bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
Acts 27
Acts 27
Odia IRV 2017 (ଓଡିଆ ବାଇବେଲ)
← Chapter 26
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 28 →
1
ଯେତେବେଳେ ଆମ୍ଭମାନଙ୍କର ଜାହାଜରେ ଚଢ଼ି ଇତାଲିଆକୁ ଯିବା ନିମନ୍ତେ ସ୍ଥିର ହୋଇଥିଲା, ସେତେବେଳେ ପାଉଲ ଓ ଅନ୍ୟ କେତେକ ବନ୍ଦୀ ରାଜକୀୟ ସୈନ୍ୟଦଳର ଯୂଲିଅ ନାମକ ଜଣେ ଶତସେନାପତିଙ୍କ ହସ୍ତରେ ସମର୍ପିତ ହେଲେ ।
2
ସେଥିରେ ଆସିଆ ଉପକୂଳରେ ବିଭିନ୍ନ ସ୍ଥାନକୁ ଯିବା ନିମନ୍ତେ ଉଦ୍ୟତ ଗୋଟିଏ ଆଦ୍ରାମୁତ୍ତୀୟ ଜାହାଜରେ ଆମ୍ଭେମାନେ ଚଢ଼ି ଜାହାଜ ଫିଟାଇଦେଲୁ; ଆଉ ମାକିଦନିଆର ଆରିସ୍ତାର୍ଖ ନାମକ ଜଣେ ଥେସଲନୀକୀୟ ଲୋକ ଆମ୍ଭମାନଙ୍କ ସାଙ୍ଗରେ ଥିଲେ ।
3
ପରଦିନ ଆମ୍ଭେମାନେ ସୀଦୋନରେ ପହଞ୍ଚିଲୁ, ଆଉ ଯୂଲିଅ ପାଉଲଙ୍କ ପ୍ରତି ସଦୟ ବ୍ୟବହାର କରି ଆପଣା ମିତ୍ରମାନଙ୍କ ପାଖକୁ ଯାଇ ସେବା ପାଇବା ନିମନ୍ତେ ଅନୁମତି ଦେଲେ ।
4
ସେହି ସ୍ଥାନରୁ ଜାହାଜ ଫିଟାଇ ପ୍ରତିକୂଳ ପବନ ହେତୁ ଆମ୍ଭେମାନେ କୁପ୍ରର ଆଶ୍ରୟସ୍ଥଳୀ ଦେଇ ଯାତ୍ରା କରି,
5
କିଲିକିୟା ଓ ପଂଫୂଲିଆ ସମ୍ମୁଖସ୍ଥ ସମୁଦ୍ର ପାର ହୋଇ ଲୁକିଆର ମୁରାକୁ ଆସିଲୁ ।
6
ସେଠାରେ ଶତସେନାପତି ଇତାଲିଆକୁ ଯାଉଥିବା ଗୋଟିଏ ଆଲେକଜାଣ୍ଡ୍ରୀୟ ଜାହାଜ ପାଇ ସେଥିରେ ଆମ୍ଭମାନଙ୍କୁ ଚଢ଼ାଇଦେଲେ ।
7
ପରେ ଅନେକ ଦିନ ପର୍ଯ୍ୟନ୍ତ ଧିରେ ଧିରେ ଯାଇ କଷ୍ଟରେ କ୍ନିଦର ସମ୍ମୁଖରେ ଉପସ୍ଥିତ ହୋଇ ପବନ ଆମ୍ଭମାନଙ୍କୁ ଆଗକୁ ଯିବାକୁ ଛାଡ଼ି ନ ଦେବାରୁ ସାଲ୍ମୋନୀର ସମ୍ମୁଖ ଦେଇ କ୍ରୀତୀର ଆଶ୍ରୟସ୍ଥଳୀ ଦେଇ ଯାତ୍ରା କଲୁ,
8
ପୁଣି, କଷ୍ଟରେ କୂଳେ କୂଳେ ଯାଇ 'ସୁନ୍ଦର ବନ୍ଦର' ନାମକ ଗୋଟିଏ ସ୍ଥାନକୁ ଆସିଲୁ; ଲାସାୟା ସେଥିର ନିକଟବର୍ତ୍ତୀ ।
9
