bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
Ecclesiastes 10
Ecclesiastes 10
Odia IRV 2017 (ଓଡିଆ ବାଇବେଲ)
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 11 →
1
ମଲା ମାଛି ଗନ୍ଧବଣିକର ସୁଗନ୍ଧି ତୈଳ ଦୁର୍ଗନ୍ଧ କରି ପକାଏ; ତଦ୍ରୂପ ଅଳ୍ପ ମୂର୍ଖତା ଜ୍ଞାନ ଓ ସମ୍ଭ୍ରମଠାରୁ ଅଧିକ ଭାରୀ।
2
ଜ୍ଞାନୀର ହୃଦୟ ତାହାକୁ ସଠିକ୍ ପଥରେ ନିଏ; ମାତ୍ର ମୂର୍ଖର ହୃଦୟ ତାହାକୁ ଭୁଲ୍ ପଥରେ ନିଏ।
3
ଆହୁରି, ମୂର୍ଖ ପଥରେ ଗମନ କଲା ବେଳେ ତାହାର ବୁଦ୍ଧିର ଅଭାବ ଦେଖାଯାଏ, ପୁଣି ସେ ପ୍ରତ୍ୟେକକୁ କହେ ଯେ, ସେ ମୂର୍ଖ।
4
ତୁମ୍ଭ ଉପରେ ଶାସନକର୍ତ୍ତାର ମନରେ ବିରୁଦ୍ଧଭାବ ଉତ୍ପନ୍ନ ହେଲେ, ଆପଣା ସ୍ଥାନ ଛାଡ଼ ନାହିଁ; କାରଣ ଅଧୀନତା ସ୍ୱୀକାର ଦ୍ୱାରା ମହା ମହା ଅନିଷ୍ଟ କ୍ଷାନ୍ତ ହୁଏ।
5
ମୁଁ ସୂର୍ଯ୍ୟ ତଳେ ଏକ ମନ୍ଦ ବିଷୟ ଦେଖିଅଛି, ତାହା ଶାସନକର୍ତ୍ତାଠାରୁ ଉତ୍ପନ୍ନ ଭୁଲ୍ ତୁଲ୍ୟ ଅଟେ;
6
ମୂର୍ଖତା ଅତି ଉଚ୍ଚ ପଦରେ ସ୍ଥାପିତ ହୁଏ, ପୁଣି ଧନୀ ନୀଚ ସ୍ଥାନରେ ବସେ।
7
ମୁଁ ଦାସମାନଙ୍କୁ ଅଶ୍ୱ ଉପରେ ଓ ଅଧିପତିମାନଙ୍କୁ ଦାସ ତୁଲ୍ୟ ପାଦଗତିରେ ଗମନ କରିବାର ଦେଖିଅଛି।
8
ଯେ ଗର୍ତ୍ତ ଖୋଳେ, ସେ ତହିଁରେ ପଡ଼ିବ ଓ ଯେଉଁ ଲୋକ ବେଢ଼ା ଭାଙ୍ଗେ, ତାହାକୁ ସର୍ପ କାମୁଡ଼ିବ।
9
ଯେଉଁ ଲୋକ ପଥର ଖୋଳେ, ସେ ତଦ୍ଦ୍ୱାରା ଆଘାତ ପାଇବ; ପୁଣି, ଯେ କାଠ ଚିରେ, ସେ ତଦ୍ଦ୍ୱାରା ଆପଦଗ୍ରସ୍ତ ହୁଏ।
10
ଲୁହା ଦନ୍ଥରା ହେଲେ ଯଦି କେହି ତାହାର ଦାଢ଼ ନ ପଜାଏ, ତେବେ ତାହା ଉତ୍ତାରେ ଅଧିକ ବଳ ପ୍ରୟୋଗ କରିବାକୁ ହୁଏ; ମାତ୍ର କର୍ତ୍ତବ୍ୟକୁ ଦେଖାଇବା ପାଇଁ ଜ୍ଞାନ ଫଳଦାୟକ।
