bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
Acts 26
Acts 26
Odia IRV 2017 (ଓଡିଆ ବାଇବେଲ)
← Chapter 25
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 27 →
1
ସେଥିରେ ଆଗ୍ରିପ୍ପା ପାଉଲଙ୍କୁ କହିଲେ, ତୁମ୍ଭକୁ ଆପଣା ସପକ୍ଷରେ କଥା କହିବା ନିମନ୍ତେ ଅନୁମତି ଦିଆଗଲା । ସେଥିରେ ପାଉଲ ହସ୍ତ ବିସ୍ତାର କରି ଆପଣା ପକ୍ଷ ସମର୍ଥନ କରିବାକୁ ଲାଗିଲେ,
2
ହେ ରାଜନ ଆଗ୍ରିପ୍ପା, ଯିହୂଦୀମାନେ ମୋ ବିରୁଦ୍ଧରେ ଯେ ସମସ୍ତ ଅଭିଯୋଗ କରୁଅଛନ୍ତି, ସେ ସମ୍ବନ୍ଧରେ ମୁଁ ଯେ ଆଜି ଆପଣଙ୍କ ଛାମୁରେ ଆତ୍ମପକ୍ଷ ସମର୍ଥନ କରିବାକୁ ସୁଯୋଗ ପାଇଅଛି, ଏଥିପାଇଁ ମୁଁ ଆପଣଙ୍କୁ ସମୃଦ୍ଧିମାନ ମନେ କରୁଅଛି,
3
ବିଶେଷରେ ଏହି କାରଣରୁ ଯେ, ଆପଣ ଯିହୂଦୀମାନଙ୍କ ମଧ୍ୟରେ ପ୍ରଚଳିତ ସମସ୍ତ ରୀତିନୀତି ଓ ମତାମତ ସମ୍ବନ୍ଧରେ ନିପୁଣ ଅଟନ୍ତି; ଏଥିପାଇଁ ଧୈର୍ଯ୍ୟ ଧରି ମୋହର କଥା ଶୁଣିବା ନିମନ୍ତେ ମୁଁ ଆପଣଙ୍କୁ ବିନତି କରୁଅଛି ।
4
ଯୌବନକାଳାବଧି ଆଦ୍ୟରୁ ସ୍ୱଜାତି ମଧ୍ୟରେ ଓ ଯିରୂଶାଲମରେ ମୋହର ଆଚାର ବ୍ୟବହାର ଯିହୂଦୀମାନେ ସମସ୍ତେ ଜାଣନ୍ତି;
5
ସେମାନେ ମୋତେ ପ୍ରଥମରୁ ଜାଣିଥିବାରୁ ଯଦି ଇଚ୍ଛା କରନ୍ତି, ତେବେ ସାକ୍ଷ୍ୟ ଦେଇ ପାରନ୍ତି ଯେ, ମୁଁ ଆମ୍ଭମାନଙ୍କ ଧର୍ମର ସର୍ବାପେକ୍ଷା କଠୋର ମତ ଅନୁସାରେ ଫାରୂଶୀ ହୋଇ ଜୀବନ ଯାପନ କଲି ।
6
ପୁଣି, ଆମ୍ଭମାନଙ୍କ ପିତୃପୁରୁଷଙ୍କ ନିକଟରେ ଈଶ୍ୱର ଯେଉଁ ପ୍ରତିଜ୍ଞା କରିଥିଲେ, ସେହି ପ୍ରତିଜ୍ଞାର ପ୍ରତ୍ୟାଶା ନିମନ୍ତେ ମୁଁ ବିଚାରିତ ହେବା ପାଇଁ ଏବେ ଠିଆ ହୋଇଅଛି |
7
ଆମ୍ଭମାନଙ୍କ ବାର ଗୋଷ୍ଠୀ ସେହି ପ୍ରତିଜ୍ଞାର ଫଳ ପ୍ରାପ୍ତି ଆଶାରେ ଦିବାରାତ୍ର ଏକାଗ୍ର ଚିତ୍ତରେ ଈଶ୍ୱରଙ୍କ ସେବା କରୁଅଛନ୍ତି । ହେ ରାଜନ, ସେହି ପ୍ରତ୍ୟାଶା ହେତୁ ମୁଁ ଯିହୂଦୀମାନଙ୍କ ଦ୍ୱାରା ଅଭିଯୁକ୍ତ ହେଉଅଛି ।
8
ଈଶ୍ୱର ଯେ ମୃତମାନଙ୍କୁ ଉଠାନ୍ତି, ତାହା କାହିଁକି ଆପଣମାନଙ୍କ ବିଚାରରେ ଅବିଶ୍ୱାସ୍ୟ ବୋଲି ବୋଧ ହୁଏ?
