bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
Acts 23
Acts 23
Odia IRV 2017 (ଓଡିଆ ବାଇବେଲ)
← Chapter 22
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 24 →
1
ପୁଣି, ପାଉଲ ମହାସଭା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ କହିଲେ, ଭାଇମାନେ, ମୁଁ ଏହି ଦିନ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୁବିବେକରେ ଈଶ୍ୱରଙ୍କ ସାକ୍ଷାତରେ ଆଚାର ବ୍ୟବହାର କରି ଆସିଅଛି ।
2
ସେଥିରେ ମହାଯାଜକ ହାନାନ ତାଙ୍କ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ ତାହାଙ୍କ ମୁଖରେ ଆଘାତ କରିବା ପାଇଁ ଆଜ୍ଞା ଦେଲେ ।
3
ସେତେବେଳେ ପାଉଲ ତାହାଙ୍କୁ କହିଲେ, ହେ ଶୁକ୍ଳୀକୃତ ପ୍ରାଚୀର, ଈଶ୍ୱର ତୁମ୍ଭକୁ ଆଘାତ କରିବେ, ତୁମ୍ଭେ ଏକାବେଳେ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ମୋହର ବିଚାର କରିବାକୁ ବସି ମୋଶାଙ୍କ ବ୍ୟବସ୍ଥା ବିରୁଦ୍ଧରେ ମୋତେ ଆଘାତ କରିବା ପାଇଁ କି ଆଜ୍ଞା ଦେଉଅଛ?
4
ସେଥିରେ ନିକଟରେ ଠିଆ ହୋଇଥିବା ଲୋକମାନେ କହିଲେ, ତୁ କି ଈଶ୍ୱରଙ୍କ ମହାଯାଜକଙ୍କୁ ନିନ୍ଦା କରୁଅଛୁ?
5
ପୁଣି, ପାଉଲ କହିଲେ, ଭାଇମାନେ, ସେ ମହାଯାଜକ ବୋଲି ମୁଁ ଜାଣି ନ ଥିଲି; କାରଣ ଲିଖିତ ଅଛି, ତୁମ୍ଭେ ନିଜ ଲୋକମାନଙ୍କ ଅଧ୍ୟକ୍ଷଙ୍କୁ ଅଭିଶାପ ଦେବ ନାହିଁ ।
6
ପାଉଲ ଏକ ଭାଗ ସାଦ୍ଦୂକୀ ଆଉ ଅପର ଭାଗ ଫାରୂଶୀ ବୋଲି ଜାଣି ମହାସଭାରେ ଉଚ୍ଚସ୍ୱରରେ କହିଲେ, ଭାଇମାନେ, ମୁଁ ଜଣେ ଫାରୂଶୀ ଓ ଫାରୂଶୀର ପୁତ୍ର; ପୁଣି, ଏହି ଭରସା, ଅର୍ଥାତ୍ ମୃତମାନଙ୍କ ପୁନରୁତ୍ଥାନ ସମ୍ବନ୍ଧରେ ମୁଁ ବିଚାରିତ ହେଉଅଛି ।
7
ସେ ଏହି କଥା କହିବାରୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରେ ବିବାଦ, ଓ ସଭାରେ ଦଳଭେଦ ଘଟିଲା ।
8
କାରଣ ସାଦ୍ଦୂକୀମାନେ ପୁନରୁତ୍ଥାନ, ଦୂତ ଅବା ଆତ୍ମା ନାହାଁନ୍ତି ବୋଲି କହନ୍ତି, କିନ୍ତୁ ଫାରୂଶୀମାନେ ଉଭୟ ସ୍ୱୀକାର କରନ୍ତି ।
9
ଏଥିରେ ମହା କୋଳାହଳ ଘଟିଲା, ଆଉ ଫାରୂଶୀମାନଙ୍କ ଦଳର କେତେକ ଶାସ୍ତ୍ରୀ ଉଠି ଯୁକ୍ତିତର୍କ କରି କହିଲେ, ଆମ୍ଭେମାନେ ଏହି ଲୋକଠାରେ କୌଣସି ଦୋଷ ଦେଖୁ ନାହୁଁ, କେଜାଣି କୌଣସି ଆତ୍ମା କିମ୍ବା ଦୂତ ତାହା ସାଙ୍ଗରେ କଥା କହିଅଛନ୍ତି ।