ଏହି ପ୍ରକାରେ ଅନେକ ସମୟ ଅତିବାହିତ ହେଲା, ପୁଣି, ଜଳଯାତ୍ରା ବର୍ତ୍ତମାନ ବିପଦଜନକ ହୋଇ ପଡ଼ିଲା, କାରଣ ସେତେବେଳେ ଉପବାସ ପର୍ବ ସମାପ୍ତ ହୋଇଥିଲା । ଏଣୁ ପାଉଲ ସେମାନଙ୍କୁ ସତର୍କ କରାଇ କହିଲେ,
10
ମହାଶୟମାନେ ଏହି ଜଳଯାତ୍ରା ଯେ କେବଳ ମାଲ ଓ ଜାହାଜର ଅନିଷ୍ଟ ହେବ, ତାହା ନୁହେଁ, ମାତ୍ର ଆମ୍ଭମାନଙ୍କ ପ୍ରାଣର ମଧ୍ୟ ଯେ ଅନିଷ୍ଟ ଓ କ୍ଷତିକାରକ ହେବ, ଏହା ମୁଁ ଜାଣୁଅଛି ।
11
କିନ୍ତୁ ଶତସେନାପତି ପାଉଲଙ୍କ କଥା ଅପେକ୍ଷା ଜାହାଜର ଚାଳକ ଓ ଅଧିକାରୀଙ୍କ କଥାରେ ଅଧିକ ମନୋଯୋଗ କଲେ ।
12
ଆଉ ସେହି ବନ୍ଦରଟି ଶୀତକାଳ କଟାଇବା ନିମନ୍ତେ ସୁବିଧାଜନକ ନ ଥିବାରୁ କୌଣସି ପ୍ରକାରେ ଫୈନିକ୍ସ୍ ରେ ପହଞ୍ଚି ସେଠାରେ ଶୀତକାଳ କଟାଇବା ନିମନ୍ତେ ସେଠାରୁ ଜାହାଜ ଛାଡ଼ିଦେବାକୁ ଅଧିକାଂଶ ଲୋକ ପରାମର୍ଶ ଦେଲେ; ସେହି ଫୈନିକ୍ସ୍ କ୍ରୀତୀର ଗୋଟିଏ ବନ୍ଦର, ତାହା ଉତ୍ତରପୂର୍ବ ଓ ଦକ୍ଷିଣପୂର୍ବ ଅଭିମୁଖୀ ।
13
ପରେ ଦକ୍ଷିଣା ପବନ ଧୀରେ ଧୀରେ ବହିବାରୁ ସେମାନେ ନିଜ ନିଜର ଉଦ୍ଦେଶ୍ୟ ସଫଳ ହେଲା ବୋଲି ମନେ କରି ଲଙ୍ଗର (ଛୋଟ ଲଙ୍ଗରରେ ବନ୍ଧା ହୋଇଥିବା ମୋଟା ଦୌଡ଼ିରେ ନୌକାକୁ ଟାଣିବା), ତୋଳି କ୍ରୀତୀର କୂଳର ଅତି ନିକଟ ଦେଇ ଯିବାକୁ ଲାଗିଲେ ।
14
କିନ୍ତୁ ଅଳ୍ପ ସମୟ ଉତ୍ତାରେ, ଯାହାକୁ ଇଉରକ୍ୱିଲୋ ବୋଲି କହନ୍ତି, ସେହି ପ୍ରଚଣ୍ଡ ପବନ କୂଳରୁ ବହି ଆଘାତ କରିବାକୁ ଲାଗିଲା ।
15
ଜାହାଜଟି ତୋଫାନରେ ପଡ଼ି ପବନର ସମ୍ମୁଖିନ ହୋଇ ନ ପାରିବାରୁ ଆମ୍ଭେମାନେ ତାହାକୁ ଭାସିଯିବାକୁ ଛାଡ଼ିଦେଲୁ ।
16
ପୁଣି, କ୍ଲାଉଦ ନାମକ ଗୋଟିଏ କ୍ଷୁଦ୍ର ଦ୍ୱୀପର ଆଶ୍ରୟସ୍ଥଳୀରେ ଯାଇ କଷ୍ଟରେ ଜାହାଜର ନୌକାଖଣ୍ଡିକ ଧରି ରକ୍ଷା କରିବାକୁ ସକ୍ଷମ ହେଲୁ,
17