9
ନାଜରିତୀୟ ଯୀଶୁଙ୍କ ନାମ ବିରୁଦ୍ଧରେ ମୋହର ଅନେକ କାର୍ଯ୍ୟ କରିବା ଯେ କର୍ତ୍ତବ୍ୟ ଏହା ମୁଁ ନିଜେ ମନେ କରିଥିଲି ।
10
ଆଉ, ଯିରୂଶାଲମରେ ମୁଁ ଏହା ମଧ୍ୟ କରିଥିଲି, ପ୍ରଧାନ ଯାଜକମାନଙ୍କଠାରୁ କ୍ଷମତା ପ୍ରାପ୍ତ ହୋଇ ସାଧୁମାନଙ୍କ ମଧ୍ୟରୁ ଅନେକଙ୍କୁ କାରାଗାରରେ ବନ୍ଦ କରିଥିଲି, ପୁଣି, ସେମାନଙ୍କ ପ୍ରାଣଦଣ୍ଡ ସମୟରେ ମୁଁ ମଧ୍ୟ ସେମାନଙ୍କ ବିରୁଦ୍ଧରେ ମୋହର ମତ ଦେଇଥିଲି,
11
ଆଉ ସମସ୍ତ ସମାଜଗୃହରେ ଥରକୁଥର ସେମାନଙ୍କୁ ଶାସ୍ତି ଦେଇ ଯୀଶୁଙ୍କ ନିନ୍ଦା କରିବା ନିମନ୍ତେ ସେମାନଙ୍କୁ ବାଧ୍ୟ କରୁଥିଲି, ପୁଣି, ସେମାନଙ୍କ ବିରୁଦ୍ଧରେ ଅତ୍ୟନ୍ତ ଉନ୍ନତ୍ତ ହୋଇ ବିଦେଶୀୟ ନଗରଗୁଡ଼ିକ ପର୍ଯ୍ୟନ୍ତ ସୁଧା ସେମାନଙ୍କୁ ତାଡ଼ନା କରୁଥିଲି ।
12
ଏହି ଉଦ୍ଦେଶ୍ୟରେ ପ୍ରଧାନ ଯାଜକମାନଙ୍କଠାରୁ କ୍ଷମତା ଓ ଆଦେଶପତ୍ର ଘେନି ଦମ୍ମେସକକୁ ଯାଉଥିବା ସମୟରେ,
13
ହେ ରାଜନ, ମଧ୍ୟାହ୍ନ କାଳରେ ପଥ ମଧ୍ୟରେ ଆକାଶରୁ ସୂର୍ଯ୍ୟଠାରୁ ଅଧିକ ତେଜୋମୟ ଆଲୋକ ମୋହର ଓ ମୋ' ସହଯାତ୍ରୀମାନଙ୍କ ଚତୁର୍ଦିଗରେ ପ୍ରକାଶମାନ ହେବାର ଦେଖିଲି ।
14
ଆମ୍ଭେମାନେ ସମସ୍ତେ ଭୂମିରେ ପଡ଼ିଯାଆନ୍ତେ, ମୁଁ ଏବ୍ରୀ ଭାଷାରେ ମୋ, ପ୍ରତି ଏହି ବାଣୀ ଶୁଣିଲି, ଶାଉଲ, ଶାଉଲ, କାହିଁକି ଆମ୍ଭକୁ ତାଡ଼ନା କରୁଅଛ? ପାଞ୍ଚଣ କଣ୍ଟାମୁନରେ ଗୋଇଠା ମାରିବା ତୁମ୍ଭ ପକ୍ଷରେ କଷ୍ଟକର ।
15
ସେଥିରେ ମୁଁ କହିଲି, ପ୍ରଭୁ, ଆପଣ କିଏ? ତେଣୁ ପ୍ରଭୁ କହିଲେ ଯେଉଁ ଯୀଶୁଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି ।
16
କିନ୍ତୁ ଉଠ, ପାଦରେ ଭରା ଦେଇ ଠିଆ ହୁଅ, କାରଣ ଆମ୍ଭେ ତୁମ୍ଭକୁ ଆମ୍ଭର ସେବକ, ଆଉ ତୁମ୍ଭେ ଆମ୍ଭର ଯେଉଁ ଯେଉଁ ଦର୍ଶନ ପାଇଅଛ ଓ ପାଇବ, ସେହି ସମସ୍ତ ବିଷୟର ସାକ୍ଷୀସ୍ୱରୂପେ ମନୋନୀତ କରିବା ଉଦ୍ଦେଶ୍ୟରେ ତୁମ୍ଭକୁ ଦର୍ଶନ ଦେଇଅଛୁ ।