10
ଏହି ପ୍ରକାରେ ମହା ବିବାଦ ଘଟନ୍ତେ, କାଳେ ପାଉଲ ସେମାନଙ୍କ ଦ୍ୱାରା ଖଣ୍ଡବିଖଣ୍ଡ ହେବେ, ଏହି ଭୟରେ ସହସ୍ର ସେନାପତି ସେମାନଙ୍କ ମଧ୍ୟରୁ ତାହାଙ୍କୁ ବଳପୂର୍ବକ ଗଡ଼ ଭିତରକୁ ନେଇ ଆସିବା ପାଇଁ ସୈନ୍ୟମାନଙ୍କୁ ଯିବାକୁ ଆଦେଶ ଦେଲେ ।
11
ପରରାତ୍ରରେ ପ୍ରଭୁ ତାହାଙ୍କ ପାଖରେ ଠିଆ ହୋଇ କହିଲେ, ସାହସ ଧର, କାରଣ ତୁମ୍ଭେ ଯେପରି ଯିରୂଶାଲମରେ ଆମ୍ଭ ବିଷୟରେ ସାକ୍ଷ୍ୟ ଦେଇଅଛ, ସେହିପରି ତୁମ୍ଭକୁ ରୋମରେ ମଧ୍ୟ ସାକ୍ଷ୍ୟ ଦେବାକୁ ହେବ ।
12
ଦିନ ହୁଅନ୍ତେ ଯିହୂଦୀମାନେ ଦଳବଦ୍ଧ ହୋଇ ପାଉଲଙ୍କୁ ବଧ ନ କରିବା ପର୍ଯ୍ୟନ୍ତ, ଅନ୍ନଜଳ ସ୍ପର୍ଶ କଲେ ଅଭିଶପ୍ତ ହେବେ ବୋଲି, ଶପଥରେ ନିଜ ନିଜକୁ ଆବଦ୍ଧ କଲେ ।
13
ଏହି ଷଡ଼ଯନ୍ତ୍ର କରିଥିବା ଲୋକମାନେ, ଚାଳିଶ ଜଣରୁ ଅଧିକ ଥିଲେ ।
14
ସେମାନେ ପ୍ରଧାନ ଯାଜକ ଓ ପ୍ରାଚୀନମାନଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ ପାଉଲଙ୍କୁ ବଧ ନ କରିବା ପର୍ଯ୍ୟନ୍ତ କିଛି ଖାଇବୁ ନାହିଁ ବୋଲି ନିଜ ନିଜକୁ ଦୃଢ଼ ଶପଥରେ ଆବଦ୍ଧ କରିଅଛୁ ।
15
ଅତଏବ ଆପଣମାନେ ଅଧିକ ସୂକ୍ଷ୍ମ ରୂପେ ତାହାର ବିଚାର କରିବାକୁ ଇଚ୍ଛା କରୁଅଛନ୍ତି ବୋଲି ଛଳନା କରି ତାହାକୁ ଆପଣମାନଙ୍କ ନିକଟକୁ ଆଣିବା ନିମନ୍ତେ ଏବେ ମହାସଭା ସହିତ ସହସ୍ର ସେନାପତିଙ୍କୁ ନିବେଦନ କରନ୍ତୁ । ସେ ଆପଣମାନଙ୍କ ନିକଟକୁ ଆସିବା ପୂର୍ବେ ଆମ୍ଭେମାନେ ତାହାକୁ ବଧ କରିବାକୁ ପ୍ରସ୍ତୁତ ଅଛୁ ।
16
କିନ୍ତୁ ପାଉଲଙ୍କ ଭଣଜା ସେମାନଙ୍କର ଛକି ରହିବା କଥା ଶୁଣି ଆସି ଗଡ଼ ମଧ୍ୟରେ ପ୍ରବେଶ କରି ପାଉଲଙ୍କୁ ଜଣାଇଲା ।
17
ସେଥିରେ ପାଉଲ ଜଣେ ଶତ ସେନାପତିଙ୍କୁ ଡାକି କହିଲେ, ଏହି ଯୁବାଙ୍କୁ ସହସ୍ର ସେନାପତିଙ୍କ ନିକଟକୁ ନେଇ ଯାଆନ୍ତୁ, କାରଣ ତାହାଙ୍କୁ ଜଣାଇବା ନିମନ୍ତେ ଏହାର କିଛି କଥା ଅଛି ।
18
ତେଣୁ ସେ ତାହାଙ୍କୁ ସହସ୍ରସେନାପତିଙ୍କ ନିକଟକୁ ନେଇଯାଇ କହିଲେ, ବନ୍ଦୀ ପାଉଲ ଆପଣା ନିକଟକୁ ମୋତେ ଡାକି ଆପଣଙ୍କ ପାଖକୁ ଏହି ଯୁବାକୁ ନେଇ ଆସିବା ପାଇଁ ଅନୁରୋଧ କଲା, ଆପଣଙ୍କୁ କହିବା ନିମନ୍ତେ ଏହାର କିଛି କଥା ଅଛି ।
19
ସହସ୍ର ସେନାପତି ତାହାକୁ ହାତ ଧରି ତାହାକୁ ନିର୍ଜନକୁ ନେଇଯାଇ ପଚାରିଲେ, ମୋତେ ଜଣାଇବା ନିମନ୍ତେ ତୁମ୍ଭର କ'ଣ ଅଛି?
