bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
John 11
John 11
Odia IRV 2017 (ଓଡିଆ ବାଇବେଲ)
← Chapter 10
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 12 →
1
ବେଥନୀୟା ନିବାସୀ ଲାଜାର ନାମକ ଜଣେ ଲୋକ ପୀଡ଼ିତ ଥିଲେ; ମରିୟମ ଓ ତାଙ୍କ ଭଉଣୀ ମାର୍ଥା ସେହି ଗ୍ରାମର ଲୋକ ।
2
ଯେଉଁ ସ୍ତ୍ରୀଲୋକ ପ୍ରଭୁଙ୍କୁ ତୈଳରେ ଅଭିଷେକ କରି ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଏ ସେହି ମରିୟମ; ତାଙ୍କର ଭାଇ ଲାଜାର ପୀଡ଼ିତ ଥିଲେ ।
3
ତେଣୁ ସେହି ଭଉଣୀମାନେ ତାହାଙ୍କ ନିକଟକୁ କହି ପଠାଇଲେ, ପ୍ରଭୁ, ଦେଖନ୍ତୁ, ଯାହାକୁ ଆପଣ ସ୍ନେହ କରନ୍ତି, ସେ ପୀଡ଼ିତ ଅଛି ।
4
କିନ୍ତୁ ଯୀଶୁ ତାହା ଶୁଣି କହିଲେ, ଏହି ପୀଡ଼ା ମୃତ୍ୟୁ ନିମନ୍ତେ ନୁହେଁ, ମାତ୍ର ଈଶ୍ୱରଙ୍କ ଗୌରବ ନିମନ୍ତେ, ଯେପରି ତଦ୍ଵାରା ଈଶ୍ୱରଙ୍କ ପୁତ୍ର ଗୌରବପ୍ରାପ୍ତ ହୁଅନ୍ତି ।
5
ଯୀଶୁ ମାର୍ଥା, ତାଙ୍କ ଭଉଣୀ ଓ ଲାଜାରଙ୍କୁ ସ୍ନେହ କରୁଥିଲେ ।
6
ଅତଏବ, ସେ ପୀଡ଼ିତ ଅଛନ୍ତି ବୋଲି ଯେତେବେଳେ ସେ ଶୁଣିଲେ, ସେତେବେଳେ ସେ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନରେ ଦୁଇ ଦିନ ରହିଗଲେ ।
7
ତତ୍ପରେ ସେ ଶିଷ୍ୟମାନଙ୍କୁ କହିଲେ, ଚାଲ, ଆମ୍ଭେମାନେ ପୁନର୍ବାର ଯିହୂଦା ପ୍ରଦେଶକୁ ଯିବା ।
8
ଶିଷ୍ୟମାନେ ତାହାଙ୍କୁ କହିଲେ, ହେ ଗୁରୁ, ଯିହୂଦୀମାନେ ଏବେ ଆପଣଙ୍କୁ ପଥର ଫୋପାଡ଼ିବାକୁ ଚେଷ୍ଟା କରୁଥିଲେ, ପୁଣି, ଆପଣ ଆଉ ଥରେ ସେଠାକୁ ଯାଉଅଛନ୍ତି?
