bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
Acts 13
Acts 13
Odia IRV 2017 (ଓଡିଆ ବାଇବେଲ)
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 14 →
1
ସେତେବେଳେ ଆନ୍ତିୟଖିଆସ୍ଥିତ ମଣ୍ଡଳୀରେ ବର୍ଣ୍ଣବ୍ବା, ଶିମିୟୋନ, ଯାହାଙ୍କୁ ନିଗର ବୋଲି କହନ୍ତି, କୂରୀଣୀୟ ଲୂକୀୟ, ସାମନ୍ତରାଜା ହେରୋଦଙ୍କ ସହପାଳିତ ମନହେମ୍ ଓ ଶାଉଲ, ଏହିପରି ଭାବବାଦୀ ଓ ଶିକ୍ଷକମାନେ ଥିଲେ ।
2
ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର ।
3
ସେଥିରେ ସେମାନେ ଉପବାସ ଓ ପ୍ରାର୍ଥନା କଲା ଉତ୍ତାରେ ସେମାନଙ୍କ ଉପରେ ହସ୍ତାର୍ପଣ କରି ସେମାନଙ୍କୁ ବିଦାୟ ଦେଲେ ।
4
ଏହି ପ୍ରକାରେ ସେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ପ୍ରେରିତ ହୋଇ ସେଲୂକିଆକୁ ଗଲେ; ସେଠାରୁ ସେମାନେ ଜାହାଜରେ ଚଢ଼ି କୁପ୍ରକୁ ଗଲେ ।
5
ସେମାନେ ସାଲାମିରେ ପହଞ୍ଚିଲା ଉତ୍ତାରେ ଯିହୂଦୀମାନଙ୍କ ସମସ୍ତ ସମାଜଗୃହରେ ଈଶ୍ୱରଙ୍କ ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ଆଉ ଯୋହନ ମଧ୍ୟ ପରିଚାରକସ୍ୱରୂପେ ସେମାନଙ୍କ ସହିତ ଥିଲେ ।
6
ପୁଣି, ସେମାନେ ସମସ୍ତ ଦ୍ୱୀପ ପରିଭ୍ରମଣ କରି ପାଫକୁ ଆସି ଜଣେ ମାୟାବୀ ଭଣ୍ଡ ଭାବବାଦୀକୁ ଦେଖିଲେ; ସେ ଜଣେ ଯିହୂଦୀ, ଆଉ ତାହାର ନାମ ବର୍ଯୀଶୁ ।
7
ସେ ଶାସନକର୍ତ୍ତା ସେର୍ଗିୟ ପାଉଲଙ୍କ ସାଙ୍ଗରେ ଥିଲା, ସେହି ଶାସନକର୍ତ୍ତା ଜଣେ ବୁଦ୍ଧିମାନ ବ୍ୟକ୍ତି । ସେ ବର୍ଣ୍ଣବ୍ବା ଓ ଶାଉଲଙ୍କୁ ଆପଣା ନିକଟକୁ ଡାକି ଈଶ୍ୱରଙ୍କ ବାକ୍ୟ ଶୁଣିବାକୁ ଇଚ୍ଛା କଲେ ।
8
କିନ୍ତୁ ସେହି ମାୟାବୀ ଅଲ୍ଲୀମା (ଅନୁବାଦ କଲେ ଏହି ନାମର ଅର୍ଥ ମାୟାବୀ) ସେହି ଶାସନକର୍ତ୍ତାଙ୍କୁ ବିଶ୍ୱାସରୁ ବିମୁଖ କରିବା ଚେଷ୍ଟାରେ ସେମାନଙ୍କର ପ୍ରତିରୋଧ କରିବାକୁ ଲାଗିଲା ।
9
ମାତ୍ର ଶାଉଲ, ଯାହାକୁ ପାଉଲ ମଧ୍ୟ କହନ୍ତି, ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ତାହାକୁ ନିରୀକ୍ଷଣ କରି କହିଲେ,
10
ଆରେ ସମସ୍ତ ପ୍ରକାର ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ ଆଉ ସମସ୍ତ ପ୍ରକାର ଧାର୍ମିକତାର ଶତ୍ରୁ, ଶୟତାନର ସନ୍ତାନ, ତୁମ୍ଭେ ପ୍ରଭୁଙ୍କର ସରଳ ପଥକୁ ବକ୍ର କରିବାରୁ କି କ୍ଷାନ୍ତ ହେବ ନାହିଁ?
