bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
John 16
John 16
Odia IRV 2017 (ଓଡିଆ ବାଇବେଲ)
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 17 →
1
ତୁମ୍ଭେମାନେ ଯେପରି ବିଘ୍ନ ନ ପାଅ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଅଛି ।
2
ସେମାନେ ତୁମ୍ଭମାନଙ୍କୁ ସମାଜଗୃହରୁ ବାହାର କରିବେ, ହଁ, ଏପରି ସମୟ ଆସୁଅଛି, ଯେତେବେଳେ ଯେ କେହି ତୁମ୍ଭମାନଙ୍କୁ ବଧ କରେ, ସେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉପାସନାରୂପ ବଳି ଉତ୍ସର୍ଗ କରୁଅଛି ବୋଲି ମନେ କରିବ ।
3
ଆଉ, ସେମାନେ ଏହାସବୁ କରିବେ, କାରଣ ସେମାନେ ପିତାଙ୍କୁ କିମ୍ବା ମୋତେ ଜାଣି ନାହାଁନ୍ତି ।
4
ମାତ୍ର ଏସମସ୍ତ ଘଟିବାର ସମୟ ଉପସ୍ଥିତ ହେଲେ, ମୁଁ ଯେ ତୁମ୍ଭମାନଙ୍କୁ କହିଥିଲି, ଏହା ଯେପରି ତୁମ୍ଭେମାନେ ସ୍ମରଣ କର, ଏଥି ନିମନ୍ତେ ମୁଁ ଏହି ସବୁ କଥା ତୁମ୍ଭମାନଙ୍କୁ କହିଅଛି । ମୁଁ ତୁମ୍ଭମାନଙ୍କ ସହିତ ଥିବାରୁ ଆରମ୍ଭରୁ ଏହି ସବୁ କଥା ତୁମ୍ଭମାନଙ୍କୁ କହିଲି ନାହିଁ ।
5
କିନ୍ତୁ ବର୍ତ୍ତମାନ ମୁଁ ମୋହର ପ୍ରେରଣକର୍ତ୍ତାଙ୍କ ନିକଟକୁ ଯାଉଅଛି, ଆଉ ତୁମ୍ଭେ କେଉଁ ସ୍ଥାନକୁ ଯାଉଅଛ ବୋଲି ତୁମ୍ଭମାନଙ୍କ ମଧ୍ୟରୁ କେହି ମୋତେ ପଚାରୁ ନାହଁ ।
6
ମାତ୍ର ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିବାରୁ ତୁମ୍ଭମାନଙ୍କ ହୃଦୟ ଦୁଃଖରେ ପରିପୂର୍ଣ୍ଣ ହୋଇଅଛି ।
7
କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୋହର ପ୍ରସ୍ଥାନ କରିବାରେ ତୁମ୍ଭମାନଙ୍କର ମଙ୍ଗଳ, କାରଣ ମୁଁ ପ୍ରସ୍ଥାନ ନ କଲେ ସେହି ସାହାଯ୍ୟକାରୀ ତୁମ୍ଭମାନଙ୍କ ନିକଟକୁ ଆସିବେ ନାହିଁ, ମାତ୍ର ମୁଁ ଗଲେ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଦେବି ।
8
ସେ ଆସି ପାପ, ଧାର୍ମିକତା ଓ ବିଚାର ବିଷୟରେ ଜଗତକୁ ପ୍ରମାଣ ଦେବେ;
9
ପାପ ବିଷୟରେ - କାରଣ ସେମାନେ ମୋ'ଠାରେ ବିଶ୍ୱାସ କରନ୍ତି ନାହିଁ;
10
ଧାର୍ମିକତା ବିଷୟରେ- କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି ଓ ତୁମ୍ଭେମାନେ ମୋତେ ଆଉ ଦେଖିବ ନାହିଁ;
11
ବିଚାର ବିଷୟରେ- କାରଣ ଏହି ଜଗତର ଅଧିପତି ବିଚାରିତ ହୋଇଅଛି ।
12
ମୋହର ତୁମ୍ଭମାନଙ୍କୁ ଆହୁରି ଅନେକ କଥା କହିବାର ଅଛି, ମାତ୍ର ତୁମ୍ଭେମାନେ ଏବେ ସେହି ସବୁ ସହି ପାର ନାହିଁ ।
13