ଆଉ ସେମାନେ ତାହାକୁ ଉଠାଇନେଲା ଉତ୍ତାରେ ନାନା ଉପାୟରେ ଜାହାଜକୁ ତଳୁ ଘେରିଦେଇ ବାନ୍ଧିଲେ, ପୁଣି, କାଳେ ସେମାନେ ସୁର୍ତ୍ତି ନାମକ ଚଡ଼ାରେ (ଭୂସଂଲଘ୍ନ ବାଲିରେ) ଲାଗିଯିବେ, ଏହି ଭୟରେ ପାଲସବୁ ପକାଇଦେଇ ଭାସିବାକୁ ଲାଗିଲେ ।
18
ତୋଫାନରେ ଆମ୍ଭମାନଙ୍କର ଅତିଶୟ କଷ୍ଟ ହେବାରୁ ତହିଁ ଆରଦିନ ନାବିକମାନେ ମାଲ ଫୋପାଡ଼ିବାକୁ ଲାଗିଲେ,
19
ପୁଣି, ତୃତୀୟ ଦିନରେ ନିଜ ହାତରେ ଜାହାଜର ସରଞ୍ଜାମସବୁ ଫୋପାଡ଼ିଦେଲେ ।
20
ଅନେକ ଦିନ ପର୍ଯ୍ୟନ୍ତ ସୂର୍ଯ୍ୟ କି ନକ୍ଷତ୍ର ଦେଖା ନ ଯିବାରୁ, ପୁଣି, ଭୀଷଣ ଝଡ଼ ଲାଗିରହିବାରୁ ଶେଷରେ ଆମ୍ଭମାନଙ୍କ ରକ୍ଷା ପାଇବାର ସମସ୍ତ ଆଶା ଦୂର ହେଲା ।
21
ଆଉ, ସମସ୍ତେ ଅନେକ ଦିନ ପର୍ଯ୍ୟନ୍ତ ଅନାହାରରେ ରହିଲା ପରେ ପାଉଲ ସେମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ, ମହାଶୟମାନେ, ମୋହର କଥା ମାନି କ୍ରୀତୀରୁ ଜାହାଜ ନ ଫିଟାଇବା, ପୁଣି, ଏହି ଅନିଷ୍ଟ ଓ କ୍ଷତି ନିବାରଣ କରିବା ଆପଣମାନଙ୍କର ଉଚିତ ଥିଲା ।
22
ଯାହା ହେଉ, ଏବେ ମୁଁ ଆପଣମାନଙ୍କୁ କହୁଅଛି, ସାହାସ ଧରନ୍ତୁ, କାରଣ ଆପଣମାନଙ୍କ ମଧ୍ୟରେ କାହାର ପ୍ରାଣନାଶ ହେବ ନାହିଁ, କେବଳ ଜାହାଜ ନଷ୍ଟ ହେବ ।
23
ଯେଣୁ ମୁଁ ଯେଉଁ ଈଶ୍ୱରଙ୍କର ଲୋକ, ପୁଣି, ଯାହାଙ୍କର ମଧ୍ୟ ମୁଁ ସେବା କରେ, ତାହାଙ୍କର ଜଣେ ଦୂତ ଏହି ରାତ୍ରିରେ ମୋ ପାଖରେ ଠିଆ ହୋଇ କହିଲେ,
24
ପାଉଲ, ଭୟ କର ନାହିଁଁ; କାଇସରଙ୍କର ସମ୍ମୁଖରେ ତୁମ୍ଭକୁ ଠିଆ ହେବାକୁ ହେବ, ଆଉ ଦେଖ, ତୁମ୍ଭର ସହଯାତ୍ରୀ ସମସ୍ତଙ୍କୁ ଈଶ୍ୱର ତୁମ୍ଭକୁ ଦାନ କରିଅଛନ୍ତି ।
25
ଅତଏବ, ମହାଶୟମାନେ, ସାହସ ଧରନ୍ତୁ, କାରଣ ଈଶ୍ୱରଙ୍କଠାରେ ମୋହର ବିଶ୍ୱାସ ଅଛି ଯେ, ମୋତେ ଯେପରି କୁହା ହୋଇଅଛି, ଠିକ୍ ସେହିପରି ଘଟିବ ।
26
କିନ୍ତୁ ଆମ୍ଭମାନଙ୍କୁ କୌଣସି ଗୋଟିଏ ଦ୍ୱୀପରେ ଯାଇ ପଡ଼ିବାକୁ ହେବ ।
27