11
ଆଉ ଏବେ ଦେଖ, ପ୍ରଭୁଙ୍କର ହସ୍ତ ତୁମ୍ଭ ଉପରେ ରହିଅଛି, ତୁମ୍ଭେ ଅନ୍ଧ ହୋଇ କେତେକ ସମୟ ପର୍ଯ୍ୟନ୍ତ ସୂର୍ଯ୍ୟ ଦେଖିବ ନାହିଁ । ସେହିକ୍ଷଣି କୁହୁଡ଼ି ଓ ଅନ୍ଧକାର ତାହାକୁ ଘୋଡ଼ାଇପକାଇଲା, ତେଣୁ ତାହାକୁ ହାତ ଧରି ବାଟ କଢ଼ାଇବା ନିମନ୍ତେ ସେ ଏଣେ ତେଣେ ଦରାଣ୍ଡି ଲୋକ ଖୋଜିବାକୁ ଲାଗିଲା ।
12
ସେହି ଶାସନକର୍ତ୍ତା ଏହି ଘଟଣା ଦେଖି ପ୍ରଭୁଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟ ହୋଇ ବିଶ୍ୱାସ କଲେ ।
13
ପରେ ପାଉଲ ଓ ତାଙ୍କ ସଙ୍ଗୀମାନେ ପାଫରୁ ଜଳଯାତ୍ରା କରି ପଂଫୂଲିଆର ପର୍ଗୀକୁ ଆସିଲେ; କିନ୍ତୁ ଯୋହନ ସେମାନଙ୍କୁ ପରିତ୍ୟାଗ କରି ଯିରୂଶାଲାମକୁ ବାହୁଡ଼ିଗଲେ ।
14
ସେମାନେ ପର୍ଗୀଠାରେ ଯାତ୍ରା କରି ପିସିଦିଆର ଆନ୍ତିୟଖିଆରେ ପହଞ୍ଚିଲେ, ଆଉ ବିଶ୍ରାମବାରରେ ସମାଜଗୃହକୁ ଯାଇ ବସିଲେ ।
15
ପୁଣି, ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଶାସ୍ତ୍ରପାଠ ପରେ ସମାଜଗୃହର ଅଧ୍ୟକ୍ଷମାନେ ସେମାନଙ୍କ ନିକଟକୁ ଏହା କହି ପଠାଇଲେ, ଭାଇମାନେ, ଲୋକମାନଙ୍କ ନିମନ୍ତେ ଯଦି ଆପଣମାନଙ୍କର କୌଣସି ଉପଦେଶର କଥା ଅଛି, ତେବେ କହନ୍ତୁ ।
16
ସେଥିରେ ପାଉଲ ଠିଆ ହୋଇ ହସ୍ତରେ ସଙ୍କେତ କରି କହିବାକୁ ଲାଗିଲେ, ହେ ଇସ୍ରାଏଲୀୟ ଲୋକମାନେ ଓ ଈଶ୍ୱର ଭୟକାରୀମାନେ, ଶ୍ରବଣ କରନ୍ତୁ ।
17
ଏହି ଇସ୍ରାଏଲ ଜାତିର ଈଶ୍ୱର ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ମନୋନୀତ କଲେ, ଆଉ ସେମାନେ ମିସର ଦେଶରେ ପ୍ରବାସ କରୁଥିବା ସମୟରେ ସେମାନଙ୍କୁ ଉନ୍ନତ କଲେ, ପୁଣି, ପରାକ୍ରମୀ ବାହୁ ଦ୍ୱାରା ସେଠାରୁ ସେମାନଙ୍କୁ କଢ଼ାଇ ଆଣିଲେ ।
18
ପରେ ପ୍ରାୟ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ସେ ସେମାନଙ୍କ ବ୍ୟବହାର ସହ୍ୟ କଲେ,
19