9
ଯୀଶୁ ଉତ୍ତର ଦେଲେ, ଦିନରେ କ'ଣ ବାର ଘଣ୍ଟା ନାହିଁ? କେହି ଦିନରେ ଚାଲିଲେ ଝୁଣ୍ଟେ ନାହିଁ, କାରଣ ସେ ଏହି ଜଗତର ଜ୍ୟୋତିଃ ଦେଖେ;
10
କିନ୍ତୁ ରାତିରେ ଚାଲିଲେ ସେ ଝୁଣ୍ଟେ, କାରଣ ତାହା ଅନ୍ତରରେ ଜ୍ୟୋତିଃ ନାହିଁ ।
11
ସେ ଏସମସ୍ତ କଥା କହିଲା ଉତ୍ତାରେ ସେମାନଙ୍କୁ ଆହୁରି କହିଲେ, ଆମ୍ଭମାନଙ୍କ ବନ୍ଧୁ ଲାଜାର ନିଦ୍ରା ଯାଇଅଛନ୍ତି, କିନ୍ତୁ ତାଙ୍କୁ ନିଦ୍ରାରୁ ଉଠାଇବା ନିମନ୍ତେ ମୁଁ ଯାଉଅଛି ।
12
ସେଥିରେ ଶିଷ୍ୟମାନେ ତାହାଙ୍କୁ କହିଲେ, ପ୍ରଭୁ, ଯଦି ସେ ନିଦ୍ରା ଯାଇଅଛନ୍ତି, ତାହାହେଲେ ସେ ସୁସ୍ଥ ହେବେ ।
13
ଯୀଶୁ ତାଙ୍କର ମୃତ୍ୟୁ ବିଷୟରେ କହିଲେ, କିନ୍ତୁ ସେ ନିଦ୍ରାରେ ଶୋଇପଡ଼ିବା ବିଷୟରେ କହିଲେ ବୋଲି ସେମାନେ ମନେ କଲେ ।
14
ଅତଏବ, ଯୀଶୁ ସେତେବେଳେ ସେମାନଙ୍କୁ ସ୍ପଷ୍ଟରୂପେ କହିଲେ, ଲାଜାର ମରିଯାଇଛନ୍ତି;
15
ଆଉ, ମୁଁ ଯେ ସେ ସ୍ଥାନରେ ନ ଥିଲି, ଏଥିସକାଶେ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଅଛି, ଯେପରି ତୁମ୍ଭେମାନେ ବିଶ୍ୱାସ କରିବ; କିନ୍ତୁ ଚାଲ, ଆମ୍ଭେମାନେ ତାଙ୍କ ନିକଟକୁ ଯିବା ।
16
ସେଥିରେ ଥୋମା, ଯାହାଙ୍କୁ ଦିଦୁମ ବୋଲି କହନ୍ତି, ସେ ଆପଣା ସଙ୍ଗୀ ଶିଷ୍ୟମାନଙ୍କୁ କହିଲେ, ଚାଲ, ଆମ୍ଭେମାନେ ମଧ୍ୟ ଯାଇ ତାହାଙ୍କ ସାଙ୍ଗରେ ମରିବା ।
17
ଯୀଶୁ ପହଞ୍ଚି ଶୁଣିଲେ ଯେ, ସେ ଚାରି ଦିନ ହେଲା ସମାଧିରେ ରଖାଗଲେଣି ।
18
ବେଥନୀୟା ଯିରୂଶାଲମ ନିକଟରେ ଥିଲା, ପ୍ରାୟ ଏକ କ୍ରୋଶ ଦୂର;
19
ଆଉ, ଯିହୂଦୀମାନଙ୍କ ମଧ୍ୟରୁ ଅନେକେ ମାର୍ଥା ଓ ମରିୟମଙ୍କୁ ସେମାନଙ୍କ ଭାଇ ବିଷୟରେ ସାନ୍ତ୍ୱନା ଦେବା ନିମନ୍ତେ ସେମାନଙ୍କ ନିକଟକୁ ଆସିଥିଲେ ।
20
