bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
Genesis 31
Genesis 31
Odia IRV 2017 (ଓଡିଆ ବାଇବେଲ)
← Chapter 30
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 32 →
1
ପୁଣି, ଯାକୁବ ଆମ୍ଭମାନଙ୍କ ପିତାଙ୍କର ସର୍ବସ୍ୱ ହରଣ କରିଅଛି ଓ ଆମ୍ଭମାନଙ୍କ ପିତାଙ୍କର ଧନରୁ ତାହାର ଏହି ସମସ୍ତ ଐଶ୍ୱର୍ଯ୍ୟ ହୋଇଅଛି, ଲାବନର ପୁତ୍ରମାନଙ୍କର ଏହି କଥା ଯାକୁବ ଶୁଣିଲା।
2
ପୁଣି, ଲାବନ ତାହା ପ୍ରତି ପୂର୍ବ ପରି ନୁହେଁ, ଏହା ଯାକୁବ ତାହାର ମୁଖ ଦେଖି ବୁଝିଲା।
3
ଏଥିଉତ୍ତାରେ ସଦାପ୍ରଭୁ ଯାକୁବକୁ କହିଲେ, “ତୁମ୍ଭେ ଆପଣା ପୈତୃକ ଦେଶରେ ଜ୍ଞାତିମାନଙ୍କ ନିକଟକୁ ଫେରିଯାଅ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା।”
4
ଏଣୁ ଯାକୁବ କ୍ଷେତ୍ରରେ ପଶୁପଲ ନିକଟକୁ ରାହେଲ ଓ ଲେୟାକୁ ଡକାଇ କହିଲା,
5
“ମୁଁ ଦେଖୁଅଛି, ତୁମ୍ଭମାନଙ୍କ ପିତାଙ୍କର ମୁଖ ମୋ’ ପ୍ରତି ପୂର୍ବ ପରି ନୁହେଁ; ମାତ୍ର ମୋହର ପୈତୃକ ପରମେଶ୍ୱର ମୋହର ସହାୟ ଅଟନ୍ତି।
6
ମୁଁ ଆପଣାର ସବୁ ବଳ ଦେଇ ତୁମ୍ଭମାନଙ୍କ ପିତାଙ୍କର ଦାସ୍ୟକର୍ମ କରିଅଛି, ଏହା ତୁମ୍ଭେମାନେ ଜାଣ।
7
ତଥାପି ତୁମ୍ଭମାନଙ୍କ ପିତା ମୋତେ ପ୍ରବଞ୍ଚନା କରି ଦଶଥର ମୋହର ବେତନ ପରିବର୍ତ୍ତନ କରିଅଛନ୍ତି; ମାତ୍ର ପରମେଶ୍ୱର ତାଙ୍କୁ ମୋହର କ୍ଷତି କରିବାକୁ ଦେଇ ନାହାନ୍ତି।
8
ଯେହେତୁ ଚିତ୍ରବିଚିତ୍ର ପଶୁଗଣ ତୁମ୍ଭର ବେତନ ସ୍ୱରୂପ ହେବେ, ସେ ଆପେ ଯେତେବେଳେ ଏହି କଥା କହିଲେ, ସେତେବେଳେ ସମସ୍ତ ପଶୁ ଚିତ୍ରବିଚିତ୍ର ଛୁଆ ପ୍ରସବ କଲେ; ପୁଣି, ରେଖାଙ୍କିତ ପଶୁଗଣ ତୁମ୍ଭର ବେତନ ସ୍ୱରୂପ ହେବେ, ସେ ଯେତେବେଳେ ଏହା କହିଲେ, ସେତେବେଳେ ସମସ୍ତ ପଶୁ ରେଖାଙ୍କିତ ଛୁଆ ପ୍ରସବ କଲେ।
9
ଏହିରୂପେ ପରମେଶ୍ୱର ତୁମ୍ଭମାନଙ୍କ ପିତାଙ୍କର ପଶୁଧନ ନେଇ ମୋତେ ଦେଲେ।
10