17
ସ୍ୱଜାତି ଓ ଅଣଯିହୂଦୀମାନେ ଯେପରି ଅନ୍ଧକାରରୁ ଆଲୋକ ପ୍ରତି ଓ ଶୟତାନର ଶକ୍ତିରୁ ଈଶ୍ୱରଙ୍କ ପ୍ରତି ଫେରନ୍ତି, ପୁଣି, ପାପ କ୍ଷମା ଓ ଆମ୍ଭଠାରେ ବିଶ୍ୱାସ ଦ୍ୱାରା ପବିତ୍ରୀକୃତ ଲୋକମାନଙ୍କ ମଧ୍ୟରେ ଅଧିକାରପ୍ରାପ୍ତ ହୁଅନ୍ତି,
18
ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ମୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ ।
19
ଅତଏବ, ହେ ରାଜନ ଆଗ୍ରିପ୍ପା ମୁଁ ସେହି ସ୍ୱର୍ଗୀୟ ଦର୍ଶନର ଅବାଧ୍ୟ ହେଲି ନାହିଁ,
20
କିନ୍ତୁ ପ୍ରଥମେ ଦମ୍ମେସକର ଓ ଯିରୂଶାଲମର ଲୋକମାନଙ୍କ ନିକଟରେ, ପରେ ଯିହୂଦା ପ୍ରଦେଶର ସମସ୍ତ ଅଞ୍ଚଳରେ, ପୁଣି, ଅଣଯିହୂଦୀମାନଙ୍କ ନିକଟରେ ମଧ୍ୟ ପ୍ରଚାର କରିବାକୁ ଲାଗିଲି, ଯେପରି ସେମାନେ ମନ ପରିବର୍ତ୍ତନ କରି ଈଶ୍ୱରଙ୍କ ପ୍ରତି ଫେରିଆସନ୍ତି ଓ ମନପରିବର୍ତ୍ତନର ଉପଯୁକ୍ତ କାର୍ଯ୍ୟ କରନ୍ତି ।
21
ଏହି କାରଣରୁ ଯିହୂଦୀମାନେ ମନ୍ଦିରର ମଧ୍ୟରେ ମୋତେ ଧରି ବଧ କରିବାକୁ ଚେଷ୍ଟା କରୁଥିଲେ ।
22
ଅତଏବ, ଈଶ୍ୱରଙ୍କଠାରୁ ସାହାଯ୍ୟ ପ୍ରାପ୍ତ ହୋଇ ମୁଁ ଆଜି ପର୍ଯ୍ୟନ୍ତ କ୍ଷୁଦ୍ର ଓ ମହାନ ସମସ୍ତଙ୍କ ନିକଟରେ ସାକ୍ଷ୍ୟ ଦେଇ ଆସୁଅଛି, ପୁଣି, ଭାବବାଦୀମାନେ ଓ ମୋଶା ଯାହା ଯାହା ଘଟିବ ବୋଲି କହିଅଛନ୍ତି, ସେହି ସବୁ ଛଡ଼ା ଆଉ କିଛି କହୁ ନାହିଁ,
23
ଅର୍ଥାତ୍ ଖ୍ରୀଷ୍ଟ ନିଶ୍ଚୟ ଦୁଃଖଭୋଗ କରି ପୁଣି, ପ୍ରଥମେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥିତ ହୋଇ ସ୍ୱଜାତି ଓ ଅଣଯିହୂଦୀମାନଙ୍କ ନିକଟରେ ଆଲୋକ ପ୍ରକାଶ କରିବେ ।
24
ଏହି ପ୍ରକାରେ ସେ ଅାତ୍ମପକ୍ଷ ସମର୍ଥନ କରୁଥିବା ସମୟରେ ଫେଷ୍ଟସ୍ ଉଚ୍ଚସ୍ୱରରେ କହିଲେ, ପାଉଲ, ତୁମ୍ଭେ ପାଗଳ; ବହୁ ବିଦ୍ୟା ତୁମ୍ଭକୁ ପାଗଳ କରୁଅଛି ।
