bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
Ephesians 5
Ephesians 5
Odia IRV 2017 (ଓଡିଆ ବାଇବେଲ)
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 6 →
1
ଅତଏବ ପ୍ରିୟ ସନ୍ତାନମାନଙ୍କ ପରି ଈଶ୍ୱରଙ୍କ ଅନୁକାରୀ ହୁଅ;
2
ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ଵରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।
3
କିନ୍ତୁ ବ୍ୟଭିଚାର, ସମସ୍ତ ପ୍ରକାର ଅଶୁଚିତା କିମ୍ବା ଲୋଭ, ଏହି ସବୁ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ନ ପାଉ; ତାହା ସାଧୁମାନଙ୍କ ପକ୍ଷରେ ଅନୁଚିତ;
4
ପୁଣି, ଯାହା ଯାହା ଅନୁପଯୁକ୍ତ, ଏପରି କୁତ୍ସିତ ବ୍ୟବହାର ବା ଅସାର କଥା ବା ହାସ୍ୟପରିହାସ ତୁମ୍ଭମାନଙ୍କ ମଧ୍ୟରେ ଦେଖା ନ ଯାଉ, ବରଂ ସମସ୍ତ ବିଷୟ ନିମନ୍ତେ ଧନ୍ୟବାଦ ଦିଅ ।
5
କାରଣ ତୁମ୍ଭେମାନେ ନିଶ୍ଚିତରୂପେ ଜାଣ ଯେ, କୌଣସି ବ୍ୟଭିଚାରୀ ବା ଅଶୁଦ୍ଧାଚାରୀ ବ୍ୟକ୍ତି ବା ଲୋଭୀ ସେ ତ ଦେବପୂଜକ -ଏମାନଙ୍କର, ଖ୍ରୀଷ୍ଟ ଓ ଈଶ୍ୱରଙ୍କର ରାଜ୍ୟରେ ଅଧିକାର ନାହିଁ ।
6
କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଈଶ୍ୱରଙ୍କ କ୍ରୋଧ ବର୍ତ୍ତେ ।
7
ଅତଏବ ତୁମ୍ଭେମାନେ ସେମାନଙ୍କର ସହଭାଗୀ ହୁଅ ନାହିଁ;
8
କାରଣ ତୁମ୍ଭେମାନେ ପୂର୍ବେ ଅନ୍ଧକାର ସ୍ଵରୂପ ଥିଲ, କିନ୍ତୁ ଏବେ ପ୍ରଭୁଙ୍କ ସହଭାଗିତାରେ ଆଲୋକ ସ୍ଵରୂପ ହୋଇଅଛ; ଆଲୋକର ସନ୍ତାନମାନଙ୍କ ପରି ଆଚରଣ କର,
9
(କାରଣ ସମସ୍ତ ପ୍ରକାର ଉତ୍ତମତା, ଧାର୍ମିକତା ଓ ସତ୍ୟ ଆଲୋକର ଫଳ ସ୍ଵରୂପ),
10
ପ୍ରଭୁଙ୍କର କଣ ସନ୍ତୋଷଜନକ, ତାହା ଅନୁସନ୍ଧାନ କର;
11
ଅନ୍ଧକାରର ନିଷ୍ଫଳ କର୍ମ ସବୁର ସହଭାଗୀ ହୁଅ ନାହିଁ,ବରଂ ସେ ସବୁର ଦୋଷହିଁ ଦେଖାଇଦିଅ;
12
କାରଣ ସେମାନେ ଯାହାସବୁ ଗୁପ୍ତରେ କରନ୍ତି, ସେହି ସବୁ କଥା କହିବା ସୁଦ୍ଧା ଲଜ୍ଜାଜନକ,
13
କିନ୍ତୁ ସମସ୍ତ ବିଷୟର ଦୋଷ ଆଲୋକ ଦ୍ୱାରା ଦେଖାଇ ଦିଆଯାଏ, ଯେଉଁ ସବୁ ପ୍ରକାଶିତ ହୁଏ, ତାହା ଆଲୋକ।
14
ଏଣୁ ଉକ୍ତ ଅଛି, ହେ ନିଦ୍ରିତ ଜାଗ, ମୃତମାନଙ୍କ ମଧ୍ୟରୁ ଉଠ, ପୁଣି, ଖ୍ରୀଷ୍ଟ ତୁମ୍ଭକୁ ଆଲୋକ ପ୍ରଦାନ କରିବେ।
15
ଅତଏବ ଅଜ୍ଞାନ ପରି ନ ହୋଇ ଜ୍ଞାନୀ ପରି ନିଜ ନିଜ ଆଚରଣ ସମ୍ବନ୍ଧରେ ବିଶେଷ ସାବଧାନ ହୁଅ,
16
ପୁଣି, ସୁଯୋଗର ସତ୍ ବ୍ୟବହାର କର, କାରଣ କାଳ ମନ୍ଦ ଅଟେ।
17
ଏଣୁ ନିର୍ବୋଧ ନ ହୋଇ ପ୍ରଭୁଙ୍କର କଣ ଇଚ୍ଛା ତାହା ବୁଝ।
18
ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ,
19
ପୁଣି, ତୁମ୍ଭମାନଙ୍କ ହୃଦୟରେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଭଜନ ଓ ଗୀତ ଗାନ କର;
20
ସର୍ବଦା ସର୍ବ ବିଷୟ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦିଅ,
21
ଆଉ ଖ୍ରୀଷ୍ଟଙ୍କୁ ଭୟ କରି ପରସ୍ପରର ବଶୀଭୂୂତ ହୁଅ ।
22
ହେ ସ୍ତ୍ରୀମାନେ ତୁମ୍ଭେମାନେ ଯେପରି ପ୍ରଭୁଙ୍କର ବସୀଭୂତା ହୁଅ, ସେହିପରି ଆପଣା ଆପଣା ସ୍ୱାମୀର ବସୀଭୂତ ହୁଅ,
23
କାରଣ ଖ୍ରୀଷ୍ଟ ଯେପରି ମଣ୍ଡଳୀର ମସ୍ତକ ସ୍ଵରୂପ, ସ୍ୱାମୀ ମଧ୍ୟ ସେହିପରି ସ୍ତ୍ରୀର ମସ୍ତକ ସ୍ଵରୂପ, ପୁଣି, ଖ୍ରୀଷ୍ଟ ଆପଣା ଶରୀରରୂପ ମଣ୍ଡଳୀର ତ୍ରାଣକର୍ତ୍ତା ।
24
ହଁ, ମଣ୍ଡଳୀ ଯେପରି ଖ୍ରୀଷ୍ଟଙ୍କର ବଶୀଭୂତ, ସେହିପରି ସ୍ତ୍ରୀମାନେ ମଧ୍ୟ ସବୁ ବିଷୟରେ ଆପଣା ଆପଣା ସ୍ୱାମୀର ବସୀଭୂତା ହେଉନ୍ତୁ।
25
ହେ ସ୍ୱାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ଆପଣା ଆପଣା ସ୍ତ୍ରୀମାନଙ୍କୁ ପ୍ରେମ କର; ସେ ତ ତାହା ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ,
26
ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ୱାରା ସେ ତାହାକୁ ପରିଷ୍କାର କରି ପବିତ୍ର କରନ୍ତି,
27
ଯେପରି ମଣ୍ଡଳୀ ନିଷ୍କଳଙ୍କ, ନିଖୁନ୍ତ ଓ ସମସ୍ତ ପ୍ରକାର ଦୋଷରହିତ ହୋଇ ପବିତ୍ର ଓ ଅନିନ୍ଦନୀୟ ହୁଏ, ଆଉ ସେହିପରି ଗୌରବମୟ ଅବସ୍ଥାରେ ସେ ତାହାକୁ ଆପଣା ନିକଟରେ ଉପସ୍ଥିତ କରନ୍ତି ।
28
ସେହିପରି ସ୍ୱାମୀମାନଙ୍କର ମଧ୍ୟ ଆପଣା ଆପଣା ସ୍ତ୍ରୀମାନଙ୍କୁ ନିଜ ନିଜ ଶରୀର ସଦୃଶ ପ୍ରେମ କରିବା ଉଚିତ୍ । ଯେ ନିଜ ସ୍ତ୍ରୀକୁ ପ୍ରେମ କରେ, ସେ ଆପଣାକୁ ପ୍ରେମ କରେ;
29
କେହି ତ ଆପଣା ଶରୀରକୁ କେବେ ଘୃଣା କରେ ନାହିଁ, ମାତ୍ର ତାହାର ଭରଣପୋଷଣ ଓ ଲାଳନପାଳନ କରେ;
30
ଯେଣୁ ଆମ୍ଭେମାନେ ତାହାଙ୍କ ଶରୀରର ଅଙ୍ଗପ୍ରତ୍ୟଙ୍ଗ ।
31
ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀ ଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ ।
32
ଏହା ଗୋଟିଏ ଅତି ନିଗୂଢ଼ତତ୍ତ୍ୱ, କିନ୍ତୁ ମୁଁ ଖ୍ରୀଷ୍ଟ ଓ ମଣ୍ଡଳୀ ସମ୍ବନ୍ଧରେ ଏହା କହୁଅଛି ।
33
ଯାହା ହେଉ, ତୁମ୍ଭେମାନେ ପ୍ରତ୍ୟେକେ ମଧ୍ୟ ଆପଣା ଆପଣା ସ୍ତ୍ରୀକୁ ଆତ୍ମତୁଲ୍ୟ ପ୍ରେମ କର, ଆଉ ସ୍ତ୍ରୀ ମଧ୍ୟ ଆପଣା ସ୍ୱାମୀକୁ ଭକ୍ତି କରୁ ।
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 6 →
All chapters:
1
2
3
4
5
6