bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
Acts 24
Acts 24
Odia IRV 2017 (ଓଡିଆ ବାଇବେଲ)
← Chapter 23
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 25 →
1
ପାଞ୍ଚ ଦିନ ପରେ ହାନାନ ମହାଯାଜକ କେତେକ ପ୍ରାଚୀନ ଓ ତର୍ତ୍ତୁଲ୍ଲ ନାମକ ଜଣେ ଓକୀଲଙ୍କ ସାଙ୍ଗରେ ଆସିଲେ, ଆଉ ସେମାନେ ପାଉଲଙ୍କ ବିରୁଦ୍ଧରେ ଶାସନକର୍ତ୍ତାଙ୍କ ନିକଟରେ ଆବେଦନ କଲେ ।
2
ତାଙ୍କୁ ଡକାଯାଆନ୍ତେ ତର୍ତ୍ତୁଲ୍ଲ ତାହାଙ୍କୁ ଅଭିଯୋଗ କରି କହିବାକୁ ଲାଗିଲେ, ହେ ମହାମହିମ ଫେଲୀକ୍ସ୍, ଆପଣଙ୍କ ଦ୍ୱାରା ଆମ୍ଭେମାନେ ଯେ ମହା ଶାନ୍ତି ଭୋଗ କରୁଅଛୁ, ପୁଣି, ଆପଣଙ୍କର ଦୂରଦର୍ଶିତାରେ ଏହି ଜାତି ନିମନ୍ତେ ନାନା ମଙ୍ଗଳ ସାଧିତ ହୋଇଅଛି,
3
ଏହା ଆମ୍ଭେମାନେ ସର୍ବତୋଭାବରେ ଓ ସର୍ବସ୍ଥାନରେ ସମ୍ପୂର୍ଣ୍ଣ କୃତଜ୍ଞତା ସହିତ ସ୍ପୀକାର କରୁଅଛୁ ।
4
କିନ୍ତୁ ମୁଁ ଯେପରି ଆପଣଙ୍କର ଅଧିକ କ୍ଲାନ୍ତି ନ ଜନ୍ମାଏ, ଏଥିପାଇଁ ଆପଣ ନିଜ ଦୟା ଗୁଣରେ ଆମ୍ଭମାନଙ୍କ କେତୋଟି କଥା ଶୁଣିବା ପାଇଁ ମୁଁ ଆପଣଙ୍କୁ ନିବେଦନ କରୁଅଛି ।
5
କାରଣ ଆମ୍ଭେମାନେ ଏହି ଲୋକକୁ ମହାମାରୀ ସ୍ୱରୂପ, ଜଗତର ସର୍ବତ୍ର ସମସ୍ତ ଯିହୂଦୀମାନଙ୍କ ମଧ୍ୟରେ ବିଦ୍ରୋହର ପରିଚାଳକ ଓ ନାଜରିତୀୟ ଦଳର ଜଣେ ପ୍ରଧାନ ନେତା ବୋଲି ଜାଣିଅଛୁ;
6
ଆହୁରି ମଧ୍ୟ ଏ ମନ୍ଦିର ଅଶୁଚି କରିବାକୁ ଚେଷ୍ଟା କରିଥିଲା, କିନ୍ତୁ ଆମ୍ଭେମାନେ ଏହାକୁ ଧରିଲୁ ଆଉ ଆପଣଙ୍କ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଏହାର ବିଚାର କରିବାକୁ ଇଚ୍ଛା କରିଥିଲୁ ।
7
କିନ୍ତୁ ସହସ୍ରସେନାପତି ଲୂସୀୟା ଆସି ଅତିଶୟ ଜୋର୍ରେ ଏହାକୁ ଆମ୍ଭମାନଙ୍କ ହାତରୁ ଛଡ଼ାଇନେଲେ,
8
ଆଉ ଏହାର ଅଭିଯୋଗକାରୀମାନଙ୍କୁ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ଆଦେଶ ଦେଲେ । ଏହି ଯେ ସମସ୍ତ ବିଷୟରେ ଆମ୍ଭେମାନେ ଏହା ବିରୁଦ୍ଧରେ ଅଭିଯୋଗ କରୁଅଛୁ, ଆପଣ ନିଜେ ଏହାକୁ ପଚାରିଲେ ସେହି ସବୁ ଅବଗତ ହୋଇ ପାରିବେ ।
9
ଯିହୂଦୀମାନେ ମଧ୍ୟ ଅଭିଯୋଗରେ ମିଶି ଏହି ସମସ୍ତ କଥା ସତ୍ୟ ବୋଲି କହିଲେ ।
