bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
Habakkuk 3
Habakkuk 3
Odia IRV 2017 (ଓଡିଆ ବାଇବେଲ)
← Chapter 2
Jump to:
Chapter 1
Chapter 2
Chapter 3
1
ହବକ୍କୂକ ଭବିଷ୍ୟଦ୍ବକ୍ତାଙ୍କର ପ୍ରାର୍ଥନା। ସ୍ୱରଶିଗୀୟୋନତ୍।
2
ହେ ସଦାପ୍ରଭୁ, ମୁଁ ତୁମ୍ଭ ବିଷୟକ ବାର୍ତ୍ତା ଶୁଣି ଭୀତ ଅଛି; ହେ ସଦାପ୍ରଭୁ, ବର୍ଷମାନର ମଧ୍ୟରେ ଆପଣା କର୍ମ ସଜୀବ କର, ବର୍ଷମାନର ମଧ୍ୟରେ ତାହା ଜ୍ଞାତ କରାଅ; କୋପ ସମୟରେ ଦୟା ସ୍ମରଣ କର।
3
ପରମେଶ୍ୱର ତୈମନ୍ରୁ ଆସିଲେ ଓ ଯେ ଧର୍ମମୟ, ସେ ପାରଣ ପର୍ବତରୁ ଆସିଲେ। ସେଲା ତାହାଙ୍କର ପ୍ରତାପ ଆକାଶମଣ୍ଡଳକୁ ଆଚ୍ଛନ୍ନ କଲା, ଆଉ ପୃଥିବୀ ତାହାଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ହେଲା।
4
ପୁଣି, ତାହାଙ୍କର ତେଜ ଦୀପ୍ତି ତୁଲ୍ୟ ହେଲା; ତାହାଙ୍କ ହସ୍ତରୁ କିରଣ ନିର୍ଗତ ହେଲା; ଆଉ, ସେ ସ୍ଥାନ ତାହାଙ୍କ ପରାକ୍ରମର ଅନ୍ତରାଳ।
5
ତାହାଙ୍କ ଆଗେ ଆଗେ ମହାମାରୀ ଗମନ କଲା, ଆଉ ତାହାଙ୍କ ପଦଚିହ୍ନରୁ ଅଗ୍ନିବାଣ ନିର୍ଗତ ହେଲା।
6
ସେ ଠିଆ ହୋଇ ପୃଥିବୀର ପରିମାଣ କଲେ। ସେ ଦୃଷ୍ଟିପାତ କରି ଗୋଷ୍ଠୀଗଣକୁ ଭିନ୍ନଭିନ୍ନ କରି ତଡ଼ି ଦେଲେ; ଆଉ, ଚିରସ୍ଥାୟୀ ପର୍ବତଗଣ ଛିନ୍ନଭିନ୍ନ କରାଗଲେ, ନିତ୍ୟସ୍ଥାୟୀ ଉପପର୍ବତଗଣ ନତ ହେଲେ; ତାହାଙ୍କର ଗତି ପୁରାତନ କାଳର ଗତି ତୁଲ୍ୟ ଥିଲା।
7
ମୁଁ କୂଶନର ତମ୍ବୁସକଳକୁ କ୍ଳେଶରେ ଥିବାର ଦେଖିଲି; ମିଦୀୟନ ଦେଶର ଯବନିକାସକଳ କମ୍ପିତ ହେଲା।
8
ସଦାପ୍ରଭୁ କି ନଦ-ନଦୀ ପ୍ରତି ଅସନ୍ତୁଷ୍ଟ ହେଲେ? ତୁମ୍ଭର କ୍ରୋଧ କି ନଦ-ନଦୀର ଉପରେ ବର୍ତ୍ତିଲା, ଅବା ତୁମ୍ଭର କୋପ କି ସମୁଦ୍ରର ଉପରେ ବର୍ତ୍ତିଲା ଯେ, ତୁମ୍ଭେ ଆପଣା ଅଶ୍ୱଗଣର ଉପରେ, ଆପଣା ତ୍ରାଣସ୍ୱରୂପ ରଥସମୂହରେ ଆରୋହଣ କଲ?