କାରଣ ପଶୁମାନଙ୍କ ଗର୍ଭଧାରଣ ସମୟରେ ମୁଁ ସ୍ୱପ୍ନରେ ଅନାଇ ଦେଖିଲି, ଦେଖ, ପଲ ସଙ୍ଗମକାରୀ ସମସ୍ତ ଛାଗଳ ରେଖାଙ୍କିତ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ।
11
ସେତେବେଳେ ପରମେଶ୍ୱରଙ୍କ ଦୂତ ସ୍ୱପ୍ନରେ ମୋତେ ଯାକୁବ ବୋଲି ଡାକନ୍ତେ, ମୁଁ କହିଲି, “ଦେଖନ୍ତୁ, ମୁଁ ଏଠାରେ।”
12
ତହିଁରେ ସେ କହିଲେ, “ଏବେ ଅନାଇ ଦେଖ, ପଲ ସଙ୍ଗମକାରୀ ସମସ୍ତ ଛାଗଳ ରେଖାଙ୍କିତ, ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ; ଯେହେତୁ ତୁମ୍ଭ ପ୍ରତି ଲାବନ ଯେରୂପ ବ୍ୟବହାର କରଇ, ତାହା ଆମ୍ଭେ ଦେଖିଲୁ।
13
ଯେଉଁଠାରେ ତୁମ୍ଭେ ଗୋଟିଏ ସ୍ତମ୍ଭ ଅଭିଷେକ କରିଅଛ ଓ ଆମ୍ଭ ନିକଟରେ ମାନତ କରିଅଛ, ସେହି ବେଥେଲ୍ର ପରମେଶ୍ୱର ଆମ୍ଭେ; ଏବେ ଉଠି ଏହି ଦେଶ ପରିତ୍ୟାଗ କରି ଆପଣା ଜ୍ଞାତିମାନଙ୍କ ଦେଶକୁ ଫେରି ଯାଅ!”
14
ତହିଁରେ ରାହେଲ ଓ ଲେୟା ଉତ୍ତର କଲେ, “ପିତାଙ୍କ ଗୃହରେ ଆମ୍ଭମାନଙ୍କର କି ଆଉ କିଛି ବାଣ୍ଟ ଓ ଅଧିକାର ଅଛି?
15
ଆମ୍ଭେମାନେ କି ତାଙ୍କ ନିକଟରେ ବିଦେଶିନୀ ରୂପେ ଗଣ୍ୟ ନୋହୁଁ? ଯେହେତୁ ସେ ଆମ୍ଭମାନଙ୍କୁ ବିକ୍ରି କରି ଆମ୍ଭମାନଙ୍କର ମୂଲ୍ୟ ସମ୍ପୂର୍ଣ୍ଣ ରୂପେ ଭୋଗ କରିଅଛନ୍ତି।
16
ଏହେତୁ ପରମେଶ୍ୱର ଆମ୍ଭମାନଙ୍କ ପିତାଙ୍କଠାରୁ ଯେଉଁ ସବୁ ଧନ ନେଇଅଛନ୍ତି, ସେହି ସବୁ ଆମ୍ଭମାନଙ୍କର ଓ ଆମ୍ଭମାନଙ୍କ ସନ୍ତାନଗଣର।” ଏଣୁ ପରମେଶ୍ୱର ତୁମ୍ଭକୁ ଯାହା କହିଲେ, “ତୁମ୍ଭେ ତାହା କର।”
17
ତହୁଁ ଯାକୁବ ଉଠି ଆପଣା ସନ୍ତାନଗଣ ଓ ଭାର୍ଯ୍ୟାମାନଙ୍କୁ ଓଟ ଉପରେ ବସାଇଲା;
18
ପୁଣି, ଆପଣା ଉପାର୍ଜ୍ଜିତ ପଶ୍ୱାଦି ସକଳ ଧନ, ଅର୍ଥାତ୍, ପଦ୍ଦନ୍ ଅରାମରେ ଯେଉଁ ପଶୁ ଓ ଯେଉଁ ସମ୍ପତ୍ତି ଉପାର୍ଜ୍ଜନ କରିଥିଲା, ତାହା ଘେନି କିଣାନ ଦେଶରେ ଆପଣା ପିତା ଇସ୍ହାକ ନିକଟକୁ ପ୍ରସ୍ଥାନ କଲା।
19
ସେହି ସମୟରେ ଲାବନ ମେଷର ଲୋମ ଛେଦନ କରିବାକୁ ଯାଇଥିଲା; ପୁଣି, ରାହେଲ ଆପଣା ପିତାଙ୍କର ଠାକୁରମାନଙ୍କୁ ହରଣ କଲା।