ଏହି ରୂପେ ଆମ୍ଭେମାନେ ଆଦ୍ରିଆ ସମୁଦ୍ରରେ ଇତଃସ୍ତତଃ ଚାଳିତ ହେଉ ହେଉ ଯେତେବେଳେ ଚତୁର୍ଦ୍ଦଶ ରାତ୍ରି ଉପସ୍ଥିତ ହେଲା, ସେତେବେଳେ ପ୍ରାୟ ଅର୍ଦ୍ଧରାତ୍ରି ସମୟରେ ନାବିକମାନେ କୌଣସି ସ୍ଥଳର ନିକଟବର୍ତ୍ତୀ ହେଉଛନ୍ତି ବୋଲି ଅନୁମାନ କଲେ ।
28
ଏଣୁ ସେମାନେ ମାପ କରି ଶହେ କୋଡ଼ିଏ ଫୁଟ ଗଭୀରର ପାନୀ ପାଇଲେ ପୁଣି ଟିକିଏ ଆଗକୁ ଯାଇ ଆଉ ଥରେ ମାପ କରି ନବେ ଫୁଟ ଗଭୀରର ପାଣି ପାଇଲେ ।
29
କାଳେ ଆମ୍ଭେମାନେ କୌଣସି ପଥୁରିଆ ଭୁଇଁରେ ଯାଇ ପଡ଼ୁ, ଏହି ଭୟରେ ସେମାନେ ଚାରିଟା ଲଙ୍ଗର ପକାଇଦେଇ ଦିନ ଅପେକ୍ଷାରେ ରହିଲେ ।
30
ପୁଣି, ନାବିକମାନେ ଜାହାଜର ସମ୍ମୁଖଭାଗରୁ ଲଙ୍ଗର ପକାଇବା ଛଳରେ ନୌକାଖଣ୍ଡିକ ସମୁଦ୍ରକୁ ଓହ୍ଲାଇ ଦେଇ ଜାହାଜରୁ ପଳାଇଯିବା ନିମନ୍ତେ ଚେଷ୍ଟା କରନ୍ତେ,
31
ପାଉଲ ଶତସେନାପତି ଓ ସୈନ୍ୟମାନଙ୍କୁ କହିଲେ, ଏମାନେ ଜାହାଜରେ ନ ରହିଲେ ଆପଣମାନେ ରକ୍ଷା ପାଇ ପାରିବେ ନାହିଁ ।
32
ସେଥିରେ ସୈନ୍ୟମାନେ ନୌକାର ଦୌଡ଼ିସବୁ କାଟିଦେଇ ତାକୁ ଜଳରେ ପକାଇଦେଲେ ।
33
ଆଉ, ଦିନ ହୋଇ ଆସୁଥିବା ପର୍ଯ୍ୟନ୍ତ ପାଉଲ ସେମାନଙ୍କୁ କିଛି ଭୋଜନ କରିବା ନିମନ୍ତେ ଉତ୍ସାହ ଦେଇ କହିଲେ, ଆଜିକି ଚଉଦ ଦିନ ହେଲା ଆପଣମାନେ ଅପେକ୍ଷାରେ ଥାଇ କିଛି ଭୋଜନ ନ କରି ଅନାହାରରେ ରହିଅଛନ୍ତି ।
34
ଏଣୁ କିଛି ଭୋଜନ କରିବା ନିମନ୍ତେ ମୁଁ ଆପଣମାନଙ୍କୁ ପରାମର୍ଶ ଦେଉଅଛି, କାରଣ ତାହା ଅାପଣମାନଙ୍କ ରକ୍ଷା ନିମନ୍ତେ ପ୍ରୟୋଜନ; ଯେଣୁ ଆପଣମାନଙ୍କର କାହାରି ମସ୍ତକର ଗୋଟିଏ କେଶ ନଷ୍ଟ ହେବ ନାହିଁ ।
35
ସେ ଏହି ସବୁ କଥା କହି ରୁଟି ଘେନି ସମସ୍ତଙ୍କ ସାକ୍ଷାତରେ ଈଶ୍ୱରଙ୍କୁ ଧନ୍ୟବାଦ ଦେଇ ତାହା ଭାଙ୍ଗି ଭୋଜନ କରିବାକୁ ଲାଗିଲେ ।
36
ସେଥିରେ ସେମାନେ ସମସ୍ତେ ସାହାସ ପ୍ରାପ୍ତ ହୋଇ ନିଜେ ନିଜେ ମଧ୍ୟ ଭୋଜନ କଲେ ।
37
