bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
Acts 14
Acts 14
Odia IRV 2017 (ଓଡିଆ ବାଇବେଲ)
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 15 →
1
ଇକନୀୟରେ ମଧ୍ୟ ସେହି ପ୍ରକାର ଘଟିଲା; ସେମାନେ ଯିହୂଦୀମାନଙ୍କ ସମାଜଗୃହରେ ପ୍ରବେଶ କରି ଏପରି କଥା କହିଲେ ଯେ, ଯିହୂଦୀ ଓ ଗ୍ରୀକ୍ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ବିଶ୍ୱାସ କଲେ ।
2
କିନ୍ତୁ ଯେଉଁ ଯିହୂଦୀମାନେ ବିଶ୍ୱାସ କଲେ ନାହିଁ, ସେମାନେ ଅଣଯିହୂଦୀମାନଙ୍କର ମନକୁ ଉତ୍ତେଜିତ କରି ଭାଇମାନଙ୍କ ବିରୁଦ୍ଧରେ ମନ୍ଦ ଭାବ ଜନ୍ମାଇଦେଲେ ।
3
ସେମାନେ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ପ୍ରଭୁଙ୍କ ଉପରେ ନିର୍ଭର କରି ସାହସରେ ପ୍ରଚାର କଲେ; ଆଉ ସେ ସେମାନଙ୍କ ହସ୍ତ ଦ୍ୱାର ନାନା ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧନ କରି ଆପଣା ଅନୁଗ୍ରହ ବାକ୍ୟ ସପକ୍ଷରେ ସାକ୍ଷ୍ୟ ଦେଲେ ।
4
କିନ୍ତୁ ନଗରର ଲୋକସମୂହ ଦୁଇ ଦଳ ହେଲେ, ଦଳେ ଯିହୂଦୀମାନଙ୍କ ପକ୍ଷରେ ଆଉ ଦଳେ ପ୍ରେରିତମାନଙ୍କ ପକ୍ଷରେ ।
5
ଯେତେବେଳେ ଅଣଯିହୂଦୀ ଓ ଯିହୂଦୀମାନେ ସେମାନଙ୍କର ଅଧ୍ୟକ୍ଷମାନଙ୍କ ସହିତ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କରିବାକୁ ଓ ପଥର ଫୋପାଡ଼ିବାକୁ ଉଠିଲେ,
6
ସେତେବେଳେ ସେମାନେ ତାହା ଜାଣି ପାରି ଲୁକାୟନିଆର ଲୁସ୍ତ୍ରା ଓ ଦର୍ବୀ ନଗର ପୁଣି, ଚାରିଆଡ଼ର ଅଞ୍ଚଳକୁ ପଳାଇଗଲେ,
7
ଆଉ ସେମାନେ ସେଠାରେ ସୁସମାଚାର ପ୍ରଚାର କରିବାକୁ ଲାଗିଲେ ।
8
ଲୁସ୍ତ୍ରାରେ ଜଣେ ଲୋକ ରହୁଥିଲା, ତାହାର ପାଦ ଦୁର୍ବଳ, ସେ ମାତୃଗର୍ଭରୁ ଖଞ୍ଜ, ଆଉ ସେ କେବେ ଚାଲି ନ ଥିଲା ।
9
ସେହି ଲୋକଟି ପାଉଲଙ୍କ ପ୍ରଚାର ଶୁଣୁଥିଲା । ପାଉଲ ତାହାକୁ ଏକଦୃଷ୍ଟିରେ ଚାହିଁ ସୁସ୍ଥ ହେବା ପାଇଁ ତାହାର ବିଶ୍ୱାସ ଥିବାର ଦେଖି ଉଚ୍ଚସ୍ୱରରେ କହିଲେ,
10
ତୁମ୍ଭର ପାଦର ଭାର ଦେଇ ସିଧା ଠିଆ ହୁଅ । ସେଥିରେ ସେ କୁଦା ମାରି ଚାଲିବାକୁ ଲାଗିଲା ।
11
ପାଉଲ ଯାହା କରିଅଛନ୍ତି, ଲୋକସମୂହ ତାହା ଦେଖି ଲୁକାୟନିଆ ଭାଷାରେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ଦେବତାମାନେ ମନୁଷ୍ୟରୂପରେ ଆମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛନ୍ତି ।
12
ସେମାନେ ବର୍ଣ୍ଣବ୍ବାଙ୍କୁ ବୃହସ୍ପତି ବୋଲି କହିଲେ, ପୁଣି, ପାଉଲ ପ୍ରଧାନ ବକ୍ତା ଥିବାରୁ ତାହାଙ୍କୁ ବୁଧ ବୋଲି କହିଲେ ।
13
ନଗର ସମ୍ମୁଖରେ ଥିବା ବୃହସ୍ପତିଙ୍କ ମନ୍ଦିରର ଯାଜକ କେତେକ ବୃଷ ଓ ପୁଷ୍ପହାର ଦ୍ୱାରା ନିକଟକୁ ଆଣି ଲୋକସମୂହ ସହିତ ବଳି ଦେବାକୁ ଇଚ୍ଛା କରିଥିଲେ ।
14
କିନ୍ତୁ ପ୍ରେରିତମାନେ, ଅର୍ଥାତ୍ ବର୍ଣ୍ଣବ୍ବା ଓ ପାଉଲ, ଏହା ଶୁଣି ଆପଣା ଆପଣାର ବସ୍ତ୍ର ଚିରି ଲୋକସମୂହ ମଧ୍ୟକୁ ବେଗେ ଦୌଡ଼ିଯାଇ ଉଚ୍ଚସ୍ୱରରେ କହିବାକୁ ଲାଗିଲେ,
15