20
ଆଉ ଯାକୁବ ଆପଣା ପଳାୟନର କୌଣସି ସମ୍ବାଦ ନ ଦେଇ ଅରାମୀୟ ଲାବନକୁ ପ୍ରବଞ୍ଚନା କଲା।
21
ଏହି ପ୍ରକାରେ ସେ ଆପଣା ସର୍ବସ୍ୱ ଘେନି ପଳାୟନ କଲା, ପୁଣି, ଉଠି (ଫରାତ୍) ନଦୀ ପାର ହୋଇ ଗିଲୀୟଦ ପର୍ବତ ଆଡ଼େ ଦୃଷ୍ଟି କରି ଚାଲିଲା।
22
ଏଥିଉତ୍ତାରେ ତୃତୀୟ ଦିବସରେ ଲାବନକୁ ଯାକୁବର ପଳାୟନ ସମ୍ବାଦ ଦିଆଗଲା।
23
ତହିଁରେ ସେ ଆପଣା କୁଟୁମ୍ବମାନଙ୍କୁ ସଙ୍ଗେ ଘେନି ତାହାର ପଛେ ପଛେ ସାତ ଦିନର ବାଟ ଦୌଡ଼ି ଯାଇ ଗିଲୀୟଦ ପର୍ବତ ନିକଟରେ ତାହାର ସଙ୍ଗ ଧରିଲା।
24
ମାତ୍ର ପରମେଶ୍ୱର ରାତ୍ରି କାଳେ ସ୍ୱପ୍ନରେ ଅରାମୀୟ ଲାବନ ନିକଟରେ ଉପସ୍ଥିତ ହୋଇ ତାହାକୁ କହିଲେ, “ସାବଧାନ, ଯାକୁବକୁ ଭଲମନ୍ଦ କିଛି କୁହ ନାହିଁ।”
25
ଏଥିଉତ୍ତାରେ ଲାବନ ଯାକୁବର ସଙ୍ଗ ଧରିଲା ସମୟରେ ଯାକୁବର ତମ୍ବୁ ପର୍ବତ ଉପରେ ସ୍ଥାପିତ ଥିଲା; ତହିଁରେ ଲାବନ ହିଁ କୁଟୁମ୍ବମାନଙ୍କ ସହିତ ଗିଲୀୟଦ ପର୍ବତରେ ତମ୍ବୁ ସ୍ଥାପନ କଲା।
26
ପୁଣି, ଲାବନ ଯାକୁବକୁ କହିଲା, “ତୁମ୍ଭେ କାହିଁକି ଏହିପରି କର୍ମ କଲ? ମୋତେ ପ୍ରବଞ୍ଚନା କଲ, ପୁଣି, ମୋ’ କନ୍ୟାମାନଙ୍କୁ ଖଡ୍ଗଧୃତ ବନ୍ଦୀ ଲୋକଙ୍କ ପରି ଘେନି ଆସିଲ।
27
ତୁମ୍ଭେ ମୋତେ ପ୍ରବଞ୍ଚନା କରି କାହିଁକି ଗୋପନରେ ପଳାଇ ଆସିଲ? କାହିଁକି ମୋତେ ସମ୍ବାଦ ଦେଲ ନାହିଁ? ଦେଇଥିଲେ, ମୁଁ ତୁମ୍ଭକୁ ଆହ୍ଲାଦ ଓ ଗାୟନ, ପୁଣି, ତବଲା ଓ ବୀଣାବାଦ୍ୟ ସହିତ ବିଦାୟ କରିଥାଆନ୍ତି।
28
ତୁମ୍ଭେ ମୋହର ପୁତ୍ର କନ୍ୟାମାନଙ୍କୁ ଚୁମ୍ବନ କରିବାକୁ ମଧ୍ୟ ମୋତେ ସୁଯୋଗ ଦେଲ ନାହିଁ, ଏ ଅତି ଅଜ୍ଞାତର କର୍ମ।
29
ତୁମ୍ଭକୁ ହିଂସା କରିବାକୁ ମୋହର ହସ୍ତ ସମର୍ଥ ପ୍ରମାଣ, ମାତ୍ର ଗତରାତ୍ରି ତୁମ୍ଭର ପୈତୃକ ପରମେଶ୍ୱର ମୋତେ କହିଲେ, ସାବଧାନ, ଯାକୁବକୁ ଭଲ ମନ୍ଦ କିଛି କୁହ ନାହିଁ।
30
ଆଉ ପିତୃଗୃହକୁ ଝୁରିବାରୁ ଯଦି ତୁମ୍ଭର ଯିବାର ଆବଶ୍ୟକ ହେଲା, ତେବେ ମୋହର ଦେବତାମାନଙ୍କୁ କାହିଁକି ଚୋରି କଲ?”