କିନ୍ତୁ ସେ, ଅର୍ଥାତ୍, ସତ୍ୟମୟ ଆତ୍ମା ଆସିଲେ ସେ ପଥ ଦେଖାଇ ତୁମ୍ଭମାନଙ୍କୁ ସମସ୍ତ ସତ୍ୟରେ ପ୍ରବେଶ କରାଇବେ, କାରଣ ସେ ଆପଣାଠାରୁ କଥା କହିବେ ନାହିଁ, ମାତ୍ର ଯାହା ଯାହା ଶୁଣିବେ, ସେହି ସବୁ କହିବେ, ପୁଣି, ଆଗାମୀ ବିଷୟସବୁ ତୁମ୍ଭମାନଙ୍କୁ ଜଣାଇବେ ।
14
ସେ ମୋତେ ଗୌରବାନ୍ୱିତ କରିବେ, କାରଣ ସେ ମୋ' ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ ।
15
ଯାହା ଯାହା ପିତାଙ୍କର, ସେହି ସବୁ ମୋହର; ଏହି ହେତୁ ମୁଁ କହିଲି, ସେ ମୋହର ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ ।
16
ଅଳ୍ପମାତ୍ର ସମୟ ରହିଲା, ତୁମ୍ଭେମାନେ ମୋତେ ଆଉ ଦେଖିବ ନାହିଁ, ପୁନର୍ବାର ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖିବ ।
17
ସେଥିରେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ କେହି କେହି ପରସ୍ପର କହିଲେ, ଅଳ୍ପମାତ୍ର ସମୟ ରହିଲା, ତୁମ୍ଭେମାନେ ମୋତେ ଦେଖିବ ନାହିଁ, ପୁନର୍ବାର ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖିବ ଓ ମୁଁ ପିତାଙ୍କ ନିକଟକୁ ଯାଉଅଛି, ଏହି ଯେଉଁ କଥା ସେ ଆମ୍ଭମାନଙ୍କୁ କହୁଅଛନ୍ତି, ଏହା କ'ଣ?
18
ଏଣୁ ସେମାନେ କହିଲେ, ଅଳ୍ପ ସମୟ ବୋଲି ଏ କ'ଣ କହୁଅଛନ୍ତି? ସେ କ'ଣ କହୁଅଛନ୍ତି, ଆମ୍ଭେମାନେ ବୁଝି ପାରୁ ନାହୁଁ ।
19
ସେମାନେ ତାହାଙ୍କୁ ପଚାରିବାକୁ ଇଚ୍ଛା କରୁଅଛନ୍ତି ବୋଲି ବୁଝି ଯୀଶୁ ସେମାନଙ୍କୁ କହିଲେ, ଅଳ୍ପମାତ୍ର ସମୟ ରହିଲା, ତୁମ୍ଭେମାନେ ମୋତେ ଦେଖିବ ନାହିଁ, ପୁନର୍ବାର ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖିବ, ମୁଁ ଏହି ଯେଉଁ କଥା କହିଲି, ସେ ବିଷୟ ଘେନି ତୁମ୍ଭେମାନେ କ'ଣ ପରସ୍ପର ବାଦାନୁବାଦ କରୁଅଛ?
20
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ରୋଦନ ଓ ବିଳାପ କରିବ, କିନ୍ତୁ ଜଗତ ଆନନ୍ଦ କରିବ; ତୁମ୍ଭେମାନେ ଦୁଃଖିତ ହେବ, କିନ୍ତୁ ତୁମ୍ଭମାନଙ୍କ ଦୁଃଖ ଆନନ୍ଦରେ ପରିଣତ ହେବ।
21
ପ୍ରସବ ସମୟ ଉପସ୍ଥିତ ହେଲେ ସ୍ତ୍ରୀଲୋକ ଦୁଃଖ ପାଏ; କିନ୍ତୁ ସେ ସନ୍ତାନ ପ୍ରସବ କଲା ଉତ୍ତାରେ ଜଗତରେ ଜଣେ ମାନବ ଜନ୍ମଗ୍ରହଣ କଲା, ଏହି ଆନନ୍ଦ ଯୋଗୁଁ ଆଉ କଷ୍ଟ ସ୍ମରଣ କରେ ନାହିଁ ।
22
ସେହିପରି ତୁମ୍ଭେମାନେ ବର୍ତ୍ତମାନ ଦୁଃଖ ପାଉଅଛ, କିନ୍ତୁ ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଦର୍ଶନ ଦେବି, ଆଉ ତୁମ୍ଭମାନଙ୍କ ହୃଦୟ ଆନନ୍ଦିତ ହେବ ଓ କେହି ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ଆନନ୍ଦ ହରଣ କରିବ ନାହିଁ ।
23
