bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
Acts 22
Acts 22
Odia IRV 2017 (ଓଡିଆ ବାଇବେଲ)
← Chapter 21
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 23 →
1
ଭାଇମାନେ ଓ ପିତାମାନେ, ମୁଁ ଆପଣମାନଙ୍କ ନିକଟରେ ବର୍ତ୍ତମାନ ଯେଉଁ ଆତ୍ମପକ୍ଷ ସମର୍ଥନର କଥା କହୁଅଛି, ତାହା ଶୁଣନ୍ତୁ ।
2
ସେ ଏବ୍ରୀ ଭାଷାରେ ସେମାନଙ୍କ ନିକଟରେ କଥା କହୁଅଛନ୍ତି ଶୁଣି ସେମାନେ ଅଧିକ ନୀରବ ହୋଇ ରହିଲେ ।
3
ସେଥିରେ ସେ କହିଲେ, ମୁଁ ଜଣେ ଯିହୂଦୀ, କିଲିକିଆର ତାର୍ଷରେ ମୋହର ଜନ୍ମ, କିନ୍ତୁ ଏହି ନଗରରେ ମୁଁ ଲାଳିତ ପାଳିତ ହୋଇଅଛି, ଆମ୍ଭମାନଙ୍କ ପିତୃପୁରୁଷଙ୍କ ମୋଶାଙ୍କ ବ୍ୟବସ୍ଥାର ସୂକ୍ଷ୍ମ ନିୟମ ଅନୁସାରେ ଗମଲୀୟେଲଙ୍କ ଚରଣ ତଳେ ବସି ଶିକ୍ଷା ପାଇଅଛି; ସମସ୍ତେ ଆଜି ଆପଣମାନେ ଯେପରି ଉଦ୍ଯୋଗୀ ଅଟନ୍ତି, ଈଶ୍ୱରଙ୍କ ପକ୍ଷରେ ମୁଁ ମଧ୍ୟ ସେହିପରି ଉଦ୍ଯୋଗୀ ଥିଲି;
4
ମୁଁ ଏହି ମାର୍ଗର ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ବାନ୍ଧି କାରାଗାରରେ ପକାଇ ମୃତ୍ୟୁ ପର୍ଯ୍ୟନ୍ତ ତାଡ଼ନା କରୁଥିଲି ।
5
ଏହି ବିଷୟରେ ମହାଯାଜକ ଓ ପ୍ରାଚୀନବର୍ଗ ସମସ୍ତେ ମୋହର ସାକ୍ଷୀ; ମୁଁ ସେମାନଙ୍କଠାରୁ ଭାଇମାନଙ୍କ ନିକଟକୁ ପତ୍ର ଗ୍ରହଣ କରି, ଦମ୍ମେସକରେ ଥିବା ଲୋକମାନେ ଯେପରି ଶାସ୍ତି ପାଆନ୍ତି, ଏଥିପାଇଁ ସେମାନଙ୍କୁ ସୁଦ୍ଧା ବାନ୍ଧି ଯିରୂଶାଲମକୁ ଆଣିବା ନିମନ୍ତେ ସେ ସ୍ଥାନକୁ ଯାଉଥିଲି ।
6
କିନ୍ତୁ ମୁଁ ଯାଉ ଯାଉ ଦମ୍ମେସକର ନିକଟବର୍ତ୍ତୀ ହୁଅନ୍ତେ ହଠାତ୍ ପ୍ରାୟ ମଧ୍ୟାହ୍ନ ସମୟରେ ମୋହର ଚାରିଆଡ଼େ ଆକାଶରୁ ମହା ଆଲୋକ ଚମକିଉଠିଲା ।
7
ମୁଁ ସେଥିରେ ଭୂମିରେ ପଡ଼ିଗଲି, ଆଉ ମୋ ପ୍ରତି ଉକ୍ତ ଏହି ବାଣୀ ଶୁଣିଲି, ଶାଉଲ, ଶାଉଲ, ଆମ୍ଭମାନଙ୍କୁ କାହିଁକି ତାଡ଼ନା କରୁଅଛ?