10
ସେଥିରେ ଶାସନକର୍ତ୍ତା କଥା କହିବା ନିମନ୍ତେ ପାଉଲଙ୍କୁ ସଙ୍କେତ କରନ୍ତେ ସେ ଉତ୍ତର ଦେଲେ, ଆପଣ ଅନେକ ବର୍ଷ ହେଲା ଏହି ଜାତିର ବିଚାରକର୍ତ୍ତା ଅଟନ୍ତି ବୋଲି ଜାଣିବାରୁ ମୁଁ ସାହସରେ ମୋହର ପକ୍ଷ ସମର୍ଥନ କରୁଅଛି ।
11
ବାର ଦିନରୁ ଅଧିକ ହେବ ନାହିଁ ମୁଁ ଉପାସନା କରିବା ନିମନ୍ତେ ଯିରୂଶାଲମକୁ ଯାଇଥିଲି, ଏହା ଆପଣ ଜାଣି ପାରନ୍ତି
12
ଆଉ ଏମାନେ ମନ୍ଦିରରେ କି ସମାଜଗୃହରେ କି ନଗରରେ ମୋତେ କାହାରି ସହିତ ବିବାଦ କରିବାର କିମ୍ବା ଜନତାକୁ ମତାଇବାର ଦେଖି ନାହାଁନ୍ତି,
13
ପୁଣି, ଏବେ ଏମାନେ ମୋ ବିରୁଦ୍ଧରେ ଯେଉଁ ସମସ୍ତ ବିଷୟ ନେଇ ଅଭିଯୋଗ କରୁଅଛନ୍ତି, ସେହି ସବୁ ଆପଣଙ୍କ ନିକଟରେ ପ୍ରମାଣ କରି ପାରନ୍ତି ନାହିଁ ।
14
କିନ୍ତୁ ଏମାନେ ଯାହାକୁ ଗୋଟିଏ ବିଧର୍ମଦଳ ବୋଲି କହନ୍ତି, ମୁଁ ସେହି ମାର୍ଗ ଅନୁସାରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱରଙ୍କର ଉପାସନା କରିଥାଏ; ଯାହା ଯାହା ମୋଶାଙ୍କ ବ୍ୟବସ୍ଥା ଅନୁଯାୟୀ ଓ ଯାହା ଯାହା ଭାବବାଦୀଶାସ୍ତ୍ରରେ ଲିଖିତ ଅଛି, ସେହି ସବୁ ମୁଁ ବିଶ୍ୱାସ କରେ;
15
ପୁଣି, ଧାର୍ମିକ ଓ ଅଧାର୍ମିକ ଉଭୟଙ୍କର ପୁନରୁତ୍ଥାନ ହେବ ବୋଲି ଯାହା ଏମାନେ ନିଜେ ଅପେକ୍ଷା କରନ୍ତି, ମୁଁ ମଧ୍ୟ ଈଶ୍ୱରଙ୍କଠାରେ ସେହି ପ୍ରକାର ଭରସା ରଖିଅଛି ବୋଲି ଆପଣଙ୍କ ନିକଟରେ ସ୍ୱୀକାର କରୁଅଛି ।
16
ଏ ହେତୁରୁ ମୁଁ ମଧ୍ୟ ନିଜେ ସର୍ବଦା ଈଶ୍ୱରଙ୍କ ଓ ମନୁଷ୍ୟର ପ୍ରତି ନିର୍ଦ୍ଦୋଷ ବିବେକ ରକ୍ଷା କରିବାକୁ ଯତ୍ନ କରୁଥାଏ ।
17
ଅନେକ ବର୍ଷ ପରେ ମୁଁ ମୋର ଜାତି ନିକଟକୁ ଦାନ କରିବା ନିମନ୍ତେ ଓ ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ଆସିଥିଲି
18
ସେହି ସମୟରେ ଏମାନେ ମୋତେ ମନ୍ଦିରରେ ଶୁଚି ହୋଇଥିବାର ଦେଖିଲେ; ମୁଁ କୌଣସି ଜନତା କିମ୍ବା ଗଣ୍ଡଗୋଳରେ ମିଶି ନ ଥିଲି, କିନ୍ତୁ ଆସିଆର କେତେକ ଯିହୂଦୀ ଥିଲେ;
19
ଯଦି ସେମାନଙ୍କର ମୋ, ବିରୁଦ୍ଧରେ କୌଣସି କଥା ଥାଆନ୍ତା, ତାହାହେଲେ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଅଭିଯୋଗ କରିବା ସେମାନଙ୍କର ଉଚିତ ହୋଇଥାଆନ୍ତା
