bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
James 2
James 2
Odia IRV 2017 (ଓଡିଆ ବାଇବେଲ)
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 3 →
1
ହେ ମୋହର ଭାଇମାନେ, ଆମ୍ଭମାନଙ୍କ ଗୌରବମୟ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବାରୁ ମନୁଷ୍ୟର ମୁଖାପେକ୍ଷା କର ନାହିଁ ।
2
କାରଣ ଯଦି ସୁବର୍ଣ୍ଣ ମୁଦ୍ରିକା ଓ ଚାକଚକ୍ୟ ବସ୍ତ୍ର ପରିଧାନ କରି କୌଣସି ଲୋକ ତୁମ୍ଭମାନଙ୍କ ସଭାକୁ ଆସେ, ପୁଣି, ଜଣେ ଦରିଦ୍ର ଲୋକ ମଳିନ ବସ୍ତ୍ର ପରିଧାନ କରି ଆସେ,
3
ଆଉ, ତୁମ୍ଭେମାନେ ଚାକଚକ୍ୟ ବସ୍ତ୍ର ପରିଧାନ କରିଥିବା ଲୋକକୁ ମର୍ଯ୍ୟାଦା କରି କୁହ, ଏଠାରେ ଉତ୍ତମ ସ୍ଥାନରେ ବସନ୍ତୁ, ଆଉ ଦରିଦ୍ର ଲୋକକୁ କୁହ, ସେଠାରେ ଠିଆ ହୁଅ,
4
କିମ୍ବା ମୋହର ଗୋଡ଼ ତଳେ ବସ, ତାହାହେଲେ ତୁମ୍ଭେମାନେ କ'ଣ ଆପଣା ଆପଣା ମଧ୍ୟରେ ଭେଦାଭେଦ ରଖି ବିପରୀତ ବ୍ୟବହାର ଏବଂ ମନ୍ଦ ଭାବରେ ବିଚାର କରୁ ନାହଁ?
5
ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ୱର କ'ଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାଁନ୍ତି?
6
କିନ୍ତୁ ତୁମ୍ଭେମାନେ ଦରିଦ୍ରକୁ ହତାଦର କରିଅଛ । ଧନୀମାନେ କ'ଣ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କରନ୍ତି ନାହିଁ ଏବଂ ତୁମ୍ଭମାନଙ୍କୁ ବିଚାର-ସ୍ଥାନକୁ ଟାଣିନିଅନ୍ତି ନାହିଁ?
7
ଯେଉଁ ମହତ ନାମରେ ତୁମ୍ଭେମାନେ ଖ୍ୟାତ ସେମାନେ କ'ଣ ସେହି ନାମର ନିନ୍ଦା କରନ୍ତି ନାହିଁ?
8
ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର, ଶାସ୍ତ୍ରର ଏହି ରାଜକୀୟ ମୋଶାଙ୍କ ବ୍ୟବସ୍ଥା ଯଦି ପ୍ରକୃତରେ ପାଳନ କର,
9
ତାହାହେଲେ ଭଲ କରିଥାଅ; କିନ୍ତୁ ଯଦି ମନୁଷ୍ୟର ମୁଖାପେକ୍ଷା କର, ତାହାହେଲେ ପାପ କରୁଅଛ, ପୁଣି, ସେହି ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୋଇଥାଅ ।
10
କାରଣ ଯେ କେହି ସମସ୍ତ ମୋଶାଙ୍କ ବ୍ୟବସ୍ଥା ପାଳନ କରି କେବଳ ଗୋଟିକ ବିଷୟରେ ଝୁଣ୍ଟିପଡ଼େ, ତେବେ ସେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ଦୋଷରେ ଦଣ୍ଡନୀୟ ହୁଏ ।
11
ଯେଣୁ ଯେ ବ୍ୟଭିଚାର କର ନାହିଁ ବୋଲି କହିଥିଲେ, ସେ ମଧ୍ୟ ନରହତ୍ୟା କର ନାହିଁ ବୋଲି କହିଥିଲେ, ଏଣୁ ତୁମ୍ଭେ ଯଦି ବ୍ୟଭିଚାର ନ କରି ନରହତ୍ୟା କର, ତେବେ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନକାରୀ ହୋଇଅଛ ।
12
ସ୍ୱାଧୀନତାର ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଯେ ତୁମ୍ଭେମାନେ ବିଚାରିତ ହେବ, ଏହା ଜାଣି ସେହି ପ୍ରକାର କଥା କୁହ ଓ କାର୍ଯ୍ୟ କର ।
13
କାରଣ ଯେ ଦୟା କରେ ନାହିଁ, ସେ ନିର୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନି କରେ ।
14
ହେ ମୋହର ଭାଇମାନେ, ଯଦି କେହି ମୋହର ବିଶ୍ୱାସ ଅଛି ବୋଲି କୁହେ, କିନ୍ତୁ ତାହାର କର୍ମ ନ ଥାଏ, ତେବେ ସେଥିରେ କି ଲାଭ? ଏପରି ବିଶ୍ୱାସ କ'ଣ ତାହାର ପରିତ୍ରାଣ କରି ପାରେ?