ସେଥିରେ ଯୀଶୁ ଆସିଅଛନ୍ତି ବୋଲି ଯେତେବେଳେ ମାର୍ଥା ଶୁଣିଲେ, ସେତେବେଳେ ସେ ତାହାଙ୍କୁ ଭେଟିବାକୁ ଗଲେ, କିନ୍ତୁ ମରିୟମ ଗୃହରେ ବସି ରହିଲେ ।
21
ମାର୍ଥା ଯୀଶୁଙ୍କୁ କହିଲେ, ପ୍ରଭୁ, ଯଦି ଆପଣ ଏଠାରେ ଉପସ୍ଥିତ ହୋଇଥାଆନ୍ତେ, ତାହାହେଲେ ମୋହର ଭାଇ ମରି ନ ଥା'ନ୍ତା ।
22
କିନ୍ତୁ ଆପଣ ଈଶ୍ୱରଙ୍କୁ ଯାହା କିଛି ମାଗିବେ, ଈଶ୍ୱର ଯେ ତାହା ଆପଣଙ୍କୁ ଦେବେ, ଏହା ଏବେ ସୁଦ୍ଧା ମୁଁ ଜାଣେ ।
23
ଯୀଶୁ ତାଙ୍କୁ କହିଲେ, ତୁମ୍ଭ ଭାଇ ପୁଣି, ଉଠିବ ।
24
ମାର୍ଥା ତାହାଙ୍କୁ କହିଲେ, ସେ ଯେ ଶେଷ ଦିନରେ ପୁନରୁତ୍ଥାନ ସମୟରେ ଉଠିବ, ଏହା ମୁଁ ଜାଣେ ।
25
ଯୀଶୁ ତାଙ୍କୁ କହିଲେ, ମୁଁ ପୁନରୁତ୍ଥାନ ଓ ଜୀବନ; ଯେ ମୋ'ଠାରେ ବିଶ୍ୱାସ କରେ, ସେ ଯଦ୍ୟପି ମରେ, ତଥାପି ସେ ବଞ୍ଚିବ,
26
ପୁଣି, ଯେ କେହି ବଞ୍ଚେ ଓ ମୋ'ଠାରେ ବିଶ୍ୱାସ କରେ, ସେ କଦାପି ମରିବ ନାହିଁ; ଏହା କ'ଣ ବିଶ୍ୱାସ କରୁଅଛ?
27
ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ଯାହାଙ୍କର ଜଗତକୁ ଆଗମନ କରିବାର ଥିଲା, ଆପଣ ଯେ ଈଶ୍ୱରଙ୍କ ପୁତ୍ର ସେହି ଖ୍ରୀଷ୍ଟ, ଏହା ମୋହର ବିଶ୍ୱାସ ।
28
ଏହା କହିଲା ଉତ୍ତାରେ ସେ ଯାଇ ଆପଣା ଭଉଣୀ ମରିୟମଙ୍କୁ ଗୋପନରେ ଡାକି କହିଲେ, ଗୁରୁ ଆସିଲେଣି ଆଉ ତୋତେ ଡାକୁଅଛନ୍ତି ।
29
ସେ ଏହା ଶୁଣି ଶୀଘ୍ର ଉଠି ତାହାଙ୍କ ନିକଟକୁ ଗଲେ ।
30
ଯୀଶୁ ସେତେବେଳେ ଗ୍ରାମ ଭିତରକୁ ଆସି ନ ଥିଲେ, କିନ୍ତୁ ମାର୍ଥା ତାହାଙ୍କୁ ଯେଉଁ ସ୍ଥାନରେ ଭେଟିଥିଲେ, ସେପର୍ଯ୍ୟନ୍ତ ସେ ସେହି ସ୍ଥାନରେ ଥିଲେ ।
31
ଅତଏବ, ଯେଉଁ ଯିହୂଦୀମାନେ ତାଙ୍କ ସହିତ ଗୃହରେ ଥାଇ ତାଙ୍କୁ ସାନ୍ତ୍ୱନା ଦେଉଥିଲେ, ସେମାନେ ମରିୟମଙ୍କୁ ଶୀଘ୍ର ଉଠି ବାହାରିଯିବା ଦେଖି, ସେ ସମାଧି ନିକଟରେ ରୋଦନ କରିବା ନିମନ୍ତେ ଯାଉଅଛନ୍ତି, ଏହା ମନେ କରି ତାଙ୍କ ପଛେ ପଛେ ଗଲେ ।