31
ତହିଁରେ ଯାକୁବ ଲାବନକୁ ଉତ୍ତର କଲା, “ମୋହର ଭୟ ହେଲା; କାରଣ କେଜାଣି ତୁମ୍ଭେ ମୋ’ଠାରୁ ଆପଣା କନ୍ୟାଗଣଙ୍କୁ ବଳପୂର୍ବକ ଛଡ଼ାଇ ନେବ, ଏପରି ବିଚାର କଲି।
32
ମାତ୍ର ତୁମ୍ଭେ ଯାହା ନିକଟରୁ ତୁମ୍ଭର ଦେବତାମାନଙ୍କୁ ପାଇବ, ସେ ବଞ୍ଚିବ ନାହିଁ; ମୋ’ଠାରେ ତୁମ୍ଭର ଯାହା ଅଛି, ତାହା ଆମ୍ଭମାନଙ୍କ କୁଟୁମ୍ବଗଣର ସାକ୍ଷାତରେ ଚିହ୍ନି କରି ନିଅ,” ଯେହେତୁ ଯାକୁବ ରାହେଲର ସେହି ଚୋରି କରିବା ବିଷୟ ଜାଣି ନ ଥିଲା।
33
ତହୁଁ ଲାବନ ଯାକୁବର ତମ୍ବୁଗୃହ ଓ ଲେୟାର ତମ୍ବୁଗୃହ ଓ ଦୁଇ ଦାସୀର ତମ୍ବୁଗୃହକୁ ଯାଇ ଅନ୍ୱେଷଣ କଲା; ମାତ୍ର ପାଇଲା ନାହିଁ। ଏଣୁ ସେ ଲେୟାର ତମ୍ବୁଗୃହ ଛାଡ଼ି ରାହେଲର ତମ୍ବୁଗୃହରେ ପ୍ରବେଶ କଲା।
34
ମାତ୍ର ରାହେଲ ସେହି ଠାକୁରମାନଙ୍କୁ ନେଇ ଓଟର ହାଉଦା ଭିତରେ ରଖି ତହିଁ ଉପରେ ବସିଥିଲା। ତହିଁରେ ଲାବନ ତାହାର ତମ୍ବୁଗୃହର ସବୁ ସ୍ଥାନ ଖୋଜିଲେ ହେଁ ତାହା ପାଇଲା ନାହିଁ।
35
ସେତେବେଳେ ରାହେଲ ପିତାକୁ କହିଲା, “ମୁଁ ଆପଣଙ୍କ ଛାମୁରେ ଉଠି ପାରିଲି ନାହିଁ ବୋଲି ମୋହର ପ୍ରଭୁ କ୍ରୋଧ ନ କରନ୍ତୁ, କାରଣ ମୁଁ ସ୍ତ୍ରୀଧର୍ମିଣୀ ହୋଇଅଛି।” ଏହିରୂପେ ସେ ଅନ୍ୱେଷଣ କଲେ ହେଁ ଠାକୁରମାନଙ୍କୁ ପାଇଲା ନାହିଁ।
36
ତହୁଁ ଯାକୁବ କ୍ରୋଧ ହୋଇ ଲାବନକୁ ଭର୍ତ୍ସନା କଲା; ପୁଣି, ଯାକୁବ ଲାବନକୁ ଉତ୍ତର କରି କହିଲା, “ମୋହର କି ଦୋଷ ଓ କି ପାପ ହେଲା ଯେ, ତୁମ୍ଭେ ପ୍ରଜ୍ଜ୍ୱଳିତ ହୋଇ ମୋ’ ପଛେ ପଛେ ଦୌଡ଼ି ଆସିଲ?
