bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
Genesis 1
Genesis 1
Odia IRV 2017 (ଓଡିଆ ବାଇବେଲ)
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 2 →
1
ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ।
2
ପୃଥିବୀ ନିର୍ଜ୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ।
3
ଏଥିଉତ୍ତାରେ ପରମେଶ୍ୱର କହିଲେ, “ଦୀପ୍ତି ହେଉ,” ତହିଁରେ ଦୀପ୍ତି ହେଲା।
4
ଆଉ ପରମେଶ୍ୱର ଦୀପ୍ତିକୁ ଦେଖିଲେ ଯେ ତାହା ଉତ୍ତମ; ତହୁଁ ପରମେଶ୍ୱର ଅନ୍ଧକାରରୁ ଦୀପ୍ତିକୁ ଭିନ୍ନ କଲେ।
5
ପୁଣି, ପରମେଶ୍ୱର ଦୀପ୍ତିର ନାମ ଦିବସ ଓ ଅନ୍ଧକାରର ନାମ ରାତ୍ରି ଦେଲେ। ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା।
6
ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ଶୂନ୍ୟ ଜାତ ହୋଇ ଜଳକୁ ଦୁଇ ଭାଗରେ ଭିନ୍ନ କରୁ।”
7
ଏହିରୂପେ ପରମେଶ୍ୱର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ଥ ଜଳରୁ ଶୂନ୍ୟର ଅଧଃସ୍ଥ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା।
8
ଆଉ ପରମେଶ୍ୱର ସେହି ଶୂନ୍ୟର ନାମ ଆକାଶମଣ୍ଡଳ ଦେଲେ। ପୁଣି, ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଦ୍ୱିତୀୟ ଦିବସ ହେଲା।
9
ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା।
10
ପୁଣି, ପରମେଶ୍ୱର ସ୍ଥଳର ନାମ ପୃଥିବୀ ଓ ଜଳରାଶିର ନାମ ସମୁଦ୍ର ଦେଲେ; ଆଉ ପରମେଶ୍ୱର ତାହା ଉତ୍ତମ ଦେଖିଲେ।
11
ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା।
12
ଅର୍ଥାତ୍, ପୃଥିବୀ ତୃଣ ଓ ସ୍ୱ ସ୍ୱ ଜାତି ଅନୁସାରେ ବୀଜଉତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବୀଜ ଫଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ।
13
ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ତୃତୀୟ ଦିବସ ହେଲା।
14
ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ୍ କରିବା ନିମନ୍ତେ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ।
15
ଆଉ ପୃଥିବୀରେ ଆଲୁଅ ଦେବା ପାଇଁ ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ,” ତହିଁରେ ସେପରି ହେଲା।
16
ଏହି ପ୍ରକାରେ ପରମେଶ୍ୱର ଦିବସରେ କର୍ତ୍ତୃତ୍ଵ କରିବାକୁ ଏକ ମହାଜ୍ୟୋତି ଓ ରାତ୍ରିରେ କର୍ତ୍ତୃତ୍ଵ କରିବାକୁ ତାହାଠାରୁ ସାନ ଏକ ଜ୍ୟୋତି, ଏହି ଦୁଇ ମହାଜ୍ୟୋତି, ଆଉ ମଧ୍ୟ ତାରାଗଣ ନିର୍ମାଣ କଲେ।
17
ତହୁଁ ପୃଥିବୀରେ ଦୀପ୍ତି ଦେବା ପାଇଁ ଓ ଦିବା ଓ ରାତ୍ରି ଉପରେ କର୍ତ୍ତୃତ୍ୱ କରିବା ପାଇଁ,
18
ଆଉ ଦୀପ୍ତିକୁ ଅନ୍ଧକାରରୁ ପୃଥକ୍ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
19
ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଚତୁର୍ଥ ଦିବସ ହେଲା।
20
ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ଡଳରେ ପକ୍ଷୀଗଣ ଉଡ଼ନ୍ତୁ।”
21
ଆଉ ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
22
ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।”
23
ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପଞ୍ଚମ ଦିବସ ହେଲା।
24
ଏଥିଉତ୍ତାରେ ପରମେଶ୍ୱର କହିଲେ, “ପୃଥିବୀରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍), ଗ୍ରାମ୍ୟପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ୱ ସ୍ୱ ଜାତି ଅନୁସାରେ ପୃଥିବୀର ବନ୍ୟପଶୁଗଣ ଉତ୍ପନ୍ନ ହେଉନ୍ତୁ,” ତହିଁରେ ସେପରି ହେଲା।
25
ଏହି ରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେ ସମସ୍ତ ଉତ୍ତମ ଦେଖିଲେ।
26
ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।”
27
ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।
28
ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।”
29
ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ।
30
ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା।
31
ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା।
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 2 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50