20
ସେ କହିଲା, ପାଉଲଙ୍କ ବିଷୟରେ ଅଧିକ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରିବା ଛଳରେ ଯିହୂଦୀମାନେ ତାହାଙ୍କୁ କାଲି ମହାସଭା ନିକଟକୁ ଆଣିବା ନିମନ୍ତେ ଆପଣଙ୍କୁ ଅନୁରୋଧ କରିବା ପାଇଁ ଏକମତ ହୋଇଅଛନ୍ତି ।
21
ଏଣୁ ଆପଣ ସେମାନଙ୍କ କଥାରେ ସମ୍ମତ ହେବେ ନାହିଁ, କାରଣ ତାହାଙ୍କୁ ବଧ ନ କରିବା ଯାଏ ଅନ୍ନଜଳ ସ୍ପର୍ଶ କଲେ ଅଭିଶପ୍ତ ହେବେ ବୋଲି ନିଜ ନିଜକୁ ଶପଥରେ ଆବଦ୍ଧ କରି ଚାଳିଶ ଜଣରୁ ଅଧିକ ଲୋକ ତାହାଙ୍କୁ ଛକି ରହିଅଛନ୍ତି, ଆଉ ଏବେ ସେମାନେ ଆପଣଙ୍କଠାରୁ ଅନୁମତି ପାଇବା ନିମନ୍ତେ ଅପେକ୍ଷା କରି ପ୍ରସ୍ତୁତ ହୋଇ ରହିଅଛନ୍ତି ।
22
ସେଥିରେ ସହସ୍ର ସେନାପତି ସେହି ଯୁବାକୁ ବିଦାୟ ଦେଇ ତାହାକୁ ଆଦେଶ କଲେ, ତୁମ୍ଭେ ଯେ ଏହି ସମସ୍ତ କଥା ମୋତେ ଜଣାଇଅଛ, ତାହା କାହାକୁ କହିବ ନାହିଁ ।
23
ପରେ ସେ ଦୁଇ ଜଣ ଶତ ସେନାପତିଙ୍କୁ ଡାକି କହିଲେ, କାଇସରିୟା ପର୍ଯ୍ୟନ୍ତ ଯିବା ନିମନ୍ତେ ରାତ୍ର ତିନି ଘଟିକା ସମୟରେ ଦୁଇ ଶହ ସୈନ୍ୟ, ସତୁରି ଜଣ ଅଶ୍ଵାରୋହୀ ଓ ଦୁଇ ଶହ ବର୍ଚ୍ଛାଧାରୀଙ୍କୁ ପ୍ରସ୍ତୁତ କର ।
24
ପୁଣି, ସେମାନେ ଯେପରି ପାଉଲଙ୍କୁ ବାହନ ଉପରେ ବସାଇ ଶାସନକର୍ତ୍ତା ଫେଲୀକ୍ସ୍ଙ୍କ ନିକଟକୁ ନିରାପଦରେ ନେଇଯାଆନ୍ତି, ଏଥିପାଇଁ ତାହା ଆୟୋଜନ କରିବା ନିମନ୍ତେ ସେ ଆଦେଶ ଦେଲେ ।
25
ଆଉ, ସେ ଏହି ପ୍ରକାରେ ଗୋଟିଏ ଚିଠି ଲେଖିଲେ,
26
ମହାମହିମ ଶାସନକର୍ତ୍ତା ଫେଲିକ୍ସ୍ଙ୍କୁ କ୍ଲାଉଦିୟ ଲୂସିୟାଙ୍କର ନମସ୍କାର ।
27
ଯିହୂଦୀମାନେ ଏହି ଲୋକକୁ ଧରି ବଧ କରିବାକୁ ଯାଉଥିଵା ସମୟରେ ମୁଁ ସୈନ୍ୟମାନଙ୍କ ସହିତ ଯାଇ ସେ ଜଣେ ରୋମୀୟ ବୋଲି ଜାଣି ଏହାକୁ ଉଦ୍ଧାର କଲି ।
28