ଆମ୍ଭେମାନେ ଜାହାଜରେ ସର୍ବସୁଧା ଦୁଇ ଶହ ଛଅସ୍ତରୀ ଜଣ ପ୍ରାଣୀ ଥିଲୁ ।
38
ସେମାନେ ଯଥେଷ୍ଟ ଭୋଜନ କଲା ପରେ ସମୁଦ୍ରରେ ଗହମ ପକାଇଦେଇ ଜାହାଜକୁ ହାଲୁକା କରିବାକୁ ଲାଗିଲେ,
39
ଦିନ ହୁଅନ୍ତେ, ସେ ସ୍ଥଳ ସେମାନେ ଚିହ୍ନି ପାରିଲେ ନାହିଁ, ମାତ୍ର ସେମାନେ ବାଲିକୂଳ ଥିବା ଗୋଟିଏ ଖାଲ ଦେଖି କୌଣସି ପ୍ରକାରେ ସେଠାରେ ଜାହାଜ ଲଗାଇବା ନିମନ୍ତେ ପରାମର୍ଶ କଲେ ।
40
ଏଣୁ ସେମାନେ ଲଙ୍ଗରସବୁ କାଟି ସେଗୁଡ଼ିକ ସମୁଦ୍ରରେ ଛାଡ଼ି ଦେଲେ, ଆଉ ସାଙ୍ଗେ ସାଙ୍ଗେ ମଙ୍ଗର ଦୌଡ଼ିସବୁ ଫିଟାଇ ପବନ ଆଡ଼କୁ ଆଗ ପାଲ ଉଠାଇ କୂଳ ଆଡ଼କୁ ଯିବାକୁ ଚେଷ୍ଟା କଲେ ।
41
କିନ୍ତୁ ସେମାନେ ଦୁଇ ସମୁଦ୍ର ମିଶିଥିବା ସ୍ଥାନରେ ଯାଇ ପଡ଼ନ୍ତେ, ଜାହାଜଟି ଚଡ଼ାରେ(ଭୂସଂଲଘ୍ନ ବାଲିରେ) ଲାଗିଗଲା; ତା'ର ସମ୍ମୁଖଭାଗ ଲାଖିଯାଇ ଅଚଳ ହୋଇ ରହିଲା, କିନ୍ତୁ ପଛ ଭାଗ ତରଙ୍ଗର ପ୍ରଚଣ୍ଡତାରେ ଭାଙ୍ଗି ଯିବାକୁ ଲାଗିଲା ।
42
ସେତେବେଳେ କାଳେ ବନ୍ଦୀମାନଙ୍କ ମଧ୍ୟରୁ କେହି ପହଁରି ପଳାଇଯାଏ, ଏଥିପାଇଁ ସେମାନଙ୍କୁ ବଧ କରିବା ନିମନ୍ତେ ସୈନ୍ୟମାନେ ପରାମର୍ଶ କଲେ,
43
କିନ୍ତୁ ଶତସେନାପତି ପାଉଲଙ୍କୁ ରକ୍ଷା କରିବା ଇଚ୍ଛାରେ ସେମାନଙ୍କ ସଙ୍କଳ୍ପରୁ ସେମାନଙ୍କୁ କ୍ଷାନ୍ତ କରି ଆଜ୍ଞା ଦେଲେ ଯେ, ଯେଉଁମାନେ ପହଁରି ଜାଣନ୍ତି, ସେମାନେ ସମୁଦ୍ରରେ ଡେଇଁପଡ଼ିିି ପ୍ରଥମେ ସ୍ଥଳକୁ ଯାଆନ୍ତୁ,
44
ପୁଣି, ଅବଶିଷ୍ଟମାନଙ୍କ ମଧ୍ୟରୁ କେହି କେହି ତକ୍ତା(କାଠପଟା) ଓ ଆଉ କେହି କେହି ଜାହାଜର ଅନ୍ୟାନ୍ୟ ଭଙ୍ଗା ଖଣ୍ଡ ଧରି ଯାଉନ୍ତୁ । ଏହି ପ୍ରକାରେ ସମସ୍ତେ ନିରାପଦରେ ସ୍ଥଳରେ ପହଞ୍ଚିଲେ ।
← Chapter 26
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 28 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28