bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
James 3
James 3
Odia IRV 2017 (ଓଡିଆ ବାଇବେଲ)
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 4 →
1
ହେ ମୋହର ଭାଇମାନେ, ତୁମ୍ଭେମାନେ ଅନେକେ ଶିକ୍ଷକ ହୁଅ ନାହିଁ; ଏହା ଜାଣ, ଯେ ଆମ୍ଭେମାନେ ଯିଏ ଶିକ୍ଷା ଦେଉ, ଗୁରୁତର ଦଣ୍ଡ ପାଇବା ।
2
ଯେଣୁ ଆମ୍ଭେମାନେ ସମସ୍ତେ ଅନେକ ବିଷୟରେ ଝୁଣ୍ଟିପଡ଼ୁ । ଯଦି କେହି ବାକ୍ୟରେ ଝୁଣ୍ଟି ନ ପଡ଼େ, ତେବେ ସେ ସିଦ୍ଧ ପୁରୁଷ, ସମସ୍ତ ଶରୀରକୁ ମଧ୍ୟ ବଶରେ ରଖିବାକୁ ସମର୍ଥ ।
3
ଆମ୍ଭେମାନେ ଘୋଡ଼ାମାନଙ୍କୁ ବଶୀଭୂତ କରିବା ନିମନ୍ତେ ସେମାନଙ୍କ ମୁଖରେ ଲଗାମ ଦେଲେ, ତଦ୍ଵାରା ସେମାନଙ୍କ ସମସ୍ତ ଶରୀର ମଧ୍ୟ ବୁଲାଉଥାଉ ।
4
ଦେଖ, ଜାହାଜ ମଧ୍ୟ ଏତେ ବଡ଼ ହୋଇ ପ୍ରଚଣ୍ଡ ପବନରେ ଚାଳିତ ହେଲେ ହେଁ ଗୋଟିଏ ଅତି କ୍ଷୁଦ୍ର ମଙ୍ଗ ଦ୍ୱାରା ମଙ୍ଗଧରାର ଇଚ୍ଛାନୁସାରେ ବୁଲିଥାଏ ।
5
ସେହିପରି ଜିହ୍ୱା ମଧ୍ୟ ଗୋଟିଏ କ୍ଷୁଦ୍ର ଅଙ୍ଗ, କିନ୍ତୁ ମହା ଗର୍ବର କଥା କହେ । ଦେଖ, କେଡ଼େ କ୍ଷୁଦ୍ର ଅଗ୍ନିକଣିକା ଦ୍ୱାରା କେଡ଼େ ବଡ଼ ଅରଣ୍ୟରେ ନିଆଁ ଲାଗିଯାଏ ।
6
ଜିହ୍ୱା ମଧ୍ୟ ଅଗ୍ନି ସ୍ୱରୂପ; ତାହା ଆମ୍ଭମାନଙ୍କ ଅଙ୍ଗସମୂହ ମଧ୍ୟରେ ସମସ୍ତ ଅଧର୍ମର ମୂଳାଧାର ସ୍ୱରୂପେ ଅବସ୍ଥିତ; ତାହା ସମସ୍ତ ଶରୀରକୁ ଅଶୁଚି କରେ ଓ ନିଜେ ନର୍କରେ ପ୍ରଜ୍ୱଳିତ ହୋଇ ପ୍ରକୃତିର ଚକ୍ରକୁ ଜ୍ୱଳାଏ ।
7
କାରଣ ସମସ୍ତ ପ୍ରକାର ପଶୁ, ପକ୍ଷୀ, ସରୀସୃପ ଓ ଜଳଚର ପ୍ରାଣୀମାନଙ୍କୁ ମାନବ ଦ୍ୱାରା ବଶରେ ରଖାଯାଇ ପାରେ, ପୁଣି, ବଶରେ ରଖାଯାଇଅଛି;
8
କିନ୍ତୁ ଜିହ୍ୱାକୁ କେହି ବଶରେ ରଖି ପାରେ ନାହିଁ, ଅନିଷ୍ଟ ସାଧନରେ ତାହାର ବିରାମ ନାହିଁ, ମାରାତ୍ମକ ଗରଳରେ ତାହା ପରିପୂର୍ଣ୍ଣ ।
9
ତଦ୍ୱାରା ଆମ୍ଭେମାନେ ପ୍ରଭୁ ଓ ପିତାଙ୍କର ଧନ୍ୟବାଦ କରିଥାଉ, ପୁଣି, ତଦ୍ୱାରା ଈଶ୍ୱରଙ୍କ ସାଦୃଶ୍ୟରେ ସୃଷ୍ଟ ମନୁଷ୍ୟକୁ ଅଭିଶାପ ଦେଇଥାଉ;
10
ଏକ ମୁଖରୁ ଧନ୍ୟବାଦ ଓ ଅଭିଶାପ ନିର୍ଗତ ହୁଏ । ହେ ମୋହର ଭାଇମାନେ, ଏପରି ହେବା ଉଚିତ୍ ନୁହେଁ ।
11
ନିର୍ଝର କ'ଣ ଏକ ବାଟ ଦେଇ ମିଠା ଓ ପିତା ଦୁଇ ପ୍ରକାର ଜଳ ବାହାର କରେ?
12
ହେ ମୋହର ଭାଇମାନେ, ଡିମ୍ବିରି ବୃକ୍ଷ କ'ଣ ଜୀତଫଳ, ଅବା ଦ୍ରାକ୍ଷାଲତା କ'ଣ ଡିମ୍ବିରି ଫଳ ଫଳି ପାରେ? ଲବଣାକ୍ତ ନିର୍ଝର ମଧ୍ୟ ମିଷ୍ଟ ଜଳ ଦେଇ ପାରେ ନାହିଁ ।
13
ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି? ସେ ଜ୍ଞାନସଙ୍ଗତ ନମ୍ରତା ସହ ସଦାଚରଣ ଦ୍ୱାରା ଆପଣା କର୍ମ ପ୍ରକାଶ କରୁ ।
14
କିନ୍ତୁ ଯଦି ତୁମ୍ଭମାନଙ୍କ ହୃଦୟରେ ତିକ୍ତ ଈର୍ଷାଭାବ ଓ ସ୍ୱାର୍ଥପରତା ଥାଏ, ତାହାହେଲେ ସତ୍ୟ ବିରୁଦ୍ଧରେ ଗର୍ବ କର ନାହିଁ ଓ ମିଥ୍ୟା କୁହ ନାହିଁ ।
15
ଏପରି ଜ୍ଞାନ ଊର୍ଦ୍ଧ୍ୱରୁ ଆଗତ ନୁହେଁ, ମାତ୍ର ତାହା ପାର୍ଥିବ, ଶାରୀରିକ ଓ ଭୌତିକ ଅଟେ;
16
କାରଣ ଯେଉଁ ସ୍ଥାନରେ ଈର୍ଷା ଓ ସ୍ୱାର୍ଥପରତା ଥାଏ, ସେହି ସ୍ଥାନରେ ସମସ୍ତ ପ୍ରକାର ଦୁଷ୍କର୍ମ ଥାଏ ।
17
କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ ।
18
ପୁଣି, ଶାନ୍ତିକାରକ ଲୋକମାନଙ୍କ ଦ୍ୱାରା ଶାନ୍ତିର ବୀଜ ବୁଣାଯାଏ ଧାର୍ମିକତା ରୂପ ଫଳ କାଟିବେ ।
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 4 →
All chapters:
1
2
3
4
5