20
ନତୁବା ମୃତମାନଙ୍କ ପୁନରୁତ୍ଥାନ ସମ୍ବନ୍ଧରେ ମୁଁ ଆଜି ଆପଣମାନଙ୍କ ସମ୍ମୁଖରେ ବିଚାରିତ ହେଉଅଛି ବୋଲି ମୁଁ ସେମାନଙ୍କ ମଧ୍ୟରେ ଠିଆ ହୋଇ ଉଚ୍ଚସ୍ୱରରେ ଏହି ଯେଉଁ କଥା କହିଥିଲି,
21
କେବଳ ସେହି ଗୋଟିଏ କଥା ଛଡ଼ା ମୁଁ ମହାସଭା ସମ୍ମୁଖରେ ଠିଆ ହେବା ସମୟରେ ଏମାନେ ମୋହର କି ଦୋଷ ପାଇଅଛନ୍ତି ତାହା ଏମାନେ ନିଜେ କହନ୍ତୁ ।
22
କିନ୍ତୁ ଫେଲୀକ୍ସ୍ ସେହି ମାର୍ଗ ବିଷୟ କେତେକ ପରିମାଣରେ ଜାଣିଥିବାରୁ ବିଚାର ସ୍ଥଗିତ ରଖି କହିଲେ, ସହସ୍ରସେନାପତି ଲୂସୀୟା ଆସିଲେ ଆମ୍ଭେ ତୁମ୍ଭମାନଙ୍କ ବିଷୟ ନିଷ୍ପତ୍ତି କରିବା
23
ପୁଣି, ସେ ଶତସେନାପତିଙ୍କି ତାଙ୍କର କୌଣସି ଆତ୍ମୀୟ ସ୍ୱଜନଙ୍କୁ ତାହାଙ୍କର ସେବା କରିବା ପାଇଁ ବାରଣ ନ କରିବାକୁ, ପୁଣି, ତାଙ୍କୁ ବନ୍ଦୀରୂପେ ରକ୍ଷା କରି ତାଙ୍କ ପ୍ରତି କୋମଳ ବ୍ୟବହାର କରିବାକୁ ଆଦେଶ ଦେଲେ ।
24
କେତେକ ଦିନ ପରେ ଫେଲୀକ୍ସ୍ ଦ୍ରୂସିଲ୍ଲା ନାମ୍ନୀ ଆପଣା ଯିହୂଦୀୟା ଭାର୍ଯ୍ୟାଙ୍କ ସହିତ ଆସି ପାଉଲଙ୍କୁ ଡକାଇ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ବିଷୟ ତାଙ୍କଠାରୁ ଶୁଣିଲେ ।
25
କିନ୍ତୁ ସେ ଧାର୍ମିକତା, ଆତ୍ମସଂଯମ ଓ ଆଗାମୀ ବିଚାର ବିଷୟରେ କଥା କହିବା ସମୟରେ ଫେଲୀକ୍ସ୍ ଭୟର ସହିତ ଉତ୍ତର ଦେଲେ, ବର୍ତ୍ତମାନ ତୁମ୍ଭେ ଯାଅ, ସୁବିଧା ସମୟ ପାଇଲେ ଆମ୍ଭେ ତୁମ୍ଭକୁ ଡକାଇବା ।
26
ଆହୁରି ମଧ୍ୟ ପାଉଲ ତାଙ୍କୁ ଲାଞ୍ଚ ଦେବେ ବୋଲି ସେ ଆଶା କରୁଥିଲେ, ସେଥିପାଇଁ ଥରକୁଥର ତାଙ୍କୁ ଡକାଇ ତାଙ୍କ ସହିତ କଥାବାର୍ତ୍ତା କରୁଥିଲେ ।
27
କିନ୍ତୁ ଦୁଇ ବର୍ଷ ପୂର୍ଣ୍ଣ ହେଲା ଉତ୍ତାରେ ପର୍କୀୟ ଫେଷ୍ଟସ୍ ଫେଲୀକସ୍ଙ୍କ ପଦରେ ନିଯୁକ୍ତ ହେଲେ, ଆଉ ଫେଲୀକ୍ସ୍ ଯିହୂଦୀମାନଙ୍କ ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ବନ୍ଦୀ ଅବସ୍ଥାରେ ରଖି ଚାଲିଗଲେ ।
← Chapter 23
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 25 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28