25
କିନ୍ତୁ ପାଉଲ କହିଲେ, ହେ ମହାମହିମ ଫେଷ୍ଟସ୍, ମୁଁ ପାଗଳ ନୁହେଁ, ମାତ୍ର ସତ୍ୟ ଓ ସ୍ଥିର ବୁଦ୍ଧିର ବାକ୍ୟ ବ୍ୟକ୍ତ କରୁଅଛି ।
26
ରାଜା ତ ଏସମସ୍ତ ବିଷୟ ଜାଣନ୍ତି, ଆଉ ମୁଁ ତାଙ୍କ ଛାମୁରେ ମଧ୍ୟ ସାହସରେ କଥା କହୁଅଛି, କାରଣ ଏହି ସମସ୍ତ ବିଷୟର କୌଣସି କଥା ତାଙ୍କର ଅଜଣା ନାହିଁ ବୋଲି ମୋହର ବିଶ୍ୱାସ; ଏହା ତ ଗୋପନରେ କରା ହୋଇ ନାହିଁ ।
27
ହେ ରାଜନ ଅାଗ୍ରିପ୍ପା, ଆପଣ କ'ଣ ଭାବବାଦୀମାନଙ୍କୁ ବିଶ୍ୱାସ କରନ୍ତି? ଆପଣ ବିଶ୍ୱାସ କରନ୍ତି ବୋଲି ମୁଁ ଜାଣେ ।
28
ସେଥିରେ ଆଗ୍ରିପ୍ପା ପାଉଲଙ୍କୁ କହିଲେ, ଅଳ୍ପ କଥାରେ ତ ତୁମ୍ଭେ ଆମ୍ଭକୁ ଖ୍ରୀଷ୍ଟିଆନ କରି ପାର ବୋଲି ମନେ କରୁଅଛ ।
29
ପାଉଲ କହିଲେ, ଅଳ୍ପରେ ହେଉ କି ବହୁତରେ ହେଉ, କେବଳ ଆପଣ ନୁହଁନ୍ତି, ମାତ୍ର ଯେତେ ଲୋକ ଆଜି ମୋର କଥା ଶୁଣୁଅଛନ୍ତି, ଯେପରି ସେମାନେ ସମସ୍ତେ ସୁଦ୍ଧା ଏହି ବନ୍ଧନ ବିନା ମୋହରି ପରି ହୁଅନ୍ତି, ଏହା ମୁଁ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଅଛି ।
30
ସେଥିରେ ରାଜା, ଶାସନକର୍ତ୍ତା, ବର୍ଣ୍ଣୀକୀ ଓ ସେମାନଙ୍କ ସହିତ ବସିଥିବା ବ୍ୟକ୍ତିମାନେ ଉଠିଯାଇ,
31
ଅନ୍ତର ହୋଇ ପରସ୍ପର କଥାବାର୍ତ୍ତା କରୁ କରୁ କହିଲେ, ଏହି ଲୋକ ମୃତ୍ୟୁ କି ବନ୍ଧନ ଯୋଗ୍ୟ କୌଣସି କର୍ମ କରି ନାହିଁ ।
32
ଆଉ ଆଗ୍ରିପ୍ପା ଫେଷ୍ଟସଙ୍କୁ କହିଲେ, ଏହି ଲୋକ ଯଦି କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରି ନ ଥାଆନ୍ତା, ତେବେ ମୁକ୍ତ କରାଯାଇ ପାରିଥାଆନ୍ତା ।
← Chapter 25
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 27 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28