8
ମୁଁ ଉତ୍ତର ଦେଲି, ପ୍ରଭୁ, ଆପଣ କିଏ? ସେଥିରେ ସେ ମୋତେ କହିଲେ, ତୁମ୍ଭେ ଯେଉଁ ନାଜରିତୀୟ ଯୀଶୁଙ୍କୁ ତାଡ଼ନା କରୁଅଛ, ଆମ୍ଭେ ସେହି ।
9
ଯେଉଁମାନେ ମୋ ସାଙ୍ଗରେ ଥିଲେ, ସେମାନେ ସେହି ଆଲୋକ ଦେଖିଲେ ସତ୍ୟ, କିନ୍ତୁ ଯେ ମୋତେ କଥା କହିଲେ, ସେମାନେ ତାହାଙ୍କ ସ୍ୱର ଶୁଣିଲେ ନାହିଁ ।
10
ସେଥିରେ ମୁଁ କହିଲି, ପ୍ରଭୁ ମୁଁ କ'ଣ କରିବି? ପୁଣି, ପ୍ରଭୁ ମୋତେ କହିଲେ, ଉଠ, ଦମ୍ମେସକକୁ ଯାଅ, ଆଉ ଯେ ସମସ୍ତ କର୍ମ ସାଧନ କରିବା ନିମନ୍ତେ ତୁମ୍ଭ ପାଇଁ ନିରୁପିତ ଅଛି, ସେ ସବୁ ତୁମ୍ଭକୁ ସେଠାରେ କୁହାଯିବ ।
11
ମୁଁ ସେହି ଆଲୋକର ତେଜ ହେତୁ ଦେଖି ନ ପାରିବାରୁ, ମୋ ସାଙ୍ଗରେ ଥିବା ଲୋକମାନଙ୍କ ଦ୍ୱାରା ଚାଳିତ ହୋଇ ଦମ୍ମେସକକୁ ଆସିଲି ।
12
ସେହି ସ୍ଥାନରେ ଥିବା ସମସ୍ତ ଯିହୂଦୀଙ୍କ ନିକଟରେ ସୁକ୍ଷାତିସମ୍ପନ୍ନ ହନନୀୟ ନାମକ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଜଣେ ଭକ୍ତ ଲୋକ,
13
ମୋ' ନିକଟକୁ ଆସି ପାଖରେ ଠିଆ ହୋଇ ମୋତେ କହିଲେ, ଭାଇ ଶାଉଲ, ଦୃଷ୍ଟିପ୍ରାପ୍ତ ହୁଅ । ସେହି ମୁହୁର୍ତ୍ତରେ ମୁଁ ତାହାଙ୍କ ପ୍ରତି ଦୃଷ୍ଟିପାତ କଲି ।
14
ପୁଣି, ସେ କହିଲେ, ଆମ୍ଭମାନଙ୍କର ପିତୃପୁରୁଷଙ୍କର ଈଶ୍ୱର ତାହାଙ୍କ ଇଚ୍ଛା ଜାଣିବା ପାଇଁ ଓ ସେହି ଧାର୍ମିକ ବ୍ୟକ୍ତିଙ୍କୁ ଦେଖିବା ପାଇଁ ପୁଣି, ତାହାଙ୍କ ମୁଖରୁ ବାଣୀ ଶୁଣିବା ପାଇଁ ମନୋନୀତ କରିଅଛନ୍ତି,
15
କାରଣ ତୁମ୍ଭେ ଯାହା ଯାହା ଦେଖିଅଛ ଓ ଶୁଣିଅଛ, ସେହି ସବୁ ବିଷୟରେ ସମସ୍ତ ଲୋକଙ୍କ ସମ୍ମୁଖରେ ସାକ୍ଷୀ ହେବ ।
16
ଆଉ ତୁମ୍ଭେ ଏବେ କାହିଁକି ବିଳମ୍ବ କରୁଅଛ? ଉଠ, ବାପ୍ତିଜିତ ହୁଅ, ପୁଣି, ତାହାଙ୍କ ନାମରେ ପ୍ରାର୍ଥନା କରି ନିଜ ପାପସବୁ ଧୋଇ ପକାଅ ।
17
ଏଥିଉତ୍ତାରେ ମୁଁ ଯିରୂଶାଲମକୁ ଫେରିଆସି ମନ୍ଦିରରେ ପ୍ରାର୍ଥନା କରୁଥିବା ସମୟରେ ମୂର୍ଚ୍ଛିତ ହୋଇ ତାହାଙ୍କୁ ଦର୍ଶନ କଲି ।
18
ସେ ମୋତେ କହିଲେ, ବିଳମ୍ବ ନ କରି ଶୀଘ୍ର ଯିରୂଶାଲମରୁ ବାହାରିଯାଅ, କାରଣ ସେମାନେ ଆମ୍ଭ ବିଷୟରେ ତୁମ୍ଭର ସାକ୍ଷ୍ୟ ଗ୍ରହଣ କରିବେ ନାହିଁ ।
19
ସେଥିରେ ମୁଁ କହିଲି, ପ୍ରଭୁ, ମୁଁ ଯେ ଆପଣଙ୍କଠାରେ ବିଶ୍ୱାସ କରୁଥିବା ସମସ୍ତଙ୍କୁ ସମାଜଗୃହରେ ଧରି କାରାଗାରରେ ପକାଉଥିଲି ଓ ପ୍ରହାର କରୁଥିଲି, ଏହା ସେମାନେ ନିଜେ ଜାଣନ୍ତି;
20
ଆଉ ଆପଣଙ୍କ ସାକ୍ଷୀ ସ୍ତିଫାନଙ୍କ ରକ୍ତପାତ ଯେତେବେଳେ ହେଉଥିଲା, ସେତେବେଳେ ମୁଁ ମଧ୍ୟ ପାଖରେ ଠିଆ ହୋଇ ତାହା ସମର୍ଥନ କରୁଥିଲି, ପୁଣି, ଘାତକମାନଙ୍କର ବସ୍ତ୍ର ରକ୍ଷା କରୁଥିଲି ।