ପୁଣି, କିଣାନ ଦେଶରେ ସାତଗୋଟି ଜାତିକୁ ବିନାଶ କରି ପ୍ରାୟ ଚାରିଶ ପଚାଶ ବର୍ଷ ପର୍ଯ୍ୟନ୍ତ ସେମାନଙ୍କୁ ସେମାନଙ୍କ ଦେଶ ଅଧିକାରସ୍ୱରୂପେ ଦେଲେ ।
20
ଏଥିଉତ୍ତାରେ ଭାବବାଦୀ ଶାମୁଏଲଙ୍କ ପର୍ଯ୍ୟନ୍ତ ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ ।
21
ତତ୍ପରେ ସେମାନେ ଜଣେ ରାଜା ପାଇବା ନିମନ୍ତେ ପ୍ରାର୍ଥନା କଲେ, ଆଉ ଈଶ୍ୱର ଚାଳିଶ ବର୍ଷ ପର୍ଯ୍ୟନ୍ତ ବିନ୍ୟାମୀନ ଗୋଷ୍ଠୀର କୀଶଙ୍କ ପୁତ୍ର ଶାଉଲଙ୍କୁ ସେମାନଙ୍କୁ ଦେଲେ ।
22
ପରେ ସେ ତାହାଙ୍କୁ ପଦଚ୍ୟୁତ କରି ସେମାନଙ୍କର ରାଜା ହେବା ନିମନ୍ତେ ଦାଉଦଙ୍କୁ ଉତ୍ଥାପନ କଲେ; ସେ ମଧ୍ୟ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ କହିଲେ, ଆମ୍ଭେ ଯିଶୀର ପୁତ୍ର ଦାଉଦକୁ ପାଇଅଛୁ, ସେ ଆମ୍ଭର ମନର ମତ ବ୍ୟକ୍ତି, ସେ ସମସ୍ତ ବିଷୟରେ ଆମ୍ଭର ଇଚ୍ଛା ପାଳନ କରିବେ ।
23
ତାହାଙ୍କ ବଂଶରୁ ଈଶ୍ୱର ପ୍ରତିଜ୍ଞାନୁସାରେ ଇସ୍ରାଏଲ ନିମନ୍ତେ ଜଣେ ତ୍ରାଣକର୍ତ୍ତା; ଅର୍ଥାତ୍ ଯୀଶୁଙ୍କୁ ଉତ୍ପନ୍ନ କରିଅଛନ୍ତି ।
24
ତାହାଙ୍କ ଆଗମନ ପୂର୍ବେ ଯୋହନ ସମସ୍ତ ଇସ୍ରାଏଲ ଲୋକଙ୍କ ନିକଟରେ ପ୍ରଥମରେ ମନପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିଥିଲେ;
25
ଆଉ ଯୋହନ ଆପଣାର ନିରୂପିତ କର୍ମ ସମାପ୍ତ କରୁ କରୁ କହିଲେ, ମୁଁ ଯେ ବୋଲି ତୁମ୍ଭେମାନେ ମନେ କରୁଅଛ, ମୁଁ ସେ ନୁହେଁ । କିନ୍ତୁ ଦେଖ, ମୋ ପଛରେ ଜଣେ ଆସୁଅଛନ୍ତି, ତାହାଙ୍କ ପାଦର ପାଦୁକା ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ ।
26
ହେ ଭାଇମାନେ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ୱର ଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି ।
27
କାରଣ ଯିରୂଶାଲମ ନିବାସୀମାନେ ଆଉ ସେମାନଙ୍କର ଅଧ୍ୟକ୍ଷଗଣ ତାହାଙ୍କୁ ପୁଣି, ପ୍ରତି ବିଶ୍ରାମବାରରେ ପାଠ କରାଯାଉଥିବା ଭାବବାଦୀମାନଙ୍କର ବାକ୍ୟସବୁକୁ ନ ଜାଣିବାରୁ ତାହାଙ୍କୁ ଦୋଷୀ କରି ସେ ସମସ୍ତ ସଫଳ କଲେ,