37
ତୁମ୍ଭେ ତ ମୋର ସବୁ ଦ୍ରବ୍ୟ ଖୋଜିଲ, ଆଉ ତୁମ୍ଭ ଗୃହର କୌଣସି ଦ୍ରବ୍ୟ ପାଇଲ କି? ତାହା ମୋହର ଓ ତୁମ୍ଭର ଏହି କୁଟୁମ୍ବମାନଙ୍କ ସାକ୍ଷାତରେ ରଖିଦିଅ, ଏମାନେ ଆମ୍ଭ ଦୁହିଁଙ୍କର ବିଚାର କରନ୍ତୁ।
38
ଏହି କୋଡ଼ିଏ ବର୍ଷ ହେଲା ତୁମ୍ଭ ସଙ୍ଗରେ ରହିଲି। ତୁମ୍ଭର ମେଷୀ ଓ ଛାଗୀମାନଙ୍କର ଗର୍ଭପାତ ହୋଇନାହିଁ, କିଅବା ମୁଁ ତୁମ୍ଭ ପଲର ମେଣ୍ଢାମାନଙ୍କୁ ଖାଇ ନାହିଁ।
39
ବରଞ୍ଚ ହିଂସ୍ରକ ଜନ୍ତୁ ଯାହାକୁ ଖଣ୍ଡିଆ କଲା, ତାହା ସୁଦ୍ଧା ତୁମ୍ଭ କତିକି ଆଣିଲି ନାହିଁ; ସେ କ୍ଷତି ଆପେ ସହିଲି; ଦିନରେ ଚୋରି ଯାଉ କି ରାତିରେ ଚୋରି ଯାଉ, ତାହା ତୁମ୍ଭେ ମୋ’ ହାତରୁ ନେଲ।
40
ଦିନରେ ଖରା, ରାତିରେ କାକର, ମୋତେ ଗ୍ରାସ କଲା; ମୋ’ ଆଖିରୁ ନିଦ ପଳାଇ ଗଲା; ଏହିପରି ମୁଁ ଥିଲି;
41
ମୁଁ କୋଡ଼ିଏ ବର୍ଷ କାଳ ତୁମ୍ଭ ଘରେ ରହିଲି; ତୁମ୍ଭର ଦୁଇ ଝିଅ ନିମନ୍ତେ ଚଉଦ ବର୍ଷ ଓ ପଶୁମାନଙ୍କ ନିମନ୍ତେ ଛଅ ବର୍ଷ ଦାସ୍ୟକର୍ମ କଲି; ଏଥିମଧ୍ୟରେ ତୁମ୍ଭେ ଦଶଥର ମୋହର ବେତନ ପରିବର୍ତ୍ତନ କରିଅଛ।
42
ମୋର ପୈତୃକ ପରମେଶ୍ୱର, ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ଭୟସ୍ଥାନ ଯଦି ମୋହର ସହାୟ ହୋଇ ନ ଥା’ନ୍ତେ, ତେବେ ଅବଶ୍ୟ ଏବେ ତୁମ୍ଭେ ମୋତେ ତୁଚ୍ଛା ହାତରେ ବିଦାୟ କରିଥାଆନ୍ତ। ପରମେଶ୍ୱର ମୋହର ଦୁଃଖ ଓ ହସ୍ତର ପରିଶ୍ରମ ଦେଖିଅଛନ୍ତି; ଏଣୁ ଗତ ରାତ୍ରିରେ ତୁମ୍ଭକୁ ଧମକାଇଲେ।”
43
ତହିଁରେ ଲାବନ ଯାକୁବକୁ ଉତ୍ତର କଲା, “ଏହି କନ୍ୟାମାନେ ମୋହର କନ୍ୟା ଓ ଏହି ବାଳକମାନେ ମୋହର ବାଳକ ଓ ଏହି ପଶୁପଲ ମୋହର ପଶୁପଲ, ପୁଣି, ଯାହା ଯାହା ଦେଖୁଅଛ, ସେହି ସବୁ ମୋହର; ଏହେତୁ ମୋହର ଏହି କନ୍ୟାମାନଙ୍କୁ ଓ ଏମାନଙ୍କ ପ୍ରସୂତ ସନ୍ତାନମାନଙ୍କୁ ମୁଁ କଅଣ କରିବି?