ହେ ମହାଶୟମାନେ, କାହିଁକି ଏସମସ୍ତ କରୁଅଛନ୍ତି? ଆମ୍ଭେମାନେ ମଧ୍ୟ ଆପଣମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ, ଆପଣମାନଙ୍କ ନିକଟରେ ଏହି ସୁସମାଚାର ପ୍ରଚାର କରୁଅଛୁ, ଯେପରି ଆପଣମାନେ ଏହି ସବୁ ଅସାର ବସ୍ତୁଠାରୁ ବିମୁଖ ହୋଇ ଜୀବନ୍ତ ଈଶ୍ୱରଙ୍କ ପ୍ରତି ଫେରନ୍ତି । ସେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ସେସବୁରେ ଥିବା ସମସ୍ତ ସୃଷ୍ଟି କରିଅଛନ୍ତି;
16
ସେ ଅତୀତ ପୁରୁଷପରମ୍ପରାରେ ସମସ୍ତ ଜାତିର ଲୋକଙ୍କୁ ଆପଣା ଆପଣା ପଥରେ ଚାଲିବାକୁ ଛାଡ଼ିଦେଇଥିଲେ ।
17
ତଥାପି ସେ ଆପଣାକୁ ସାକ୍ଷ୍ୟ ବିହୀନ କରି ରଖି ନାହାଁନ୍ତି, କାରଣ ସେ ମଙ୍ଗଳ କରିଅଛନ୍ତି, ଆଉ ଆକାଶରୁ ବୃଷ୍ଟି ଓ ଫଳଦାୟକ ଋତୁ ଗୁଡ଼ିକ ଦେଇ ଭକ୍ଷ ଓ ଆନନ୍ଦରେ ଆପଣମାନଙ୍କ ହୃଦୟ ପରିତୃପ୍ତ କରିଅଛନ୍ତି ।
18
ଏହି ସବୁ କଥା କହି ସେମାନେ ଅତି କଷ୍ଟରେ ସେମାନଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାରୁ ଲୋକସମୂହଙ୍କୁ ନିବୃତ୍ତ କଲେ ।
19
କିନ୍ତୁ ଆନ୍ତିୟଖିଆ ଓ ଇକନୀୟରୁ ସେଠାକୁ ଯିହୂଦୀମାନେ ଆସି ଲୋକସମୂହକୁ ପ୍ରବର୍ତ୍ତାଇଲେ, ପୁଣି, ପାଉଲଙ୍କୁ ପଥର ମାରି ସେ ମରିଅଛନ୍ତି ବୋଲି ମନେ କରି ବାହାରକୁ ଟାଣି ଘେନିଗଲେ ।
20
ମାତ୍ର ଶିଷ୍ୟମାନେ ତାହାଙ୍କୁ ଘେରି ଠିଆ ହୁଅନ୍ତେ ସେ ଉଠି ନଗର ମଧ୍ୟରେ ପ୍ରବେଶ କଲେ । ପରଦିନ ସେ ବର୍ଣ୍ଣବ୍ବାଙ୍କ ସହିତ ଦର୍ବୀକୁ ବାହାରିଗଲେ ।
21
ସେମାନେ ସେହି ନଗରରେ ସୁସମାଚାର ପ୍ରଚାର କରି ଓ ଅନେକଙ୍କୁ ଶିଷ୍ୟ କଲା ଉତ୍ତାରେ ଲୁସ୍ତ୍ରା, ଇକନୀୟ ଓ ଆନ୍ତିୟଖିଆକୁ ବାହୁଡ଼ି ଆସିଲେ,
22
ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ ।
23
ଆଉ ସେମାନେ ସେମାନଙ୍କ ନିମନ୍ତେ ପ୍ରତ୍ୟେକ ମଣ୍ଡଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରି ଉପବାସ ସହିତ ପ୍ରାର୍ଥନା କଲେ, ପୁଣି, ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ୱାସ କରିଥିଲେ, ତାହାଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ ।
24
ପରେ ସେମାନେ ପିସିଦିଆ ମଧ୍ୟ ଦେଇ ପଂଫୂଲିଆକୁ ଆସିଲେ,
25
ଆଉ ପର୍ଗୀରେ ବାକ୍ୟ ପ୍ରଚାର କରି ଆତ୍ତାଲିଆକୁ ଗଲେ ।
26
ସେଠାରୁ ସେମାନେ ଆନ୍ତିୟଖିଆକୁ ଜାହାଜରେ ଯାତ୍ରା କଲେ; ସେମାନେ ଯେଉଁ କାର୍ଯ୍ୟ ସାଧନ କରିଥିଲେ, ତାହା କରିବା ନିମନ୍ତେ ଈଶ୍ୱରଙ୍କ ଅନୁଗ୍ରହରେ ସମର୍ପିତ ହୋଇ ସେ ସ୍ଥାନରୁ ବାହାରିଥିଲେ ।
27
ସେମାନେ ପହଞ୍ଚି ମଣ୍ଡଳୀ କି ଏକତ୍ର କଲେ, ପୁଣି, ଈଶ୍ୱର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ଅଣଯିହୂଦୀମାନଙ୍କ ପ୍ରତି ବିଶ୍ୱାସର ଦ୍ୱାର ଫିଟାଇଦେଇଥିଲେ, ସେହି ସବୁ ବର୍ଣ୍ଣନା କଲେ ।
28
ଆଉ ସେମାନେ ଶିଷ୍ୟମାନଙ୍କ ସହିତ ଅନେକ ଦିନ ପର୍ଯ୍ୟନ୍ତ ରହିଲେ ।
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 15 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28