28
ଆଉ ପ୍ରାଣଦଣ୍ଡର କୌଣସି କାରଣ ନ ପାଇଲେ ସୁଦ୍ଧା ତାହାଙ୍କୁ ବଧ କରିବା ନିମନ୍ତେ ପୀଲାତଙ୍କୁ ନିବେଦନ କଲେ ।
29
ପୁଣି, ତାହାଙ୍କ ବିଷୟରେ ଯାହାସବୁ ଲେଖା ଅଛି, ସେ ସମସ୍ତ ପୂର୍ଣ୍ଣ କଲା ଉତ୍ତାରେ ତାହାଙ୍କୁ କ୍ରୁଶରୁ ଓହ୍ଲାଇ ଆଣି ସମାଧିରେ ରଖିଦେଲେ ।
30
କିନ୍ତୁ ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ,
31
ପୁଣି, ଯେଉଁମାନେ ତାହାଙ୍କ ସହିତ ଗାଲିଲୀରୁ ଯିରୂଶାଲମକୁ ଆସିଥିଲେ, ସେମାନେ ଅନେକ ଦିନ ପର୍ଯ୍ୟନ୍ତ ତାହାଙ୍କ ଦର୍ଶନ ପାଇଲେ; ସେମାନେ ବର୍ତ୍ତମାନ ଲୋକମାନଙ୍କ ନିକଟରେ ତାହାଙ୍କର ସାକ୍ଷୀ ।
32
ଆଉ ପିତୃପୁରୁଷମାନଙ୍କ ନିକଟରେ କୃତ ପ୍ରତିଜ୍ଞା ବିଷୟରେ ଆମ୍ଭେମାନେ ଆପଣମାନଙ୍କୁ ଏହି ସୁସମାଚାର ଜଣାଉଅଛୁ ଯେ,
33
ଈଶ୍ୱର ଯୀଶୁଙ୍କୁ ଉତ୍ଥାପନ କରି ସେମାନଙ୍କର ସନ୍ତାନ ଯେ ଆମ୍ଭେମାନେ, ଆମ୍ଭମାନଙ୍କ ପ୍ରତି ସେହି ପ୍ରତିଜ୍ଞା ସଫଳ କରିଅଛନ୍ତି, ଯେପରି ଗୀତସଂହିତା ଦୁଇ ଅଧ୍ୟାୟରେ ମଧ୍ୟ ଲେଖା ଅଛି, "ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ" ।
34
ସେ ଯେ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି; ପୁଣି, ସେ ଯେ ଆଉ କ୍ଷୟସ୍ଥାନକୁ ଫେରିବେ ନାହିଁ, ଏବିଷୟରେ ସେ ଏହି ପ୍ରକାର କହିଅଛନ୍ତି, ଆମ୍ଭେ ଦାଉଦଙ୍କ ନିକଟରେ ପ୍ରତିଜ୍ଞାତ ପବିତ୍ର ଓ ଅଟଳ ଆଶୀର୍ବାଦ ସବୁ ତୁମ୍ଭମାନଙ୍କୁ ପ୍ରଦାନ କରିବା ।
35
ପୁଣି, ସେ ମଧ୍ୟ ଆଉ ଗୋଟିଏ ଗୀତସଂହିତାରେ କହିଅଛନ୍ତି, ''ତୁମ୍ଭେ ଆପଣା ପବିତ୍ର ଜଣକୁ କ୍ଷୟ ପାଇବାକୁ ଦେବ ନାହିଁ ।''
36
ଦାଉଦ ତ ଆପଣା ସମକାଳୀନ ଲୋକମାନଙ୍କ ମଧ୍ୟରେ ଈଶ୍ୱରଙ୍କର ସଙ୍କଳ୍ପ ଅନୁସାରେ ସେବକର କାର୍ଯ୍ୟ କଲା ଉତ୍ତାରେ ମହାନିଦ୍ରାପ୍ରାପ୍ତ ହେଲେ ଏବଂ ଆପଣା ପିତୃପୁରୁଷମାନଙ୍କ ନିକଟରେ ସମାଧିସ୍ଥ ହୋଇ କ୍ଷୟ ପାଇଲେ;