32
ସେଥିରେ ଯୀଶୁ ଯେଉଁ ସ୍ଥାନରେ ଥିଲେ, ମରିୟମ ସେହି ସ୍ଥାନରେ ଉପସ୍ଥିତ ହୋଇ ତାହାଙ୍କୁ ଦେଖି ତାହାଙ୍କର ଚରଣ ତଳେ ପଡ଼ି କହିଲେ, ପ୍ରଭୁ, ଯଦି ଆପଣ ଏଠାରେ ଉପସ୍ଥିତ ହୋଇଥାଆନ୍ତେ, ତାହାହେଲେ ମୋ' ଭାଇ ମରି ନ ଥା'ନ୍ତା ।
33
ଅତଏବ, ଯୀଶୁ ତାଙ୍କୁ ଓ ତାଙ୍କ ସହିତ ଆସିଥିବା ଯିହୂଦୀମାନଙ୍କୁ ରୋଦନ କରୁଥିବା ଦେଖି ଆତ୍ମାରେ ଗଭୀର ଭାବେ ଆଲୋଡିତ ହେଲେ, ପୁଣି, କର୍ତ୍ତବ୍ୟ ସାଧନ ନିମନ୍ତେ ଦୃଢ଼ ସଂକଳ୍ପରେ ପଚାରିଲେ,
34
ତାଙ୍କୁ କେଉଁଠାରେ ରଖିଅଛ? ସେମାନେ ତାହାଙ୍କୁ କହିଲେ, ପ୍ରଭୁ, ଆସି ଦେଖନ୍ତୁ ।
35
ଯୀଶୁ କାନ୍ଦିଲେ ।
36
ସେଥିରେ ଯିହୂଦୀମାନେ କହିଲେ, ଦେଖ, ସେ ତାଙ୍କୁ କିପରି ସ୍ନେହ କରୁଥିଲେ ।
37
କିନ୍ତୁ ସେମାନଙ୍କ ମଧ୍ୟରେ କେହି କେହି କହିଲେ, ଏହି ଯେଉଁ ବ୍ୟକ୍ତି ସେହି ଅନ୍ଧର ଆଖି ଫିଟାଇଥିଲେ, ସେ କ'ଣ ଏହାର ମୃତ୍ୟୁ ମଧ୍ୟ ନିବାରଣ କରି ପାରି ନ ଥାଆନ୍ତେ?
38
ସେଥିରେ ଯୀଶୁ ପୁନର୍ବାର ଅନ୍ତରରେ ବିରକ୍ତ ହୋଇ ସମାଧି ନିକଟକୁ ଆସିଲେ; ତାହା ଗୋଟିଏ ଗୁହା, ପୁଣି, ତା' ମୁହଁରେ ଗୋଟାଏ ପଥର ଥିଲା ।
39
ଯୀଶୁ କହିଲେ, ଏହି ପଥର ଘୁଞ୍ଚାଇଦିଅ । ମୃତ ବ୍ୟକ୍ତିଙ୍କ ଭଗ୍ନୀ ମାର୍ଥା ତାହାଙ୍କୁ କହିଲେ, ପ୍ରଭୁ, ସେ ବାସିଗଲାଣି, କାରଣ ସେ ଚାରି ଦିନ ହେଲା ମଲାଣି ।
40
ଯୀଶୁ ତାଙ୍କୁ କହିଲେ, ଯଦି ତୁମ୍ଭେ ବିଶ୍ୱାସ କର, ତାହାହେଲେ ଈଶ୍ୱରଙ୍କ ମହିମା ଦେଖିବ, ଏହା କ'ଣ ମୁଁ ତୁମ୍ଭକୁ କହିଲି ନାହିଁ? ସେଥିରେ ସେମାନେ ପଥର ଘୁଞ୍ଚାଇଦେଲେ ।
41
ଆଉ, ଯୀଶୁ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, ପିତଃ, ତୁମ୍ଭେ ମୋହର ପ୍ରାର୍ଥନା ଶୁଣିଲ ବୋଲି ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି ।
42