ସେ ଦିନ ତୁମ୍ଭେମାନେ ମୋତେ କିଛି ପଚାରିବ ନାହିଁ । ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭେମାନେ ପିତାଙ୍କୁ କିଛି ମାଗିବ, ତେବେ ମୋ' ନାମରେ ସେ ତୁମ୍ଭମାନଙ୍କୁ ତାହା ଦେବେ ।
24
ଏପର୍ଯ୍ୟନ୍ତ ତୁମ୍ଭେମାନେ ମୋ' ନାମରେ କିଛି ମାଗି ନାହଁ; ମାଗ, ପୁଣି, ତୁମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ସେଥିନିମନ୍ତେ ତୁମ୍ଭେମାନେ ତାହା ପାଇବ ।
25
ମୁଁ ତୁମ୍ଭମାନଙ୍କୁ ଉପମା ଦ୍ୱାରା ଏହି ସମସ୍ତ କଥା କହିଅଛି; ସମୟ ଆସୁଅଛି, ଯେତେବେଳେ ମୁଁ ଆଉ ଉପମା ଦ୍ୱାରା ତୁମ୍ଭମାନଙ୍କୁ କହିବି ନାହିଁ, କିନ୍ତୁ ପିତାଙ୍କ ବିଷୟ ସ୍ପଷ୍ଟରୂପେ ତୁମ୍ଭମାନଙ୍କୁ ଜଣାଇବି ।
26
ସେ ଦିନ ତୁମ୍ଭେମାନେ ମୋ' ନାମରେ ମାଗିବ; ଆଉ, ମୁଁ ଯେ ତୁମ୍ଭମାନଙ୍କ ସପକ୍ଷରେ ପିତାଙ୍କୁ ନିବେଦନ କରିବି, ଏହା ମୁଁ ତୁମ୍ଭମାନଙ୍କୁ କହୁ ନାହିଁ;
27
କାରଣ ପିତା ସ୍ୱୟଂ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ଯେଣୁ ତୁମ୍ଭେମାନେ ମୋତେ ସ୍ନେହ କରିଅଛ ଓ ମୁଁ ଯେ ଈଶ୍ୱରଙ୍କ ନିକଟରୁ ଆସିଅଛି, ତାହା ତୁମ୍ଭେମାନେ ବିଶ୍ୱାସ କରିଅଛ ।
28
ମୁଁ ପିତାଙ୍କ ନିକଟରୁ ଜଗତକୁ ଆସିଅଛି; ପୁନର୍ବାର ମୁଁ ଜଗତ ପରିତ୍ୟାଗ କରି ପିତାଙ୍କ ନିକଟକୁ ଯାଉଅଛି ।
29
ତାହାଙ୍କ ଶିଷ୍ୟମାନେ କହିଲେ, ଦେଖନ୍ତୁ, ବର୍ତ୍ତମାନ ଆପଣ ସ୍ପଷ୍ଟରୂପେ କହୁଅଛନ୍ତି ଓ ଉପମା କଥା ଆଉ କହୁ ନାହାଁନ୍ତି ।
30
ଆପଣ ଯେ ସମସ୍ତ ବିଷୟ ଜାଣନ୍ତି, ପୁଣି, କେହି ଆପଣଙ୍କୁ ପ୍ରଶ୍ନ କରିବାର ଯେ ଆପଣଙ୍କର ପ୍ରୟୋଜନ ନାହିଁ, ତାହା ଏବେ ଆମ୍ଭେମାନେ ଜାଣିଲୁ; ଈଶ୍ୱରଙ୍କ ନିକଟରୁ ଆପଣ ଆସିଅଛନ୍ତି ବୋଲି ଆମ୍ଭେମାନେ ଏହା ଦ୍ୱାରା ବିଶ୍ୱାସ କରୁଅଛୁ ।
31
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ କ'ଣ ଏବେ ବିଶ୍ୱାସ କରୁଅଛ?
32
ଦେଖ, ସମୟ ଆସୁଅଛି, ହଁ, ଆସିଲାଣି, ଯେତେବେଳେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକେ ଆପଣା ଆପଣା ଘରକୁ ପଳାଇଯିବ, ଆଉ ମୋତେ ଏକାକୀ ପରିତ୍ୟାଗ କରିବ; ତଥାପି ମୁଁ ଏକାକୀ ନୁହେଁ, କାରଣ ପିତା ମୋ' ସାଙ୍ଗରେ ଅଛନ୍ତି ।
33
ତୁମ୍ଭେମାନେ ଯେପରି ମୋ'ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସବୁ ବିଷୟ କହିଅଛି । ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି ।
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 17 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21