37
କିନ୍ତୁ ଯାହାଙ୍କୁ ଈଶ୍ୱର ଉଠାଇଅଛନ୍ତି, ସେ କ୍ଷୟ ପାଇ ନାହାଁନ୍ତି ।
38
ଅତଏବ, ହେ ଭାଇମାନେ, ଆପଣମାନେ ଏହା ଅବଗତ ହେଉନ୍ତୁ, ଏହି ବ୍ୟକ୍ତିଙ୍କ ଦ୍ୱାରା ଆପଣମାନଙ୍କ ନିକଟରେ ପାପ କ୍ଷମା ପ୍ରଚାର କରାଯାଉଅଛି,
39
ପୁଣି, ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଯେ ସମସ୍ତ ବିଷୟରୁ ଆପଣମାନେ ମୁକ୍ତ ହୋଇ ଧାର୍ମିକ ଗଣିତ ହୋଇ ପାରିଲେ ନାହିଁ, ବିଶ୍ୱାସକାରୀ ପ୍ରତ୍ୟେକ ଲୋକ ତାହାଙ୍କ ଦ୍ୱାରା ସେହି ସମସ୍ତ ବିଷୟରୁ ମୁକ୍ତ ହୋଇ ଧାର୍ମିକ ଗଣିତ ହୁଅନ୍ତି ।
40
ତେଣୁ ସାବଧାନ, କାଳେ ଭାବବାଦୀମାନଙ୍କ ଶାସ୍ତ୍ରରେ ଯାହା କୁହାଯାଇଅଛି, ତାହା ଯେପରି ଆପଣମାନଙ୍କ ପ୍ରତି ନ ଘଟେ,
41
"ହେ ଅବଜ୍ଞାକାରୀମାନେ, ତୁମ୍ଭେମାନେ ଦେଖି ପୁଣି, ଚମତ୍କୃତ ହୋଇ ବିନଷ୍ଟ ହୁଅ; ଯେଣୁ ଆମ୍ଭେ ତୁମ୍ଭମାନଙ୍କ ସମୟରେ ଗୋଟିଏ କାର୍ଯ୍ୟ ସାଧନ କରୁଅଛୁ, ଯଦି କେହି ସେହି କାର୍ଯ୍ୟ ତୁମ୍ଭମାନଙ୍କ ନିକଟରେ ବର୍ଣ୍ଣନା କରେ, ତେବେ ତୁମ୍ଭେମାନେ କୌଣସି ପ୍ରକାରେ ତାହା ବିଶ୍ୱାସ କରିବ ନାହିଁ"।
42
ସେମାନେ ବାହାରିଯାଉଥିବା ସମୟରେ, ଯେପରି ପରବର୍ତ୍ତୀ ବିଶ୍ରାମବାରରେ ସେହି ସବୁ କଥା ସେମାନଙ୍କୁ କୁହାଯାଏ, ଏଥିପାଇଁ ସେମାନେ ବିନତି କରିବାକୁ ଲାଗିଲେ ।
43
ସଭା ସମାପ୍ତ ହେଲା ଉତ୍ତାରେ ଯିହୂଦୀ ଓ ଯିହୂଦୀମତାବଲମ୍ବୀ ଅଣଯିହୂଦୀମାନଙ୍କ ମଧ୍ୟରୁ ଅନେକେ ପାଉଲ ଓ ବର୍ଣ୍ଣବ୍ବାଙ୍କ ପଛେ ପଛେ ଗଲେ; ସେମାନେ ସେମାନଙ୍କ ସହିତ କଥାବାର୍ତ୍ତା କରି ଈଶ୍ୱରଙ୍କ ଅନୁଗ୍ରହରେ ସ୍ଥିର ହୋଇ ରହିବାକୁ ସେମାନଙ୍କୁ ପ୍ରବର୍ତ୍ତାଇଲେ ।
44
ପୁଣି, ପରବର୍ତ୍ତୀ ବିଶ୍ରାମବାରରେ ପ୍ରାୟ ସମସ୍ତ ନଗରବାସୀ ଈଶ୍ୱରଙ୍କ ବାକ୍ୟ ଶୁଣିବା ନିମନ୍ତେ ଏକତ୍ରିତ ହେଲେ ।
45