11
ସର୍ପ ମନ୍ତ୍ରମୁଗ୍ଧ ହେବା ପୂର୍ବରୁ କାମୁଡ଼ିଲେ ଗୁଣିଆର କିଛି ଲାଭ ନାହିଁ।
12
ଜ୍ଞାନୀର ମୁଖର ବାକ୍ୟ ଅନୁଗ୍ରହଜନକ; ମାତ୍ର ମୂର୍ଖର ନିଜ ଓଷ୍ଠାଧର ତାହାକୁ ଗ୍ରାସ କରିବ।
13
ତାହାର ମୁଖର ବାକ୍ୟାରମ୍ଭ ଅଜ୍ଞାନତା ଅଟେ ଓ ତାହାର କଥାର ଶେଷ ଦୁଃଖଦାୟୀ ପାଗଳାମି ଅଟେ।
14
ମୂର୍ଖ ବହୁତ କଥା କହେ; ତଥାପି କଅଣ ହେବ, ମନୁଷ୍ୟ ଜାଣେ ନାହିଁ; ଆଉ, ତାହା ଉତ୍ତାରେ ଯାହା ଘଟିବ, କିଏ ତାହାକୁ ଜଣାଇ ପାରେ?
15
ପ୍ରତ୍ୟେକ ମୂର୍ଖର ପରିଶ୍ରମ ତାହାକୁ କ୍ଳାନ୍ତ କରେ, କାରଣ କିପରି ନଗରକୁ ଯିବାର ହୁଏ, ତାହା ସେ ଜାଣେ ନାହିଁ।
16
ହେ ଦେଶ, ତୁମ୍ଭର ରାଜା ଯଦି ବାଳକ ହୁଏ ଓ ତୁମ୍ଭର ଅଧିପତିଗଣ ଯଦି ପ୍ରଭାତରେ ଭୋଜନ କରନ୍ତି, ତେବେ ତୁମ୍ଭେ ସନ୍ତାପର ପାତ୍ର।
17
ହେ ଦେଶ, କୁଳୀନର ପୁତ୍ର ଯେବେ ତୁମ୍ଭର ରାଜା ହୁଏ ଓ ତୁମ୍ଭର ଅଧିପତିଗଣ ଯେବେ ମତ୍ତତା ନିମନ୍ତେ ନୁହେଁ, ମାତ୍ର ବଳ ନିମନ୍ତେ ଉପଯୁକ୍ତ ସମୟରେ ଭୋଜନ କରନ୍ତି, ତେବେ ତୁମ୍ଭେ ଧନ୍ୟ!
18
ଆଳସ୍ୟରେ ଛାତ ବସିଯାଏ, ପୁଣି ହସ୍ତର ଶିଥିଳତାରେ ଗୃହରେ ଜଳ ଝରେ।
19
ହାସ୍ୟ ନିମନ୍ତେ ଭୋଜ ପ୍ରସ୍ତୁତ ହୁଏ, ପୁଣି ଦ୍ରାକ୍ଷାରସ ଜୀବନ ଆନନ୍ଦିତ କରେ; ଧନ ସବୁ କାର୍ଯ୍ୟରେ ଆସେ।
20
ରାଜାଙ୍କୁ ଅଭିଶାପ ଦିଅ ନାହିଁ, ନା ମନେ ମନେ ହିଁ ଦିଅ ନାହିଁ; ଆଉ, ଧନୀକୁ ଆପଣା ଶୟନ ଗୃହରେ ଅଭିଶାପ ଦିଅ ନାହିଁ; କାରଣ ଶୂନ୍ୟର ପକ୍ଷୀ ସେହି ରବ ଘେନି ଯିବ ଓ ପକ୍ଷଧାରୀ ସେ କଥା ଜଣାଇ ଦେବ।
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 11 →
All chapters:
1
2
3
4
5
6
7
8
9
10
11
12