ତୁମ୍ଭେ ଯେ ସର୍ବଦା ମୋହର ପ୍ରାର୍ଥନା ଶୁଣିଥାଅ, ଏହା ମୁଁ ଜାଣିଥିଲି; କିନ୍ତୁ ଯେଉଁ ଲୋକସମୂହ ଚତୁର୍ଦ୍ଦିଗରେ ଠିଆ ହୋଇଅଛନ୍ତି, ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ସେମାନେ ଯେପରି ବିଶ୍ୱାସ କରିବେ, ଏଥିପାଇଁ ସେମାନଙ୍କ ହେତୁ ମୁଁ ଏହା କହିଲି ।
43
ସେ ଏହା କହି ଉଚ୍ଚସ୍ୱରରେ ଡାକିଲେ, ଲାଜାର, ବାହାରି ଆସ ।
44
ମୃତ ଲୋକଟି ବାହାରି ଆସିଲେ; ତାଙ୍କ ହାତ ଓ ପାଦ ସମାଧିବସ୍ତ୍ରରେ ବନ୍ଧା ହୋଇଥିଲା, ପୁଣି, ତାଙ୍କ ମୁଖରେ ଖଣ୍ଡେ ଗାମୁଛା ଗୁଡ଼ା ହୋଇଥିଲା । ଯୀଶୁ ସେମାନଙ୍କୁ କହିଲେ, ଏହାଙ୍କ ବନ୍ଧନ ଫିଟାଇ ଚାଲିଯିବାକୁ ଦିଅ ।
45
ଅତଏବ, ଯିହୂଦୀମାନଙ୍କ ମଧ୍ୟରେ ଅନେକେ, ଅର୍ଥାତ୍ ଯେଉଁମାନେ ମରିୟମଙ୍କ ନିକଟକୁ ଆସିଥିଲେ ଓ ଯୀଶୁଙ୍କ କର୍ମ ଦେଖିଥିଲେ, ସେମାନେ ତାହାଙ୍କଠାରେ ବିଶ୍ୱାସ କଲେ;
46
ପୁଣି, ସେମାନଙ୍କ ମଧ୍ୟରୁ କେହି କେହି ଫାରୂଶୀମାନଙ୍କ ନିକଟକୁ ଯାଇ, ଯୀଶୁ ଯାହା ଯାହା କରିଥିଲେ, ସେହି ସବୁ ସେମାନଙ୍କୁ ଜଣାଇଲେ ।
47
ସେଥିରେ ପ୍ରଧାନ ଯାଜକ ଓ ଫାରୂଶୀମାନେ ମହାସଭା ଆହ୍ୱାନ କରି କହିଲେ, ଆମ୍ଭେମାନେ କ'ଣ କରୁଅଛୁ? ଏ ଲୋକ ତ ଅନେକ ଆଶ୍ଚର୍ଯ୍ୟକର୍ମ କରୁଅଛି ।
48
ଯଦି ଆମ୍ଭେମାନେ ତାହାକୁ ଏପରି ଛାଡ଼ିଦେବା, ତାହାହେଲେ ସମସ୍ତେ ତାହାଠାରେ ବିଶ୍ୱାସ କରିବେ, ଆଉ ରୋମୀୟମାନେ ଆସି ଆମ୍ଭମାନଙ୍କର ଏହି ସ୍ଥାନ ଓ ଜାତି ଉଭୟଙ୍କୁ ନଷ୍ଟ କରିଦେବେ ।
49
କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ, ଅର୍ଥାତ୍, କୟାଫା ନାମକ ସେହି ବର୍ଷର ମହାଯାଜକ ସେମାନଙ୍କୁ କହିଲେ, ତୁମ୍ଭେମାନେ କିଛି ଜାଣ ନାହିଁ;
50
ସମୁଦାୟ ଜାତି ବିନଷ୍ଟ ନ ହୋଇ ଲୋକସାଧାରଣଙ୍କ ନିମନ୍ତେ ଜଣେ ଯେ ମରିବା ତୁମ୍ଭମାନଙ୍କ ପକ୍ଷରେ ମଙ୍ଗଳଜନକ, ଏହା ମଧ୍ୟ ତୁମ୍ଭେମାନେ ବିଚାର କରୁ ନାହଁ ।
