚେଷ୍ଟା କର;
10
କାରଣ ଦୀମା ଏହି ବର୍ତ୍ତମାନ ସଂସାରକୁ ପ୍ରେମ କରି ମୋତେ ପରିତ୍ୟାଗ କରିଅଛି ଓ ଥେସଲନୀକୀକୁ ଯାଇଅଛି କ୍ରେସ୍କେନସ୍ ଗାଲାତିଆକୁ ଓ ତୀତସ୍ ଦଲ୍ମତିଆକୁ ଯାଇଅଛନ୍ତି ।
11
କେବଳ ଲୂକ ମୋ ସହିତ ଅଛନ୍ତି ।ମାର୍କଙ୍କୁ ତୁମ୍ଭ ସଙ୍ଗରେ ନେଇଆସ, କାରଣ ମୋହର ସେବା ନିମନ୍ତେ ସେ ଉପକାରୀ ।
12
ତୁଖିକଙ୍କୁ ମୁଁ ଏଫିସକୁ ପଠାଇଅଛି |
13
ତ୍ରୋୟାରେ କାର୍ପଙ୍କ ପାଖରେ ମୁଁ ଯେଉଁ ଉତ୍ତରୀୟ ବସ୍ତ୍ର ଛାଡ଼ି ଆସିଅଛି, ତୁମ୍ଭେ ଆସିବା ସମୟରେ ତାହା ଏବଂ ପୁସ୍ତକ ଗୁଡ଼ିକ, ବିଶେଷତଃ ଚର୍ମ ପୁସ୍ତକଗୁଡ଼ିକ ଆଣିବ ।
14
କଂସାରି ଆଲେକ୍ଜାଣ୍ଡର ମୋହର ବହୁତ ଅନିଷ୍ଟ କରିଅଛି; ପ୍ରଭୁ ତାହାର କର୍ମ ଅନୁସାରେ ତାହାଙ୍କୁ ପ୍ରତିଫଳ ଦେବେ;
15
ତୁମ୍ଭେ ମଧ୍ୟ ତାହାଠାରୁ ସାବଧାନ ଥାଅ, କାରଣ ସେ ଆମ୍ଭମାନଙ୍କ ବାକ୍ୟର ଘୋର ପ୍ରତିରୋଧ କରିଥିଲା ।
16
ମୋହର ବିଚାରର ପ୍ରଥମ ଶୁଣାଣି ବେଳେ କେହି ମୋହର ସପକ୍ଷ ହେଲେ ନାହିଁ, ମାତ୍ର ସମସ୍ତେ ମୋତେ ପରିତ୍ୟାଗ କଲେ; ଏହା ସେମାନଙ୍କ ବିରୁଦ୍ଧରେ ଗଣିତ ନ ହେଉ ।
17
କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ୍ କଲେ, ପୁଣି, ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋ ଦ୍ୱାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇ ପାରେ ଓ ଅଣଯିହୂଦୀ ସମସ୍ତେ ତାହା ଶୁଣି ପାରନ୍ତି;
18
ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ୱର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍ ।
19
ପ୍ରିସ୍କା ଓ ଆକ୍ୱିଲା ପୁଣି, ଅନୀସିଫରଙ୍କ ପରିବାରକୁ ମୋହର ନମସ୍କାର ଜଣାଅ ।
20
ଏରାଷ୍ଟ କରିନ୍ଥରେ ରହିଅଛନ୍ତି, କିନ୍ତୁ ତ୍ରଫିମ୍ ପୀଡ଼ିତ ହେବାରୁ ମୁଁ ତାହାଙ୍କୁ ମୀଲୀତରେ ଛାଡ଼ିଦେଇ ଆସିଅଛି ।
21
ତୁମ୍ଭେ ଶୀତକାଳ ପୂର୍ବରୁ ଆସିବାକୁ ଚେଷ୍ଟା କର । ଇଉବୁଲ୍, ପୁଦେନସ୍, ଲିନ କ୍ଲୌଦିୟା ଓ ଭାଇମାନେ ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି ।
22
ପ୍ରଭୁ ତୁମ୍ଭ ଆତ୍ମାର ସହବର୍ତ୍ତୀ ହେଉନ୍ତୁ । ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ ।
← Chapter 3
Jump to:
Chapter 1
Chapter 2
Chapter 3
Chapter 4
All chapters:
1
2
3
4