21
ସେଥିରେ ସେ ମୋତେ କହିଲେ, ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ଅଣଯିହୂଦୀମାନଙ୍କ ନିକଟକୁ ପଠାଇବୁ ।
22
ଲୋକମାନେ ଏହି କଥା ଶୁଣିବା ପରେ ବଡ଼ ପାଟିରେ କହିଲେ, ଏପରି ଲୋକଟାକୁ ପୃଥିବୀରୁ ଦୂର କର, କାରଣ ତାହାର ବଞ୍ଚି ରହିବାର ଉଚିତ ନୁହେଁ ।
23
ପୁଣି, ଯେତେବେଳେ ସେମାନେ ଚିତ୍କାର କରି ନିଜ ନିଜ ବସ୍ତ୍ର ଫୋପାଡ଼ି ଆକାଶ ଆଡ଼କୁ ଧୂଳି ପକାଇବାକୁ ଲାଗିଲେ,
24
ସେତେବେଳେ ସହସ୍ର ସେନାପତି ତାହାଙ୍କୁ ଗଡ଼ ଭିତରକୁ ନେଇଯିବାକୁ ଅାଦେଶ ଦେଲେ, ପୁଣି, ଲୋକେ କାହିଁକି ତାହାଙ୍କ ବିରୁଦ୍ଧରେ ଏପ୍ରକାର ଚିତ୍କାର କରୁଅଛନ୍ତି, ଏହା ଜାଣିବା ପାଇଁ କୋରଡ଼ା ପ୍ରହାର ଦ୍ୱାରା ତାହାଙ୍କୁ ପରୀକ୍ଷା କରିବା ନିମନ୍ତେ ଆଦେଶ ଦେଲେ ।
25
ସେମାନେ ତାହାଙ୍କୁ ବେତ୍ରାଘାତ କରିବା ପାଇଁ ବାନ୍ଧିଲା ଉତ୍ତାରେ,ସେ ନିକଟରେ ଠିଆ ହୋଇଥିବା ଶତ ସେନାପତିଙ୍କି କହିଲେ, ଜଣେ ରୋମୀୟ ପ୍ରଜାର ବିଚାର ନ କରି ତାହାକୁ କୋରଡ଼ା ମାରିବା ଆପଣମାନଙ୍କ ପକ୍ଷରେ କି ଆଇନସଙ୍ଗତ?
26
ସେହି ଶତସେନାପତି ଏହା ଶୁଣି ସହସ୍ର ସେନାପତିଙ୍କ ନିକଟକୁ ଯାଇ ତାହାଙ୍କୁ ସେହି କଥା ଜଣାଇ କହିଲେ, ଆପଣ କ'ଣ କରିବାକୁ ଯାଉଅଛନ୍ତି?
27
ସେଥିରେ ସହସ୍ର ସେନାପତି ଆସି ତାହାଙ୍କୁ କହିଲେ, ମୋତେ କୁହ, ତୁମ୍ଭେ କି ଜଣେ ରୋମୀୟ? ସେ କହିଲେ ହଁ ।
28
ସେଥିରେ ସହସ୍ର ସେନାପତି ଉତ୍ତର ଦେଲେ, ଅନେକ ଅର୍ଥ ଦେଇ ମୁଁ ଏହି ନାଗରିକ ପଦ ପ୍ରାପ୍ତ ହୋଇଅଛି । ପାଉଲ କହିଲେ, କିନ୍ତୁ ମୁଁ ଜନ୍ମରେ ରୋମୀୟ ।
29
ତେବେ ଯେଉଁ ଲୋକମାନେ ତାହାଙ୍କୁ ପରୀକ୍ଷା କରିବାକୁ ଚେଷ୍ଟା କରୁଥିଲେ, ସେମାନେ ସେହିକ୍ଷଣି ସେଥିରୁ ନିବୃତ୍ତ ହେଲେ, ସହସ୍ର ସେନାପତି ସୁଦ୍ଧା ସେ ଯେ ଜଣେ ରୋମୀୟ, ଏହା ବୁଝିବାରୁ ଏବଂ ତାହାଙ୍କୁ ବାନ୍ଧିବାରୁ ଭୟ କଲେ ।
30
କିନ୍ତୁ କାହିଁକି ସେ ଯିହୂଦୀମାନଙ୍କ ଦ୍ୱାରା ଅଭିଯୁକ୍ତ ହୋଇଅଛନ୍ତି, ତାହା ନିଶ୍ଚୟରୂପେ ଜାଣିବା ଇଚ୍ଛାରେ ସେ ପରଦିନ ତାହାଙ୍କର ବନ୍ଧନ ଫିଟାଇ ପ୍ରଧାନ ଯାଜକ ଓ ସମସ୍ତ ମହାସଭାକୁ ଏକତ୍ର ଆସିବା ପାଇଁ ଆଜ୍ଞା ଦେଲେ, ପୁଣି, ପାଉଲଙ୍କୁ ନେଇ ସେମାନଙ୍କ ସମ୍ମୁଖରେ ଠିଆ କରାଇଲେ ।
← Chapter 21
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 23 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28