51
ସେ ଆପଣାଠାରୁ ଏହା କହିଲେ ନାହିଁ, କିନ୍ତୁ ସେ ସେହି ବର୍ଷର ମହାଯାଜକ ଥିବାରୁ ଯୀଶୁ ଯେ ଜାତି ନିମନ୍ତେ,
52
ଆଉ କେବଳ ସେହି ଜାତି ନିମନ୍ତେ ନୁହେଁ, ମାତ୍ର ଈଶ୍ୱରଙ୍କ ଛିନ୍ନଭିନ୍ନ ସନ୍ତାନମାନଙ୍କୁ ମଧ୍ୟ ସଂଗ୍ରହ କରି ଏକ କରିବା ନିମନ୍ତେ ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ଏଥିସକାଶେ ଏହି ଭାବବାଣୀ କହିଲେ ।
53
ତେଣୁ ସେହି ଦିନଠାରୁ ସେମାନେ ତାହାଙ୍କୁ ବଧ କରିବା ନିମନ୍ତେ ମନ୍ତ୍ରଣା କଲେ ।
54
ଅତଏବ, ଯୀଶୁ ଯିହୂଦୀମାନଙ୍କ ମଧ୍ୟରେ ଆଉ ପ୍ରକାଶରେ ଗମନାଗମନ କଲେ ନାହିଁ, କିନ୍ତୁ ସେ ସେ ସ୍ଥାନରୁ ବାହାରିଯାଇ ପ୍ରାନ୍ତର ନିକଟରେ ଥିବା ଅଞ୍ଚଳର ଏଫ୍ରୟିମ ନାମକ ଗୋଟିଏ ନଗରକୁ ପ୍ରସ୍ଥାନ କଲେ, ଆଉ ସେ ଶିଷ୍ୟମାନଙ୍କ ସହିତ ସେଠାରେ ରହିଲେ ।
55
ଯିହୂଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ଥିଲା, ପୁଣି, ପଲ୍ଲୀଗ୍ରାମଗୁଡ଼ିକରୁ ଅନେକେ ଆପଣା ଆପଣାକୁ ଶୁଚି କରିବା ନିମନ୍ତେ ନିସ୍ତାର ପର୍ବ ପୂର୍ବେ ଯିରୂଶାଲମକୁ ଯାତ୍ରା କଲେ ।
56
ସେଥିରେ ସେମାନେ ଯୀଶୁଙ୍କର ଅନ୍ୱେଷଣ କରୁ କରୁ ମନ୍ଦିରରେ ଠିଆ ହୋଇଥିବା ସମୟରେ ପରସ୍ପର କହିବାକୁ ଲାଗିଲେ, ତୁମ୍ଭେମାନେ କ'ଣ ମନେ କରୁଅଛ? ସେ କି ପର୍ବକୁ ଆସିବେ ନାହିଁ?
57
ପ୍ରଧାନ ଯାଜକ ଓ ଫାରୂଶୀମାନେ ତାହାଙ୍କୁ ଧରିବା ଉଦ୍ଦେଶ୍ୟରେ, ସେ କେଉଁଠାରେ ଅଛନ୍ତି, ଏହା ଯଦି କେହି ଜାଣେ, ତାହା ପ୍ରକାଶ କରିବାକୁ ଆଜ୍ଞା ଦେଇଥିଲେ ।
← Chapter 10
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 12 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21