9
ତୁମ୍ଭର ଧନୁ ଅନାବୃତ ହେଲା; ଗୋଷ୍ଠୀଗଣର ପ୍ରତି ଶପଥ ସ୍ଥିରୀକୃତ ବାକ୍ୟ ହେଲା। ସେଲା। ତୁମ୍ଭେ ନଦ-ନଦୀ ଦ୍ୱାରା ପୃଥିବୀକୁ ବିଦୀର୍ଣ୍ଣ କଲ।
10
ପର୍ବତଗଣ ତୁମ୍ଭଙ୍କୁ ଦେଖି ଭୀତ ହେଲେ; ପ୍ରଚଣ୍ଡ ଜଳରାଶି ବହିଗଲା; ବାରିଧି ଆପଣା ରବ ଶୁଣାଇଲା ଓ ଆପଣା ହସ୍ତ ଉଚ୍ଚକୁ ଉଠାଇଲା।
11
ତୁମ୍ଭର ବାଣସ୍ୱରୂପ ଦୀପ୍ତିର ଗତିରେ, ତୁମ୍ଭର ଝଲମଲ ବର୍ଚ୍ଛାର ତେଜରେ ସୂର୍ଯ୍ୟ ଓ ଚନ୍ଦ୍ର ଆପଣା ଆପଣା ବାସସ୍ଥାନରେ ସ୍ଥଗିତ ହୋଇ ରହିଲେ।
12
ତୁମ୍ଭେ କୋପରେ ପୃଥିବୀ ମଧ୍ୟଦେଇ ଯାତ୍ରା କଲ। ତୁମ୍ଭେ କ୍ରୋଧରେ ଗୋଷ୍ଠୀଗଣକୁ (ଶସ୍ୟ ପରି) ମର୍ଦ୍ଦନ କଲ।
13
ତୁମ୍ଭେ ଆପଣା ଲୋକମାନଙ୍କର ପରିତ୍ରାଣ ନିମନ୍ତେ, ଆପଣା ଅଭିଷେକୀର ପରିତ୍ରାଣ ନିମନ୍ତେ ଯାତ୍ରା କଲ। ତୁମ୍ଭେ ଦୁଷ୍ଟର ଗୃହରୁ ମସ୍ତକ ଚୂର୍ଣ୍ଣ କଲ, ତୁମ୍ଭେ କଣ୍ଠସରିକି ମୂଳଦୁଆ ଅନାବୃତ କଲ। ସେଲା।
14
ତୁମ୍ଭେ ତାହାର ନିଜ ଯଷ୍ଟି ଦ୍ୱାରା ତାହାର ଯୋଦ୍ଧାମାନଙ୍କର ମସ୍ତକ ବିଦ୍ଧ କଲ: ସେମାନେ ମୋତେ ଛିନ୍ନଭିନ୍ନ କରିବା ପାଇଁ ଘୂର୍ଣ୍ଣବାୟୁର ନ୍ୟାୟ ଆସିଲେ; ଦରିଦ୍ରକୁ ଗୋପନରେ ଗ୍ରାସ କରିବା ପାଇଁ ସେମାନଙ୍କର ଆନନ୍ଦ ଥିଲା।
15
ତୁମ୍ଭେ ଆପଣା ଅଶ୍ୱଗଣ ଦ୍ୱାରା ସମୁଦ୍ରକୁ, ମହାଜଳରାଶିକୁ ଦଳି ପକାଇଲ।
16
ମୁଁ ଶୁଣିଲି ଓ ମୋ’ ଉଦର କମ୍ପିଲା, ସେହି ରବରେ ମୋର ଓଷ୍ଠାଧର ଥର ଥର ହେଲା; ମୋ’ ଅସ୍ଥିସକଳରେ ପଚାଭାବ ପ୍ରବେଶ କଲା ଓ ମୁଁ ସ୍ୱସ୍ଥାନରେ କମ୍ପିତ ହେଲି; ତହିଁରେ ଯେଉଁମାନେ ସୈନ୍ୟଦଳ ଘେନି ତାହାକୁ ଆକ୍ରମଣ କରିବାକୁ ଆସିବେ, ସେହି ଲୋକମାନଙ୍କ ବିରୁଦ୍ଧରେ ଯେତେବେଳେ ଦିନ ଆସିବ, ସେତେବେଳେ ସେହି ସଙ୍କଟ ଦିନରେ ମୋତେ ବିଶ୍ରାମ କରିବାକୁ ହେବ।
17
କାରଣ ଯଦ୍ୟପି ଡିମ୍ବିରି ବୃକ୍ଷ ପୁଷ୍ପିତ ନୋହିବ, କିଅବା ଦ୍ରାକ୍ଷାଲତାରେ ଫଳ ନ ଧରିବ; ଜୀତବୃକ୍ଷ ଫଳ ନ ଫଳିବ ଓ କ୍ଷେତ୍ର ଖାଦ୍ୟଦ୍ରବ୍ୟ ଉତ୍ପନ୍ନ ନ କରିବ; ଖୁଆଡ଼ରୁ ମେଷପଲ ଉଚ୍ଛିନ୍ନ ହେବ, ଆଉ ଗୋଠରେ ଗୋରୁପଲ ନ ଥିବ;
18
ତଥାପି ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି। ମୁଁ ଆପଣା ତ୍ରାଣର ପରମେଶ୍ୱରଙ୍କଠାରେ ଉଲ୍ଲାସ କରିବି।
19
ପ୍ରଭୁ ସଦାପ୍ରଭୁ ମୋର ବଳସ୍ୱରୂପ ଓ ସେ ମୋର ଚରଣ ହରିଣୀର ଚରଣ ସଦୃଶ କରନ୍ତି, ପୁଣି ମୋର ଉଚ୍ଚସ୍ଥଳୀରେ ମୋତେ ଗମନ କରାଇବେ। ମୋର ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ।
← Chapter 2
Jump to:
Chapter 1
Chapter 2
Chapter 3
All chapters:
1
2
3