44
ଆସ, ଆମ୍ଭେ ଦୁହେଁ ନିୟମ ସ୍ଥିର କରୁ, ତାହା ଆମ୍ଭମାନଙ୍କର ସାକ୍ଷୀ ହେଉ।”
45
ସେତେବେଳେ ଯାକୁବ ଖଣ୍ଡିଏ ପ୍ରସ୍ତର ଘେନି ସ୍ତମ୍ଭ ରୂପେ ସ୍ଥାପନ କଲା।
46
ପୁଣି, ଯାକୁବ ଆପଣା କୁଟୁମ୍ବମାନଙ୍କୁ କହିଲା, “ତୁମ୍ଭେମାନେ ପ୍ରସ୍ତର ସଂଗ୍ରହ କର; ତହିଁରେ ସେମାନେ ପ୍ରସ୍ତର ଆଣି ଗୋଟାଏ ରାଶି କରନ୍ତେ, ସମସ୍ତେ ସେହି ସ୍ଥାନରେ ସେହି ରାଶି ଉପରେ ଭୋଜନ କଲେ।
47
ଏଥିଉତ୍ତାରେ ଲାବନ ତାହାର ନାମ ଯିଗର-ସାହଦୂଥା ରଖିଲା, ମାତ୍ର ଯାକୁବ ତାହାର ନାମ ଗଲୟଦ୍ (ସାକ୍ଷୀ ରାଶୀ) ରଖିଲା।”
48
ସେତେବେଳେ ଲାବନ କହିଲା, “ଏହି ରାଶି ଆଜି ତୁମ୍ଭ ଆମ୍ଭର ସାକ୍ଷୀ ହୋଇ ରହିଲା; ଏଥିପାଇଁ ତାହାର ନାମ ଗଲୟଦ୍ ଓ ମିସ୍ପା (ପ୍ରହରୀ-ସ୍ଥାନ) ରଖିଲା,”
49
ଯେହେତୁ ସେ କହିଲା, “ଆମ୍ଭେମାନେ ପରସ୍ପର ଅଦୃଶ୍ୟ ହେଲେ, ସଦାପ୍ରଭୁ ମୋହର ଓ ତୁମ୍ଭର ପ୍ରହରୀ ଥିବେ।
50
ତୁମ୍ଭେ ଯଦି ମୋ’ କନ୍ୟାମାନଙ୍କୁ ଦୁଃଖ ଦେବ, ଅଥବା ମୋହର କନ୍ୟାମାନେ ଥାଉ ଥାଉ ଅନ୍ୟ ସ୍ତ୍ରୀମାନଙ୍କୁ ବିବାହ କରିବ, ତେବେ ସେହି ସମୟରେ କୌଣସି ମନୁଷ୍ୟ ଆମ୍ଭମାନଙ୍କ ନିକଟରେ ନ ଥିବ, ମାତ୍ର ଦେଖ, ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ସାକ୍ଷୀ ହେବେ।”
51
ଆହୁରି ଲାବନ ଯାକୁବକୁ କହିଲା, “ଏହି ରାଶି ଦେଖ, ପୁଣି, ଆମ୍ଭ ଦୁହିଁଙ୍କର ମଧ୍ୟବର୍ତ୍ତୀ ମୋହର ସ୍ଥାପିତ ଏହି ସ୍ତମ୍ଭ ଦେଖ।
52
ମୁଁ ଅହିତ କରିବା ପାଇଁ ଏହି ରାଶି ପାର ହୋଇ ତୁମ୍ଭ ନିକଟକୁ ଯିବି ନାହିଁ, ମଧ୍ୟ ତୁମ୍ଭେ ଏହି ରାଶି ଓ ଏହି ସ୍ତମ୍ଭ ପାର ହୋଇ ମୋ’ ନିକଟକୁ ଆସିବ ନାହିଁ; ଏଥିର ସାକ୍ଷୀ ଏହି ରାଶି ଓ ଏଥିର ସାକ୍ଷୀ ଏହି ସ୍ତମ୍ଭ।
53
ଏହି ବିଷୟରେ ଅବ୍ରହାମଙ୍କର ପରମେଶ୍ୱର, ନାହୋରର ପରମେଶ୍ୱର ଓ ସେମାନଙ୍କ ପୈତୃକ ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ବିଚାର କରିବେ,” ସେତେବେଳେ ଯାକୁବ ଆପଣା ପିତା ଇସ୍ହାକର ଭୟସ୍ଥାନର ଶପଥ କଲା।
54
ଏଥିଉତ୍ତାରେ ସେ ସେହି ପର୍ବତରେ ବଳିଦାନ କରି ଆହାର କରିବା ନିମନ୍ତେ ଆପଣା କୁଟୁମ୍ବମାନଙ୍କୁ ଡାକିଲା, ତହିଁରେ ସେମାନେ ଭୋଜନ କରି ପର୍ବତରେ ସାରାରାତ୍ରି ଯାପନ କଲେ।
55
ଏଥିଉତ୍ତାରେ ଲାବନ ପ୍ରଭାତରେ ଉଠି ଆପଣା କନ୍ୟାମାନଙ୍କୁ ଓ ବାଳକମାନଙ୍କୁ ଚୁମ୍ବନ କରି ଆଶୀର୍ବାଦ କଲା; ଏହିରୂପେ ଲାବନ ସ୍ୱସ୍ଥାନକୁ ଫେରିଗଲା।
← Chapter 30
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 32 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50