କେଉଁ କାରଣରୁ ସେମାନେ ଏହାର ବିରୁଦ୍ଧରେ ଦୋଷାରୋପ କରୁଅଛନ୍ତି, ତାହା ଜାଣିବାକୁ ଇଚ୍ଛା କରି ମୁଁ ଏହାକୁ ସେମାନଙ୍କର ମହାସଭା ନିକଟକୁ ନେଇଗଲି ।
29
ପ୍ରାଣଦଣ୍ଡ ବା ବନ୍ଧନ ଯୋଗ୍ୟ କୌଣସି ବିଷୟ ଏହାର ବିରୁଦ୍ଧରେ ଅଭିଯୋଗ କରା ନ ଯାଇ ସେମାନଙ୍କ ମୋଶାଙ୍କ ବ୍ୟବସ୍ଥା ସମ୍ବନ୍ଧୀୟ ବିବାଦ ବିଷୟରେ ଅଭିଯୋଗ କରାଯାଉଅଛି ବୋଲି ମୁଁ ବୁଝିଲି ।
30
ଏହି ଲୋକ ବିରୁଦ୍ଧରେ ଷଡ଼ଯନ୍ତ୍ର ହେବ ବୋଲି ମୋତେ ଖବର ଦିଆଯିବାରୁ ମୁଁ ଏହାକୁ ଅବିଳମ୍ବରେ ଆପଣଙ୍କ ନିକଟକୁ ପଠେଇଲି; ଏହାର ଅଭିଯୋଗକାରୀମାନଙ୍କୁ ମଧ୍ୟ ଆପଣଙ୍କ ସମ୍ମୁଖରେ, ଏହା ବିରୁଦ୍ଧରେ ସାକ୍ଷ୍ୟ ଦେବାକୁ ଆଦେଶ ଦେଲି ।
31
ସେଥିରେ ସୈନ୍ୟମାନେ ପ୍ରାପ୍ତ ଆଦେଶାନୁସାରେ ପାଉଲଙ୍କୁ ନେଇ ରାତ୍ରିକାଳରେ ତାହାଙ୍କୁ ଆନ୍ତିପାତ୍ରିକୁ ଆଣିଲେ ।
32
ପରଦିନ ସେମାନେ ଅଶ୍ୱାରୋହୀମାନଙ୍କୁ ତାହାଙ୍କ ସାଙ୍ଗରେ ଯିବା ପାଇଁ ଛାଡ଼ିଦେଇ ଗଡ଼କୁ ଫେରିଗଲେ ।
33
ପରେ ଅଶ୍ୱାରୋହୀମାନେ କାଇସରିୟାକୁ ଆସି ଶାସନକର୍ତ୍ତା ଫେଲିକ୍ସ୍ଙ୍କୁ ଚିଠି ଦେଲେ, ପୁଣି, ପାଉଲଙ୍କୁ ମଧ୍ୟ ତାହାଙ୍କ ଛାମୁରେ ଉପସ୍ଥିତ କଲେ ।
34
ସେ ଚିଠିଟି ପଢ଼ିଲା ଉତ୍ତାରେ, ସେ କେଉଁ ପ୍ରଦେଶର ଲୋକ ବୋଲି ପଚାରିଲେ; ପୁଣି, ସେ ଯେ କିଲିକିଆର ଲୋକ, ଏହା ଜାଣି ସେ କହିଲେ,
35
ତୁମ୍ଭର ଅଭିଯୋଗକାରୀମାନେ ମଧ୍ୟ ଉପସ୍ଥିତ ହେଲେ ଆମ୍ଭେ ତୁମ୍ଭର କଥା ଶୁଣିବା । ଆଉ ସେ ହେରୋଦଙ୍କ ପ୍ରାସାଦରେ ତାହାଙ୍କୁ ରଖିବା ନିମନ୍ତେ ଆଦେଶ ଦେଲେ ।
← Chapter 22
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 24 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28