15
ଯଦି ଜଣେ ଭାଇ ବା ଭଉଣୀ, ବସ୍ତ୍ର ଓ ଦୈନିକ ଖାଦ୍ୟହୀନ ହୁଏ,
16
ଆଉ ତୁମ୍ଭମାନଙ୍କ ମଧ୍ୟରୁ କେହି ତାହାକୁ ଶରୀରର ପ୍ରୟୋଜନୀୟ ଦ୍ରବ୍ୟ କିଛି ହିଁ ନ ଦେଇ କୁହେ, ଉଷ୍ଣ ଓ ତୃପ୍ତ ହୋଇ କୁଶଳରେ ଯାଅ, ତେବେ ସେଥିରେ କି ଲାଭ?
17
ସେହିପରି ମଧ୍ୟ ବିଶ୍ୱାସ, କର୍ମ ବିନା ନିଜେ ମୃତ ।
18
କିନ୍ତୁ କେହି ଅବା କହିବ, ତୁମ୍ଭର ବିଶ୍ୱାସ ଅଛି, ପୁଣି, ମୋହର କର୍ମ ଅଛି; କର୍ମ ବିନା ତୁମ୍ଭର ବିଶ୍ୱାସ ମୋତେ ଦେଖାଅ, ଆଉ ମୁଁ କର୍ମ ଦ୍ୱାରା ତୁମ୍ଭକୁ ମୋହର ବିଶ୍ୱାସ ଦେଖାଇବି ।
19
ଈଶ୍ୱର ଯେ ଏକମାତ୍ର, ଏହା ତୁମ୍ଭେ ବିଶ୍ୱାସ କରୁଅଛ; ଭଲ କଥା, ଭୂତମାନେ ମଧ୍ୟ ବିଶ୍ୱାସ କରି ଥରହର ହୁଅନ୍ତି ।
20
କିନ୍ତୁ ହେ ନିର୍ବୋଧ ମନୁଷ୍ୟ, କର୍ମ ବିନା ବିଶ୍ୱାସ ଯେ ନିଷ୍ପଳ, ଏହା କ'ଣ ଜାଣିବାକୁ ଇଚ୍ଛା କରୁଅଛ?
21
ଆମ୍ଭମାନଙ୍କ ପିତା ଅବ୍ରହାମ ବେଦି ଉପରେ ଆପଣା ପୁତ୍ର ଇସ୍ହାକଙ୍କୁ ଉତ୍ସର୍ଗ କରିବା ବେଳେ କ'ଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହୋଇ ନ ଥିଲେ?
22
ତୁମ୍ଭେ ଦେଖୁଅଛ ଯେ, ବିଶ୍ୱାସ ତାହାଙ୍କ କର୍ମର ସହକାରୀ ଥିଲା, ଆଉ କର୍ମ ଦ୍ୱାରା ବିଶ୍ୱାସ ସିଦ୍ଧ ହେଲା;
23
ସେଥିରେ ଶାସ୍ତ୍ରର ଏହି ବାକ୍ୟ ସଫଳ ହେଲା, ଅବ୍ରହାମ ଈଶ୍ୱରଙ୍କଠାରେ ବିଶ୍ୱାସ କଲେ, ଆଉ ତାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା, ପୁଣି, ସେ ଈଶ୍ୱରଙ୍କ ମିତ୍ର ବୋଲି ଖ୍ୟାତ ହେଲେ ।
24
କେବଳ ବିଶ୍ୱାସ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କର୍ମ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ତୁମ୍ଭେମାନେ ଦେଖୁଅଛ ।
25
ସେହି ପ୍ରକାରେ ମଧ୍ୟ ରାହାବ ବେଶ୍ୟା ଗୁପ୍ତଚରମାନଙ୍କୁ ଆତିଥ୍ୟ କରି ଅନ୍ୟ ବାଟ ଦେଇ ସେମାନଙ୍କୁ ବିଦାୟ କରିବାରୁ କ'ଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହେଲେ ନାହିଁ?
26
କାରଣ ଆତ୍ମା ବିନା ଶରୀର ଯେପରି ମୃତ, ସେହିପରି କର୍ମ ବିନା ବିଶ୍ୱାସ ମଧ୍ୟ ମୃତ ।
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 3 →
All chapters:
1
2
3
4
5