କିନ୍ତୁ ଯିହୂଦୀମାନେ ଲୋକସମୂହଙ୍କୁ ଦେଖି ଇର୍ଷାରେ ପୂର୍ଣ୍ଣ ହେଲେ, ପୁଣି, ନିନ୍ଦା କରୁ କରୁ ପାଉଲଙ୍କ କଥାର ପ୍ରତିବାଦ କରିବାକୁ ଲାଗିଲା ।
46
ସେଥିରେ ପାଉଲ ଓ ବର୍ଣ୍ଣବ୍ବା ସାହସପୂର୍ବକ କହିଲେ, ପ୍ରଥମରେ ଆପଣମାନଙ୍କ ନିକଟରେ ଈଶ୍ୱରଙ୍କ ବାକ୍ୟ କୁହାଯିବା ଆବଶ୍ୟକ ଥିଲା; ଆପଣମାନେ ତାହା ଅଗ୍ରାହ୍ୟ କରି ଆପଣା ଆପଣାକୁ ଅନନ୍ତ ଜୀବନର ଅଯୋଗ୍ୟ ବୋଲି ବିଚାର କରୁଥିବାରୁ, ଦେଖନ୍ତୁ, ଆମ୍ଭେମାନେ ଅଣଯିହୂଦୀମାନଙ୍କ ନିକଟକୁ ଯାଉଅଛୁ,
47
କାରଣ ପ୍ରଭୁ ଆମ୍ଭମାନଙ୍କୁ ଏହି ପ୍ରକାର ଆଜ୍ଞା ଦେଇଅଛନ୍ତି, "ଆମ୍ଭେ ତୁମ୍ଭକୁ ଅଣଯିହୂଦୀମାନଙ୍କ ନିମନ୍ତେ ଆଲୋକସ୍ୱରୂପେ ସ୍ଥାପନ କରିଅଛୁ, ଯେପରି ତୁମ୍ଭେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ପରିତ୍ରାଣ ଆଣିବ" ।
48
ଅଣଯିହୂଦୀମାନେ ଏହା ଶୁଣି ଆନନ୍ଦିତ ହେଲେ ଆଉ ଈଶ୍ୱରଙ୍କ ବାକ୍ୟର ଗୌରବ କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଅନନ୍ତ ଜୀବନ ନିମନ୍ତେ ନିରୂପିତ ହୋଇଥିଲେ, ସେମାନେ ବିଶ୍ୱାସ କଲେ,
49
ଆଉ ସମୁଦାୟ ଅଞ୍ଚଳରେ ପ୍ରଭୁଙ୍କର ବାକ୍ୟ ବ୍ୟାପିଗଲା ।
50
କିନ୍ତୁ ଯିହୂଦୀମତାବଲମ୍ବୀ ଅଣଯିହୂଦୀ ପ୍ରମୁଖ ମହିଳାମାନଙ୍କୁ ଓ ନଗରର ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଯିହୂଦୀମାନେ ଉତ୍ତେଜିତ କଲେ, ପୁଣି, ପାଉଲ ଓ ବର୍ଣ୍ଣବ୍ବାଙ୍କ ପ୍ରତି ତାଡ଼ନା ଘଟାଇ ଆପଣାମାନଙ୍କ ସୀମାରୁ ସେମାନଙ୍କୁ ବାହାର କରିଦେଲେ ।
51
ସେଥିରେ ସେମାନେ ଆପଣା ଆପଣା ପାଦର ଧୂଳି ସେମାନଙ୍କ ବିରୁଦ୍ଧରେ ଝାଡ଼ିଦେଇ ଇକନୀୟକୁ ଗଲେ,
52
ଆଉ ଶିଷ୍ୟମାନେ ଆନନ୍ଦରେ ଓ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବାକୁ ଲାଗିଲେ ।
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 14 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28